Biblia Todo Logo
Bib sou entènèt

- Piblisite -




ଏବ୍ରୀ 9:9 - ଓଡିଆ ବାଇବେଲ

9 ଏହି ପ୍ରଥମ ତମ୍ବୁ ବର୍ତ୍ତମାନ ସମୟ ନିମନ୍ତେ ନିଦର୍ଶନ ସ୍ୱରୂପ, ଆଉ ତଦନୁସାରେ ଦାନ ଓ ବଳି ଉଭୟ ଉତ୍ସର୍ଗ କରାଯାଏ, କିନ୍ତୁ ଏହି ସବୁ ଉପାସକକୁ ବିବେକଗତ ସିଦ୍ଧି ଦାନ କରି ପାରେ ନାହିଁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଏହି ପ୍ରଥମ ତମ୍ଭୁ ବର୍ତ୍ତମାନ ସମୟ ନିମନ୍ତେ ନିଦର୍ଶନ ସ୍ଵରୂପ, ଆଉ ତଦନୁସାରେ ଦାନ ଓ ବଳି ଉଭୟ ଉତ୍ସର୍ଗ କରାଯାଏ, କିନ୍ତୁ ଏହିସବୁ ଉପାସକକୁ ବିବେକଗତ ସିଦ୍ଧି ଦାନ କରି ପାରେ ନାହିଁ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ବିର୍ତ୍ତମାନ କାଳକୁ ଲକ୍ଷ୍ୟ କରି ଏହା ଏକ ଦୃଷ୍ଟାନ୍ତ ସ୍ୱରୂପ। ଏହାର ଅର୍ଥ ହେଉଛି, ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗିତ ନୈବେଦ୍ୟ ଏବଂ ପଶୁବଳି ଉପାସକର ହୃଦୟକୁ ସିଦ୍ଧ କରିପାରେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏହି ପ୍ରଥମ ତମ୍ବୁ ବର୍ତ୍ତମାନ ସମୟ ନିମନ୍ତେ ନିଦର୍ଶନ ସ୍ୱରୂପ, ଆଉ ତଦନୁସାରେ ଦାନ ଓ ବଳି ଉଭୟ ଉତ୍ସର୍ଗ କରାଯାଏ, କିନ୍ତୁ ଏହିସବୁ ଉପାସକକୁ ବିବେକଗତ ସିଦ୍ଧି ଦାନ କରିପାରେ ନାହିଁ;

Gade chapit la Kopi

ପବିତ୍ର ବାଇବଲ

9 ଏହା ଆଜି ଆମ୍ଭ ପାଇଁ ଉଦାହରଣ ସ୍ୱରୂପ। ଏହା ସୂଗ୍ଭଇ ଦିଏ ଯେ, ଯେଉଁ ଦାନ ଓ ବଳିଗୁଡ଼ିକ ପରମେଶ୍ୱରଙ୍କୁ ଉତ୍ସର୍ଗ କରାଯାଏ, ତଦ୍ଦ୍ୱାରା ଉପାସକ ପାପରୁ ସମ୍ପୂର୍ଣ୍ଣ ଧୌତ ହୋଇପାରେ ନାହିଁ। ଉକ୍ତ ବଳି ହେତୁ ସେ ସିଦ୍ଧିଲାଭ କରିପାରେ ନାହିଁ।

Gade chapit la Kopi




ଏବ୍ରୀ 9:9
16 Referans Kwoze  

ସେଥିର ପ୍ରତିରୂପ ବାପ୍ତିସ୍ମ ଅର୍ଥାତ୍‍ ଶରୀରର ମଳିନତା ଦୂରୀକରଣ ନୁହେଁ, କିନ୍ତୁ ଈଶ୍ୱରଙ୍କ ନିକଟରେ ଶୁଚି ବିବେକ ପାଇବା ନିମନ୍ତେ ପ୍ରାର୍ଥନା, ଯୀଶୁଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଏବେ ତୁମ୍ଭମାନଙ୍କୁ ପରିତ୍ରାଣ କରୁଅଛି;


କାରଣ ପ୍ରତ୍ୟେକ ମହାଯାଜକ ଯେପରି ପାପ ନିମନ୍ତେ ନୈବେଦ୍ୟ ଓ ବଳି ଉତ୍ସର୍ଗ କରି ପାରନ୍ତି, ସେଥିପାଇଁ ସେ ମନୁଷ୍ୟମାନଙ୍କ ମଧ୍ୟରୁ ନୀତ ହୋଇ ଈଶ୍ୱରଙ୍କ ସେବା ସମ୍ବନ୍ଧରେ ମନୁଷ୍ୟମାନଙ୍କ ପକ୍ଷରେ ନିଯୁକ୍ତ ହୁଅନ୍ତି ।


ତଥାପି ଯେଉଁମାନେ ଆଦମଙ୍କ ଆଜ୍ଞାଲଙ୍ଘନ ସଦୃଶ ପାପ କରି ନ ଥିଲେ, ଆଦମଙ୍କଠାରୁ ମୋଶାଙ୍କ ପର୍ଯ୍ୟନ୍ତ ସେମାନଙ୍କ ଉପରେ ସୁଦ୍ଧା ମୃତ୍ୟୁ ରାଜତ୍ୱ କରିଥିଲା; ଯାହାଙ୍କ ଆଗମନର କଥା ଥିଲା, ଆଦମ ତାହାଙ୍କର ପ୍ରତିରୂପ ।


କାରଣ ଈଶ୍ୱର ଯେ ମୃତମାନଙ୍କ ମଧ୍ୟରୁ ସୁଦ୍ଧା ଉତ୍ଥାପନ କରିବାକୁ ସମର୍ଥ, ଆକ୍ଷରିକ ଭାବେ, ସେ ମଧ୍ୟ ତାଙ୍କୁ ଦୃଷ୍ଟାନ୍ତଭାବେ ମୃତ୍ୟୁରୁ ଫେରି ପାଇଲେ ।


ଆହୁରି ମଧ୍ୟ, ପ୍ରତ୍ୟେକ ଯାଜକ ପ୍ରତିଦିନ ସେବା କରିବା ପାଇଁ ଓ ଥରକୁଥର ସେହି ଏକ ପ୍ରକାର ବଳି ଉତ୍ସର୍ଗ କରିବା ପାଇଁ ଠିଆ ହୋଇଥାଆନ୍ତି; ଏହି ସବୁ କେବେ ପାପ ହରଣ କରି ପାରେ ନାହିଁ ।


କାରଣ ପ୍ରକୃତ ବିଷୟର ପ୍ରତିରୂପ ଯେ ହସ୍ତକୃତ ମହାପବିତ୍ର ସ୍ଥାନ, ସେଥିରେ ଖ୍ରୀଷ୍ଟ ପ୍ରବେଶ ନ କରି ବରଂ ଆମ୍ଭମାନଙ୍କ ନିମନ୍ତେ ଏବେ ଈଶ୍ୱରଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ସ୍ୱର୍ଗରେ ପ୍ରବେଶ କରିଅଛନ୍ତି ।


ଆହୁରି ମଧ୍ୟ, ଯେଉଁ ଲେବୀୟ ଯାଜକତ୍ୱ ଅଧୀନରେ ଲୋକମାନେ ମୋଶାଙ୍କ ବ୍ୟବସ୍ଥା ପ୍ରାପ୍ତ ହେଲେ, ସେହି ଯାଜକତ୍ତ୍ୱ ଦ୍ୱାରା ଯଦି ସିଦ୍ଧି ଲାଭ ହୁଅନ୍ତା, ତାହାହେଲେ ହାରୋଣଙ୍କ ଶ୍ରେଣୀ ଅନୁସାରେ ଗଣିତ ନ ହୋଇ ମଲ୍‍କୀଷେଦକଙ୍କ ସଦୃଶ ଅନ୍ୟ ଜଣେ ଯାଜକ ଉତ୍ପନ୍ନ ହେବାର ଆଉ କ'ଣ ଆବଶ୍ୟକ ଥିଲା ?


ତେବେ ମୋଶାଙ୍କ ବ୍ୟବସ୍ଥା କି ଈଶ୍ୱରଙ୍କ ପ୍ରତିଜ୍ଞାସମୂହର ବିରୁଦ୍ଧ ? ତାହା କେବେ ହେଁ ନ ହେଉ; କାରଣ ଯଦି ଜୀବନ ଦେବାକୁ ସମର୍ଥ ଏପରି ମୋଶାଙ୍କ ବ୍ୟବସ୍ଥା ଦିଆଯାଇଥାନ୍ତା, ତେବେ ଧାର୍ମିକତା ପ୍ରକୃତରେ ମୋଶାଙ୍କ ବ୍ୟବସ୍ଥାମୂଳକ ହୁଅନ୍ତା ।


ଯୀଶୁ ଖ୍ରୀଷ୍ଟ ଯେବେ ପୃଥିବୀରେ ଥାଆନ୍ତେ, ତାହାହେଲେ ଯାଜକ ସୁଦ୍ଧା ହୋଇ ପାରି ନ ଥାଆନ୍ତେ, କାରଣ ଯେଉଁମାନେ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଦାନ ଉତ୍ସର୍ଗ କରନ୍ତି, ଏପରି ଯାଜକମାନେ ଅଛନ୍ତି;


Swiv nou:

Piblisite


Piblisite