Biblia Todo Logo
Bib sou entènèt

- Piblisite -




ହୋଶେୟ 1:11 - ଓଡିଆ ବାଇବେଲ

11 ଆଉ, ଯିହୁଦାର ସନ୍ତାନଗଣ ଓ ଇସ୍ରାଏଲର ସନ୍ତାନଗଣ ଏକତ୍ର ସଂଗ୍ରହ କରାଯିବେ ଓ ସେମାନେ ଆପଣାମାନଙ୍କ ଉପରେ ଏକ ଜଣକୁ ପ୍ରଧାନ ରୂପେ ନିଯୁକ୍ତ କରି ଦେଶରୁ ଯାତ୍ରା କରିବେ; କାରଣ ଯିଷ୍ରିୟେଲର ଦିନ ମହତ୍ ଦିନ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଆଉ, ଯିହୁଦାର ସନ୍ତାନଗଣ ଓ ଇସ୍ରାଏଲର ସନ୍ତାନଗଣ ଏକତ୍ର ସଂଗ୍ରହ କରାଯିବେ ଓ ସେମାନେ ଆପଣାମାନଙ୍କ ଉପରେ ଏକ ଜଣକୁ ପ୍ରଧାନ ରୂପେ ନିଯୁକ୍ତ କରି ଦେଶରୁ ଯାତ୍ରା କରିବେ; କାରଣ ଯିଷ୍ରିୟେଲର ଦିନ ମହତ ଦିନ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆଉ, ଯିହୁଦାର ସନ୍ତାନଗଣ ଓ ଇସ୍ରାଏଲର ସନ୍ତାନଗଣ ଏକତ୍ର ସଂଗ୍ରହ କରାଯିବେ ଓ ସେମାନେ ଆପଣାମାନଙ୍କ ଉପରେ ଏକ ଜଣକୁ ପ୍ରଧାନ ରୂପେ ନିଯୁକ୍ତ କରି ଦେଶରୁ ଯାତ୍ରା କରିବେ; କାରଣ ଯିଷ୍ରିୟେଲର ଦିନ ମହତ୍ ଦିନ ହେବ।

Gade chapit la Kopi

ପବିତ୍ର ବାଇବଲ

11 “ତା'ପରେ ଯିହୁଦା ଓ ଇସ୍ରାଏଲର ଲୋକମାନେ ଏକତ୍ରିତ ହେବେ। ସେମାନେ ସେମାନଙ୍କ ପାଇଁ ଜଣେ ରାଜା ବାଛିବେ ଏବଂ ସେମାନଙ୍କର ଦେଶ ସବୁଠାରୁ ବଡ଼ ହେବ। ଯିଷ୍ରିୟେଲର ସମୟ ପ୍ରକୃତ ବଡ଼ ହେବ।”

Gade chapit la Kopi




ହୋଶେୟ 1:11
24 Referans Kwoze  

ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ।”


ମାତ୍ର ସଦାପ୍ରଭୁ କହନ୍ତି, “ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ;


କାରଣ ଯଦି ସେମାନଙ୍କର ଦୂରୀକରଣ ଦ୍ୱାରା ଜଗତର ମିଳନ ଘଟିଲା, ତେବେ ସେମାନଙ୍କ ଗ୍ରହଣ ଦ୍ୱାରା କ'ଣ ନିଶ୍ଚୟ ମୃତମାନଙ୍କ ମଧ୍ୟରୁ ଜୀବନ ଲାଭ ନ ହେବ ?


ପୁଣି, ଆମ୍ଭେ ଇସ୍ରାଏଲକୁ ପୁନର୍ବାର ତାହାର ଚରାସ୍ଥାନକୁ ଆଣିବା ଓ ସେ କର୍ମିଲ ଓ ବାଶନର ଉପରେ ଚରିବ, ଆଉ ଇଫ୍ରୟିମର ପର୍ବତମାନର ଉପରେ ଓ ଗିଲୀୟଦରେ ତାହାର ପ୍ରାଣ ତୃପ୍ତ ହେବ।”


କାରଣ ସଦାପ୍ରଭୁ କହନ୍ତି, ‘ଦେଖ, ଯେଉଁ ସମୟରେ ଆମ୍ଭେ ଆପଣା ଲୋକ ଇସ୍ରାଏଲର ଓ ଯିହୁଦାର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ଏପରି ସମୟ ଆସୁଅଛି,’ ସଦାପ୍ରଭୁ କହନ୍ତି; ‘ହଁ, ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶକୁ ସେମାନଙ୍କୁ ଫେରାଇ ଆଣିବା ଓ ସେମାନେ ତାହା ଅଧିକାର କରିବେ।’”


ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ୱେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ।”


ହାୟ ହାୟ ! ସେ ଦିନ ମହତ, ତାହା ତୁଲ୍ୟ ଦିନ ଆଉ ନାହିଁ, ତାହା ଯାକୁବର ସଙ୍କଟ କାଳ; ମାତ୍ର ସେ ତହିଁରୁ ଉଦ୍ଧାର ପାଇବ।’


ପୁଣି, ସେମାନଙ୍କର ଅଧିପତି ସେମାନଙ୍କ ମଧ୍ୟରୁ ହେବେ ଓ ସେମାନଙ୍କର ଶାସନକର୍ତ୍ତା ସେମାନଙ୍କ ମଧ୍ୟରୁ ନିର୍ଗତ ହେବେ; ଆଉ, ଆମ୍ଭେ ତାଙ୍କୁ ଆପଣାର ନିକଟବର୍ତ୍ତୀ କରାଇବା ଓ ସେ ଆମ୍ଭ ନିକଟକୁ ଆସିବେ,’ କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭ ନିକଟକୁ ଆସିବା ପାଇଁ ଯେ ସାହସ କରିଅଛନ୍ତି, ସେ କିଏ ?


“ଦେଖ, ଆମ୍ଭେ ଆପଣା କ୍ରୋଧ ଓ ପ୍ରଚଣ୍ଡ କୋପ ଓ ମହାରୋଷରେ ସେମାନଙ୍କୁ ଯେସକଳ ଦେଶରେ ଛିନ୍ନଭିନ୍ନ କରିଅଛୁ, ସେହି ସକଳ ଦେଶରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଏହି ସ୍ଥାନକୁ ଆଣିବା ଓ ଆମ୍ଭେ ସେମାନଙ୍କୁ ନିରାପଦରେ ବାସ କରାଇବା।


ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଏବେ ଆମ୍ଭେ ଯାକୁବର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ସମୁଦାୟ ଇସ୍ରାଏଲ ବଂଶ ପ୍ରତି ଦୟା କରିବା; ଆଉ, ଆମ୍ଭେ ଆପଣା ପବିତ୍ର ନାମ ପକ୍ଷରେ ଉଦ୍‍ଯୋଗୀ ହେବା।


ତୁମ୍ଭେମାନେ ଆପଣାମାନଙ୍କର ଭ୍ରାତୃଗଣଙ୍କୁ “ଅମ୍ମି” ଓ ଆପଣାମାନଙ୍କର ଭଗିନୀଗଣଙ୍କୁ “ରୁହାମା” ବୋଲି କୁହ।


Swiv nou:

Piblisite


Piblisite