Biblia Todo Logo
Bib sou entènèt

- Piblisite -




ହୋଶେୟ 10:3 - ଓଡିଆ ବାଇବେଲ

3 ଅବଶ୍ୟ ଏବେ ସେମାନେ କହିବେ, “ଆମ୍ଭମାନଙ୍କର ରାଜା ନାହିଁ; କାରଣ ଆମ୍ଭେମାନେ ତ ସଦାପ୍ରଭୁଙ୍କୁ ଭୟ କରୁ ନାହୁଁ, ଏଣୁ ରାଜା ଆମ୍ଭମାନଙ୍କ ପାଇଁ କଅଣ କରି ପାରିବ ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଅବଶ୍ୟ ଏବେ ସେମାନେ କହିବେ, ଆମ୍ଭମାନଙ୍କର ରାଜା ନାହିଁ; କାରଣ ଆମ୍ଭେମାନେ ତ ସଦାପ୍ରଭୁଙ୍କୁ ଭୟ କରୁ ନାହୁଁ, ଏଣୁ ରାଜା ଆମ୍ଭମାନଙ୍କ ପାଇଁ କଅଣ କରି ପାରିବ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଅବଶ୍ୟ ଏବେ ସେମାନେ କହିବେ, “ଆମ୍ଭମାନଙ୍କର ରାଜା ନାହିଁ; କାରଣ ଆମ୍ଭେମାନେ ତ ସଦାପ୍ରଭୁଙ୍କୁ ଭୟ କରୁ ନାହୁଁ, ଏଣୁ ରାଜା ଆମ୍ଭମାନଙ୍କ ପାଇଁ କଅଣ କରି ପାରିବ?”

Gade chapit la Kopi

ପବିତ୍ର ବାଇବଲ

3 ବର୍ତ୍ତମାନ ଇସ୍ରାଏଲୀୟମାନେ କୁହନ୍ତି, “ଆମ୍ଭମାନଙ୍କର ରାଜା ନାହାନ୍ତି। ଆମ୍ଭେ ସଦାପ୍ରଭୁଙ୍କୁ ସମ୍ମାନ କରୁ ନାହୁଁ ଏବଂ ତାଙ୍କର ରାଜା ଆମ୍ଭମାନଙ୍କର କିଛି କରି ପାରିବେ ନାହିଁ।”

Gade chapit la Kopi




ହୋଶେୟ 10:3
14 Referans Kwoze  

ତୁମ୍ଭର ମହା ଦୁଷ୍ଟତା ସକାଶୁ ବେଥେଲ୍‍ ତୁମ୍ଭ ପ୍ରତି ସେହି ପ୍ରକାର କରିବ; ଇସ୍ରାଏଲର ରାଜା ଅରୁଣୋଦୟ ସମୟରେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହେବ।


ଆମ୍ଭେ ଆପଣା କ୍ରୋଧରେ ତୁମ୍ଭକୁ ରାଜା ଦେଇଅଛୁ ଓ ଆପଣା କୋପରେ ତାହାକୁ ନେଇ ଯାଇଅଛୁ।


ଶମରୀୟାର ରାଜା ଜଳ ଉପରିସ୍ଥ ଫେଣ ତୁଲ୍ୟ ଉଚ୍ଛିନ୍ନ ହେଲା।


ସେଥିରେ ସେମାନେ ଚିତ୍କାର କଲେ, ତାହାକୁ ବଧ କର, ବଧ କର, କ୍ରୁଶରେ ଚଢ଼ାଅ । ପୀଲାତ ସେମାନଙ୍କୁ କହିଲେ, ଆମ୍ଭେ କ'ଣ ତୁମ୍ଭମାନଙ୍କ ରାଜାଙ୍କୁ କ୍ରୁଶରେ ଚଢ଼ାଇବା ? ପ୍ରଧାନ ଯାଜକମାନେ ଉତ୍ତର ଦେଲେ, କାଇସରଙ୍କ ବିନା ଆମ୍ଭମାନଙ୍କ ଆଉ ରାଜା ନାହିଁ ।


ଏବେ ତୁମ୍ଭେ କାହିଁକି ଘୋର ଚିତ୍କାର କରୁଅଛ ? ତୁମ୍ଭ ମଧ୍ୟରେ କି ରାଜା ନାହିଁ, ତୁମ୍ଭର ମନ୍ତ୍ରୀ ବିନଷ୍ଟ ହୋଇଅଛି ବୋଲି କି ସ୍ତ୍ରୀର ପ୍ରସବ ବେଦନା ତୂଲ୍ୟ ବେଦନା ତୁମ୍ଭକୁ ଆକ୍ରାନ୍ତ କରିଅଛି ?


କାରଣ ଇସ୍ରାଏଲ ସନ୍ତାନଗଣ ଅନେକ ଦିନ ପର୍ଯ୍ୟନ୍ତ ରାଜାହୀନ, ଅଧିପତିହୀନ, ଯଜ୍ଞହୀନ, ସ୍ତମ୍ଭହୀନ ଓ ଏଫୋଦ ଅବା ଠାକୁରହୀନ ହୋଇ ରହିବେ;


ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।


ସେ ମିସର ଦେଶକୁ ଫେରି ଯିବ ନାହିଁ; ମାତ୍ର ଅଶୂରୀୟ ତାହାର ରାଜା ହେବ, କାରଣ ସେ ଫେରି ଆସିବାକୁ ଅସମ୍ମତ ହେଲା।


ମାତ୍ର ଯେବେ ତୁମ୍ଭେମାନେ ନିତାନ୍ତ ମନ୍ଦ ଆଚରଣ କରିବ, ତେବେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ରାଜା ଉଭୟ ବିନଷ୍ଟ ହେବ।


ସେମାନେ କହନ୍ତି, ଆମ୍ଭେମାନେ ଜିହ୍ୱା ଦ୍ୱାରା ପ୍ରବଳ ହେବା; ଆମ୍ଭମାନଙ୍କ ଓଷ୍ଠାଧର ଆମ୍ଭମାନଙ୍କ ନିଜର; ଆମ୍ଭମାନଙ୍କ ଉପରେ କର୍ତ୍ତା କିଏ ?


ସେମାନେ କହନ୍ତି, “ଆମ୍ଭେମାନେ ଯେପରି ଖୋଜି ପାରିବା, ଏଥିପାଇଁ ସେ ତ୍ୱରା କରନ୍ତୁ, ସେ ଆପଣା କାର୍ଯ୍ୟ ଶୀଘ୍ର କରନ୍ତୁ; ଆଉ, ଆମ୍ଭେମାନେ ଯେପରି ଜାଣି ପାରିବା, ଏଥିପାଇଁ ଇସ୍ରାଏଲର ଧର୍ମସ୍ୱରୂପଙ୍କ ମନ୍ତ୍ରଣା ଉପସ୍ଥିତ ହୋଇ ଘଟୁ।”


ଯିହୁଦାର ରାଜା ଉଷୀୟଙ୍କ ରାଜତ୍ଵର ଅଣଚାଳିଶ ବର୍ଷରେ ଯାବେଶଙ୍କର ପୁତ୍ର ଶଲ୍ଲୁମ୍‍ ରାଜତ୍ଵ କରିବାକୁ ଆରମ୍ଭ କଲେ; ଆଉ ସେ ଶମରୀୟାରେ ଏକ ମାସ କାଳ ରାଜ୍ୟ କଲେ।


ଅଧିପତିମାନଙ୍କ ଉପରେ ନିର୍ଭର ରଖିବା ଅପେକ୍ଷା ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ।


ତୁମ୍ଭର ନଗରସମୂହରେ ତୁମ୍ଭକୁ ରକ୍ଷା କରିବା ପାଇଁ ଏବେ ତୁମ୍ଭର ରାଜା କାହିଁ ? ମୋତେ ରାଜା ଓ ଅଧିପତିଗଣ ଦିଅ ବୋଲି ଯେଉଁମାନଙ୍କ ବିଷୟରେ ତୁମ୍ଭେ କହିଲ, ତୁମ୍ଭର ସେହି ବିଚାରକର୍ତ୍ତାଗଣ କାହାନ୍ତି ?


Swiv nou:

Piblisite


Piblisite