Biblia Todo Logo
Bib sou entènèt

- Piblisite -




ହୋଶେୟ 11:12 - ଓଡିଆ ବାଇବେଲ

12 ଇଫ୍ରୟିମ ମିଥ୍ୟା କଥାରେ ଓ ଇସ୍ରାଏଲ ବଂଶ ପ୍ରବଞ୍ଚନାରେ ଆମ୍ଭକୁ ଘେରୁଅଛନ୍ତି; ମାତ୍ର ଯିହୁଦା ଏବେ ମଧ୍ୟ ପରମେଶ୍ୱରଙ୍କ ସହିତ କର୍ତ୍ତୃତ୍ୱ କରୁଅଛି ଓ ଧର୍ମସ୍ୱରୂପଙ୍କ ସହିତ ବିଶ୍ୱସ୍ତ ହୋଇ ରହିଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଇଫ୍ରୟିମ ମିଥ୍ୟା କଥାରେ ଓ ଇସ୍ରାଏଲ ବଂଶ ପ୍ରବଞ୍ଚନାରେ ଆମ୍ଭକୁ ଘେରୁଅଛନ୍ତି; ମାତ୍ର ଯିହୁଦା ଏବେ ହେଁ ପରମେଶ୍ଵରଙ୍କ ସହିତ କର୍ତ୍ତୃତ୍ଵ କରୁଅଛି ଓ ଧର୍ମସ୍ଵରୂପଙ୍କ ସହିତ ବିଶ୍ଵସ୍ତ ହୋଇ ରହିଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଇଫ୍ରୟିମ ମିଥ୍ୟା କଥାରେ ଓ ଇସ୍ରାଏଲ ବଂଶ ପ୍ରବଞ୍ଚନାରେ ଆମ୍ଭକୁ ଘେରୁଅଛନ୍ତି; ମାତ୍ର ଯିହୁଦା ଏବେ ମଧ୍ୟ ପରମେଶ୍ୱରଙ୍କ ସହିତ କର୍ତ୍ତୃତ୍ୱ କରୁଅଛି ଓ ଧର୍ମସ୍ୱରୂପଙ୍କ ସହିତ ବିଶ୍ୱସ୍ତ ହୋଇ ରହିଅଛି।

Gade chapit la Kopi

ପବିତ୍ର ବାଇବଲ

12 “ଇଫ୍ରୟିମ ମିଥ୍ୟାରେ ଆମ୍ଭର ଗ୍ଭରିପାଖରେ ଘେରିଗଲା। ଇସ୍ରାଏଲର ପରିବାର ଆମ୍ଭ ପ୍ରତି ବିଶ୍ୱାସଘାତକତା କରିଛନ୍ତି। କିନ୍ତୁ ଯିହୁଦା ପରମେଶ୍ୱରଙ୍କ ସହିତ ଅଛି ଏବଂ ଧର୍ମସ୍ୱରୂପଙ୍କ ସହିତ ବିଶ୍ୱସ୍ତ ଅଛି।”

Gade chapit la Kopi




ହୋଶେୟ 11:12
20 Referans Kwoze  

ମୁଁ ଯେପରି ଜୟ କରି ମୋର ପିତାଙ୍କ ସହିତ ତାହାଙ୍କ ସିଂହାସନରେ ବସିଅଛି, ସେପରି ଯେ ଜୟ କରେ, ମୁଁ ତାହାକୁ ମୋ ସହିତ ମୋର ସିଂହାସନରେ ବସିବାକୁ ଦେବି ।


ସେ ଜଣେ ବ୍ୟବସାୟୀ ଅଟେ, ତାହାର ହସ୍ତରେ ଛଳନାର ନିକ୍ତି ଅଛି; ସେ ଉପଦ୍ରବ କରିବାକୁ ଭଲ ପାଏ।


ସେ ଭସ୍ମ ଭୋଜନ କରେ; ସେ ଯେପରି ଆପଣା ପ୍ରାଣ ଉଦ୍ଧାର କରି ନ ପାରେ, କିଅବା ଆମ୍ଭ ଡାହାଣ ହସ୍ତରେ କି ମିଥ୍ୟା ନାହିଁ, ଏହା କହି ନ ପାରେ, ଏଥିପାଇଁ ଭ୍ରାନ୍ତ ଚିତ୍ତ ତାହାକୁ ବିପଥଗାମୀ କରିଅଛି।”


ପୁଣି, ସେମାନଙ୍କୁ ଆମ୍ଭମାନଙ୍କ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ରାଜ କୂଳ ଓ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ୱ କରିବେ ।


ପୁଣି, ଆମ୍ଭମାନଙ୍କୁ ଗୋଟିଏ ରାଜକୁଳ ପରି ଆପଣା ଈଶ୍ୱର ଓ ପିତାଙ୍କ ନିକଟରେ ଯାଜକ ସ୍ୱରୂପେ ନିଯୁକ୍ତି କରିଅଛନ୍ତି, ତାହାଙ୍କ ଗୌରବ ଓ ପରାକ୍ରମ ଯୁଗେ ଯୁଗେ ହେଉ । ଆମେନ୍ ।


ଅବା ସାଧୁମାନେ ଯେ ଜଗତର ବିଚାର କରିବେ, ଏକଥା କି ତୁମ୍ଭେମାନେ ଜାଣ ନାହିଁ ? ଆଉ ଯଦି ଜଗତ ତୁମ୍ଭମାନଙ୍କ ଦ୍ୱାରା ବିଚାରିତ ହୁଏ, ତେବେ ତୁମ୍ଭେମାନେ କି ସାମାନ୍ୟ ସାମାନ୍ୟ ବିଷୟ ବିଚାର କରିବାକୁ ଅଯୋଗ୍ୟ ?


ସେହି ସ୍ଥାନର ଧନୀ ଲୋକମାନେ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଅଛନ୍ତି ଓ ତହିଁର ନିବାସୀଗଣ ମିଥ୍ୟା କହିଅଛନ୍ତି, ପୁଣି ସେମାନଙ୍କ ମୁଖ ମଧ୍ୟରେ ସେମାନଙ୍କ ଜିହ୍ୱା ପ୍ରବଞ୍ଚକ।


ଆହୁରି, ପ୍ରଭୁ କହିଲେ, “ଏହି ଲୋକମାନେ ଆମ୍ଭର ନିକଟବର୍ତ୍ତୀ ହୁଅନ୍ତି ଓ ସେମାନେ ଆପଣା ଆପଣା ମୁଖରେ ଓ ଓଷ୍ଠାଧରରେ ଆମ୍ଭର ସମ୍ମାନ କରନ୍ତି, ମାତ୍ର ସେମାନେ ଆପଣା ଆପଣା ଅନ୍ତଃକରଣ ଆମ୍ଭଠାରୁ ଦୂରରେ ରଖିଅଛନ୍ତି ଓ ଆମ୍ଭ ବିଷୟକ ସେମାନଙ୍କର ଯେଉଁ ଭୟ, ତାହା ମନୁଷ୍ୟଠାରୁ ଶିକ୍ଷିତ ଆଜ୍ଞା ଅଟେ।”


ମାତ୍ର ସେମାନେ ମୁଖରେ ତାହାଙ୍କର ଚାଟୁବାଦ କଲେ ଓ ଜିହ୍ୱାରେ ତାହାଙ୍କ ନିକଟରେ ମିଥ୍ୟା କହିଲେ।


ସେ କହିଲେ, “ତୁମ୍ଭେ ଯାକୁବ ନାମରେ ଆଉ ବିଖ୍ୟାତ ହେବ ନାହିଁ, ମାତ୍ର ଇସ୍ରାଏଲ ନାମରେ ବିଖ୍ୟାତ ହେବ; କାରଣ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ସହିତ ଯୁଦ୍ଧ କରି ଜୟୀ ହୋଇଅଛ।”


ଇଫ୍ରୟିମ ବାୟୁ ଭୋଜନ କରେ ଓ ପୂର୍ବୀୟ ବାୟୁର ପଛେ ପଛେ ଗମନ କରେ; ସେ ସର୍ବଦା ମିଥ୍ୟା କଥା ଓ ଉପଦ୍ରବ ବୃଦ୍ଧି କରେ ଓ ସେମାନେ ଅଶୂରର ସହିତ ନିୟମ କରନ୍ତି ଓ ମିସରକୁ ତୈଳ ପଠାନ୍ତି।


ସେମାନେ ଫେରି ଆସନ୍ତି ସତ୍ୟ, ମାତ୍ର ଊର୍ଦ୍ଧ୍ୱସ୍ଥଙ୍କ ପ୍ରତି ନୁହେଁ; ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ; ସେମାନଙ୍କ ଅଧିପତିମାନେ ଆପଣା ଆପଣା ଜିହ୍ୱାର ପ୍ରଚଣ୍ଡତା ସକାଶୁ ଖଡ୍ଗ ଦ୍ୱାରା ପତିତ ହେବେ; ଏହା ମିସର ଦେଶରେ ସେମାନଙ୍କ ପକ୍ଷରେ ଉପହାସର ବିଷୟ ହେବ।


ହେ ଇସ୍ରାଏଲ, ତୁମ୍ଭେ ଯଦ୍ୟପି ବେଶ୍ୟାବୃତ୍ତି କର, ତଥାପି ଯିହୁଦା ସେପରି ଦୋଷଗ୍ରସ୍ତ ନ ହେଉ; ଆଉ, ତୁମ୍ଭେମାନେ ଗିଲ୍‍ଗଲ୍‍ରେ ଉପସ୍ଥିତ ହୁଅ ନାହିଁ, କିଅବା ବେଥ୍-ଆବନକୁ ଯାଅ ନାହିଁ; ଅଥବା ସେଠାରେ ଜୀବିତ ସଦାପ୍ରଭୁ ବୋଲି ଶପଥ କର ନାହିଁ।


ଅଭିଶାପ ଦେବା, ବିଶ୍ୱାସଲଙ୍ଘନ, ବଧ, ଚୋରି ଓ ବ୍ୟଭିଚାର ବିନା ସେଠାରେ ଆଉ କିଛି ନାହିଁ; ଲୋକମାନେ ବିଦ୍ରୋହୀ ହୋଇ ଉଠନ୍ତି ଓ ରକ୍ତପାତ ଉପରେ ରକ୍ତପାତ କରାଯାଏ।


ପ୍ରଥମ ନଦୀର ନାମ ପିଶୋନ; ତାହା ସ୍ୱର୍ଣ୍ଣୋତ୍ପାଦକ ହବୀଲା ଦେଶସମୂହକୁ ବେଷ୍ଟନ କରେ।


ସେମାନେ ଆପଣାମାନଙ୍କର ଦୁଷ୍ଟତା ଦ୍ୱାରା ରାଜାକୁ ଓ ଆପଣାମାନଙ୍କ ମିଥ୍ୟା ଦ୍ୱାରା ଅଧିପତିମାନଙ୍କୁ ଆନନ୍ଦିତ କରନ୍ତି।


ତୁମ୍ଭେମାନେ ଦୁଷ୍ଟତାରୂପ ଚାଷ କରି ଅଧର୍ମ ସ୍ୱରୂପ ଶସ୍ୟ କାଟିଅଛ; ତୁମ୍ଭେମାନେ ମିଥ୍ୟା କଥାର ଫଳ ଭୋଜନ କରିଅଛ; କାରଣ ତୁମ୍ଭେ ଆପଣା ପଥରେ, ଆପଣାର ବୀରସମୂହରେ ବିଶ୍ୱାସ କରିଅଛ।


Swiv nou:

Piblisite


Piblisite