Biblia Todo Logo
Bib sou entènèt

- Piblisite -




ହୋଶେୟ 11:4 - ଓଡିଆ ବାଇବେଲ

4 ଆମ୍ଭେ ମନୁଷ୍ୟର ବନ୍ଧନୀ, ଅର୍ଥାତ୍‍, ପ୍ରେମରଜ୍ଜୁ ଦ୍ୱାରା ସେମାନଙ୍କୁ ଆକର୍ଷଣ କଲୁ ଓ ଆମ୍ଭେ ସେମାନଙ୍କ କଳପାଟିରୁ ଯୁଆଳି ଉଠାଇ ନେବା ଲୋକ ତୁଲ୍ୟ ହେଲୁ ଓ ଆମ୍ଭେ ସେମାନଙ୍କ ଆଗରେ ଖାଦ୍ୟ ରଖିଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଆମ୍ଭେ ମନୁଷ୍ୟର ବନ୍ଧନୀ, ଅର୍ଥାତ୍, ପ୍ରେମରଜ୍ଜୁ ଦ୍ଵାରା ସେମାନଙ୍କୁ ଆକର୍ଷଣ କଲୁ ଓ ଆମ୍ଭେ ସେମାନଙ୍କ କଳପାଟିରୁ ଯୁଆଳି ଉଠାଇ ନେବା ଲୋକ ତୁଲ୍ୟ ହେଲୁ ଓ ଆମ୍ଭେ ସେମାନଙ୍କ ଆଗରେ ଖାଦ୍ୟ ରଖିଲୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆମ୍ଭେ ମନୁଷ୍ୟର ବନ୍ଧନୀ, ଅର୍ଥାତ୍‍, ପ୍ରେମରଜ୍ଜୁ ଦ୍ୱାରା ସେମାନଙ୍କୁ ଆକର୍ଷଣ କଲୁ ଓ ଆମ୍ଭେ ସେମାନଙ୍କ କଳପାଟିରୁ ଯୁଆଳି ଉଠାଇ ନେବା ଲୋକ ତୁଲ୍ୟ ହେଲୁ ଓ ଆମ୍ଭେ ସେମାନଙ୍କ ଆଗରେ ଖାଦ୍ୟ ରଖିଲୁ।

Gade chapit la Kopi

ପବିତ୍ର ବାଇବଲ

4 ଆମ୍ଭେ ସେମାନଙ୍କୁ ରଜ୍ଜୁରେ ବାନ୍ଧିଥିଲୁ, କିନ୍ତୁ ତାହା ଥିଲା ପ୍ରେମର ରଜ୍ଜୁ। ଆମ୍ଭେ ଜଣେ ବ୍ୟକ୍ତିପରି ସେମାନଙ୍କୁ ମୁକ୍ତ କଲୁ। ଆମ୍ଭେ ନମ୍ର ହେଲୁ ଓ ସେମାନଙ୍କୁ ଖୁଆଇଲୁ।

Gade chapit la Kopi




ହୋଶେୟ 11:4
14 Referans Kwoze  

ଆଉ, ମୁଁ ଯଦି ପୃଥିବୀରୁ ଊର୍ଦ୍ଧ୍ୱକୁ ଉତ୍ଥିତ ହେବି, ତାହାହେଲେ ସମସ୍ତଙ୍କୁ ଆପଣା ନିକଟକୁ ଆକର୍ଷଣ କରିବି ।


ତୁମ୍ଭେମାନେ ଯେପରି ସେମାନଙ୍କର ଦାସ ନ ହେବ, ଏଥିପାଇଁ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆମ୍ଭେ ଅଟୁ; ଆମ୍ଭେ ତୁମ୍ଭମାନଙ୍କ ଯୁଆଳିର ଯୋତ ଭାଙ୍ଗିଅଛୁ ଓ ତୁମ୍ଭମାନଙ୍କୁ ସିଧା ଚାଲିବାକୁ ଦେଇଅଛୁ।


କାରଣ ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭମାନଙ୍କୁ ବଶରେ ରଖି ଚଳାଉଅଛି, ଯେଣୁ ଆମ୍ଭେମାନେ ଏହି ବିଚାର କରିଅଛୁ ଯେ, ଜଣେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କରିଥିବାରୁ ସମସ୍ତେ ମୃତ ହେଲେ;


“ଯେହେତୁ ଆମ୍ଭେ ଯେ ତାହାକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଦେଲୁ ଓ ତାହାର ରୂପା ଓ ସୁନା ବୃଦ୍ଧି କଲୁ, ଏହା ସେ ଜାଣିଲା ନାହିଁ, ସେମାନେ ସେହି ରୂପା, ସୁନା ବାଲ୍‍ଦେବ ଉଦ୍ଦେଶ୍ୟରେ ବ୍ୟୟ କଲେ।


ସେମାନଙ୍କର ସବୁ ଦୁଃଖରେ ସେ ଦୁଃଖିତ ହେଲେ ଓ ତାହାଙ୍କର ଶ୍ରୀମୁଖ ସ୍ୱରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ; ସେ ଆପଣା ପ୍ରେମ ଓ ଆପଣା ଦୟାରେ ସେମାନଙ୍କୁ ମୁକ୍ତ କଲେ ଓ ପୁରାତନ କାଳର ସମସ୍ତ ଦିନ ସେମାନଙ୍କୁ ବହନ କଲେ।


ମୋତେ ତୁମ୍ଭେ ଟାଣି ନିଅ; ପୁଣି ଆମ୍ଭେ ତୁମ୍ଭ ପଛେ ପଛେ ଧାଇଁବା; ରାଜା ଆପଣା ଅନ୍ତଃପୁରକୁ ମୋତେ ଆଣିଅଛନ୍ତି; ଆମ୍ଭେମାନେ ତୁମ୍ଭଠାରେ ଆନନ୍ଦିତ ହେବା ଓ ଉଲ୍ଲାସ କରିବା। ଆମ୍ଭେମାନେ ଦ୍ରାକ୍ଷାରସ ଅପେକ୍ଷା ତୁମ୍ଭ ପ୍ରେମ ବିଷୟ ଅଧିକ କହିବା; ଯଥାର୍ଥରେ ଲୋକେ ତୁମ୍ଭକୁ ପ୍ରେମ କରନ୍ତି।


ସେମାନେ ମାଗନ୍ତେ, ସେ ଭାଟୋଇ ପକ୍ଷୀମାନଙ୍କୁ ଆଣିଲେ ଓ ସ୍ୱର୍ଗୀୟ ଭକ୍ଷ୍ୟରେ ସେମାନଙ୍କୁ ପରିତୃପ୍ତ କଲେ।


ଆମ୍ଭେ ତାହାର ପିତା ହେବା ଓ ସେ ଆମ୍ଭର ପୁତ୍ର ହେବ; ସେ ଅପରାଧ କଲେ ଆମ୍ଭେ ତାହାକୁ ମନୁଷ୍ୟମାନଙ୍କ ଦଣ୍ଡରେ ଓ ମନୁଷ୍ୟ-ସନ୍ତାନମାନଙ୍କ ପ୍ରହାରରେ ଶାସ୍ତି ଦେବା।


ଏଥିଉତ୍ତାରେ ମୋଶା କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି, ସେ ତୁମ୍ଭମାନଙ୍କୁ ମିସର ଦେଶଠାରୁ ଆଣିବା ସମୟରେ ପ୍ରାନ୍ତର ମଧ୍ୟରେ ଯେଉଁ ଅନ୍ନ ଭୋଜନ କରାଇଲେ, ତାହା ଯେପରି ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ଦେଖନ୍ତି, ଏହେତୁ ସେମାନଙ୍କ ନିମନ୍ତେ ଏକ ଓମର ପରିମାଣ ମାନ୍ନା ରଖ।”


ସଦାପ୍ରଭୁ ଏକାକୀ ତାହାକୁ ଗମନ କରାଇଲେ, ପୁଣି ତାହା ସହିତ କୌଣସି ବିଦେଶୀୟ ଦେବତା ନ ଥିଲା।


ତୁମ୍ଭେ ଗୋଦଧି, ଛାଗର ଦୁଗ୍ଧ ସହିତ ମେଷର ମେଦ, ବାଶନ ଦେଶୀୟ ମେଷ ଓ ଛାଗର ମାଂସ ସହିତ ଉତ୍ତମ ଗହମର ସାର (ଖାଇଲ), ପୁଣି ତୁମ୍ଭେ ଦ୍ରାକ୍ଷାର ରକ୍ତବର୍ଣ୍ଣ ରସ ପାନ କଲ।


Swiv nou:

Piblisite


Piblisite