Biblia Todo Logo
Bib sou entènèt

- Piblisite -




ହୋଶେୟ 12:8 - ଓଡିଆ ବାଇବେଲ

8 ପୁଣି, ଇଫ୍ରୟିମ କହିଲା, “ନିଶ୍ଚୟ ମୁଁ ଧନୀ ହୋଇଅଛି, ମୁଁ ଆପଣା ନିମନ୍ତେ ସମ୍ପତ୍ତି ପାଇଅଛି; ମୋ’ର ସବୁ ପରିଶ୍ରମରେ ସେମାନେ ପାପଯୁକ୍ତ କୌଣସି ଅଧର୍ମ ମୋ’ଠାରେ ପାଇବେ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି, ଇଫ୍ରୟିମ କହିଲା, ନିଶ୍ଚୟ ମୁଁ ଧନୀ ହୋଇଅଛି, ମୁଁ ସମ୍ପତ୍ତି ପାଇଅଛି; ମୋର ସବୁ ପରିଶ୍ରମରେ ସେମାନେ ପାପଯୁକ୍ତ କୌଣସି ଅଧର୍ମ ମୋʼଠାରେ ପାଇବେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, ଇଫ୍ରୟିମ କହିଲା, “ନିଶ୍ଚୟ ମୁଁ ଧନୀ ହୋଇଅଛି, ମୁଁ ଆପଣା ନିମନ୍ତେ ସମ୍ପତ୍ତି ପାଇଅଛି; ମୋʼ ର ସବୁ ପରିଶ୍ରମରେ ସେମାନେ ପାପଯୁକ୍ତ କୌଣସି ଅଧର୍ମ ମୋʼ ଠାରେ ପାଇବେ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

8 ଇଫ୍ରୟିମ କହିଲେ, ‘ମୁଁ ଧନୀ, ମୁଁ ପ୍ରକୃତ ଧନ ଲାଭ କରିଛି। କୌଣସି ବ୍ୟକ୍ତି ମୋର ଅପରାଧ ଜାଣିବ ନାହିଁ। କେହି ମଧ୍ୟ ମୋର ପାପ ଜାଣି ପାରିବ ନାହିଁ।’

Gade chapit la Kopi




ହୋଶେୟ 12:8
29 Referans Kwoze  

ତୁମ୍ଭେ କହୁଅଛ, ମୁଁ ଧନୀ, ମୋହର ବହୁତ ସମ୍ପତ୍ତି ଅଛି, ମୋହର କୌଣସି ଅଭାବ ନାହିଁ; ମାତ୍ର ତୁମ୍ଭେ ଯେ ଦୁର୍ଭାଗା, ଦୀନହୀନ, ଦରିଦ୍ର, ଅନ୍ଧ ଓ ଉଲଙ୍ଗ, ଏହା ଜାଣ ନାହିଁ;


ଦୌରାତ୍ମ୍ୟରେ ନିର୍ଭର ରଖ ନାହିଁ ଓ ଅପହରଣରେ ଦର୍ପୀ ହୁଅ ନାହିଁ; ଧନ ବଢ଼ିଲେ ତହିଁରେ ମନ ଦିଅ ନାହିଁ।


ପୁଣି, ଯେଉଁମାନେ ଈଶ୍ୱରପରାୟଣତାକୁ ଲାଭର ଉପାୟ ବୋଲି ମନେ କରନ୍ତି, ଏପରି ଭ୍ରଷ୍ଟମନା ଓ ସତ୍ୟବର୍ଜିତ ଲୋକମାନଙ୍କର ସର୍ବଦା ବିରୋଧ ଜନ୍ମେ ।


ସେମାନଙ୍କୁ ଯେଉଁମାନେ କ୍ରୟ କରି ବଧ କରନ୍ତି ମାତ୍ର ଦଣ୍ଡ ପାଆନ୍ତି ନାହିଁ; ଆଉ, ଯେଉଁମାନେ ସେମାନଙ୍କୁ ବିକ୍ରୟ କରନ୍ତି, ସେମାନେ କହନ୍ତି, ସଦାପ୍ରଭୁ ଧନ୍ୟ ହେଉନ୍ତୁ, କାରଣ ମୁଁ ଧନୀ ହୋଇଅଛି ଓ ସେମାନଙ୍କର ନିଜ ପାଳକମାନେ ସେମାନଙ୍କୁ ଦୟା କରି ନାହାନ୍ତି।


ସେହି ପ୍ରକାର ବ୍ୟଭିଚାରିଣୀ ସ୍ତ୍ରୀର ଗତି, ସେ ଖାଇ ମୁହଁ ପୋଛି ଦିଏ ଓ କହେ, ଆମ୍ଭେ କିଛି ଅଧର୍ମ କରି ନାହୁଁ।


ଆପଣା ଦୃଷ୍ଟିରେ ନିର୍ମଳ, ଏପରି ଏକ ବଂଶ ଅଛି, ତଥାପି ସେମାନେ ଆପଣା ମଳିନତାରୁ ଧୌତ ହୋଇ ନାହାନ୍ତି।


ଦେଖ, ଏହି ଲୋକ ପରମେଶ୍ୱରଙ୍କୁ ଆପଣାର ବଳ ସ୍ୱରୂପ କଲା ନାହିଁ; ମାତ୍ର ଆପଣା ଧନର ବାହୁଲ୍ୟରେ ନିର୍ଭର କଲା। ପୁଣି, ଆପଣା ଦୁଷ୍ଟତାରେ ଆପଣାକୁ ବଳବାନ କଲା।


ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର ରଖନ୍ତି; ଓ ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି;


ପୁଣି ତୁମ୍ଭେ ଆପଣା ମନେ ମନେ କହିବ, ଆମ୍ଭର ପରାକ୍ରମ ଓ ବାହୁବଳ ଏହିସବୁ ଐଶ୍ୱର୍ଯ୍ୟ ଲାଭ କରିଅଛି।


ଯେଉଁମାନେ ଏହିକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୁଅନ୍ତି ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରନ୍ତି, ବରଂ ଉପଭୋଗ କରିବା ନିମନ୍ତେ ସମସ୍ତ ବିଷୟ ପ୍ରଚୁରଭାବେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ୱର, ତାହାଙ୍କ ଉପରେ ନିର୍ଭର କରନ୍ତି,


ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଯେଉଁମାନେ ନିଜ ନିଜକୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ଧାର୍ମିକ ବୋଲି ଦେଖାନ୍ତି, ତୁମ୍ଭେମାନେ ସେହି ପ୍ରକାର ଲୋକ, କିନ୍ତୁ ଈଶ୍ୱର ତୁମ୍ଭମାନଙ୍କର ହୃଦୟ ଜାଣନ୍ତି; କାରଣ ଯାହା ମନୁଷ୍ୟମାନଙ୍କ ମଧ୍ୟରେ ଉଚ୍ଚୀକୃତ, ତାହା ଈଶ୍ୱରଙ୍କ ଦୃଷ୍ଟିରେ ଘୃଣିତ ।


କୌଣସି ଦାସ ଦୁଇ ପ୍ରଭୁଙ୍କର ସେବା କରି ପାରିବ ନାହିଁ; କାରଣ ସେ ଜଣକୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣକ ପ୍ରତି ଆସକ୍ତ ହେବ ଓ ଅନ୍ୟ ଜଣକୁ ତୁଚ୍ଛ କରିବ । ତୁମ୍ଭେମାନେ ଈଶ୍ୱର ଓ ଧନ ଉଭୟର ଦାସ ହୋଇ ପାରିବ ନାହିଁ ।


ଆଉ ମୁଁ ମୋହର ପ୍ରାଣକୁ କହିବି, ରେ ପ୍ରାଣ, ଅନେକ ବର୍ଷ ନିମନ୍ତେ ତୋର ବହୁତ ଖାଦ୍ୟଶସ୍ୟ ସଞ୍ଚିତ ଅଛି, ବିଶ୍ରାମ କର୍, ଭୋଜନ କର୍, ଆମୋଦ କର୍;


କିନ୍ତୁ ସେ ଆପଣାକୁ ଧାର୍ମିକ ବୋଲି ଦେଖାଇବାକୁ ଇଚ୍ଛା କରି ଯୀଶୁଙ୍କୁ ପଚାରିଲେ, ତେବେ ମୋହର ପ୍ରତିବାସୀ କିଏ ?


ସଦାପ୍ରଭୁ କହନ୍ତି, “ଆମ୍ଭ ବିରୁଦ୍ଧରେ ତୁମ୍ଭମାନଙ୍କର କଥାସବୁ କଠିନ ହୋଇଅଛି” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ତଥାପି ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କାହିଁରେ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ ?”


ଏଥିପାଇଁ ସେ ଆପଣା ଜାଲ ଉଦ୍ଦେଶ୍ୟରେ ବଳିଦାନ କରେ ଓ ଆପଣା ଟଣା ଜାଲ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଏ; କାରଣ ତାହା ଦ୍ୱାରା ତାହାର ବାଣ୍ଟ ପୁଷ୍ଟ ହୁଏ ଓ ତାହାର ଖାଦ୍ୟ ଯଥେଷ୍ଟ ହୁଏ।


ଆମ୍ଭେ ଅଶୁଚି ନୋହୁଁ, ଆମ୍ଭେ ବାଲ୍‍ଦେବଗଣର ପଶ୍ଚାଦ୍‍ଗାମୀ ହୋଇ ନାହୁଁ ବୋଲି ତୁମ୍ଭେ କିପରି କହିପାର ? ଉପତ୍ୟକାରେ ତୁମ୍ଭ ଗତାୟାତ ପଥ ଦେଖ, ଯାହା ତୁମ୍ଭେ କରିଅଛ, ତାହା ଜ୍ଞାତ ହୁଅ; ତୁମ୍ଭେ ଆପଣା ପଥରେ ଭ୍ରମଣକାରିଣୀ ଦ୍ରୁତଗାମିନୀ ଉଷ୍ଟ୍ରୀ;


ତଥାପି ତୁମ୍ଭେ କହିଲ, “ଆମ୍ଭେ ନିର୍ଦ୍ଦୋଷ; ଅବଶ୍ୟ ଆମ୍ଭଠାରୁ ତାହାଙ୍କର କ୍ରୋଧ ଫେରି ଅଛି।” ତୁମ୍ଭେ କହୁଅଛ, “ଆମ୍ଭେ ପାପ କରି ନାହୁଁ,” ଏହେତୁ ଦେଖ, ଆମ୍ଭେ ତୁମ୍ଭର ବିଚାର କରିବା।


ତୁମ୍ଭେମାନେ ଆପଣାମାନଙ୍କର ବାକ୍ୟ ଦ୍ୱାରା ସଦାପ୍ରଭୁଙ୍କୁ କ୍ଳାନ୍ତ କରିଅଛ। ତଥାପି ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କାହିଁରେ ତାହାଙ୍କୁ କ୍ଳାନ୍ତ କରିଅଛୁ ?” “ପ୍ରତ୍ୟେକ ଲୋକ ଯେ କୁକର୍ମ କରେ, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଉତ୍ତମ ଓ ସେମାନଙ୍କଠାରେ ସେ ସନ୍ତୁଷ୍ଟ ହୁଅନ୍ତି,” “ନୋହିଲେ ବିଚାରକର୍ତ୍ତା ପରମେଶ୍ୱର କାହାନ୍ତି ?” ଏପରି କହି କ୍ଳାନ୍ତ କରୁଅଛ।


ତୁମ୍ଭେ ଆପଣାର ମହା ଜ୍ଞାନ ଦ୍ୱାରା ଓ ବାଣିଜ୍ୟ ଦ୍ୱାରା ଆପଣାର ଧନ ବଢ଼ାଇଅଛ, ଆଉ ତୁମ୍ଭର ଧନ ସକାଶୁ ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି।


ସେମାନେ ଆମ୍ଭ ଲୋକମାନଙ୍କ ପାପରେ ପ୍ରତିପୋଷିତ ହୁଅନ୍ତି, ଆଉ ସେମାନଙ୍କ ଅଧର୍ମରେ ଆପଣା ଆପଣା ଅନ୍ତଃକରଣକୁ ଆସକ୍ତ କରନ୍ତି।


ସେମାନେ ଆମ୍ଭମାନଙ୍କ ଚରାଣି ସ୍ଥାନ ଅନୁସାରେ ପରିତୃପ୍ତ ହେଲେ; ସେମାନେ ପରିତୃପ୍ତ ହୋଇ ଅନ୍ତଃକରଣରେ ଗର୍ବିତ ହେଲେ; ଏଥିପାଇଁ ସେମାନେ ଆମ୍ଭକୁ ପାସୋରି ଅଛନ୍ତି।


ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟକୁ ଫେରି ଆସ; କାରଣ ତୁମ୍ଭେ ଆପଣା ଅଧର୍ମରେ ପତିତ ହୋଇଅଛ।


ଅଯଥାର୍ଥ ନିକ୍ତି ସଦାପ୍ରଭୁଙ୍କର ଘୃଣା ବିଷୟ। ମାତ୍ର ଯଥାର୍ଥ ବଟଖରା ତାହାଙ୍କର ତୁଷ୍ଟିକର।


ଯେପରି ପିଞ୍ଜର ପକ୍ଷୀରେ ପୂର୍ଣ୍ଣ, ସେପରି ସେମାନଙ୍କର ଗୃହ ଛଳରେ ପୂର୍ଣ୍ଣ; ଏହେତୁ ସେମାନେ ଉନ୍ନତ ଓ ଆହୁରି ଆହୁରି ଧନବନ୍ତ ହୋଇଅଛନ୍ତି।


“ତୁମ୍ଭେମାନେ ଐଫା ସାନ କରି ଓ ଶେକଲ ବଡ଼ କରି, ଆଉ ଛଳନାରୂପ ତରାଜୁରେ ଅଯଥାର୍ଥ କାରବାର କରି କହୁଅଛ, ଅମାବାସ୍ୟା କେତେବେଳେ ଗତ ହେବ, ଆମ୍ଭେମାନେ ଯେପରି ଶସ୍ୟ ବିକ୍ରୟ କରିବୁ ? ବିଶ୍ରାମ ଦିନ କେବେ ଗତ ହେବ, ଆମ୍ଭେମାନେ ଯେପରି ଗହମ ବାହାର କରିବୁ ?


Swiv nou:

Piblisite


Piblisite