Biblia Todo Logo
Bib sou entènèt

- Piblisite -




ହୋଶେୟ 13:4 - ଓଡିଆ ବାଇବେଲ

4 ତଥାପି ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ ଓ ତୁମ୍ଭେ ଆମ୍ଭ ଛଡ଼ା ଆଉ କାହାକୁ ପରମେଶ୍ୱର ବୋଲି ଜାଣିବ ନାହିଁ ଓ ଆମ୍ଭ ବ୍ୟତୀତ ଅନ୍ୟ ତ୍ରାଣକର୍ତ୍ତା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତଥାପି ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ଵର ଅଟୁ ଓ ତୁମ୍ଭେ ଆମ୍ଭ ଛଡ଼ା ଆଉ କାହାକୁ ପରମେଶ୍ଵର ବୋଲି ଜାଣିବ ନାହିଁ ଓ ଆମ୍ଭ ଭିନ୍ନ ଅନ୍ୟ ତ୍ରାଣକର୍ତ୍ତା ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତଥାପି ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ ଓ ତୁମ୍ଭେ ଆମ୍ଭ ଛଡ଼ା ଆଉ କାହାକୁ ପରମେଶ୍ୱର ବୋଲି ଜାଣିବ ନାହିଁ ଓ ଆମ୍ଭ ବ୍ୟତୀତ ଅନ୍ୟ ତ୍ରାଣକର୍ତ୍ତା ନାହିଁ।

Gade chapit la Kopi

ପବିତ୍ର ବାଇବଲ

4 “ମିଶରରେ ତୁମ୍ଭେମାନେ ବାସ କରିବା ଦିନଠାରୁ ଆମ୍ଭେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ହୋଇ ଆସିଛୁ। ତୁମ୍ଭେମାନେ ଆମ୍ଭ ବ୍ୟତୀତ ଅନ୍ୟ କୌଣସି ପ୍ରଭୁଙ୍କୁ ଜାଣି ନ ଥିଲ। ଆମ୍ଭେ ଏକମାତ୍ର ବ୍ୟକ୍ତି ଯେ କି ତୁମ୍ଭମାନଙ୍କୁ ରକ୍ଷା କରୁଥିଲୁ।

Gade chapit la Kopi




ହୋଶେୟ 13:4
14 Referans Kwoze  

ମାତ୍ର ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ; ଆମ୍ଭେ ମହାପର୍ବ ଦିନର ନ୍ୟାୟ ତୁମ୍ଭକୁ ପୁନର୍ବାର ତମ୍ବୁରେ ବାସ କରାଇବା।


କାରଣ ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱର, ଇସ୍ରାଏଲର ଧର୍ମସ୍ୱରୂପ, ତୁମ୍ଭର ତ୍ରାଣକର୍ତ୍ତା ଅଟୁ; ଆମ୍ଭେ ତୁମ୍ଭ ମୁକ୍ତିର ମୂଲ୍ୟ ସ୍ୱରୂପେ ମିସର ଓ ତୁମ୍ଭ ପରିବର୍ତ୍ତେ କୂଶ ଓ ସବା ଦେଶ ଦେଇଅଛୁ।


ତାହାଙ୍କ ଛଡ଼ା ଆଉ କାହାଠାରେ ପରିତ୍ରାଣ ନାହିଁ; କାରଣ ଯାହା ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ ପାଇବାକୁ ହେବ, ଆକାଶ ତଳେ ମନୁଷ୍ୟମାନଙ୍କ ମଧ୍ୟରେ ଆଉ କୌଣସି ନାମ ଦିଆଯାଇ ନାହିଁ ।


ନାନା ଗୋଷ୍ଠୀୟ ସମସ୍ତ ଦେବତା ମଧ୍ୟରେ କିଏ ଆପଣା ଦେଶକୁ ମୋ’ ହସ୍ତରୁ ଉଦ୍ଧାର କରିଅଛି ଯେ, ସଦାପ୍ରଭୁ ମୋ’ ହସ୍ତରୁ ଯିରୂଶାଲମକୁ ଉଦ୍ଧାର କରିବେ ?’”


ପୁଣି, ସେହି ସ୍ଥାନରୁ ଆମ୍ଭେ ତାହାକୁ ତାହାର ଦ୍ରାକ୍ଷାକ୍ଷେତ୍ର ଓ ଭରସାରୂପ ଦ୍ୱାର ନିମନ୍ତେ ଆଖୋର୍‍ ଉପତ୍ୟକା ଦେବା; ପୁଣି, ସେ ଯେପରି ଆପଣା ଯୌବନ କାଳରେ ଓ ମିସର ଦେଶରୁ ଆସିବା ଦିନରେ ଉତ୍ତର କରିଥିଲା, ସେପରି ସେହି ସ୍ଥାନରେ ଉତ୍ତର କରିବ।”


ଆମ୍ଭେ ତୁମ୍ଭକୁ ବିଶ୍ୱସ୍ତତାରେ ଆମ୍ଭ ପାଇଁ ବାଗ୍‍ଦାନ କରିବା; ତହିଁରେ ତୁମ୍ଭେ ସଦାପ୍ରଭୁଙ୍କୁ ଜ୍ଞାତ ହେବ।”


ଇସ୍ରାଏଲର ବାଲ୍ୟ କାଳରେ ଆମ୍ଭେ ତାହାକୁ ସ୍ନେହ କଲୁ ଓ ଆମ୍ଭ ପୁତ୍ରକୁ ମିସରରୁ ଡାକିଲୁ।


ଆହୁରି, ଆମ୍ଭେ ଭବିଷ୍ୟଦ୍‍ବକ୍ତାଗଣ ନିକଟରେ କଥା କହିଅଛୁ ଓ ଆମ୍ଭେ ନାନା ଦର୍ଶନର ବୃଦ୍ଧି କରିଅଛୁ; ଆଉ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ଦୃଷ୍ଟାନ୍ତର କଥା ବ୍ୟବହାର କରିଅଛୁ।


ଏଥିରେ ସଦାପ୍ରଭୁ ସେହି ମତ୍ସ୍ୟକୁ ଆଜ୍ଞା କରନ୍ତେ, ସେ ଯୂନସଙ୍କୁ ଶୁଷ୍କ ଭୂମିରେ ଉଦ୍‍ଗାର କଲା।


Swiv nou:

Piblisite


Piblisite