Biblia Todo Logo
Bib sou entènèt

- Piblisite -




ହୋଶେୟ 13:5 - ଓଡିଆ ବାଇବେଲ

5 ଆମ୍ଭେ ପ୍ରାନ୍ତରରେ ଓ ମହାମରୁଭୂମିରେ ତୁମ୍ଭକୁ ଜାଣିଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଆମ୍ଭେ ପ୍ରାନ୍ତରରେ ଓ ମହାମରୁଭୂମିରେ ତୁମ୍ଭକୁ ଜାଣିଲୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆମ୍ଭେ ପ୍ରାନ୍ତରରେ ଓ ମହାମରୁଭୂମିରେ ତୁମ୍ଭକୁ ଜାଣିଲୁ।

Gade chapit la Kopi

ପବିତ୍ର ବାଇବଲ

5 ଆମ୍ଭେ ତୁମ୍ଭମାନଙ୍କୁ ମରୁଭୂମିରେ ଜାଣିଥିଲୁ-ଶୁଷ୍କ ଭୂମିରେ ତୁମ୍ଭମାନଙ୍କୁ ଜାଣିଥିଲୁ।

Gade chapit la Kopi




ହୋଶେୟ 13:5
16 Referans Kwoze  

ସେ ତାହାକୁ ପ୍ରାନ୍ତର ଦେଶରେ ଓ ପଶୁବୋବାଳିପୂର୍ଣ୍ଣ ଘୋର ମରୁଭୂମିରେ ପାଇଲେ; ସେ ତାହାକୁ ଚାରିଆଡ଼ୁ ଆବୋରିଲେ, ସେ ତାହା ବିଷୟରେ ମନୋଯୋଗ କଲେ, ସେ ତାହାକୁ ଆପଣା ଚକ୍ଷୁର ପିତୁଳା ପରି ରଖିଲେ।


ଯେ ତୁମ୍ଭର ଭବିଷ୍ୟତ ମଙ୍ଗଳ ନିମନ୍ତେ ତୁମ୍ଭକୁ ନମ୍ର କରିବାକୁ ଓ ତୁମ୍ଭର ପରୀକ୍ଷା ନେବାକୁ ଜ୍ୱାଳାଦାୟୀ ସର୍ପ ଓ ବିଚ୍ଛା, ପୁଣି ନିର୍ଜଳ ଶୁଷ୍କ ଭୂମି ଥିବା ଏହି ବିସ୍ତୀର୍ଣ୍ଣ ଓ ଭୟାନକ ପ୍ରାନ୍ତର ଦେଇ ତୁମ୍ଭକୁ ଗମନ କରାଇଲେ; ଯେ ତୁମ୍ଭ ନିମନ୍ତେ ଚକ୍‍ମକି-ପ୍ରସ୍ତରମୟ ଶୈଳରୁ ଜଳ ବାହାର କଲେ;


କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତର ସମସ୍ତ କର୍ମରେ ତୁମ୍ଭଙ୍କୁ ଆଶୀର୍ବାଦ କରିଅଛନ୍ତି; ସେ ଏହି ବିସ୍ତୀର୍ଣ୍ଣ ପ୍ରାନ୍ତରରେ ତୁମ୍ଭ ଯିବାର ଜାଣିଅଛନ୍ତି; ଏହି ଚାଳିଶ ବର୍ଷସାରା ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହୋଇଅଛନ୍ତି; ତୁମ୍ଭର କିଛି ଅଭାବ ହୋଇ ନାହିଁ।’”


କିନ୍ତୁ ଏବେ ଈଶ୍ୱରଙ୍କ ପରିଚୟ ପାଇଅଛ; ବରଂ ଈଶ୍ୱରଙ୍କ ଦ୍ୱାରା ପରିଚିତ ହୋଇଅଛ, ତେବେ କିପରି ଆଉ ଥରେ ଦୁର୍ବଳ ଓ ଅକିଞ୍ଚନ ପ୍ରାଥମିକ ବିଷୟଗୁଡ଼ାକ ପ୍ରତି ଫେରିଯାଇ ପୁନର୍ବାର ସେହି ସବୁର ଦାସ ହେବାକୁ ଇଚ୍ଛା କରୁଅଛ ?


ସଦାପ୍ରଭୁ ମଙ୍ଗଳମୟ ଓ ସଙ୍କଟ ଦିନରେ ଦୃଢ଼ ଦୁର୍ଗ ଅଟନ୍ତି; ଆଉ, ଯେଉଁମାନେ ତାହାଙ୍କଠାରେ ନିର୍ଭର କରନ୍ତି; ସେମାନଙ୍କୁ ସେ ଜାଣନ୍ତି।


ମୋହର ଆତ୍ମା ମୋ’ ଅନ୍ତରରେ ଉଦ୍‍ବିଗ୍ନ ହେବା ବେଳେ ତୁମ୍ଭେ ମୋହର ମାର୍ଗ ଜାଣିଲ। ମୋ’ ଗମନ ପଥରେ ସେମାନେ ମୋ’ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି।


ହେ ପରମେଶ୍ୱର, ତୁମ୍ଭେ ମୋହର ପରମେଶ୍ୱର; ବ୍ୟାକୁଳରେ ମୁଁ ତୁମ୍ଭର ଅନ୍ୱେଷଣ କରିବି; ଜଳଶୂନ୍ୟ ଶୁଷ୍କ ଓ ଶ୍ରାନ୍ତିକର ଦେଶରେ ମୋ’ ପ୍ରାଣ ତୁମ୍ଭ ନିମନ୍ତେ ତୃଷିତ ହୁଏ ଓ ମୋ’ ଶରୀର ତୁମ୍ଭ ପାଇଁ ଲାଳସା କରେ।


ଇସ୍ରାଏଲ ସନ୍ତାନଗଣ ପ୍ରତି ଦୃଷ୍ଟିପାତ କଲେ ଓ ସେମାନଙ୍କ ଅବସ୍ଥା ଜାଣିଲେ।


କିନ୍ତୁ ଯଦି କେହି ଈଶ୍ୱରଙ୍କୁ ପ୍ରେମ କରେ, ସେହି ଜଣ ତାହାଙ୍କ ପରିଚିତ ।


ଅଥବା ଯେ ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ଯେ ପ୍ରାନ୍ତରର, ମରୁଭୂମି ଓ ଗର୍ତ୍ତମୟ ଦେଶର, ଆଉ ନିର୍ଜଳ ଓ ମୃତ୍ୟୁୁଚ୍ଛାୟାରୂପ ଦେଶର, ପୁଣି ପଥିକବିହୀନ ଓ ନିବାସୀଶୂନ୍ୟ ଦେଶର ମଧ୍ୟରେ ଆମ୍ଭମାନଙ୍କୁ କଢ଼ାଇ ଆଣିଲେ, ସେହି ସଦାପ୍ରଭୁ କାହାନ୍ତି, ଏହା ସେମାନେ କହିଲେ ନାହିଁ।


“ଯାଅ ଓ ଯିରୂଶାଲମର କର୍ଣ୍ଣଗୋଚରରେ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭ ଯୌବନାବସ୍ଥାର ଭକ୍ତି, ତୁମ୍ଭ ବିବାହ ସମୟର ପ୍ରେମ, ତୁମ୍ଭେ ପ୍ରାନ୍ତରରେ ଅବୁଣା ଦେଶରେ କିରୂପେ ଆମ୍ଭ ପଶ୍ଚାଦ୍‍ଗମନ କଲ, ଏହା ତୁମ୍ଭ ପକ୍ଷରେ ଆମ୍ଭେ ସ୍ମରଣ କରୁଅଛୁ।


ମୁଁ ତୁମ୍ଭ ଦୟାରେ ଆନନ୍ଦ ଓ ଉଲ୍ଲାସ କରିବି; କାରଣ ତୁମ୍ଭେ ମୋହର କ୍ଳେଶ ଦେଖିଅଛ; ତୁମ୍ଭେ ଦୁର୍ଦ୍ଦଶା ସମୟରେ ମୋ’ ପ୍ରାଣର ତତ୍ତ୍ୱ ନେଇଅଛ।


କାରଣ ସଦାପ୍ରଭୁ ଧାର୍ମିକମାନଙ୍କ ପଥ ଜାଣନ୍ତି; ମାତ୍ର ଦୁଷ୍ଟମାନଙ୍କ ପଥ ବିନଷ୍ଟ ହେବ।


ଦିନରେ ଖରା, ରାତିରେ କାକର, ମୋତେ ଗ୍ରାସ କଲା; ମୋ’ ଆଖିରୁ ନିଦ ପଳାଇ ଗଲା; ଏହିପରି ମୁଁ ଥିଲି;


ଆମ୍ଭେ ଇଫ୍ରୟିମକୁ ଜାଣୁ ଓ ଇସ୍ରାଏଲ ଆମ୍ଭର ଅଗୋଚର ନୁହେଁ; କାରଣ ହେ ଇଫ୍ରୟିମ, ତୁମ୍ଭେ ଏବେ ବେଶ୍ୟାବୃତ୍ତି କରିଅଛ, ଇସ୍ରାଏଲ ଅଶୁଚି ହୋଇଅଛି।


ସଦାପ୍ରଭୁ କହନ୍ତି, “ଆମ୍ଭେ ଦ୍ରାକ୍ଷାଫଳର ନ୍ୟାୟ ଇସ୍ରାଏଲକୁ ପ୍ରାନ୍ତରରେ ପାଇଲୁ; ଆମ୍ଭେ ଡିମ୍ବିରି ବୃକ୍ଷର ପ୍ରଥମକାଳୀନ ଆଦ୍ୟପକ୍ୱ ଡିମ୍ବିରି ଫଳ ସଦୃଶ୍ୟ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଦେଖିଲୁ; ମାତ୍ର ସେମାନେ ବାଲ୍‍-ପିୟୋରର ନିକଟକୁ ଆସି ସେହି ଲଜ୍ଜାସ୍ପଦର ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କଲେ ଓ ଯାହାକୁ ସେମାନେ ପ୍ରେମ କଲେ, ତାହାରି ତୁଲ୍ୟ ଘୃଣାଯୋଗ୍ୟ ହେଲେ।


Swiv nou:

Piblisite


Piblisite