Biblia Todo Logo
Bib sou entènèt

- Piblisite -




ହୋଶେୟ 2:16 - ଓଡିଆ ବାଇବେଲ

16 ଆଉ, ସଦାପ୍ରଭୁ କହନ୍ତି, “ସେହି ଦିନ ତୁମ୍ଭେ ଆମ୍ଭକୁ ‘ଈଶୀ (ଆମ୍ଭର ସ୍ୱାମୀ)’ ବୋଲି ଡାକିବ ଓ ‘ବାଲୀ (କର୍ତ୍ତା)’ ବୋଲି ଆଉ ଡାକିବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଆଉ, ସଦାପ୍ରଭୁ କହନ୍ତି, ସେହି ଦିନ ତୁମ୍ଭେ ଆମ୍ଭକୁ ଈଶୀ (ଆମ୍ଭର ସ୍ଵାମୀ) ବୋଲି ଡାକିବ ଓ ବାଲୀ (କର୍ତ୍ତା) ବୋଲି ଆଉ ଡାକିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆଉ, ସଦାପ୍ରଭୁ କହନ୍ତି, ସେହି ଦିନ ତୁମ୍ଭେ ଆମ୍ଭକୁ ‘ଈଶୀ’ (ଆମ୍ଭର ସ୍ୱାମୀ) ବୋଲି ଡାକିବ ଓ ‘ବାଲୀ’ (କର୍ତ୍ତା) ବୋଲି ଆଉ ଡାକିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

16 ସଦାପ୍ରଭୁ ଏହା କୁହନ୍ତି, “ସେ ସମୟରେ ତୁମ୍ଭେ ଆମ୍ଭକୁ ‘ଆମ୍ଭ ସ୍ୱାମୀ’ ବୋଲି ଡାକିବ। ମାତ୍ର ତୁମ୍ଭେ ଆମ୍ଭକୁ ‘ଆମ୍ଭ ମୁନିବ’ ବୋଲି ଡାକିବ ନାହିଁ।

Gade chapit la Kopi




ହୋଶେୟ 2:16
12 Referans Kwoze  

କାରଣ ତୁମ୍ଭର ନିର୍ମାଣକର୍ତ୍ତା ତୁମ୍ଭର ସ୍ୱାମୀ ଅଟନ୍ତି; ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା; ସେ ସମୁଦାୟ ପୃଥିବୀର ପରମେଶ୍ୱର ବୋଲି ବିଖ୍ୟାତ ହେବେ।


ପୁଣି, ସେ ଆପଣା ପ୍ରେମିକଗଣର ପଛେ ପଛେ ଯିବ, ମାତ୍ର ସେ ସେମାନଙ୍କର ସଙ୍ଗ ଧରିବ ନାହିଁ ଓ ସେ ସେମାନଙ୍କର ଅନ୍ଵେଷଣ କରିବ, ମାତ୍ର ଉଦ୍ଦେଶ୍ୟ ପାଇବ ନାହିଁ; ତହୁଁ ସେ କହିବ, “ମୁଁ ଫେରି ଆପଣା ପ୍ରଥମ ସ୍ୱାମୀ ନିକଟକୁ ଯିବି; କାରଣ ବର୍ତ୍ତମାନ ଅପେକ୍ଷା ସେତେବେଳେ ମୋର ମଙ୍ଗଳ ଥିଲା।”


ସଦାପ୍ରଭୁ କହନ୍ତି, ‘ହେ ବିପଥଗାମୀ ସନ୍ତାନଗଣ, ଫେର; କାରଣ ଆମ୍ଭେ ତୁମ୍ଭମାନଙ୍କର ସ୍ୱାମୀ; ଆମ୍ଭେ ନଗରରୁ ଏକ ଜଣ ଓ ଗୋଷ୍ଠୀ ମଧ୍ୟରୁ ଦୁଇ ଜଣ କରି ତୁମ୍ଭମାନଙ୍କୁ ସିୟୋନକୁ ଆଣିବା;


ଆସ, ଆମ୍ଭେମାନେ ଆନନ୍ଦ ଓ ଉଲ୍ଲାସ କରୁ, କାରଣ ମେଷଶାବକଙ୍କ ବିବାହର ସମୟ ଉପସ୍ଥିତ, ଆଉ ତାହାଙ୍କ କନ୍ୟା ଆପଣାକୁ ସଜ୍ଜିତ କରିଅଛି ।


କାରଣ ଈଶ୍ୱରଙ୍କ ବିଷୟକ ଉଦ୍‍ଯୋଗରେ ମୁଁ ତୁମ୍ଭମାନଙ୍କ ନିମନ୍ତେ ଉଦ୍‍ଯୋଗୀ, ଯେଣୁ ମୁଁ ତୁମ୍ଭମାନଙ୍କୁ ସତୀ କନ୍ୟା ସଦୃଶ ଏକ ସ୍ୱାମୀଠାରେ, ଅର୍ଥାତ୍‍, ଖ୍ରୀଷ୍ଟଙ୍କଠାରେ, ସମର୍ପଣ କରିବା ନିମନ୍ତେ ବାଗ୍‍ଦାନ କରିଅଛି ।


ଯେ କନ୍ୟା ଗ୍ରହଣ କରନ୍ତି, ସେ ବର, କିନ୍ତୁ ବରଙ୍କ ଯେଉଁ ବନ୍ଧୁ ଠିଆ ହୋଇ ତାଙ୍କ କଥା ଶୁଣେ, ସେ ବରଙ୍କ ସ୍ୱର ସକାଶେ ଅତ୍ୟନ୍ତ ଆନନ୍ଦିତ ହୁଏ । ଅତଏବ, ମୋହର ଏହି ଆନନ୍ଦ ପୂର୍ଣ୍ଣ ହୋଇଅଛି ।


ଆଉ ଯାକୁବର ସେହି କନ୍ୟା ଦୀଣାଠାରେ ତାହାର ମନ ଅନୁରକ୍ତ ହେବାରୁ ସେ ସେହି ଯୁବତୀକି ପ୍ରେମ କରି ତାକୁ ପ୍ରୀତିଜନକ ବାକ୍ୟ କହିଲା।


ଏଥିଉତ୍ତାରେ ତାହାର ଉପପତି ତାହାକୁ ପ୍ରୀତିବଚନ କହି ଫେରାଇ ଆଣିବାକୁ ଆପଣା ସଙ୍ଗେ ଏକ ଦାସ ଓ ଦୁଇ ଗର୍ଦ୍ଦଭ ନେଇ ତାହା ନିକଟକୁ ଗଲା; ତହିଁରେ ସେହି ସ୍ତ୍ରୀ ତାହାକୁ ଆପଣା ପିତୃଗୃହକୁ ଆଣିଲା; ତହିଁରେ ସେହି ଯୁବତୀର ପିତା ସେହି ବ୍ୟକ୍ତିକି ଦେଖି ତାହା ସହିତ ସାକ୍ଷାତ କରି ଆନନ୍ଦିତ ହେଲା।


ଏଥିରେ ସେ କହିଲା, “ହେ ମୋହର ପ୍ରଭୁ, ଆପଣଙ୍କ ଦୃଷ୍ଟିରେ ମୁଁ ଅନୁଗ୍ରହ ପାଏ; ଆପଣ ମୋତେ ସାନ୍ତ୍ୱନା କଲେ, ପୁଣି ଆପଣଙ୍କର ଏହି ଦାସୀ ପ୍ରତି କରୁଣାର କଥା କହିଲେ, ମୁଁ ତ ଆପଣଙ୍କର ଏକ ଦାସୀ ତୁଲ୍ୟ ନୁହେଁ।”


ତୁମ୍ଭେମାନେ ଯିରୂଶାଲମକୁ ଚିତ୍ତପ୍ରବୋଧକ କଥା କୁହ, ଆଉ ତାହାର ସଂଗ୍ରାମ ସମାପ୍ତ ହେଲା, ତାହାର ଅପରାଧ କ୍ଷମା ହେଲା, ସେ ସଦାପ୍ରଭୁଙ୍କ ହସ୍ତରୁ ଆପଣାର ସମସ୍ତ ପାପ ସକାଶୁ ଦୁଇ ଗୁଣ ପାଇଅଛି ବୋଲି ତାହା ନିକଟରେ ପ୍ରଚାର କର।


ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗୋଷ୍ଠୀସମୂହର ପ୍ରାନ୍ତରକୁ ଆଣି ସମ୍ମୁଖାସମ୍ମୁଖୀ ହୋଇ ତୁମ୍ଭମାନଙ୍କ ସହିତ ବିଚାର କରିବା।”


Swiv nou:

Piblisite


Piblisite