Biblia Todo Logo
Bib sou entènèt

- Piblisite -




ହୋଶେୟ 2:23 - ଓଡିଆ ବାଇବେଲ

23 ପୁଣି, ଆମ୍ଭେ ଆପଣା ପାଇଁ ତାହାକୁ ଦେଶରେ ରୋପଣ କରିବା; ତହିଁରେ ଯେ ଦୟା ପାଇ ନ ଥିଲା, ତାହା ପ୍ରତି ଆମ୍ଭେ ଦୟା କରିବା; ଆଉ, ଯେଉଁମାନେ ଆମ୍ଭର ଲୋକ ନ ଥିଲେ, ସେମାନଙ୍କୁ ଆମ୍ଭେ କହିବା, ‘ତୁମ୍ଭେ ଆମ୍ଭର ଲୋକ’ ଓ ସେମାନେ କହିବେ, ‘ତୁମ୍ଭେ ଆମ୍ଭର ପରମେଶ୍ୱର।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ପୁଣି, ଆମ୍ଭେ ଆପଣା ପାଇଁ ତାହାକୁ ଦେଶରେ ରୋପଣ କରିବା; ତହିଁରେ ଯେ ଦୟା ପାଇ ନ ଥିଲା, ତାହା ପ୍ରତି ଆମ୍ଭେ ଦୟା କରିବା; ଆଉ, ଯେଉଁମାନେ ଆମ୍ଭର ଲୋକ ନ ଥିଲେ, ସେମାନଙ୍କୁ ଆମ୍ଭେ କହିବା, ତୁମ୍ଭେ ଆମ୍ଭର ଲୋକ ଓ ସେମାନେ କହିବେ, ତୁମ୍ଭେ ଆମ୍ଭର ପରମେଶ୍ଵର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ପୁଣି, ଆମ୍ଭେ ଆପଣା ପାଇଁ ତାହାକୁ ଦେଶରେ ରୋପଣ କରିବା; ତହିଁରେ ଯେ ଦୟା ପାଇ ନ ଥିଲା, ତାହା ପ୍ରତି ଆମ୍ଭେ ଦୟା କରିବା; ଆଉ, ଯେଉଁମାନେ ଆମ୍ଭର ଲୋକ ନ ଥିଲେ, ସେମାନଙ୍କୁ ଆମ୍ଭେ କହିବା, ତୁମ୍ଭେ ଆମ୍ଭର ଲୋକ ଓ ସେମାନେ କହିବେ, ‘ତୁମ୍ଭେ ଆମ୍ଭର ପରମେଶ୍ୱର।’”

Gade chapit la Kopi

ପବିତ୍ର ବାଇବଲ

23 ଆମ୍ଭେ ଇସ୍ରାଏଲ ଭୂମିରେ ବହୁ ମଞ୍ଜି ବୁଣିବା। ଲୋ-ରୁହାମାଙ୍କୁ ଆମ୍ଭେ ଦୟା କରିବା। ଲୋ-ଆମୀକୁ କହିବା, ‘ତୁମ୍ଭେ ଆମ୍ଭ ଲୋକ’ ଏବଂ ସେମାନେ ମୋତେ କହିବେ, ‘ତୁମ୍ଭେ ଆମ୍ଭର ପରମେଶ୍ୱର।’”

Gade chapit la Kopi




ହୋଶେୟ 2:23
33 Referans Kwoze  

ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”


କିମ୍ବା ଈଶ୍ୱର କି କେବଳ ଯିହୂଦୀମାନଙ୍କର ଈଶ୍ୱର ? ସେ କି ଅଣଯିହୂଦୀମାନଙ୍କର ମଧ୍ୟ ଈଶ୍ୱର ନୁହଁନ୍ତି ? ହଁ, ଅଣଯିହୂଦୀମାନଙ୍କର ମଧ୍ୟ ।


“ପୁଣି, ସେଦିନ ଅନେକ ଗୋଷ୍ଠୀ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେବେ ଓ ମୋର ଲୋକ ହେବେ; ଆଉ,” ମୁଁ ତୁମ୍ଭ ମଧ୍ୟରେ ବାସ କରିବି, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।


ପୃଥିବୀର ପ୍ରାନ୍ତସ୍ଥିତ ସମସ୍ତେ ସଦାପ୍ରଭୁଙ୍କୁ ସ୍ମରଣ କରି ତାହାଙ୍କ ପ୍ରତି ଫେରିବେ; ଆଉ, ଅନ୍ୟ ଦେଶୀୟ ଗୋଷ୍ଠୀସକଳ ତୁମ୍ଭ ସମ୍ମୁଖରେ ପ୍ରଣାମ କରିବେ।


କାରଣ ସୂର୍ଯ୍ୟର ଉଦୟଠାରୁ ତହିଁର ଅସ୍ତ ହେବା ପର୍ଯ୍ୟନ୍ତ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ ଓ ପ୍ରତ୍ୟେକ ସ୍ଥାନରେ ଆମ୍ଭ ନାମ ଉଦ୍ଦେଶ୍ୟରେ ଧୂପ ଓ ପବିତ୍ର ନୈବେଦ୍ୟ ଉତ୍ସର୍ଗ କରାଯାଉଅଛି; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ।”


ଆଉ, ଗୋମର ପୁନର୍ବାର ଗର୍ଭଧାରଣ କରି ଏକ କନ୍ୟା ପ୍ରସବ କଲା। ଆଉ, ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭେ ତାହାର ନାମ ଲୋ-ରୁହାମା ରଖ; କାରଣ ଆମ୍ଭେ କୌଣସି ପ୍ରକାରେ ଇସ୍ରାଏଲ ବଂଶକୁ କ୍ଷମା କରିବା ପାଇଁ ସେମାନଙ୍କ ପ୍ରତି ଆଉ ଦୟା ପ୍ରକାଶ କରିବା ନାହିଁ।


ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ମଧ୍ୟରେ ମନୁଷ୍ୟ ଓ ପଶୁ ରୂପ ବୀଜ ବପନ କରିବା, ଏପରି ସମୟ ଆସୁଛି।


ପୁଣି, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା;


ମିସର ଦେଶରୁ ଅଧିପତିମାନେ ଆସିବେ; କୂଶ ପରମେଶ୍ୱରଙ୍କ ପ୍ରତି ହସ୍ତ ପ୍ରସାରିବାକୁ ଚଞ୍ଚଳ ହେବ।


ହେ ମୋର ବଳ, ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟସ୍ୱରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, “ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍‍, ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।”


ତୁମ୍ଭେ ମୋହର ପରମେଶ୍ୱର, ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; ତୁମ୍ଭେ ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି।


ଆଉ, ଯେଉଁ ଗୋଷ୍ଠୀସବୁ ଯିରୂଶାଲମ ବିରୁଦ୍ଧରେ ଆସିଲେ, ସେମାନଙ୍କ ମଧ୍ୟରୁ ଯେଉଁମାନେ ଅବଶିଷ୍ଟ ରହିବେ, ସେ ପ୍ରତ୍ୟେକେ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କ ନିକଟରେ ପ୍ରଣାମ କରିବା ପାଇଁ ଓ ପତ୍ରକୁଟୀର ପର୍ବ ପାଳନ କରିବା ପାଇଁ ବର୍ଷକୁ ବର୍ଷ ଆସିବେ।


ଆଉ, ସଦାପ୍ରଭୁ ସମୁଦାୟ ପୃଥିବୀ ଉପରେ ରାଜା ହେବେ; ସେହି ଦିନ ସଦାପ୍ରଭୁ ଅଦ୍ୱିତୀୟ ହେବେ ଓ ତାହାଙ୍କର ନାମ ଅଦ୍ୱିତୀୟ ହେବ।


ଦେଶ ମଧ୍ୟରେ ପର୍ବତଗଣର ଶିଖରରେ ପ୍ରଚୁର ଶସ୍ୟ ହେବ; ତହିଁର ଫଳ ଲିବାନୋନ ତୁଲ୍ୟ ହଲିବ; ପୁଣି, ନଗରବାସୀମାନେ ପୃଥିବୀର ତୃଣ ତୁଲ୍ୟ ବର୍ଦ୍ଧିଷ୍ଣୁ ହେବେ।


ପୁଣି, ଆମ୍ଭେ ଯେବେ ଗୋଷ୍ଠୀଗଣ ମଧ୍ୟରେ ସେମାନଙ୍କୁ ବିଚ୍ଛିନ୍ନ କରିବା ତେବେ ସେମାନେ ନାନା ଦୂର ଦେଶରେ ଆମ୍ଭକୁ ସ୍ମରଣ କରିବେ; ଆଉ, ସେମାନେ ଆପଣା ଆପଣା ସନ୍ତାନଗଣର ସହିତ ଜୀବିତ ହୋଇ ରହିବେ ଓ ଫେରି ଆସିବେ।


ମୋ’ ପ୍ରିୟତମ ମୋହର ଓ ମୁଁ ତାଙ୍କର ଅଟେ; ସେ କଇଁଫୁଲବନ ମଧ୍ୟରେ ଆପଣା ପଲ ଚରାଉଅଛନ୍ତି।


ସେମାନେ ଆମ୍ଭ ନିକଟରେ କ୍ରନ୍ଦନ କରି କହିବେ, ‘ହେ ଆମ୍ଭର ପରମେଶ୍ୱର, ଆମ୍ଭେମାନେ ଇସ୍ରାଏଲ, ତୁମ୍ଭଙ୍କୁ ଜାଣୁ।’


ଏକ ଜଣ କହିବ, ଆମ୍ଭେ ସଦାପ୍ରଭୁଙ୍କର; ଅନ୍ୟ ଜଣ ଯାକୁବ ନାମରେ ଆପଣାକୁ ଖ୍ୟାତ କରିବ; ଆଉ, ଜଣେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱହସ୍ତରେ ସ୍ୱାକ୍ଷର କରିବ ଓ ଇସ୍ରାଏଲୀୟ କୁଳ ନାମରେ ଆପଣାକୁ ପ୍ରସିଦ୍ଧ କରିବ।”


ଈଶ୍ୱରଙ୍କ ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦାସ ଯାକୁବର ଛିନ୍ନଭିନ୍ନ ଦ୍ୱାଦଶ ଗୋଷ୍ଠୀଙ୍କୁ ନମସ୍କାର ।


ପୁଣି, ତୁମ୍ଭେମାନେ ଆମ୍ଭର ଲୋକ ହେବ, ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା।’


ତାହାହେଲେ ଆମ୍ଭେ ଯାକୁବର ଓ ଆମ୍ଭ ଦାସ ଦାଉଦର ବଂଶକୁ ଅଗ୍ରାହ୍ୟ କରି ଅବ୍ରହାମର, ଇସ୍‍ହାକର ଓ ଯାକୁବର ବଂଶ ଉପରେ ଶାସନକର୍ତ୍ତା କରିବା ପାଇଁ ତାହାର ବଂଶରୁ ଲୋକ ଗ୍ରହଣ କରିବା ନାହିଁ। ଆମ୍ଭେ ସେମାନଙ୍କୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା ଓ ସେମାନଙ୍କ ପ୍ରତି ଦୟା କରିବା।”


ଆଉ, ଆମ୍ଭେ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ସକଳ ଅଶୌଚରୁ ପରିତ୍ରାଣ କରିବା ଓ ଆମ୍ଭେ ଶସ୍ୟକୁ ଆହ୍ୱାନ କରି ତାହା ବୃଦ୍ଧି କରିବା ଓ ତୁମ୍ଭମାନଙ୍କ ଉପରେ ଦୁର୍ଭିକ୍ଷ ପକାଇବା ନାହିଁ।


Swiv nou:

Piblisite


Piblisite