Biblia Todo Logo
Bib sou entènèt

- Piblisite -




ହୋଶେୟ 4:1 - ଓଡିଆ ବାଇବେଲ

1 ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; କାରଣ ଦେଶରେ ସତ୍ୟ ଅବା ଦୟା କିଅବା ପରମେଶ୍ୱର ବିଷୟକ ଜ୍ଞାନ ନ ଥିବାରୁ ଦେଶନିବାସୀଗଣ ସହିତ ସଦାପ୍ରଭୁଙ୍କର ବିବାଦ ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; କାରଣ ଦେଶରେ ସତ୍ୟ ଅବା ଦୟା କିଅବା ପରମେଶ୍ଵର ବିଷୟକ ଜ୍ଞାନ ନ ଥିବାରୁ ଦେଶନିବାସୀଗଣର ସହିତ ସଦାପ୍ରଭୁଙ୍କର ବିବାଦ ଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; କାରଣ ଦେଶରେ ସତ୍ୟ ଅବା ଦୟା କିଅବା ପରମେଶ୍ୱର ବିଷୟକ ଜ୍ଞାନ ନ ଥିବାରୁ ଦେଶନିବାସୀଗଣ ସହିତ ସଦାପ୍ରଭୁଙ୍କର ବିବାଦ ଅଛି।

Gade chapit la Kopi

ପବିତ୍ର ବାଇବଲ

1 ଇସ୍ରାଏଲର ଲୋକମାନେ ସଦାପ୍ରଭୁଙ୍କର ବାର୍ତ୍ତା ଶୁଣ। ଏହି ରାଜ୍ୟର ଲୋକମାନଙ୍କ ବିରୁଦ୍ଧରେ ସଦାପ୍ରଭୁ ତାଙ୍କର ଆରୋପ ଦର୍ଶାଇବେ। “ଏହି ଦେଶର ଲୋକମାନେ ପ୍ରକୃତରେ ପରମେଶ୍ୱରଙ୍କୁ ଜାଣନ୍ତି ନାହିଁ। ଏହି ଲୋକମାନେ ପ୍ରକୃତରେ ପରମେଶ୍ୱରଙ୍କ ପ୍ରତି ସତ୍ ଓ ବିଶ୍ୱସ୍ତ ନୁହନ୍ତି।

Gade chapit la Kopi




ହୋଶେୟ 4:1
44 Referans Kwoze  

କାରଣ ଆମ୍ଭର ଲୋକମାନେ ଅଜ୍ଞାନ, ସେମାନେ ଆମ୍ଭକୁ ଚିହ୍ନନ୍ତି ନାହିଁ; ସେମାନେ ନିର୍ବୋଧ ବାଳକ, ସେମାନଙ୍କର କିଛି ବିବେଚନା ନାହିଁ; ସେମାନେ କୁକର୍ମ କରିବାକୁ ନିପୁଣ, ମାତ୍ର ସୁକର୍ମ କରିବାକୁ ସେମାନଙ୍କର କିଛି ଜ୍ଞାନ ନାହିଁ।


ହେ ପର୍ବତଗଣ, ହେ ପୃଥିବୀର ଅଟଳ ଭିତ୍ତିମୂଳସକଳ, ତୁମ୍ଭେମାନେ ସଦାପ୍ରଭୁଙ୍କର ବିବାଦ ବାକ୍ୟ ଶୁଣ; କାରଣ ଆପଣା ଲୋକମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି ଓ ସେ ଇସ୍ରାଏଲ ସହିତ ବାଦାନୁବାଦ କରିବେ।


ଯଥାର୍ଥରୂପେ ଜାଗ୍ରତ ହୁଅ, ପାପ ନ କର; କାରଣ କାହାରି କାହାରି ଈଶ୍ୱରଙ୍କ ବିଷୟରେ ଜ୍ଞାନ ନାହିଁ; ମୁଁ ତୁମ୍ଭମାନଙ୍କ ଲଜ୍ଜା ନିମନ୍ତେ ଏହି କଥା କହୁଅଛି ।


ଆଉ, ଯେପରି ସେମାନେ ଈଶ୍ୱର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ୱର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ ।


ଆହୁରି, ସଦାପ୍ରଭୁଙ୍କ ଓ ଯିହୁଦା ମଧ୍ୟରେ ବିବାଦ ଅଛି, ସେ ଯାକୁବକୁ ତାହାର ଆଚରଣ ଅନୁଯାୟୀ ଦଣ୍ଡ ଦେବେ; ତାହାର କ୍ରିୟାନୁସାରେ ସେ ତାହାକୁ ପ୍ରତିଫଳ ଦେବେ।


ପୃଥିବୀର ସୀମା ପର୍ଯ୍ୟନ୍ତ ଗୋଟିଏ ଧ୍ୱନି ବ୍ୟାପିବ; କାରଣ ନାନା ଗୋଷ୍ଠୀୟମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି, ସେ ସବୁ ପ୍ରାଣୀର ବିଚାର କରିବେ; ପୁଣି, ଦୁଷ୍ଟମାନଙ୍କୁ ସେ ଖଡ୍ଗରେ ସମର୍ପଣ କରିବେ,” ଏହା ସଦାପ୍ରଭୁ କହନ୍ତି।


ତହିଁରେ ମୁଁ କହିଲି, “ନିଶ୍ଚୟ ଏମାନେ ଦରିଦ୍ର; ଏମାନେ ଅଜ୍ଞାନ; କାରଣ ଏମାନେ ସଦାପ୍ରଭୁଙ୍କର ପଥ ଓ ଆପଣାମାନଙ୍କ ପରମେଶ୍ୱରଙ୍କର ଶାସନ ଜାଣନ୍ତି ନାହିଁ;”


ହେ ଦେଶୀୟଗଣ, ନିକଟକୁ ଆସି ଶ୍ରବଣ କର, ହେ ଗୋଷ୍ଠୀଗଣ, ତୁମ୍ଭେମାନେ ମନୋଯୋଗ କର; ପୃଥିବୀ ଓ ତତ୍ପୂର୍ଣ୍ଣତା ଶ୍ରବଣ କରୁ; ଜଗତ ଓ ତଦୁତ୍ପନ୍ନ ସକଳ ପଦାର୍ଥ ଶ୍ରବଣ କରୁ।


ସଦାପ୍ରଭୁ କହନ୍ତି, ଆସ, ଆମ୍ଭେମାନେ ଉତ୍ତର ପ୍ରତ୍ୟୁତ୍ତର କରୁ; ତୁମ୍ଭମାନଙ୍କର ପାପସବୁ ସିନ୍ଦୂରବର୍ଣ୍ଣ ପରି ହେଲେ ହେଁ ହିମ ପରି ଶୁକ୍ଳବର୍ଣ୍ଣ ହେବ; ସେହିସବୁ ଲୋହିତବର୍ଣ୍ଣ ପରି ରଙ୍ଗ ହେଲେ ହେଁ ମେଷଲୋମ ପରି ହେବ।


ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ ।


ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ସେ ଦ୍ୱିତୀୟ ମୃତ୍ୟୁ ଦ୍ୱାରା କୌଣସି ପ୍ରକାରେ କ୍ଷତିଗ୍ରସ୍ତ ହେବ ନାହିଁ ।


ଆଉ, ତୁମ୍ଭେମାନେ ତାହାଙ୍କୁ ଜାଣି ନାହଁ, କିନ୍ତୁ ମୁଁ ତାହାଙ୍କୁ ଜାଣେ । ପୁଣି, ମୁଁ ତାହାଙ୍କୁ ଜାଣେ ନାହିଁ ବୋଲି ଯଦି କହିବି, ତାହାହେଲେ ମୁଁ ତୁମ୍ଭମାନଙ୍କ ପରି ମିଥ୍ୟାବାଦୀ ହେବି, କିନ୍ତୁ ମୁଁ ତାହାଙ୍କୁ ଜାଣେ ଓ ତାହାଙ୍କର ବାକ୍ୟ ପାଳନ କରେ ।


ଏଥିପାଇଁ ଏବେ ତୁମ୍ଭେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; ତୁମ୍ଭେ କହୁଅଛ, ‘ଇସ୍ରାଏଲ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ ଓ ଇସ୍‍ହାକ ବଂଶ ବିରୁଦ୍ଧରେ ତୁମ୍ଭର ବାକ୍ୟ ବର୍ଷାଅ ନାହିଁ।’


ହେ ଯାଜକଗଣ, ଏହା ଶୁଣ, ହେ ଇସ୍ରାଏଲ ବଂଶ, ମନୋଯୋଗ କର, ହେ ରାଜବଂଶ, କର୍ଣ୍ଣପାତ କର, କାରଣ ବିଚାର ତୁମ୍ଭମାନଙ୍କ ସମ୍ବନ୍ଧୀୟ; ତୁମ୍ଭେମାନେ ମିସ୍ପାରେ ଫାନ୍ଦ ସ୍ୱରୂପ ଓ ତାବୋରରେ ପ୍ରସାରିତ ଜାଲ ସ୍ୱରୂପ ହୋଇଅଛ।


ତଥାପି ହେ ସିଦିକୀୟ ଯିହୁଦାର ରାଜନ୍‍, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ସଦାପ୍ରଭୁ ତୁମ୍ଭ ବିଷୟରେ ଏହି କଥା କହନ୍ତି, ‘ତୁମ୍ଭେ ଖଡ୍ଗ ଦ୍ୱାରା ମରିବ ନାହିଁ;


ଆଉ କୁହ, ‘ହେ ଯିହୁଦାର ରାଜାଗଣ ଓ ଯିରୂଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ଦେଖ, ଆମ୍ଭେ ଏହି ସ୍ଥାନ ପ୍ରତି ଅମଙ୍ଗଳ ଘଟାଇବା,” ତାହା ଯେ ଶୁଣେ, ତାହାର କର୍ଣ୍ଣ ଶିହରି ଉଠିବ।


ତଥାପି ଆଗୋ ସ୍ତ୍ରୀମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ତୁମ୍ଭମାନଙ୍କର କର୍ଣ୍ଣ ତାହାଙ୍କର ମୁଖ ନିର୍ଗତ ବାକ୍ୟ ଗ୍ରହଣ କରୁ, ଆଉ ତୁମ୍ଭେମାନେ ଆପଣା ଆପଣା କନ୍ୟାମାନଙ୍କୁ ହାହାକାର କରିବାର ଓ ପ୍ରତ୍ୟେକେ ଆପଣା ପ୍ରତିବାସିନୀକୁ ବିଳାପ କରିବାର ଶିକ୍ଷା ଦିଅ।


ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ଯେଉଁମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ ଓ ଶିକ୍ଷା ଗ୍ରହଣ କରି ନାହାନ୍ତି, ସେମାନେ ଏହି ଗୋଷ୍ଠୀ; ସତ୍ୟତା ଲୁପ୍ତ ଓ ତାହା ସେମାନଙ୍କ ମୁଖରୁ ଉଚ୍ଛିନ୍ନ ହୋଇଅଛି।


ଯେହେତୁ ସେମାନଙ୍କର କ୍ଷୁଦ୍ର ଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ଲୋଭାସକ୍ତ; ପୁଣି ଭବିଷ୍ୟଦ୍‍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ମିଥ୍ୟାଚରଣ କରନ୍ତି।


ଏଥିସକାଶୁ ପୃଥିବୀ ଶୋକ କରିବ ଓ ଉପରିସ୍ଥ ଆକାଶମଣ୍ଡଳ ଅନ୍ଧକାର ହେବ; କାରଣ ଆମ୍ଭେ ଏହା କହିଅଛୁ, ଆମ୍ଭେ ଏହା ମନରେ ସ୍ଥିର କରିଅଛୁ ଓ ଆମ୍ଭେ ଦୁଃଖିତ ହୋଇ ନାହୁଁ, କିଅବା ଆମ୍ଭେ ଏଥିରୁ ଫେରିବୁ ନାହିଁ।”


ହେ ଯାକୁବର ବଂଶ, ଆଉ ହେ ଇସ୍ରାଏଲ ବଂଶର ଗୋଷ୍ଠୀସବୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ;


ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ “ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ; ତୁମ୍ଭମାନଙ୍କର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କୁ ଘୃଣା କରନ୍ତି, ଆମ୍ଭ ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି, ସେମାନେ କହିଅଛନ୍ତି, ଆମ୍ଭେମାନେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ; ମାତ୍ର ସେମାନେ ଲଜ୍ଜିତ ହେବେ।


କାରଣ ଏହା ସଦାପ୍ରଭୁଙ୍କର ପ୍ରତିଶୋଧର ଦିନ, ଏହା ସିୟୋନର ବିବାଦ ସମ୍ବନ୍ଧୀୟ ପ୍ରତିଫଳର ବର୍ଷ।


ଏହେତୁ ହେ ଯିରୂଶାଲମସ୍ଥ ଲୋକମାନଙ୍କର ଶାସନକାରୀ ନିନ୍ଦକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;


ଏଣୁ ଏବେ ହେ ଯିରୂଶାଲମ ନିବାସୀମାନେ ଓ ଯିହୁଦାର ଲୋକମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରେ, ତୁମ୍ଭେମାନେ ମୋହର ଓ ମୋ’ ଦ୍ରାକ୍ଷାକ୍ଷେତ୍ରର ମଧ୍ୟରେ ବିଚାର କର।


ହେ ସଦୋମର ଶାସନକର୍ତ୍ତାମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ, ହେ ହମୋରାର ଲୋକମାନେ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବ୍ୟବସ୍ଥାରେ କର୍ଣ୍ଣପାତ କର।


ପୁଣି, ମୀଖାୟ କହିଲା, “ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ତାହାଙ୍କ ନିକଟରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟଙ୍କୁ ଉଭା ହେବାର ଦେଖିଲି।”


କେହି ନ୍ୟାୟରେ ଗୁହାରି ଶୁଣେ ନାହିଁ ଓ କେହି ସତ୍ୟରେ ପ୍ରତିବାଦ କରେ ନାହିଁ; ସେମାନେ ଅସାରତାରେ ନିର୍ଭର କରନ୍ତି ଓ ମିଥ୍ୟା କଥା କହନ୍ତି; ସେମାନେ ଅନିଷ୍ଟକୁ ଗର୍ଭରେ ଧାରଣ କରନ୍ତି ଓ ଅପରାଧ ପ୍ରସବ କରନ୍ତି।


ଶାନ୍ତିର ବାଟ ସେମାନେ ଜାଣନ୍ତି ନାହିଁ ଓ ସେମାନଙ୍କ ମାର୍ଗରେ କୌଣସି ବିଚାର ନାହିଁ; ସେମାନେ ଆପଣାମାନଙ୍କ ପାଇଁ ବକ୍ର ପଥ କରିଅଛନ୍ତି; ଯେକେହି ତହିଁରେ ଗମନ କରେ, ସେ ଶାନ୍ତି ଜାଣେ ନାହିଁ।


ପୁଣି, ସେମାନେ ଅସତ୍ୟତା ନିମନ୍ତେ ଆପଣା ଆପଣା ଜିହ୍ୱାରୂପ ଧନୁକୁ ବକ୍ର କରନ୍ତି; ଆଉ, ସେମାନେ ଦେଶରେ ବଳିଷ୍ଠ ହୋଇଅଛନ୍ତି, ମାତ୍ର ସତ୍ୟତା ପକ୍ଷରେ ନୁହେଁ; କାରଣ ସେମାନେ ଦୁଷ୍ଟତା ଉପରେ ଦୁଷ୍ଟତା କରିବା ପାଇଁ ଅଗ୍ରସର ହୁଅନ୍ତି, “ସେମାନେ ଆମ୍ଭଙ୍କୁ ଜାଣନ୍ତି ନାହିଁ,” ଏହା ସଦାପ୍ରଭୁ କହନ୍ତି।


କାରଣ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧ ଦୋଷରେ ସେମାନଙ୍କ ଦେଶ ପରିପୂର୍ଣ୍ଣ ହେଲେ ମଧ୍ୟ ଇସ୍ରାଏଲ କିଅବା ଯିହୁଦା ଆପଣା ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କ ଦ୍ୱାରା ପରିତ୍ୟକ୍ତ ହୋଇ ନାହାନ୍ତି।


ହେ ଇସ୍ରାଏଲର ପ୍ରାଚୀନଗଣ, ତୁମ୍ଭେମାନେ ଏହି କଥା ଶୁଣ, ଆଉ ହେ ଦେଶନିବାସୀସକଳ, ତୁମ୍ଭେମାନେ କର୍ଣ୍ଣପାତ କର। ତୁମ୍ଭମାନଙ୍କ ସମୟରେ କିଅବା ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ସମୟରେ କି ଏହା ଘଟିଅଛି ?


ତୁମ୍ଭ ମଧ୍ୟରେ ଅନ୍ୟ କୌଣସି ଦେବତା ରହିବ ନାହିଁ; କିଅବା ତୁମ୍ଭେ ଅନ୍ୟ କୌଣସି ଦେବତାକୁ ପ୍ରଣାମ କରିବ ନାହିଁ।


ଏହେତୁ ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭମାନଙ୍କ ସହିତ ଆହୁରି ପ୍ରତିବାଦ କରିବା ଓ ତୁମ୍ଭମାନଙ୍କ ସନ୍ତାନଗଣର ସନ୍ତାନ ସହିତ ଆମ୍ଭେ ପ୍ରତିବାଦ କରିବା।


ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ସେମାନଙ୍କୁ ତରଳାଇବା ଓ ସେମାନଙ୍କୁ ପରୀକ୍ଷା କରିବା; କାରଣ ଆମ୍ଭ ଲୋକଙ୍କର କନ୍ୟା ହେତୁରୁ ଏହା ଛଡ଼ା ଆଉ କଅଣ କରିବା ?


କାରଣ ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ଦିନଠାରୁ ଆଜି ପର୍ଯ୍ୟନ୍ତ ଦୃଢ଼ ରୂପେ ସାକ୍ଷ୍ୟ ଦେଇଅଛୁ, ପ୍ରତ୍ୟୁଷରେ ଉଠି ସାକ୍ଷ୍ୟ ଦେଇ କହିଅଛୁ, ଆମ୍ଭ ରବରେ ଅବଧାନ କର।


ଏହେତୁ ହେ ବେଶ୍ୟା, ସଦାପ୍ରଭୁଙ୍କର ବାକ୍ୟ ଶୁଣ;


ସେମାନଙ୍କର କ୍ରିୟାସକଳ ସେମାନଙ୍କୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟକୁ ଫେରିବାକୁ ଦେବ ନାହିଁ; କାରଣ ସେମାନଙ୍କ ଅନ୍ତରରେ ବ୍ୟଭିଚାରର ଆତ୍ମା ଅଛି ଓ ସେମାନେ ସଦାପ୍ରଭୁଙ୍କୁ ଜାଣନ୍ତି ନାହିଁ।


ଗର୍ଭରେ ସେ ଆପଣା ଭ୍ରାତାର ପାଦମୂଳ ଧରିଲା ଓ ବୟଃପ୍ରାପ୍ତ ସମୟରେ ସେ ପରମେଶ୍ୱରଙ୍କ ସହିତ ଯୁଦ୍ଧ କଲା;


ହେ ଇସ୍ରାଏଲର ସନ୍ତାନଗଣ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ଏହା ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ, ଅର୍ଥାତ୍‍, ଯେଉଁ ସମୁଦାୟ ଗୋଷ୍ଠୀକୁ ଆମ୍ଭେ ମିସର ଦେଶରୁ ବାହାର କରି ଆଣିଲୁ, ସେମାନଙ୍କ ବିରୁଦ୍ଧରେ କହିଅଛନ୍ତି,


Swiv nou:

Piblisite


Piblisite