Biblia Todo Logo
Bib sou entènèt

- Piblisite -




ହୋଶେୟ 4:10 - ଓଡିଆ ବାଇବେଲ

10 ତହିଁରେ ସେମାନେ ଭୋଜନ କଲେ ମଧ୍ୟ ତୃପ୍ତ ହେବେ ନାହିଁ; ବ୍ୟଭିଚାର କଲେ ମଧ୍ୟ ବହୁବଂଶ ହେବେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତହିଁରେ ସେମାନେ ଭୋଜନ କଲେ ହେଁ ତୃପ୍ତ ନୋହିବେ; ବ୍ୟଭିଚାର କଲେ ହେଁ ବହୁବଂଶ ନୋହିବେ; କାରଣ ସେମାନେ ସଦାପ୍ରଭୁଙ୍କ ପ୍ରତି ମନୋଯୋଗ ତ୍ୟାଗ କରିଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତହିଁରେ ସେମାନେ ଭୋଜନ କଲେ ମଧ୍ୟ ତୃପ୍ତ ହେବେ ନାହିଁ; ବ୍ୟଭିଚାର କଲେ ମଧ୍ୟ ବହୁବଂଶ ହେବେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

10 ସେମାନେ ଯଦିଓ ଖାଇବେ କିନ୍ତୁ ସନ୍ତୁଷ୍ଟ ହେବେ ନାହିଁ। ସେମାନେ ଯୌନଭୋଗ ପାପ କରିବେ କିନ୍ତୁ ସନ୍ତାନ ଲାଭ କରିବେ ନାହିଁ। କାରଣ ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଥିଲେ ଓ ଗଣିକା ପରି ହୋଇଥିଲେ।

Gade chapit la Kopi




ହୋଶେୟ 4:10
18 Referans Kwoze  

ତୁମ୍ଭେ ଭୋଜନ କରିବ ମାତ୍ର ତୃପ୍ତ ନୋହିବ ଓ ତୁମ୍ଭ ମଧ୍ୟରେ ତୁମ୍ଭର କ୍ଷୀଣତା ରହିବ; ତୁମ୍ଭେ ସ୍ଥାନାନ୍ତର କରିବ, ମାତ୍ର ନିରାପଦରେ ବୋହି ନେଇ ପାରିବ ନାହିଁ ଓ ଯାହା ତୁମ୍ଭେ ବହି ନେବ, ତାହା ଆମ୍ଭେ ଖଡ୍ଗକୁ ଦେବା।


ଆମ୍ଭେ ତୁମ୍ଭମାନଙ୍କର ଅନ୍ନରୂପ ଯଷ୍ଟି ଭାଙ୍ଗିଲେ ଦଶ ଜଣ ସ୍ତ୍ରୀ ଗୋଟିଏ ଚୁଲ୍ଲୀରେ ତୁମ୍ଭମାନଙ୍କର ରୁଟି ରନ୍ଧନ କରିବେ ଓ ପୁନର୍ବାର ତୌଲି ତୁମ୍ଭମାନଙ୍କୁ ରୁଟି ଦେବେ, ଆଉ ତୁମ୍ଭେମାନେ ତାହା ଭୋଜନ କରିବ, ମାତ୍ର ତୃପ୍ତ ହେବ ନାହିଁ।


ତୁମ୍ଭେମାନେ ବହୁତ ବୁଣିଅଛ, ମାତ୍ର ଅଳ୍ପ ସଞ୍ଚୟ କରୁଅଛ; ତୁମ୍ଭେମାନେ ଭୋଜନ କରୁଅଛ, ମାତ୍ର ସନ୍ତୁଷ୍ଟ ହେଉ ନାହଁ; ତୁମ୍ଭେମାନେ ପାନ କରୁଅଛ, ମାତ୍ର ତହିଁରେ ତୃପ୍ତ ହେଉ ନାହଁ; ତୁମ୍ଭେମାନେ ବସ୍ତ୍ର ପିନ୍ଧୁଅଛ, ମାତ୍ର କେହି ଉଷ୍ମ ହେଉ ନାହଁ; ପୁଣି, ଯେ ବେତନ ଅର୍ଜନ କରେ, ସେ କଣା ଥଳୀରେ ତାହା ରଖିବା ପାଇଁ ଅର୍ଜନ କରେ।


ଆଉ, ଯେଉଁମାନେ ସଦାପ୍ରଭୁଙ୍କ ପଶ୍ଚାତ୍‍ଗମନରୁ ବିମୁଖ ହୋଇଅଛନ୍ତି; ପୁଣି, ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି, କିଅବା ତାହାଙ୍କର ଅନୁସନ୍ଧାନ କରି ନାହାନ୍ତି, ସେସମସ୍ତଙ୍କୁ ଆମ୍ଭେ ଉଚ୍ଛିନ୍ନ କରିବା।


ତୁମ୍ଭର କନ୍ୟାଗଣ ବେଶ୍ୟାଚାର କଲା ବେଳେ ଓ ତୁମ୍ଭର ବଧୂଗଣ ବ୍ୟଭିଚାର କଲା ବେଳେ ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା ନାହିଁ; କାରଣ ସେମାନେ ଆପେ ବେଶ୍ୟାମାନଙ୍କ ସଙ୍ଗେ ଦେବଗଣର ମନ୍ଦିରକୁ ଯାଆନ୍ତି ଓ ମାହାରୀମାନଙ୍କ ସଙ୍ଗେ ବଳିଦାନ କରନ୍ତି; ଯେଉଁ ଲୋକମାନେ ବୁଝନ୍ତି ନାହିଁ, ସେମାନେ ଉତ୍ପାଟିତ ହେବେ।


ମାତ୍ର ଧାର୍ମିକ ଲୋକ ଯଦି ଆପଣା ଧାର୍ମିକତାରୁ ଫେରି ଅଧର୍ମ କରେ ଓ ଦୁଷ୍ଟ ଲୋକର କୃତ ସକଳ ଘୃଣାଯୋଗ୍ୟ କ୍ରିୟାନୁଯାୟୀ ଆଚରଣ କରେ, ତେବେ ସେ କି ବଞ୍ଚିବ ? ତାହାର କୃତ କୌଣସି ଧର୍ମକର୍ମ ସ୍ମରଣ କରାଯିବ ନାହିଁ; ସେ ଯେଉଁ ସତ୍ୟ-ଲଙ୍ଘନ କରିଅଛି, ସେହି ସତ୍ୟ-ଲଙ୍ଘନରେ ଓ ସେ ଯେଉଁ ପାପ କରିଅଛି, ତାହାର ସେହି ପାପରେ ସେ ମରିବ।


ଧାର୍ମିକ ଆପଣା ପ୍ରାଣର ତୃପ୍ତି ପର୍ଯ୍ୟନ୍ତ ଖାଏ, ମାତ୍ର ପାପୀର ଉଦର ଅତୃପ୍ତ ଥାଏ।


ମାତ୍ର ଯେଉଁମାନେ ଆପଣା ଆପଣା ବକ୍ରପଥରେ ବିପଥଗାମୀ ହୁଅନ୍ତି, ସେମାନଙ୍କୁ ସଦାପ୍ରଭୁ ଅଧର୍ମାଚାରୀମାନଙ୍କ ସଙ୍ଗେ କଢ଼ାଇ ନେବେ। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।


ତାହାର ମୁଖର ବାକ୍ୟ ଅଧର୍ମ ଓ ପ୍ରବଞ୍ଚନା ମାତ୍ର; ସେ ସୁବିବେଚନା ଓ ସୁକର୍ମ ତ୍ୟାଗ କରିଅଛି।


ଯିହୋୟାଦାର ମରଣ ଉତ୍ତାରେ ଯିହୁଦାର ଅଧିପତିମାନେ ଆସି ରାଜାଙ୍କୁ ପ୍ରଣାମ କଲେ। ତହିଁରେ ରାଜା ସେମାନଙ୍କ କଥାରେ ମନୋଯୋଗ କଲେ।


ପୁଣି, ତୁମ୍ଭେମାନେ ଏଥିପୂର୍ବେ ଫେରି ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରି ଆମ୍ଭ ଦୃଷ୍ଟିରେ ଯଥାର୍ଥ କର୍ମ କରିଥିଲ ଓ ଆମ୍ଭ ନାମରେ ଖ୍ୟାତ ଗୃହରେ ଆମ୍ଭ ସମ୍ମୁଖରେ ନିୟମ କରିଥିଲ


ରକ୍ତପାତ କରିବା ପାଇଁ ନିନ୍ଦକମାନେ ତୁମ୍ଭ ମଧ୍ୟରେ ରହିଅଛନ୍ତି ଓ ତୁମ୍ଭ ମଧ୍ୟରେ ଲୋକମାନେ ପର୍ବତ ଉପରେ ଭୋଜନ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ଲମ୍ପଟାଚରଣ କରିଅଛନ୍ତି।


ସେମାନେ ସମସ୍ତେ ବ୍ୟଭିଚାରୀ; ସେମାନେ ରୁଟି ପ୍ରସ୍ତୁତକାରୀ ଦ୍ୱାରା ଉତ୍ତପ୍ତ ତନ୍ଦୁର ସ୍ୱରୂପ; ମଇଦା ଦଳିବା ସମୟଠାରୁ ତହିଁରେ ତାଡ଼ି ମିଶ୍ରିତ ନ ହେବା ପର୍ଯ୍ୟନ୍ତ ସେ ଅଗ୍ନି ପ୍ରଜ୍ୱଳିତ କରିବାରୁ ନିବୃତ୍ତ ହୁଏ।


ଏହା ଯେ ବୁଝିପାରେ, ଏପରି ଜ୍ଞାନୀ ମନୁଷ୍ୟ କିଏ ଅଛି ? ଓ ଏହା ବ୍ୟକ୍ତ କରିବା ପାଇଁ ସଦାପ୍ରଭୁଙ୍କର ମୁଖ ଯାହାକୁ ଜ୍ଞାତ କରାଇଅଛି, ଏପରି ବ୍ୟକ୍ତି କିଏ ? ଦେଶ କି ନିମନ୍ତେ ବିନଷ୍ଟ ଓ ପ୍ରାନ୍ତର ତୁଲ୍ୟ ଦଗ୍ଧ ହେଲା ଯେ, କେହି ତହିଁର ମଧ୍ୟଦେଇ ଗତାୟାତ କରେ ନାହିଁ ?


Swiv nou:

Piblisite


Piblisite