Biblia Todo Logo
Bib sou entènèt

- Piblisite -




ହୋଶେୟ 4:3 - ଓଡିଆ ବାଇବେଲ

3 ଏଥିପାଇଁ ଦେଶ ବିଳାପ କରିବ ଓ ତହିଁର ନିବାସୀ ପ୍ରତ୍ୟେକ ଲୋକ, କ୍ଷେତ୍ରସ୍ଥ ବନ୍ୟ ପଶୁ ଓ ଆକାଶସ୍ଥ ପକ୍ଷୀଗଣ ସହିତ ଦୁର୍ବଳ ହେବେ; ହଁ, ସମୁଦ୍ରର ମତ୍ସ୍ୟଗଣ ମଧ୍ୟ ଦୂରୀକୃତ ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଏଥିପାଇଁ ଦେଶ ବିଳାପ କରିବ ଓ ତହିଁର ନିବାସୀ ପ୍ରତ୍ୟେକ ଲୋକ, କ୍ଷେତ୍ରସ୍ଥ ପଶୁ ଓ ଆକାଶସ୍ଥ ପକ୍ଷୀଗଣ ସହିତ କ୍ଷୀଣ ହେବେ; ହଁ, ସମୁଦ୍ରର ମତ୍ସ୍ୟଗଣ ହିଁ ଦୂରୀକୃତ ହେବେ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏଥିପାଇଁ ଦେଶ ବିଳାପ କରିବ ଓ ତହିଁର ନିବାସୀ ପ୍ରତ୍ୟେକ ଲୋକ, କ୍ଷେତ୍ରସ୍ଥ ବନ୍ୟ ପଶୁ ଓ ଆକାଶସ୍ଥ ପକ୍ଷୀଗଣ ସହିତ ଦୁର୍ବଳ ହେବେ; ହଁ, ସମୁଦ୍ରର ମତ୍ସ୍ୟଗଣ ମଧ୍ୟ ଦୂରୀକୃତ ହେବେ।

Gade chapit la Kopi

ପବିତ୍ର ବାଇବଲ

3 ତେଣୁ ଦେଶଟି ବ୍ୟକ୍ତି ପରି ମୃତ୍ୟୁରେ କାନ୍ଦେ ଓ ତା'ର ଲୋକମାନେ ଦୁର୍ବଳ ହୋଇପଡ଼ନ୍ତି। ଏପରିକି ସ୍ଥଳଭାଗର ପ୍ରାଣୀ, ଆକାଶର ପକ୍ଷୀ ଓ ସାମୁଦ୍ରିକ ମତ୍ସ୍ୟ ମୃତ୍ୟୁବରଣ କରନ୍ତି।

Gade chapit la Kopi




ହୋଶେୟ 4:3
17 Referans Kwoze  

ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ସଂହାର କରିବା; ଆମ୍ଭେ ଆକାଶର ପକ୍ଷୀଗଣକୁ, ସମୁଦ୍ରର ମତ୍ସ୍ୟଗଣକୁ ଓ ଦୁଷ୍ଟଗଣ ସହିତ ବିଘ୍ନସକଳ ସଂହାର କରିବା; ଆଉ, ଆମ୍ଭେ ଭୂମିରୁ ମନୁଷ୍ୟକୁ ଉଚ୍ଛିନ୍ନ କରିବା, ଏହା ସଦାପ୍ରଭୁ କହନ୍ତି।


ସେ ସମୁଦ୍ରକୁ ଧମକାଇ ଶୁଷ୍କ କରନ୍ତି ଓ ନଦ-ନଦୀସକଳ ନିର୍ଜଳ କରନ୍ତି; ବାଶନ ଅଞ୍ଚଳ ଓ କର୍ମିଲ ପର୍ବତ ମ୍ଳାନ ହୁଏ ଓ ଲିବାନୋନର ପୁଷ୍ପ ମ୍ଳାନ ହୁଏ।


ଏଥିପାଇଁ ପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର ସଦାପ୍ରଭୁ ଏହି କଥା କହନ୍ତି, “ଛକ ସ୍ଥାନ ସକଳରେ ହାହାକାର ଶବ୍ଦ ହେବ ଓ ରାଜଦାଣ୍ଡସକଳରେ ଲୋକମାନେ ହାୟ ! ହାୟ ! କହିବେ; ଆଉ, ସେମାନେ କୃଷକକୁ ଶୋକ କରିବାକୁ ଓ ବିଳାପ ନିପୁଣ ଲୋକମାନଙ୍କୁ ହାହାକାର କରିବାକୁ ଡାକିବେ।


ତହିଁରେ ସମୁଦ୍ରର ମତ୍ସ୍ୟଗଣ, ଆକାଶର ପକ୍ଷୀଗଣ ଓ କ୍ଷେତ୍ରର ପଶୁଗଣ ଓ ଭୂଚର ଉରୋଗାମୀ ଜନ୍ତୁସମସ୍ତ, ଆଉ ପୃଥିବୀସ୍ଥ ମନୁଷ୍ୟ ସକଳ ଆମ୍ଭ ସାକ୍ଷାତରେ କମ୍ପମାନ ହେବେ ଓ ପର୍ବତସବୁ ଉତ୍ପାଟିତ ହେବେ, ଆଉ ଗଡ଼ନ୍ତି ସ୍ଥାନସବୁ ପଡ଼ିଯିବ ଓ ପ୍ରତ୍ୟେକ ପ୍ରାଚୀର ଭୂମିସାତ୍‍ ହେବ।


କେତେ କାଳ ଦେଶ ଶୋକ କରିବ ଓ ସମୁଦାୟ ଦେଶର ତୃଣ ଶୁଷ୍କ ହେବ ? ତହିଁର ନିବାସୀମାନଙ୍କର ଦୁଷ୍ଟତା ସକାଶୁ ପଶୁ ଓ ପକ୍ଷୀ ସବୁ କ୍ଷୟ ପାଉଅଛନ୍ତି; କାରଣ ଲୋକମାନେ କହିଲେ, ସେ ଆମ୍ଭମାନଙ୍କର ଶେଷ ଗତି ଦେଖିବ ନାହିଁ।


ମୁଁ ଅନାଇଲି, ଆଉ ଦେଖ, କେହି ମନୁଷ୍ୟ ନ ଥିଲା ଓ ଆକାଶର ପକ୍ଷୀସବୁ ପଳାଇ ଯାଇଥିଲେ।


ଦେଶ କି ଏଥିନିମନ୍ତେ କମ୍ପିତ ହେବ ନାହିଁ ଓ ତନ୍ନିବାସୀ ସମସ୍ତେ କି ଶୋକ କରିବେ ନାହିଁ ? ହଁ, ତାହା ସମ୍ପୂର୍ଣ୍ଣ ରୂପେ ନଦୀ ତୁଲ୍ୟ ବଢ଼ି ଉଠିବ ଓ ମିସରର ନୀଳ ନଦୀ ତୁଲ୍ୟ ଉଚ୍ଛୁଳି ପୁନର୍ବାର ହ୍ରାସ ହେବ।


ପୁଣି ସେ କହିଲେ, “ସଦାପ୍ରଭୁ ସିୟୋନରୁ ଗର୍ଜ୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ମେଷପାଳକମାନଙ୍କର ଚରାଣି ସ୍ଥାନସକଳ ଶୋକ କରିବ ଓ କର୍ମିଲର ଶିଖର ଶୁଷ୍କ ହେବ।”


ଦେଶ ବିଳାପ କରି ମଳିନ ହେଉଅଛି; ଲିବାନୋନ ଲଜ୍ଜିତ ହୋଇ ଶୁଷ୍କ ହେଉଅଛି; ଶାରୋଣ ଅରଣ୍ୟ ତୁଲ୍ୟ ହୋଇଅଛି; ପୁଣି ବାଶନ ଓ କର୍ମିଲ୍‍ ପତ୍ର ଝାଡ଼ି ଦେଉଅଛନ୍ତି।


ମୁଁ ପର୍ବତମାନର ବିଷୟରେ ରୋଦନ ଓ ହାହାକାର ଓ ପ୍ରାନ୍ତରସ୍ଥ ଚରାସ୍ଥାନସକଳର ବିଷୟରେ ବିଳାପ କରିବି, କାରଣ ସେସବୁ ଦଗ୍ଧ ହୋଇଅଛି ଓ ତହିଁର ମଧ୍ୟ ଦେଇ କେହି ଗତାୟାତ କରେ ନାହିଁ; ଅଥବା ଲୋକମାନେ ପଶୁପଲର ରବ ଶୁଣି ପାରନ୍ତି ନାହିଁ; ଆକାଶସ୍ଥ ପକ୍ଷୀଗଣ ଓ ଭୂଚର ପଶୁଗଣ ଉଭୟ ପଳାୟନ କରିଅଛନ୍ତି, ସେମାନେ ଚାଲି ଯାଇଅଛନ୍ତି।


କାରଣ ଦେଶ ବ୍ୟଭିଚାରୀଗଣରେ ପରିପୂର୍ଣ୍ଣ ଓ ଅଭିଶାପ ସକାଶୁ ଦେଶ ଶୋକ କରୁଅଛି; ପ୍ରାନ୍ତରସ୍ଥ ଚରାସ୍ଥାନସବୁ ଶୁଷ୍କ ହୋଇଅଛି ଓ ଲୋକମାନଙ୍କର ବ୍ୟବହାର ମନ୍ଦ, ଆଉ ସେମାନଙ୍କର ପରାକ୍ରମ ନ୍ୟାୟସଙ୍ଗତ ନୁହେଁ।


ପଶୁଗଣ କିପରି ଆର୍ତ୍ତସ୍ୱର କରନ୍ତି ! ଚରା ନ ଥିବାରୁ ଗୋରୁପଲ ବ୍ୟାକୁଳ ହେଉଅଛନ୍ତି; ମେଷପଲ ଦଣ୍ଡ ପାଉଅଛନ୍ତି।


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ତାହାକୁ ବାହାର କରାଇ ଆଣିବା, ଆଉ ତାହା ଚୋରର ଗୃହରେ ଓ ଯେ ଆମ୍ଭ ନାମରେ ମିଥ୍ୟା ଶପଥ କରେ, ତାହାର ଗୃହରେ ପ୍ରବେଶ କରିବ; ପୁଣି, ତାହାର ଗୃହ ମଧ୍ୟରେ ରହି କାଷ୍ଠ ଓ ପଥର ଗ୍ରାସ କରିବ।”


ସଦାପ୍ରଭୁ କହନ୍ତି, “ଆମ୍ଭେ କ’ଣ ସେମାନଙ୍କୁ ଏହିସବୁର ପ୍ରତିଫଳ ଦେବା ନାହିଁ ? ଏହି ପ୍ରକାର ଗୋଷ୍ଠୀଠାରୁ ଆମ୍ଭର ପ୍ରାଣ କ’ଣ ପରିଶୋଧ ନେବ ନାହିଁ ?”


Swiv nou:

Piblisite


Piblisite