Biblia Todo Logo
Bib sou entènèt

- Piblisite -




ହୋଶେୟ 4:5 - ଓଡିଆ ବାଇବେଲ

5 ପୁଣି, ତୁମ୍ଭେ ଦିନବେଳେ ଝୁଣ୍ଟି ପଡ଼ିବ ଓ ଭବିଷ୍ୟଦ୍‍ବକ୍ତା ମଧ୍ୟ ରାତ୍ରିକାଳରେ ତୁମ୍ଭ ସଙ୍ଗେ ଝୁଣ୍ଟି ପଡ଼ିବ; ଆଉ, ଆମ୍ଭେ ତୁମ୍ଭର ମାତାକୁ ବିନାଶ କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପୁଣି, ତୁମ୍ଭେ ଦିନବେଳେ ଝୁଣ୍ଟି ପଡ଼ିବ ଓ ଭବିଷ୍ୟଦ୍-ବକ୍ତା ହିଁ ରାତ୍ରିକାଳରେ ତୁମ୍ଭ ସଙ୍ଗେ ଝୁଣ୍ଟି ପଡ଼ିବ; ଆଉ, ଆମ୍ଭେ ତୁମ୍ଭର ମାତାକୁ ବିନାଶ କରିବା,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି, ତୁମ୍ଭେ ଦିନ ବେଳେ ଝୁଣ୍ଟି ପଡ଼ିବ ଓ ଭବିଷ୍ୟଦ୍‍ବକ୍ତା ମଧ୍ୟ ରାତ୍ରିକାଳରେ ତୁମ୍ଭ ସଙ୍ଗେ ଝୁଣ୍ଟି ପଡ଼ିବ; ଆଉ, ଆମ୍ଭେ ତୁମ୍ଭର ମାତାକୁ ବିନାଶ କରିବା।

Gade chapit la Kopi

ପବିତ୍ର ବାଇବଲ

5 ତୁମ୍ଭ ଯାଜକମାନଙ୍କର ଦିନରେ ସ୍ଖଳନ ଘଟିବ ଓ ରାତ୍ରିରେ ଭବିଷ୍ୟ‌ଦ୍‌ବକ୍ତାମାନଙ୍କର ମଧ୍ୟ ତୁମ୍ଭ ସହିତ ସ୍ଖଳନ ଘଟିବ ଏବଂ ଆମ୍ଭେ ତୁମ୍ଭମାନଙ୍କର ମାଙ୍କୁ ବିନାଶ କରିବା।

Gade chapit la Kopi




ହୋଶେୟ 4:5
21 Referans Kwoze  

ତୁମ୍ଭେମାନେ ଆପଣା ମାତା ସହିତ ବାଦାନୁବାଦ କର; କାରଣ ସେ ଆମ୍ଭର ଭାର୍ଯ୍ୟା ନୁହେଁ, କିଅବା ଆମ୍ଭେ ତାହାର ସ୍ୱାମୀ ନୋହୁଁ; ସେ ଆପଣା ଦୃଷ୍ଟିରୁ ଆପଣା ବେଶ୍ୟାଚାର ଓ ଆପଣା ସ୍ତନଦ୍ୱୟର ମଧ୍ୟରୁ ବ୍ୟଭିଚାର ଦୂର କରୁ;


ଆମ୍ଭ ସାକ୍ଷାତରେ ସେମାନଙ୍କର ବିଧବାମାନେ ସମୁଦ୍ରର ବାଲି ଅପେକ୍ଷା ବହୁସଂଖ୍ୟକ ହୋଇଅଛନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରେ ଯୁବାଗଣର ମାତା ବିରୁଦ୍ଧରେ ବିନାଶକ ଏକ ଜଣକ ମଧ୍ୟାହ୍ନ କାଳରେ ଆଣିଅଛୁ; ଆମ୍ଭେ ଅକସ୍ମାତ୍‍ ତାହା ପ୍ରତି ଦୁଃଖ ଓ ଆଶଙ୍କା ଉପସ୍ଥିତ କରାଇଅଛୁ।


କିନ୍ତୁ ଊର୍ଦ୍ଧ୍ୱସ୍ଥ ଯିରୂଶାଲମ ସ୍ୱାଧୀନା, ସେ ଆମ୍ଭମାନଙ୍କ ଜନନୀ;


ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ସେହି ଦିନ ଆମ୍ଭେ ଦେଶରୁ ପ୍ରତିମାଗଣର ନାମ ଉଚ୍ଛିନ୍ନ କରିବା ଓ ସେମାନେ ଆଉ ସ୍ମରଣ କରା ଯିବେ ନାହିଁ; ଆହୁରି, ଆମ୍ଭେ ଦେଶରୁ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ଓ ଅଶୁଚିତାର ଆତ୍ମାକୁ ବାହାର କରିବା।


ଆଉ, ମୁଁ ଏକ ମାସ ମଧ୍ୟରେ ତିନି ଜଣ ପାଳକଙ୍କୁ ଉଚ୍ଛିନ୍ନ କଲି; କାରଣ ସେମାନଙ୍କ ବିଷୟରେ ମୋର ପ୍ରାଣ ବିରକ୍ତି ହୋଇଥିଲା, ମଧ୍ୟ ସେମାନଙ୍କ ପ୍ରାଣ ମୋତେ ଘୃଣା କଲା।


ଏଥିପାଇଁ ତୁମ୍ଭମାନଙ୍କର ମାତା ଅତିଶୟ ଲଜ୍ଜିତା ହେବ; ତୁମ୍ଭମାନଙ୍କର ପ୍ରସବକାରିଣୀ ହତାଶା ହେବ; ଦେଖ, ସେ ଗୋଷ୍ଠୀଗଣ ମଧ୍ୟରେ ସର୍ବପଶ୍ଚାତ୍‍ ହେବ, ପ୍ରାନ୍ତର, ଶୁଷ୍କସ୍ଥାନ ଓ ମରୁଭୂମି ହେବ।


ଭବିଷ୍ୟଦ୍‍ବକ୍ତାମାନଙ୍କ ବିଷୟ। ମୋର ଅନ୍ତରସ୍ଥ ହୃଦୟ ଭଗ୍ନ ହୋଇଅଛି, ମୋର ଅସ୍ଥିସବୁ କମ୍ପୁଅଛି; ସଦାପ୍ରଭୁଙ୍କର ଓ ତାହାଙ୍କ ପବିତ୍ର ବାକ୍ୟ ହେତୁରୁ ମୁଁ ମତ୍ତଲୋକ ତୁଲ୍ୟ ଓ ଦ୍ରାକ୍ଷାରସରେ ପରାଜିତ ଲୋକ ତୁଲ୍ୟ ଅଛି।


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯେଉଁ ପତ୍ର ଦ୍ୱାରା ତୁମ୍ଭମାନଙ୍କ ମାତାକୁ ତ୍ୟାଗ କରିଅଛୁ, ତାହାର ସେହି ଛାଡ଼ପତ୍ର କାହିଁ ? ଅଥବା ଆମ୍ଭ ବ୍ୟବସାୟୀମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ ? ଦେଖ, ତୁମ୍ଭେମାନେ ନିଜ ଅପରାଧ ସକାଶୁ ବିକ୍ରୀତ ହୋଇଥିଲ ଓ ତୁମ୍ଭମାନଙ୍କ ଅଧର୍ମ ସକାଶୁ ତୁମ୍ଭମାନଙ୍କର ମାତା ତ୍ୟକ୍ତା ହୋଇଥିଲା।


“ହେ ମନୁଷ୍ୟ-ସନ୍ତାନ, ଏହି ଲୋକମାନେ ଆପଣା ଆପଣା ଦେବତାକୁ ଆପଣା ଆପଣା ହୃଦୟକୁ ନେଇଅଛନ୍ତି ଓ ଆପଣାମାନଙ୍କର ଅଧର୍ମଜନକ ବିଘ୍ନ ଆପଣା ଆପଣା ସମ୍ମୁଖରେ ରଖିଅଛନ୍ତି; ଆମ୍ଭେ କି କୌଣସିମତେ ସେମାନଙ୍କୁ ଆମ୍ଭ ନିକଟରେ ଅନୁସନ୍ଧାନ କରିବାକୁ ଦେବା ?


ଯେହେତୁ ସେମାନଙ୍କର ମାତା ବେଶ୍ୟାବୃତ୍ତି କରିଅଛି; ସେମାନଙ୍କର ଗର୍ଭଧାରିଣୀ ଲଜ୍ଜାକର କର୍ମ କରିଅଛି; କାରଣ ସେ କହିଲା, “ମୋର ଯେଉଁ ପ୍ରେମିକଗଣ ମୋତେ ଅନ୍ନ, ଜଳ, ମେଷଲୋମ, ମସିନାବସ୍ତ୍ର, ତୈଳ ଓ ମୋର ପେୟଦ୍ରବ୍ୟ ମୋତେ ଦିଅନ୍ତି, ମୁଁ ସେମାନଙ୍କର ପଛେ ପଛେ ଯିବି।”


ପୁଣି, ଇସ୍ରାଏଲର ଦର୍ପ ତାହାର ମୁଖ ଆଗରେ ସାକ୍ଷ୍ୟ ଦିଏ; ଏଥିପାଇଁ ଇସ୍ରାଏଲ ଓ ଇଫ୍ରୟିମ ଆପଣାମାନଙ୍କ ଅଧର୍ମରେ ଝୁଣ୍ଟି ପଡ଼ିବେ।


Swiv nou:

Piblisite


Piblisite