Biblia Todo Logo
Bib sou entènèt

- Piblisite -




ହୋଶେୟ 5:2 - ଓଡିଆ ବାଇବେଲ

2 ପୁଣି, ଅତ୍ୟାଚାରୀମାନେ ହତ୍ୟା କରିବାରେ ଗଭୀରକୁ ଯାଇଅଛନ୍ତି; ମାତ୍ର ଆମ୍ଭେ ସେହି ସମସ୍ତଙ୍କର ଅନୁଯୋଗକାରୀ ଅଟୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି, ଅତ୍ୟାଚାରୀମାନେ ହତ୍ୟା କରିବାରେ ଗଭୀରକୁ ଯାଇଅଛନ୍ତି; ମାତ୍ର ଆମ୍ଭେ ସେସମସ୍ତଙ୍କର ଅନୁଯୋଗକାରୀ ଅଟୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ଅତ୍ୟାଚାରୀମାନେ ହତ୍ୟା କରିବାରେ ଗଭୀରକୁ ଯାଇଅଛନ୍ତି; ମାତ୍ର ଆମ୍ଭେ ସେହି ସମସ୍ତଙ୍କର ଅନୁଯୋଗକାରୀ ଅଟୁ।

Gade chapit la Kopi

ପବିତ୍ର ବାଇବଲ

2 ତୁମ୍ଭେମାନେ ବହୁ ମନ୍ଦକାର୍ଯ୍ୟ କରିଛ। ତେଣୁ ଆମ୍ଭେ ତୁମ୍ଭମାନଙ୍କୁ ଦଣ୍ତ ଦେବା।

Gade chapit la Kopi




ହୋଶେୟ 5:2
18 Referans Kwoze  

ସେମାନଙ୍କର ଦୁଷ୍ଟତାସକଳ ଗିଲ୍‍ଗଲ୍‍ରେ ଅଛି; କାରଣ ସେଠାରେ ଆମ୍ଭେ ସେମାନଙ୍କୁ ଘୃଣା କଲୁ; ଆମ୍ଭେ ସେମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ସେମାନଙ୍କୁ ଆମ୍ଭ ଗୃହରୁ ତଡ଼ିଦେବା; ଆମ୍ଭେ ସେମାନଙ୍କୁ ଆଉ ସ୍ନେହ କରିବା ନାହିଁ; ସେମାନଙ୍କର ଅଧିପତି ସମସ୍ତେ ବିଦ୍ରୋହୀ।


ଯେଉଁମାନେ ସଦାପ୍ରଭୁଙ୍କଠାରୁ ଆପଣା ଆପଣା ମନ୍ତ୍ରଣା ଗୁପ୍ତ କରିବାକୁ ଅତିଶୟ ଚେଷ୍ଟା କରନ୍ତି, ସେମାନେ ସନ୍ତାପର ପାତ୍ର ! ଆଉ, ସେମାନେ ଅନ୍ଧକାରରେ ଆପଣା ଆପଣା କର୍ମ କରି କହନ୍ତି, “ଆମ୍ଭମାନଙ୍କୁ କିଏ ଦେଖୁଅଛି ? ଓ ଆମ୍ଭମାନଙ୍କୁ କିଏ ଚିହ୍ନୁଅଛି ?”


ପୁଣି, ଡକାୟତ ଦଳ ଯେପରି ମନୁଷ୍ୟର ଅପେକ୍ଷାରେ ଥାଆନ୍ତି, ସେପରି ଯାଜକ ଦଳ ଶିଖିମ ଆଡ଼େ ଯିବା ପଥରେ ନରହତ୍ୟା କରନ୍ତି; ହଁ, ସେମାନେ ଭ୍ରଷ୍ଟାଚରଣ କରିଅଛନ୍ତି।


ଆମ୍ଭେ ଯେତେ ଲୋକଙ୍କୁ ପ୍ରେମ କରୁ, ସେମାନଙ୍କୁ ଅନୁଯୋଗ ଓ ଶାସନ କରିଥାଉ; ଅତଏବ ଉଦ୍‍ଯୋଗୀ ହୋଇ ମନପରିବର୍ତ୍ତନ କର ।


ଏଥିପାଇଁ ଆମ୍ଭେ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ସେମାନଙ୍କୁ ଚ୍ଛେଦନ କରିଅଛୁ; ଆମ୍ଭେ ଆପଣା ମୁଖ ନିର୍ଗତ ବାକ୍ୟ ଦ୍ୱାରା ସେମାନଙ୍କୁ ବଧ କରିଅଛୁ ଓ ତୁମ୍ଭର ଦଣ୍ଡାଜ୍ଞାସକଳ ନିର୍ଗତ ହେବା ଦୀପ୍ତି ତୁଲ୍ୟ ଅଟେ।


ଅଭିଶାପ ଦେବା, ବିଶ୍ୱାସଲଙ୍ଘନ, ବଧ, ଚୋରି ଓ ବ୍ୟଭିଚାର ବିନା ସେଠାରେ ଆଉ କିଛି ନାହିଁ; ଲୋକମାନେ ବିଦ୍ରୋହୀ ହୋଇ ଉଠନ୍ତି ଓ ରକ୍ତପାତ ଉପରେ ରକ୍ତପାତ କରାଯାଏ।


ତେବେ ସେମାନେ କହିଲେ, “ଆସ, ଆମ୍ଭେମାନେ ଯିରିମୀୟ ବିରୁଦ୍ଧରେ ପରାମର୍ଶ କରୁ; କାରଣ ଯାଜକ ନିକଟରୁ ବ୍ୟବସ୍ଥା ଅବା ଜ୍ଞାନବାନ ନିକଟରୁ ମନ୍ତ୍ରଣା ଅଥବା ଭବିଷ୍ୟଦ୍‍ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ଆସ, ଆମ୍ଭେମାନେ ଜିହ୍ୱା ଦ୍ୱାରା ତାହାକୁ ପ୍ରହାର କରୁ, ପୁଣି ତାହାର କୌଣସି କଥାରେ ମନୋଯୋଗ ନ କରୁ।”


ସେସମସ୍ତେ ଦାରୁଣ ଅବାଧ୍ୟ, ଚାରିଆଡ଼େ ନିନ୍ଦା ଘେନି ବୁଲନ୍ତି; ସେମାନେ ପିତ୍ତଳ ଓ ଲୁହା ପରି; ସେସମସ୍ତେ ଭ୍ରଷ୍ଟାଚାରୀ।


ହେ ସଦାପ୍ରଭୁ, ତୁମ୍ଭର ଚକ୍ଷୁ କ’ଣ ସତ୍ୟତା ପ୍ରତି ଦୃଷ୍ଟି ନ କରେ ? ତୁମ୍ଭେ ସେମାନଙ୍କୁ ପ୍ରହାର କରିଅଛ, ମାତ୍ର ସେମାନେ ଦୁଃଖିତ ହେଲେ ନାହିଁ; ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ, ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି; ସେମାନେ ଆପଣା ଆପଣା ମୁଖ ପାଷାଣ ଅପେକ୍ଷା କଠିନ କରିଅଛନ୍ତି; ସେମାନେ ଫେରି ଆସିବାକୁ ଅସ୍ୱୀକାର କରିଅଛନ୍ତି।


ତୁମ୍ଭେମାନେ ଅଧିକ ଅଧିକ ବିଦ୍ରୋହାଚରଣ କରିବା ପାଇଁ କାହିଁକି ଆହୁରି ପ୍ରହାରିତ ହେବ ? ମସ୍ତକଯାକ ପୀଡ଼ିତ ଓ ସମୁଦାୟ ହୃଦୟ ଦୁର୍ବଳ ହୋଇଅଛି।


Swiv nou:

Piblisite


Piblisite