Biblia Todo Logo
Bib sou entènèt

- Piblisite -




ହୋଶେୟ 7:4 - ଓଡିଆ ବାଇବେଲ

4 ସେମାନେ ସମସ୍ତେ ବ୍ୟଭିଚାରୀ; ସେମାନେ ରୁଟି ପ୍ରସ୍ତୁତକାରୀ ଦ୍ୱାରା ଉତ୍ତପ୍ତ ତନ୍ଦୁର ସ୍ୱରୂପ; ମଇଦା ଦଳିବା ସମୟଠାରୁ ତହିଁରେ ତାଡ଼ି ମିଶ୍ରିତ ନ ହେବା ପର୍ଯ୍ୟନ୍ତ ସେ ଅଗ୍ନି ପ୍ରଜ୍ୱଳିତ କରିବାରୁ ନିବୃତ୍ତ ହୁଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେସମସ୍ତେ ପାରଦାରିକ; ସେମାନେ ରୁଟୀ ପ୍ରସ୍ତୁତକାରୀ ଦ୍ଵାରା ଉତ୍ତପ୍ତ ତନ୍ଦୁର ସ୍ଵରୂପ; ମଇଦା ଦଳିବା ସମୟଠାରୁ ତହିଁରେ ତାଡ଼ି ମିଶ୍ରିତ ନ ହେବା ପର୍ଯ୍ୟନ୍ତ ସେ ଅଗ୍ନି ଉସ୍କାଇବାରୁ ନିବୃତ୍ତ ହୁଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେମାନେ ସମସ୍ତେ ବ୍ୟଭିଚାରୀ; ସେମାନେ ରୁଟି ପ୍ରସ୍ତୁତକାରୀ ଦ୍ୱାରା ଉତ୍ତପ୍ତ ତନ୍ଦୁର ସ୍ୱରୂପ; ମଇଦା ଦଳିବା ସମୟଠାରୁ ତହିଁରେ ତାଡ଼ି ମିଶ୍ରିତ ନ ହେବା ପର୍ଯ୍ୟନ୍ତ ସେ ଅଗ୍ନି ପ୍ରଜ୍ୱଳିତ କରିବାରୁ ନିବୃତ୍ତ ହୁଏ।

Gade chapit la Kopi

ପବିତ୍ର ବାଇବଲ

4 ସମସ୍ତ ଲୋକମାନେ ବ୍ୟଭିଗ୍ଭରୀ ଅଟନ୍ତି। ସେମାନେ ରୋଟୀ ପ୍ରସ୍ତୁତକାରୀ ତୁନ୍ଦୁରର ଉତ୍ତପ୍ତଠାରୁ ଅଧିକ ଉତ୍ତପ୍ତ ଥିବା ତୁନ୍ଦୁର ଗ୍ଭରିପଟେ ଗ୍ଭଲନ୍ତି। ରୋଟୀ ପ୍ରସ୍ତୁତକାରୀ ଅଟା ଦଳୁଥାଏ, ଯେଉଁ ପର୍ଯ୍ୟନ୍ତ ରୋଟୀ ଫୁଲି ପ୍ରସ୍ତୁତ ହୁଏ, ସେ ଅଗ୍ନିକୁ ଉତ୍ତେଜିତ କରେ ନାହିଁ। କିନ୍ତୁ ଲୋକମାନେ ନିଜ ମନୋଭାବକୁ ଗରମ ରଖିଛନ୍ତି।

Gade chapit la Kopi




ହୋଶେୟ 7:4
10 Referans Kwoze  

ଆଃ, ପଥିକମାନଙ୍କର ବସା ପରି ଯଦି ପ୍ରାନ୍ତରରେ ମୋର ଗୋଟିଏ ବସା ଥା’ନ୍ତା, ତେବେ ମୁଁ ନିଜ ଲୋକମାନଙ୍କୁ ତ୍ୟାଗ କରି ସେମାନଙ୍କଠାରୁ ସ୍ଥାନାନ୍ତରକୁ ଯାଇ ପାରନ୍ତି ! କାରଣ ସେମାନେ ସମସ୍ତେ ବ୍ୟଭିଚାରୀ, ବିଶ୍ୱାସଘାତକ ଲୋକଙ୍କର ସମାଜ।


ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ୱରଙ୍କର ଶତ୍ରୁତା, ଏହା କ'ଣ ଜାଣ ନାହିଁ ? ଅତଏବ, ଯେ କେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ ସେ ଆପଣାକୁ ଈଶ୍ୱରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ ।


ଆମ୍ଭର ଲୋକମାନେ ଆପଣା କାଷ୍ଠଖଣ୍ଡର ନିକଟରେ ମନ୍ତ୍ରଣା ଚାହାନ୍ତି ଓ ସେମାନଙ୍କର ଯଷ୍ଟି ସେମାନଙ୍କ ପ୍ରତି (କଥା) ପ୍ରକାଶ କରେ; କାରଣ ବ୍ୟଭିଚାରର ଆତ୍ମା ସେମାନଙ୍କୁ ଭ୍ରାନ୍ତ କରିଅଛି, ପୁଣି ସେମାନେ ପରମେଶ୍ୱରଙ୍କ ଅଧୀନତାରୁ ଯାଇ ବ୍ୟଭିଚାର କରିଅଛନ୍ତି।


ଅଭିଶାପ ଦେବା, ବିଶ୍ୱାସଲଙ୍ଘନ, ବଧ, ଚୋରି ଓ ବ୍ୟଭିଚାର ବିନା ସେଠାରେ ଆଉ କିଛି ନାହିଁ; ଲୋକମାନେ ବିଦ୍ରୋହୀ ହୋଇ ଉଠନ୍ତି ଓ ରକ୍ତପାତ ଉପରେ ରକ୍ତପାତ କରାଯାଏ।


ତୁମ୍ଭମାନଙ୍କର ଏପରି ଗର୍ବ କରିବା ଭଲ ନୁହେଁ । ତୁମ୍ଭେମାନେ କି ଜାଣ ନାହିଁ ଯେ, ଅଳ୍ପ ବୋଲି ଖମୀର ସମସ୍ତ ମଇଦା ପିଣ୍ଡୁଳାକୁ ଖମୀରମୟ କରିଦିଏ ?


କାରଣ ଦେଶ ବ୍ୟଭିଚାରୀଗଣରେ ପରିପୂର୍ଣ୍ଣ ଓ ଅଭିଶାପ ସକାଶୁ ଦେଶ ଶୋକ କରୁଅଛି; ପ୍ରାନ୍ତରସ୍ଥ ଚରାସ୍ଥାନସବୁ ଶୁଷ୍କ ହୋଇଅଛି ଓ ଲୋକମାନଙ୍କର ବ୍ୟବହାର ମନ୍ଦ, ଆଉ ସେମାନଙ୍କର ପରାକ୍ରମ ନ୍ୟାୟସଙ୍ଗତ ନୁହେଁ।


ତହିଁରେ ସେମାନେ ଭୋଜନ କଲେ ମଧ୍ୟ ତୃପ୍ତ ହେବେ ନାହିଁ; ବ୍ୟଭିଚାର କଲେ ମଧ୍ୟ ବହୁବଂଶ ହେବେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି।


ଆଃ, ଯେବେ ମୋହର ମସ୍ତକ ଜଳମୟ ଓ ମୋର ଚକ୍ଷୁ ଲୋତକର ଝର ସ୍ୱରୂପ ହୁଅନ୍ତା, ତେବେ ମୁଁ ଆପଣା ଲୋକମାନଙ୍କ କନ୍ୟାର ହତ ଲୋକମାନଙ୍କ ନିମନ୍ତେ ଦିବାରାତ୍ର କ୍ରନ୍ଦନ କରି ପାରନ୍ତି !


Swiv nou:

Piblisite


Piblisite