Biblia Todo Logo
Bib sou entènèt

- Piblisite -




ହୋଶେୟ 8:2 - ଓଡିଆ ବାଇବେଲ

2 ସେମାନେ ଆମ୍ଭ ନିକଟରେ କ୍ରନ୍ଦନ କରି କହିବେ, ‘ହେ ଆମ୍ଭର ପରମେଶ୍ୱର, ଆମ୍ଭେମାନେ ଇସ୍ରାଏଲ, ତୁମ୍ଭଙ୍କୁ ଜାଣୁ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେମାନେ ଆମ୍ଭ ନିକଟରେ କ୍ରନ୍ଦନ କରି କହିବେ, ହେ ଆମ୍ଭର ପରମେଶ୍ଵର, ଆମ୍ଭେମାନେ ଇସ୍ରାଏଲ, ତୁମ୍ଭଙ୍କୁ ଜାଣୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେମାନେ ଆମ୍ଭ ନିକଟରେ କ୍ରନ୍ଦନ କରି କହିବେ, “ହେ ଆମ୍ଭର ପରମେଶ୍ୱର, ଆମ୍ଭେମାନେ ଇସ୍ରାଏଲ, ତୁମ୍ଭଙ୍କୁ ଜାଣୁ।”

Gade chapit la Kopi

ପବିତ୍ର ବାଇବଲ

2 ସେମାନେ ଆମ୍ଭକୁ ଚିତ୍କାର କରି କହନ୍ତି, ‘ହେ ପରମେଶ୍ୱର ଆମ୍ଭେ ଇସ୍ରାଏଲବାସୀ ତୁମ୍ଭକୁ ଜାଣୁ।’

Gade chapit la Kopi




ହୋଶେୟ 8:2
14 Referans Kwoze  

ସେମାନେ ଈଶ୍ୱରଙ୍କୁ ଜାଣନ୍ତି ବୋଲି ସ୍ୱୀକାର କରନ୍ତି; ସେମାନେ ଘୃଣ୍ୟ ଓ ଅବାଧ୍ୟ ପୁଣି, ସମସ୍ତ ସତ୍କର୍ମର ଅଯୋଗ୍ୟ ।


ମୋତେ ପ୍ରଭୁ, ପ୍ରଭୁ ବୋଲି ଡାକନ୍ତି, ଏପରି ପ୍ରତ୍ୟେକେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବେ ନାହିଁ, ମାତ୍ର ଯେ ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ପ୍ରବେଶ କରିବ ।


ତାହାଙ୍କ ଆଜ୍ଞା ପାଳନ ନ କରି ତାହାଙ୍କୁ ଜାଣେ ବୋଲି ଯେ କହେ, ସେ ମିଥ୍ୟାବାଦୀ ଓ ତାହାଠାରେ ସତ୍ୟ ନାହିଁ;


ଘରର ମୁଖ୍ୟ ଲୋକ ଉଠି ଦ୍ୱାର ବନ୍ଦ କଲା ପରେ ଯେତେବେଳେ ତୁମ୍ଭେମାନେ ବାହାରେ ଠିଆ ହୋଇ ରହିବ ଓ ହେ ପ୍ରଭୁ, ଆମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାନ୍ତୁ, ଏହା କହି ଦ୍ୱାରରେ ମାରିବାକୁ ଲାଗିବ, ସେତେବେଳେ ସେ ତୁମ୍ଭମାନଙ୍କୁ ଉତ୍ତର ଦେବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ ।


ଏହାପରେ ଅନ୍ୟ କନ୍ୟାମାନେ ମଧ୍ୟ ଆସି କହିଲେ, ହେ ପ୍ରଭୁ, ହେ ପ୍ରଭୁ, ଆମ ପାଇଁ ଦ୍ୱାର ଫିଟାଇଦିଅନ୍ତୁ ।


ସେହି ସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍‍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି ? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।


ଏହିସବୁ ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କର ମନ୍ଦିର, ଏହି ମିଥ୍ୟା କଥାରେ ବିଶ୍ୱାସ କର ନାହିଁ।


ତଥାପି ବେଥେଲ୍‍ ଓ ଦାନ୍‍ରେ ଥିବା ଯେଉଁ ସୁବର୍ଣ୍ଣ ଗୋବତ୍ସ ଦ୍ୱାରା ନବାଟର ପୁତ୍ର ଯାରବୀୟାମ ଇସ୍ରାଏଲକୁ ପାପ କରାଇଥିଲେ, ଯେହୂ ତାଙ୍କର ସେହି ପାପାନୁଗମନ ତ୍ୟାଗ କଲେ ନାହିଁ।


ପୁଣି ଯେହୂ କହିଲେ, “ମୋ’ ସଙ୍ଗେ ଆସ, ସଦାପ୍ରଭୁଙ୍କ ନିମନ୍ତେ ମୋହର ଉଦ୍‍ଯୋଗ ଦେଖ।” ଏହିରୂପେ ସେମାନେ ତାହାକୁ ତାଙ୍କ ରଥରେ ଚଢ଼ାଇଲେ।


ସେମାନେ ଆପଣା ଆପଣା ଅପରାଧ ସ୍ୱୀକାର କରି ଆମ୍ଭର ମୁଖ ଅନ୍ଵେଷଣ ନ କରିବା ପର୍ଯ୍ୟନ୍ତ ଆମ୍ଭେ ଫେରି ଆପଣା ସ୍ଥାନକୁ ଯିବା; ସେମାନେ ଆପଣାମାନଙ୍କର ଦୁଃଖ ସମୟରେ ଆନ୍ତରିକ ଭାବରେ ଆମ୍ଭର ଅନ୍ଵେଷଣ କରିବେ।


ଯାହା ଉତ୍ତମ, ତାହା ଇସ୍ରାଏଲ ଅଗ୍ରାହ୍ୟ କରିଅଛି; ଶତ୍ରୁ ତାହାର ପଛେ ପଛେ ଗୋଡ଼ାଇବ।


Swiv nou:

Piblisite


Piblisite