Biblia Todo Logo
Bib sou entènèt

- Piblisite -




ହୋଶେୟ 8:6 - ଓଡିଆ ବାଇବେଲ

6 କାରଣ ଏହା ହିଁ ଇସ୍ରାଏଲଠାରୁ ହୋଇଅଛି, ଶିଳ୍ପକାର ଏହା ନିର୍ମାଣ କରିଅଛି, ତାହା ଈଶ୍ୱର ନୁହେଁ; ହଁ, ଶମରୀୟାର ଗୋବତ୍ସ ଖଣ୍ଡ ଖଣ୍ଡ ହୋଇ ଭଗ୍ନ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 କାରଣ ଏହା ହିଁ ଇସ୍ରାଏଲଠାରୁ ହୋଇଅଛି, ଶିଳ୍ପକର ଏହା ନିର୍ମାଣ କରିଅଛି, ତାହା ଈଶ୍ଵର ନୁହେଁ; ହଁ, ଶମରୀୟାର ଗୋବତ୍ସ ଖଣ୍ତ ଖଣ୍ତ ହୋଇ ଭଗ୍ନ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କାରଣ ଏହା ହିଁ ଇସ୍ରାଏଲଠାରୁ ହୋଇଅଛି, ଶିଳ୍ପକାର ଏହା ନିର୍ମାଣ କରିଅଛି, ତାହା ପରମେଶ୍ୱର ନୁହେଁ; ହଁ, ଶମରୀୟାର ଗୋବତ୍ସ ଖଣ୍ଡ ଖଣ୍ଡ ହୋଇ ଭଗ୍ନ ହେବ।

Gade chapit la Kopi




ହୋଶେୟ 8:6
22 Referans Kwoze  

ଆଉ ହାତ ତିଆରି ଦେବତାମାନେ ଈଶ୍ୱର ନୁହଁନ୍ତି ବୋଲି କହି ଏହି ପାଉଲ କେବଳ ଏଫିସରେ ନୁହେଁ, ମାତ୍ର ପ୍ରାୟ ସମସ୍ତ ଆସିଆରେ ବହୁତ ଲୋକଙ୍କୁ ମତାଇ ଭୁଲାଇଅଛି, ଏହା ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି ।


ତେବେ, ଆମ୍ଭେମାନେ ଈଶ୍ୱରଙ୍କର ବଂଶ ହେବାରୁ ଈଶ୍ୱରଙ୍କ ସ୍ୱରୂପକୁ ମନୁଷ୍ୟର ଶିଳ୍ପ ଓ କଳ୍ପନା ଅନୁସାରେ ଖୋଦିତ ସ୍ୱର୍ଣ୍ଣ କି ରୌପ୍ୟ କି ପ୍ରସ୍ତର ତୁଲ୍ୟ ବୁଝିବା ଆମ୍ଭମାନଙ୍କର ଉଚିତ ନୁହେଁ ।


ଖୋଦିତ ପ୍ରତିମାରେ କି ଲାଭ ଯେ, ତହିଁର ନିର୍ମାଣକର୍ତ୍ତା ତାହା ଖୋଦନ କରେ ? ଛାଞ୍ଚରେ ଢଳା ପ୍ରତିମାରେ ଓ ମିଥ୍ୟା ଶିକ୍ଷକରେ କି ଲାଭ ଯେ, ଆପଣାର ନିର୍ମିତ ବସ୍ତୁର ନିର୍ମାଣକାରୀ ତହିଁରେ ବିଶ୍ୱାସ କରି ମୂକ ଦେବତା ନିର୍ମାଣ କରେ ?


ସେମାନଙ୍କର ଅନ୍ତଃକରଣ ବିଭକ୍ତ ହୋଇଅଛି; ଏବେ ସେମାନେ ଦୋଷୀ ଗଣାଯିବେ; ସେ ସେମାନଙ୍କର ଯଜ୍ଞବେଦିସବୁକୁ ଆଘାତ କରିବେ, ସେ ସେମାନଙ୍କର ସ୍ତମ୍ଭସବୁକୁ ନଷ୍ଟ କରିବେ।


“ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ପ୍ରକାଶ କରି ପ୍ରଚାର କର ଓ ଧ୍ୱଜା ଉଠାଅ; ପ୍ରଚାର କର ଓ ଗୋପନ ନ କରି କୁହ, ‘ବାବିଲ ହସ୍ତଗତ ହେଲା, ବେଲ୍ ଲଜ୍ଜିତ ହେଲା, ମରୋଦକ୍‍ ବିସ୍ମିତ ହେଲା; ତାହାର ପ୍ରତିମାଗଣ ଲଜ୍ଜିତ ହେଲେ ଓ ତାହାର ଦେବତା ସକଳ ବିସ୍ମିତ ହେଲେ।’


ପ୍ରତ୍ୟେକ ମନୁଷ୍ୟ ପଶୁବତ୍‍ ଓ ଜ୍ଞାନହୀନ ହୋଇଅଛି; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ପ୍ରାଣବାୟୁ ନାହିଁ।


ଏହିସବୁ ସମାପ୍ତ ହେଲା ଉତ୍ତାରେ ଉପସ୍ଥିତ ସମଗ୍ର ଇସ୍ରାଏଲ ଯିହୁଦାର ନଗରମାନଙ୍କୁ ଯାଇ ସ୍ତମ୍ଭସବୁ ଭାଙ୍ଗି ପକାଇଲେ ଓ ଆଶେରାମୂର୍ତ୍ତିମାନ କାଟି ପକାଇଲେ, ପୁଣି ନିଃଶେଷରେ ବିନାଶ ନ କରିବା ପର୍ଯ୍ୟନ୍ତ ସମସ୍ତ ଯିହୁଦା ଓ ବିନ୍ୟାମୀନ୍ ମଧ୍ୟରୁ, ଆହୁରି ଇଫ୍ରୟିମ ଓ ମନଃଶିରେ ସ୍ଥିତ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ। ତହୁଁ ଇସ୍ରାଏଲ ସନ୍ତାନଗଣର ପ୍ରତ୍ୟେକ ଲୋକ ଆପଣା ଆପଣା ଅଧିକାର ଓ ନଗରକୁ ଫେରି ଗଲେ।


ପୁଣି ଇସ୍ରାଏଲର ରାଜାମାନେ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ଶମରୀୟାର ନାନା ନଗରରେ ଯେ ଯେ ଉଚ୍ଚସ୍ଥଳୀର ଗୃହ ନିର୍ମାଣ କରିଥିଲେ, ଯୋଶୀୟ ସେସବୁ ମଧ୍ୟ ଦୂର କଲେ ଓ ବେଥେଲ୍‍ରେ ଯେପରି କର୍ମ କରିଥିଲେ, ସେସବୁ ପ୍ରତି ସେହିପରି କଲେ।


ଆହୁରି ବେଥେଲ୍‍ରେ ଯେଉଁ ଯଜ୍ଞବେଦି ଥିଲା ଓ ଇସ୍ରାଏଲକୁ ପାପ କରାଇଥିଲେ ଯେ ନବାଟର ପୁତ୍ର ଯାରବୀୟାମ, ସେ ଯେଉଁ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଯୋଶୀୟ ସେହି ଯଜ୍ଞବେଦି ଓ ଉଚ୍ଚସ୍ଥଳୀ ଭାଙ୍ଗି ପକାଇଲେ, ପୁଣି ସେ ଉଚ୍ଚସ୍ଥଳୀ ଦଗ୍ଧ କରି ପେଷି ଚୂର୍ଣ୍ଣ କଲେ, ଆଉ ଆଶେରାମୂର୍ତ୍ତିକୁ ଦଗ୍ଧ କଲେ।


ପୁଣି, ଇସ୍ରାଏଲ ବଂଶ ଆପଣା ବିଶ୍ୱାସଭୂମି ବେଥେଲ୍‍ ବିଷୟରେ ଯେପରି ଲଜ୍ଜିତ ହୋଇଥିଲେ, ସେପରି ମୋୟାବ କମୋଶ ବିଷୟରେ ଲଜ୍ଜିତ ହେବ।


ପୁଣି, ଏବେ ସେମାନେ ଅଧିକ ଅଧିକ ପାପ କରନ୍ତି ଓ ରୂପାର ଢଳା ପ୍ରତିମା, ଅର୍ଥାତ୍‍, ଆପଣା ଆପଣା ବୁଦ୍ଧି ଅନୁସାରେ ଦେବତା ନିର୍ମାଣ କରିଅଛନ୍ତି। ସେସବୁ କାରିଗରର କର୍ମ; ସେହି ସବୁର ବିଷୟରେ ସେମାନେ କହନ୍ତି, ଯେଉଁ ଲୋକମାନେ ବଳିଦାନ କରନ୍ତି, ସେମାନେ ଗୋବତ୍ସ ପ୍ରତିମାଗଣକୁ ଚୁମ୍ବନ କରନ୍ତୁ।


ଅଶୂର ଆମ୍ଭମାନଙ୍କର ପରିତ୍ରାଣ କରିବ ନାହିଁ; ଆମ୍ଭେମାନେ ଅଶ୍ୱାରୋହଣ କରିବା ନାହିଁ; କିଅବା ତୁମ୍ଭେମାନେ ଆମ୍ଭମାନଙ୍କର ଦେବଗଣ ବୋଲି ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ଆଉ କହିବା ନାହିଁ; କାରଣ ପିତୃହୀନ ତୁମ୍ଭ ନିକଟରେ ଦୟା ପ୍ରାପ୍ତ ହୁଏ।


ଆଉ, ଏବେ ତୁମ୍ଭେମାନେ ଦାଉଦ-ସନ୍ତାନଗଣର ହସ୍ତାଧୀନ ସଦାପ୍ରଭୁଙ୍କ ରାଜ୍ୟର ପ୍ରତିବାଧା କରିବାକୁ ମାନସ କରୁଅଛ; ପୁଣି ତୁମ୍ଭେମାନେ ଲୋକସମୂହ ଓ ତୁମ୍ଭମାନଙ୍କର ଦେବତା ହେବା ପାଇଁ ଯାରବୀୟାମ୍‍ ନିର୍ମିତ ସ୍ୱର୍ଣ୍ଣମୟ ଗୋବତ୍ସ ତୁମ୍ଭମାନଙ୍କ ସଙ୍ଗେ ଅଛି।


ପୁଣି, ତାହାର ଖୋଦିତ ପ୍ରତିମାସକଳ ଖଣ୍ଡ ଖଣ୍ଡ କରାଯିବ ଓ ତାହାର ବେତନସକଳ ଅଗ୍ନିରେ ଦଗ୍ଧ ହେବ, ଆଉ ଆମ୍ଭେ ତାହାର ଦେବତାସକଳକୁ ଧ୍ୱଂସ କରିବା; କାରଣ ବେଶ୍ୟାର ବେତନ ଦ୍ୱାରା ସେ ତାହା ସଞ୍ଚୟ କରିଅଛି ଓ ତାହା ପୁନର୍ବାର ବେଶ୍ୟାର ବେତନ ହୋଇଯିବ।


Swiv nou:

Piblisite


Piblisite