Biblia Todo Logo
Bib sou entènèt

- Piblisite -




ହୋଶେୟ 8:7 - ଓଡିଆ ବାଇବେଲ

7 କାରଣ ସେମାନେ ବାୟୁ ବୁଣନ୍ତି ଓ ଘୂର୍ଣ୍ଣିବାୟୁରୂପ ଶସ୍ୟ କାଟିବେ। ତାହାର ଉଠିଆ କ୍ଷେତ ନାହିଁ; ପତ୍ର ଖାଦ୍ୟ ଉତ୍ପନ୍ନ କରିବ ନାହିଁ; ଯଦି ଉତ୍ପନ୍ନ କରିବେ, ବିଦେଶୀୟମାନେ ତାହା ଗ୍ରାସ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 କାରଣ ସେମାନେ ବାୟୁ ବୁଣନ୍ତି ଓ ଘୂର୍ଣ୍ଣିବାୟୁରୂପ ଶସ୍ୟ କାଟିବେ। ତାହାର ଉଠିଆ କ୍ଷେତ ନାହିଁ; ପତ୍ର ଖାଦ୍ୟ ଉତ୍ପନ୍ନ କରିବ ନାହିଁ; ଯେବେ ଉତ୍ପନ୍ନ କରିବ, ବିଦେଶୀୟମାନେ ତାହା ଗ୍ରାସ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କାରଣ ସେମାନେ ବାୟୁ ବୁଣନ୍ତି ଓ ଘୂର୍ଣ୍ଣିବାୟୁରୂପ ଶସ୍ୟ କାଟିବେ। ତାହାର ଉଠିଆ କ୍ଷେତ ନାହିଁ; ପତ୍ର ଖାଦ୍ୟ ଉତ୍ପନ୍ନ କରିବ ନାହିଁ; ଯଦି ଉତ୍ପନ୍ନ କରିବେ, ବିଦେଶୀୟମାନେ ତାହା ଗ୍ରାସ କରିବେ।

Gade chapit la Kopi

ପବିତ୍ର ବାଇବଲ

7 ଇସ୍ରାଏଲୀୟମାନେ ଗୋଟିଏ ନିର୍ବୋଧ କାମ କଲେ। ସେମାନେ ବାୟୁରେ ଗଛ ଲଗାଇବାକୁ ଚେଷ୍ଟା କରୁଥିଲେ। ସେମାନେ କେବଳ ଦୁଃଖହିଁ ପାଇବେ। ସେମାନେ ଘୂର୍ଣ୍ଣିବାତ୍ୟାକୁ ନିମନ୍ତ୍ରଣ କଲେ। ଜମିରେ ଉତ୍ପନ୍ନ ହେଉଥିବା ଶସ୍ୟ ଖାଦ୍ୟ ଯୋଗାଇବ ନାହିଁ। ଏପରି ଯଦି କିଛି ଉତ୍ପନ୍ନ ହେଲା ତେବେ ତାକୁ ଅଜଣା ଲୋକ ଭକ୍ଷ୍ୟଣ କରିବେ।

Gade chapit la Kopi




ହୋଶେୟ 8:7
22 Referans Kwoze  

ଯେ ଅଧର୍ମ ବୀଜ ବୁଣେ, ସେ ବିପଦରୂପ ଶସ୍ୟ କାଟିବ ଓ ତାହାର କୋପରୂପ ଦଣ୍ଡ ଲୁପ୍ତ ହେବ।


ମୋହର ଦେଖିଲା ପ୍ରମାଣେ, ଯେଉଁମାନେ ଅଧର୍ମ ଚଷନ୍ତି ଓ ଦୁଃଖରୂପ ବୀଜ ବୁଣନ୍ତି, ସେମାନେ ତାହା ହିଁ କାଟନ୍ତି।


ଭ୍ରାନ୍ତ ନ ହୁଅ; ଈଶ୍ୱର ବିଦୃପର ପାତ୍ର ନୁହଁନ୍ତି; କାରଣ ମନୁଷ୍ୟ ଯାହା ବୁଣେ, ତାହା ହିଁ କାଟିବ ।


ସଦାପ୍ରଭୁ କ୍ରୋଧରେ ଧୀର ଓ ପରାକ୍ରମରେ ମହାନ୍ ଓ କୌଣସି ପ୍ରକାରେ ଦୋଷୀକୁ ନିର୍ଦ୍ଦୋଷ କରିବେ ନାହିଁ; ଘୂର୍ଣ୍ଣିବାୟୁ ଓ ତୋଫାନ ମଧ୍ୟରେ ସଦାପ୍ରଭୁଙ୍କର ପଥ ଅଛି ଓ ମେଘମାଳ ତାହାଙ୍କର ପାଦଧୂଳି।


ବିଦେଶୀମାନେ ତାହାର ବଳ ଗ୍ରାସ କରିଅଛନ୍ତି, ଆଉ ସେ ତାହା ଜାଣେ ନାହିଁ; ହଁ, ତାହାର ମସ୍ତକରେ, ଏଠାରେ ସେଠାରେ ପକ୍ୱ କେଶ ଅଛି, ମାତ୍ର ସେ ତାହା ଜାଣେ ନାହିଁ।


ଏଥିପାଇଁ ଆମ୍ଭେ ଶସ୍ୟ ସମୟରେ ଆମ୍ଭର ଶସ୍ୟ ଓ ଦ୍ରାକ୍ଷାରସର ଋତୁରେ ଆମ୍ଭର ଦ୍ରାକ୍ଷାରସ ଫେରାଇ ନେବା, ଯାହା ଦ୍ୱାରା ତାହାର ଉଲଙ୍ଗତା ଆଚ୍ଛାଦିତ ହୁଅନ୍ତା, ଆମ୍ଭର ସେହି ମେଷଲୋମ ଓ ମସିନା ଛଡ଼ାଇ ନେବା।


ସେମାନେ ଗହମ ବୁଣି କଣ୍ଟା କାଟିଅଛନ୍ତି, ସେମାନେ ଆପଣାମାନଙ୍କୁ କଷ୍ଟ ଦେଇ କିଛି ଲାଭ ପାଆନ୍ତି ନାହିଁ; ପୁଣି, ସଦାପ୍ରଭୁଙ୍କ ପ୍ରଚଣ୍ଡ କ୍ରୋଧ ସକାଶୁ ତୁମ୍ଭେମାନେ ଆପଣା ଫଳ ବିଷୟରେ ଲଜ୍ଜିତ ହେବ।


କାରଣ ଦେଖ, ମହାତାପରେ ଆପଣାର କ୍ରୋଧ ଓ ପ୍ରଜ୍ୱଳିତ ଅଗ୍ନି ଦ୍ୱାରା ଆପଣା ଭର୍ତ୍ସନା ପ୍ରତିଦାନ କରିବା ପାଇଁ ସଦାପ୍ରଭୁ ଅଗ୍ନି ସହକାରେ ଆଗମନ କରିବେ ଓ ତାହାଙ୍କର ରଥସବୁ ଘୂର୍ଣ୍ଣିବାୟୁ ତୁଲ୍ୟ ହେବ।


ତୁମ୍ଭେ ରୋପଣ କରିବା ଦିନ ତହିଁର ଚାରିଆଡ଼େ ବାଡ଼ ଦେଉଅଛ ଓ ପ୍ରାତଃକାଳରେ ତୁମ୍ଭେ ଆପଣା ବୀଜକୁ ପୁଷ୍ପିତ କରାଉଅଛ; ମାତ୍ର ଦୁଃଖ ଓ ପ୍ରତିକାରହୀନ ଶୋକ ସମୟରେ ଫଳ ଉଡ଼ିଯାଏ।


ପୁଣି, ସେ ଯେପରି ଆସିଲା, ସର୍ବତୋଭାବେ ଯେ ସେପରି ଯିବ, ଏହା ହିଁ ବ୍ୟାଧି ସ୍ୱରୂପ ଅନିଷ୍ଟ; ଏଣୁ ବାୟୁ ନିମନ୍ତେ ସେ ପରିଶ୍ରମ କଲେ, ତାହାର କି ଲାଭ ?


ଇସ୍ରାଏଲର ରାଜା ପେକହଙ୍କର ସମୟରେ ଅଶୂରର ରାଜା ତିଗ୍ଲାତ୍‍-ପିଲେସର୍ ଆସି ଇୟୋନ୍‍ ଓ ଆବେଲ୍‍-ବେଥ୍-ମାଖା ଓ ଯାନୋହ ଓ କେଦଶ ଓ ହାସୋର ଓ ଗିଲୀୟଦ ଓ ଗାଲିଲୀ ଓ ସମୁଦାୟ ନପ୍ତାଲି ଦେଶ ହସ୍ତଗତ କଲା; ଆଉ ସେ ଲୋକମାନଙ୍କୁ ବନ୍ଦୀ କରି ଅଶୂରକୁ ନେଇଗଲା।


ଅଶୂରର ରାଜା ପୂଲ୍‍ ଦେଶର ବିରୁଦ୍ଧରେ ଆସନ୍ତେ, ମନହେମ୍‍ ଆପଣା ହସ୍ତରେ ରାଜ୍ୟ ଦୃଢ଼ କରିବା ପାଇଁ ଯେପରି ପୂଲ୍‍ର ହସ୍ତ ତାଙ୍କର ସହାୟ ହେବ, ଏଥିପାଇଁ ସେ ତାହାକୁ ଏକ ସହସ୍ର ତାଳନ୍ତ ରୂପା ଦେଲେ।


ତୁମ୍ଭର ଅଜ୍ଞାତ ଏକ ଗୋଷ୍ଠୀ ତୁମ୍ଭ ଭୂମିର ଓ ତୁମ୍ଭ ସକଳ ପରିଶ୍ରମର ଫଳ ଭୋଗ କରିବ; ପୁଣି ତୁମ୍ଭେ ସର୍ବଦା କେବଳ ଉପଦ୍ରବଗ୍ରସ୍ତ ଓ କ୍ଲେଶପ୍ରାପ୍ତ ହେବ।


ଯେଣୁ ଯେ ଆପଣା ଶରୀର ଉଦ୍ଦେଶ୍ୟରେ ବୁଣେ, ସେ ଶରୀରରୁ ଉତ୍ପନ୍ନ କ୍ଷୟଣୀୟ ଶସ୍ୟ କାଟିବ; କିନ୍ତୁ ଯେ ଆତ୍ମାଙ୍କ ଉଦ୍ଦେଶ୍ୟରେ ବୁଣେ, ସେ ଆତ୍ମାଙ୍କଠାରୁ ଉତ୍ପନ୍ନ ଅନନ୍ତ ଜୀବନରୂପ ଶସ୍ୟ କାଟିବ ।


ଅଖାଦ୍ୟ ଦ୍ରବ୍ୟ ନିମନ୍ତେ ତୁମ୍ଭେମାନେ କାହିଁକି ରୂପା ବ୍ୟୟ କରୁଅଛ ? ଓ ଯାହା ତୃପ୍ତିକର ନୁହେଁ, ତହିଁ ପାଇଁ କାହିଁକି ତୁମ୍ଭେମାନେ ପରିଶ୍ରମ କରୁଅଛ ? ମନୋଯୋଗ କରି ଆମ୍ଭର କଥା ଶୁଣ ଓ ଉତ୍ତମ ଦ୍ରବ୍ୟ ଭୋଜନ କର ଓ ପୁଷ୍ଟିକର ଦ୍ରବ୍ୟରେ ତୁମ୍ଭମାନଙ୍କର ପ୍ରାଣକୁ ସନ୍ତୁଷ୍ଟ ହେବାକୁ ଦିଅ।


ଆମ୍ଭମାନଙ୍କ ଅଧିକାର ବିଦେଶୀୟମାନଙ୍କର ହସ୍ତକୁ ଯାଇଅଛି, ଆମ୍ଭମାନଙ୍କର ଗୃହସବୁ ପର ଦେଶୀୟମାନଙ୍କର ହସ୍ତଗତ ହୋଇଅଛି।


ଇଫ୍ରୟିମ ଆହତ ହୋଇଅଛି, ସେମାନଙ୍କର ମୂଳ ଶୁଷ୍କ ହୋଇଅଛି; ସେମାନେ ଫଳ ଧାରଣ କରିବେ ନାହିଁ; ହଁ, ଯଦ୍ୟପି ସେମାନେ ପ୍ରସବ କରିବେ, ତଥାପି ଆମ୍ଭେ ସେମାନଙ୍କ ଗର୍ଭର ପ୍ରିୟତମ ଫଳକୁ ସଂହାର କରିବା।


ତୁମ୍ଭେମାନେ ବହୁତ ବୁଣିଅଛ, ମାତ୍ର ଅଳ୍ପ ସଞ୍ଚୟ କରୁଅଛ; ତୁମ୍ଭେମାନେ ଭୋଜନ କରୁଅଛ, ମାତ୍ର ସନ୍ତୁଷ୍ଟ ହେଉ ନାହଁ; ତୁମ୍ଭେମାନେ ପାନ କରୁଅଛ, ମାତ୍ର ତହିଁରେ ତୃପ୍ତ ହେଉ ନାହଁ; ତୁମ୍ଭେମାନେ ବସ୍ତ୍ର ପିନ୍ଧୁଅଛ, ମାତ୍ର କେହି ଉଷ୍ମ ହେଉ ନାହଁ; ପୁଣି, ଯେ ବେତନ ଅର୍ଜନ କରେ, ସେ କଣା ଥଳୀରେ ତାହା ରଖିବା ପାଇଁ ଅର୍ଜନ କରେ।


ତହିଁ ଉତ୍ତାରୁ ପୂର୍ବୀୟ ବାୟୁରେ ଶୁଷ୍କ, କ୍ଷୀଣ ଓ ମ୍ଳାନ ସାତୁଟା ଶିଷା ଉତ୍ପନ୍ନ ହେଲା।


Swiv nou:

Piblisite


Piblisite