Biblia Todo Logo
Bib sou entènèt

- Piblisite -




ଯିଶାଇୟ 1:25 - ଓଡିଆ ବାଇବେଲ

25 ପୁଣି, ଆମ୍ଭେ ତୁମ୍ଭଆଡ଼େ ଆପଣା ହସ୍ତ ଫେରାଇ ତୁମ୍ଭର ଖାଦ ସମ୍ପୂର୍ଣ୍ଣ ରୂପେ ପରିଷ୍କାର କରିବା ଓ ତୁମ୍ଭର ସୀସାସବୁ କାଢ଼ି ନେବା;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ପୁଣି, ଆମ୍ଭେ ତୁମ୍ଭଆଡ଼େ ଆପଣା ହସ୍ତ ଫେରାଇ ତୁମ୍ଭର ଖାଦ ସମ୍ପୂର୍ଣ୍ଣ ରୂପେ ପରିଷ୍କାର କରିବା ଓ ତୁମ୍ଭର ସୀସାସବୁ କାଢ଼ି ନେବା;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ପୁଣି, ଆମ୍ଭେ ତୁମ୍ଭଆଡ଼େ ଆପଣା ହସ୍ତ ଫେରାଇ ତୁମ୍ଭର ଖାଦ ସମ୍ପୂର୍ଣ୍ଣ ରୂପେ ପରିଷ୍କାର କରିବା ଓ ତୁମ୍ଭର ସୀସାସବୁ କାଢ଼ି ନେବା;

Gade chapit la Kopi

ପବିତ୍ର ବାଇବଲ

25 ଲୋକମାନେ ରୂପାର ଖାଦ ଦୂର କରିବାକୁ ଏକ ପ୍ରକାର ଜିନିଷ ବ୍ୟବହାର କରନ୍ତି। ସେହିପରି ଭାବରେ ମୁଁ ତୁମ୍ଭମାନଙ୍କର ଅପବିତ୍ରତାକୁ ଦୂର କରିବି। ତୁମ୍ଭମାନଙ୍କ ଭିତରୁ ସମସ୍ତ ମନ୍ଦ ଜିନିଷ କାଢ଼ି ନେବି ଓ ତୁମ୍ଭମାନଙ୍କୁ ପବିତ୍ର କରିବି।

Gade chapit la Kopi




ଯିଶାଇୟ 1:25
18 Referans Kwoze  

ପୁଣି, ସେ ରୌପ୍ୟ ପରିଷ୍କାରକ ଓ ଶୁଚିକାରକର ତୁଲ୍ୟ ବସିବେ ଓ ସେ ଲେବୀର ସନ୍ତାନଗଣଙ୍କୁ ପରିଷ୍କାର କରିବେ ପୁଣି ସୁନା ଓ ରୂପା ପରି ସେମାନଙ୍କୁ ବିଶୁଦ୍ଧ କରିବେ; ତହିଁରେ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧାର୍ମିକତାର ନୈବେଦ୍ୟ ଉତ୍ସର୍ଗ କରିବେ।


ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ସେମାନଙ୍କୁ ତରଳାଇବା ଓ ସେମାନଙ୍କୁ ପରୀକ୍ଷା କରିବା; କାରଣ ଆମ୍ଭ ଲୋକଙ୍କର କନ୍ୟା ହେତୁରୁ ଏହା ଛଡ଼ା ଆଉ କଅଣ କରିବା ?


ସେତେବେଳେ ସିୟୋନରେ ଯେକେହି ଅବଶିଷ୍ଟ ଥାଏ ଓ ଯିରୂଶାଲମରେ ରହେ, ଅର୍ଥାତ୍‍, ଯିରୂଶାଲମସ୍ଥ ଜୀବିତ ଲୋକମାନଙ୍କ ମଧ୍ୟରେ ଯେ ପ୍ରତ୍ୟେକର ନାମ ଲିଖିତ ହୁଏ, ସେ ପବିତ୍ର ବୋଲି ବିଖ୍ୟାତ ହେବ।


ତୁମ୍ଭର ରୂପା ଖାଦ ହୋଇଅଛି, ତୁମ୍ଭର ଦ୍ରାକ୍ଷାରସ ଜଳମିଶ୍ରିତ ହୋଇଅଛି।


ତୁମ୍ଭେ ଆପଣାର ଯେଉଁ ସବୁ କ୍ରିୟାରେ ଆମ୍ଭର ଆଜ୍ଞା-ଲଙ୍ଘନ କରିଅଛ, ତହିଁ ସକାଶୁ ସେହି ଦିନ ତୁମ୍ଭେ ଲଜ୍ଜିତ ନୋହିବ; କାରଣ ସେସମୟରେ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଦର୍ପଯୁକ୍ତ ଉଲ୍ଲାସକାରୀମାନଙ୍କୁ ଦୂର କରିବା ଓ ତୁମ୍ଭେ ଆମ୍ଭ ପବିତ୍ର ପର୍ବତରେ ଆଉ ଅହଙ୍କାରୀ ନୋହିବ।


ଯେପରି ରୂପା ଉହ୍ମେଇ ମଧ୍ୟରେ ତରଳା ଯାଏ, ସେହିପରି ତୁମ୍ଭେମାନେ ତହିଁ ମଧ୍ୟରେ ତରଳା ଯିବ; ତହିଁରେ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଯେ ଆପଣା କୋପ ଢାଳିଅଛୁ, ଏହା ତୁମ୍ଭେମାନେ ଜାଣିବ।”


ପୁଣି, ଆମ୍ଭେ ବିଦ୍ରୋହୀମାନଙ୍କୁ ଓ ଆମ୍ଭ ବିରୁଦ୍ଧରେ ଅପରାଧକାରୀମାନଙ୍କୁ ତୁମ୍ଭମାନଙ୍କ ମଧ୍ୟରୁ ଝାଡ଼ି ଦୂର କରି ଦେବା; ସେମାନେ ଯେଉଁ ଦେଶରେ ପ୍ରବାସ କରୁଅଛନ୍ତି, ସେ ଦେଶରୁ ଆମ୍ଭେ ସେମାନଙ୍କୁ ବାହାର କରି ଆଣିବା, ମାତ୍ର ସେମାନେ ଇସ୍ରାଏଲ ଦେଶରେ ପ୍ରବେଶ କରିବେ ନାହିଁ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”


ଭାଟି ପ୍ରଚଣ୍ଡ ରୂପେ ତାତୁଛି; ସୀସା ଅଗ୍ନିରେ କ୍ଷୟ ପାଇଅଛି; ସେମାନେ ବୃଥାରେ ଖାଦ ବାହାର କରିବା କାର୍ଯ୍ୟରେ ଲାଗିଅଛନ୍ତି; କାରଣ ଦୁଷ୍ଟମାନେ ଉତ୍ପାଟିତ ହେଉ ନାହାନ୍ତି।


ଆମ୍ଭେ ଯେତେ ଲୋକଙ୍କୁ ପ୍ରେମ କରୁ, ସେମାନଙ୍କୁ ଅନୁଯୋଗ ଓ ଶାସନ କରିଥାଉ; ଅତଏବ ଉଦ୍‍ଯୋଗୀ ହୋଇ ମନପରିବର୍ତ୍ତନ କର ।


ତାହାଙ୍କ ହାତରେ କୁଲା ଅଛି, ଆଉ ସେ ନିଜ ଖଳା ଉତ୍ତମଭାବେ ସଫା କରି ଆପଣା ଗହମ ଅମାରରେ ଏକାଠି କରି ରଖିବେ, କିନ୍ତୁ ଅଗାଡ଼ିଯାକ ଲିଭୁ ନ ଥିବା ଅଗ୍ନିରେ ପୋଡ଼ି ପକାଇବେ ।"


ଯେପରି ଲୋକମାନେ ଉହ୍ମେଇ ମଧ୍ୟରେ ରୂପା, ପିତ୍ତଳ ଓ ଲୁହା, ସୀସା ଓ ଦସ୍ତା ଏକତ୍ର କରି, ତରଳାଇବା ପାଇଁ ତହିଁ ଉପରେ ଅଗ୍ନି ରଖି ଫୁଙ୍କନ୍ତି; ସେହିପରି ଆମ୍ଭେ ତୁମ୍ଭମାନଙ୍କୁ ଆପଣା କ୍ରୋଧ ଓ ଆପଣା କୋପରେ ଏକତ୍ର କରି ସେହି ସ୍ଥାନରେ ରଖିବା ଓ ତୁମ୍ଭମାନଙ୍କୁ ତରଳାଇବା।


ହେ ଅନ୍ୟ ଦେଶୀୟ ଲୋକମାନେ, ତୁମ୍ଭେମାନେ ତାହାଙ୍କ ଲୋକମାନଙ୍କ ସଙ୍ଗରେ ଆନନ୍ଦ କର; କାରଣ ସେ ଆପଣା ଦାସମାନଙ୍କ ରକ୍ତପାତର ପ୍ରତିକାର କରିବେ ଓ ଆପଣା ବିପକ୍ଷଗଣଠାରୁ ପରିଶୋଧ ନେବେ, ପୁଣି ସେ ଆପଣା ଦେଶ ନିମନ୍ତେ, ଆପଣା ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବେ।


ତୁମ୍ଭେ ପୃଥିବୀସ୍ଥ ଦୁଷ୍ଟସମସ୍ତଙ୍କୁ ଧାତୁର ଖାଦ ପରି ଦୂର କରିଥାଅ; ଏଣୁ ମୁଁ ତୁମ୍ଭ ପ୍ରମାଣ-ବାକ୍ୟକୁ ସ୍ନେହ କରେ।


ଏହେତୁ ଏହା ଦ୍ୱାରା ଯାକୁବର ଅପରାଧ ମାର୍ଜିତ ହେବ ଓ ତାହାର ପାପ ଦୂରୀକୃତ ହେବାର ସମସ୍ତ ଫଳ ଏହି; ସେ ଯଜ୍ଞବେଦିର ପ୍ରସ୍ତର ସବୁକୁ ଚୂନର ଭଗ୍ନ ପ୍ରସ୍ତର ତୁଲ୍ୟ କଲେ, ଆଶେରା ମୂର୍ତ୍ତି ଓ ସୂର୍ଯ୍ୟ ପ୍ରତିମାସବୁ ଆଉ ଉଠିବେ ନାହିଁ।


ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ତୁମ୍ଭେ ସମସ୍ତେ ଖାଦ ସ୍ୱରୂପ ହୋଇଅଛ, ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ଯିରୂଶାଲମ ମଧ୍ୟରେ ଏକତ୍ର କରିବା।


ପ୍ରବଞ୍ଚନା ମଧ୍ୟରେ ତୁମ୍ଭର ବସତି ସ୍ଥାନ ଅଛି; ସଦାପ୍ରଭୁ କହନ୍ତି, “ସେମାନେ ପ୍ରବଞ୍ଚନା ସକାଶୁ ଆମ୍ଭକୁ ଜାଣିବାକୁ ଅସ୍ୱୀକାର କରନ୍ତି।”


Swiv nou:

Piblisite


Piblisite