Biblia Todo Logo
Bib sou entènèt

- Piblisite -




ଯିଶାଇୟ 1:31 - ଓଡିଆ ବାଇବେଲ

31 ପୁଣି, ବଳବାନ ଲୋକ ଛଣପଟ ପରି ଓ ତାହାର କର୍ମ ଅଗ୍ନିକଣା ପରି ହେବ; ସେ ଦୁଇ ଏକତ୍ର ଜ୍ୱଳିବ ଓ କେହି ତାହା ଲିଭାଇବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ପୁଣି, ବଳବାନ ଲୋକ ଛଣପଟ ପରି ଓ ତାହାର କର୍ମ ଅଗ୍ନିକଣା ପରି ହେବ; ସେ ଦୁଇ ଏକତ୍ର ଜ୍ଵଳିବ ଓ କେହି ତାହା ନିଭାଇବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ପୁଣି, ବଳବାନ ଲୋକ ଛଣପଟ ପରି ଓ ତାହାର କର୍ମ ଅଗ୍ନିକଣା ପରି ହେବ; ସେ ଦୁଇ ଏକତ୍ର ଜ୍ୱଳିବ ଓ କେହି ତାହା ଲିଭାଇବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

31 ଶକ୍ତିଶାଳୀ ମାନବ ଶୁଷ୍କ କାଠି ସଦୃଶ ହେବେ ଏବଂ ସେମାନଙ୍କର କର୍ମ ଅଗ୍ନିକଣା ସଦୃଶ ହେବ। ସେହି ବଳବାନ୍ ଲୋକମାନେ ଓ ସେମାନଙ୍କର କର୍ମ ସବୁ ଅଗ୍ନିରେ ପୋଡ଼ି ଦେବେ। ସେହି ଅଗ୍ନିକୁ କେହି ନିର୍ବାପିତ କରି ପାରିବେ ନାହିଁ।

Gade chapit la Kopi




ଯିଶାଇୟ 1:31
25 Referans Kwoze  

“ପୁଣି, ସେମାନେ ବାହାରେ ଯାଇ, ଯେଉଁମାନେ ଆମ୍ଭ ବିରୁଦ୍ଧରେ ଅଧର୍ମ କରିଅଛନ୍ତି, ସେହି ଲୋକମାନଙ୍କର ଶବ ଦେଖିବେ; କାରଣ ସେମାନଙ୍କର କୀଟ ମରିବ ନାହିଁ, କିଅବା ସେମାନଙ୍କର ଅଗ୍ନି ନିର୍ବାଣ ହେବ ନାହିଁ; ପୁଣି, ସେମାନେ ସମସ୍ତ ମର୍ତ୍ତ୍ୟର ଘୃଣାସ୍ପଦ ହେବେ।”


“କାରଣ ଦେଖ, ସେହିଦିନ ଆସୁଅଛି, ତାହା ଅଗ୍ନିକୁଣ୍ଡ ପରି ଜଳୁଅଛି; ପୁଣି, ଅହଙ୍କାରୀ ଓ ଦୁଷ୍ଟାଚାରୀ ସମସ୍ତେ ନଡ଼ା ପରି ହେବେ; ଆଉ, ସେମାନଙ୍କର ମୂଳ କି ଡାଳ ଯେପରି ଅବଶିଷ୍ଟ ନ ରହିବ, ଏଥିପାଇଁ ଯେଉଁ ଦିନ ଆସୁଅଛି, ତାହା ସେମାନଙ୍କୁ ଦଗ୍ଧ କରିବ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ବୀରଗଣ ମଧ୍ୟରେ ବଳବାନମାନେ ପାତାଳ ମଧ୍ୟରୁ ତାହାକୁ ଓ ତାହାର ସହାୟକାରୀମାନଙ୍କୁ କଥା କହିବେ; ସେମାନେ, ଅର୍ଥାତ୍‍, ଖଡ୍ଗ ଦ୍ୱାରା ହତ ଅସୁନ୍ନତ ଲୋକମାନେ ଓହ୍ଲାଇ ଯାଇଅଛନ୍ତି; ସେମାନେ ସ୍ଥିର ହୋଇ ଶୟନ କରନ୍ତି।


ଯେଉଁ ଦିଆବଳ ସେମାନଙ୍କୁ ଭ୍ରାନ୍ତ କରିଥିଲା, ତାହାକୁ ଅଗ୍ନି ଓ ଗନ୍ଧକମୟ ହ୍ରଦରେ ନିକ୍ଷେପ କରାଗଲା, ସେଠାରେ ସେହି ପଶୁ ଓ ଭଣ୍ଡ ଭାବବାଦୀ ମଧ୍ୟ ଅଛନ୍ତି; ପୁଣି, ସେମାନେ ଦିବାରାତ୍ର ଯୁଗେ ଯୁଗେ ଯନ୍ତ୍ରଣା ଭୋଗ କରିବେ ।


ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟ କର୍ମସବୁ କରି ତଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ ।


ଆଉ ଏବେ ମଧ୍ୟ ଗଛଗୁଡ଼ିକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ ।


ଅଗ୍ନି ଜ୍ୱଳାଉଅଛ, ଅଗ୍ନିଖୁଣ୍ଟାରେ ଆପଣାମାନଙ୍କୁ ବେଷ୍ଟନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ଦେଖ : ତୁମ୍ଭେମାନେ ଆପଣାମାନଙ୍କ ଅଗ୍ନିଶିଖା ଓ ଆପଣାମାନଙ୍କ ପ୍ରଜ୍ୱଳିତ ଅଗ୍ନିଖୁଣ୍ଟା ମଧ୍ୟରେ ଗମନ କର। ମୋ’ ହସ୍ତରୁ ଏହା ତୁମ୍ଭେମାନେ ପାଇବ; ତୁମ୍ଭେମାନେ ଶୋକରେ ଶୟନ କରିବ।


ଯେ ରଥ ଓ ଅଶ୍ୱ, ସୈନ୍ୟ ଓ ବୀରଗଣକୁ ବାହାର କରି ଆଣନ୍ତି; ସେମାନେ ଏକତ୍ର ତଳେ ଶୋଇ ଆଉ ଉଠିବେ ନାହିଁ, ସେମାନେ ଲୁପ୍ତ ଓ ଛଣପଟ ପରି ନିଭିଯା’ନ୍ତି; ସେହି ସଦାପ୍ରଭୁ ଏହି କଥା କହନ୍ତି;


ସିୟୋନରେ ପାପୀମାନେ ଭୀତ ଅଟନ୍ତି; ଅଧାର୍ମିକମାନଙ୍କୁ କମ୍ପ ହଠାତ୍‍ ଆକ୍ରମଣ କରିଅଛି। ଆମ୍ଭମାନଙ୍କ ମଧ୍ୟରୁ କିଏ ସର୍ବଗ୍ରାସକ ଅଗ୍ନିରେ ବାସ କରିପାରେ ? ଆମ୍ଭମାନଙ୍କ ମଧ୍ୟରୁ କିଏ ଅନନ୍ତ କାଳସ୍ଥାୟୀ ଜ୍ୱଳନରେ ବାସ କରିପାରେ ?


ଆମ୍ଭଠାରେ କ୍ରୋଧ ନାହିଁ; ଆଃ, ଯଦି କାନକୋଳି ଓ କଣ୍ଟକ ବୃକ୍ଷସବୁ ଯୁଦ୍ଧରେ ଆମ୍ଭର ବିପକ୍ଷ ହୁଅନ୍ତେ ! ତେବେ ଆମ୍ଭେ ଆକ୍ରମଣ କରି ସେହି ସବୁକୁ ଏକାବେଳେ ଦଗ୍ଧ କରନ୍ତୁ।


ହେ ସଦାପ୍ରଭୁ, ତୁମ୍ଭର ହସ୍ତ ଉତ୍ଥିତ ହୋଇଅଛି, ତଥାପି ସେମାନେ ଦେଖନ୍ତି ନାହିଁ, ମାତ୍ର ଲୋକମାନଙ୍କ ପକ୍ଷରେ ତୁମ୍ଭର ଉଦ୍‍ଯୋଗ ଦେଖି ସେମାନେ ଲଜ୍ଜିତ ହେବେ; ହଁ, ଅଗ୍ନି ତୁମ୍ଭ ବିପକ୍ଷଗଣକୁ ଗ୍ରାସ କରିବ।


ସୈନ୍ୟାଧିପତି ସଦାପ୍ରଭୁଙ୍କ କୋପରେ ଦେଶ ଦଗ୍ଧ ହୋଇଅଛି; ମଧ୍ୟ ଲୋକମାନେ ଅଗ୍ନି ପାଇଁ କାଷ୍ଠ ତୁଲ୍ୟ ଅଟନ୍ତି; କେହି ଆପଣା ଭ୍ରାତାକୁ ଦୟା କରେ ନାହିଁ।


ଏଥିନିମନ୍ତେ ଅଗ୍ନିର ଜିହ୍ୱା ଯେପରି ନଡ଼ା ଗ୍ରାସ କରେ ଓ ଶୁଷ୍କ ତୃଣ ଯେପରି ଅଗ୍ନି ଶିଖାରେ ଭସ୍ମସାତ୍‍ ହୁଏ, ସେହିପରି ସେମାନଙ୍କର ମୂଳ ସଢ଼ିଯିବ ଓ ସେମାନଙ୍କର ପୁଷ୍ପ ଧୂଳି ପରି ଉଡ଼ିଯିବ; କାରଣ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି।


ସେ ଲିହୀରେ ଉପସ୍ଥିତ ହୁଅନ୍ତେ, ପଲେଷ୍ଟୀୟମାନେ ତାହାକୁ ଭେଟି ଜୟଧ୍ୱନି କଲେ; ତହୁଁ ସଦାପ୍ରଭୁଙ୍କ ଆତ୍ମା ଶକ୍ତିର ସହ ଶାମ୍‍ଶୋନ୍‍ ଉପରେ ଆସିବା କ୍ଷଣି, ତହିଁରେ ତାହାର ବାହୁରେ ଥିବା ଦଉଡ଼ି ଅଗ୍ନିଦଗ୍ଧ ଛଣପଟ ପରି ହେଲା, ଆଉ ତାହା ହାତରୁ ବନ୍ଧନ ଖସି ପଡ଼ିଲା।


ତାହାଙ୍କ ହାତରେ କୁଲା ଅଛି, ଆଉ ସେ ନିଜ ଖଳା ଉତ୍ତମଭାବେ ସଫା କରି ଆପଣା ଗହମ ଅମାରରେ ଏକାଠି କରି ରଖିବେ, କିନ୍ତୁ ଅଗାଡ଼ିଯାକ ଲିଭୁ ନ ଥିବା ଅଗ୍ନିରେ ପୋଡ଼ି ପକାଇବେ ।"


ସେତେବେଳେ ସିୟୋନରେ ଯେକେହି ଅବଶିଷ୍ଟ ଥାଏ ଓ ଯିରୂଶାଲମରେ ରହେ, ଅର୍ଥାତ୍‍, ଯିରୂଶାଲମସ୍ଥ ଜୀବିତ ଲୋକମାନଙ୍କ ମଧ୍ୟରେ ଯେ ପ୍ରତ୍ୟେକର ନାମ ଲିଖିତ ହୁଏ, ସେ ପବିତ୍ର ବୋଲି ବିଖ୍ୟାତ ହେବ।


ଏହେତୁ ଅଭିଶାପ ପୃଥିବୀକୁ ଗ୍ରାସ କରିଅଛି ଓ ତନ୍ନିବାସୀଗଣ ଅପରାଧୀ ହୋଇଅଛନ୍ତି; ତହିଁ ନିମନ୍ତେ ପୃଥିବୀ ନିବାସୀମାନେ ଦଗ୍ଧ ହୋଇଅଛନ୍ତି ଓ ଅଳ୍ପ ଲୋକ ଅବଶିଷ୍ଟ ଅଛନ୍ତି।


ତୁମ୍ଭେମାନେ ତୁଷରୂପ ଗର୍ଭଧାରଣ କରି ନଡ଼ା ପ୍ରସବ କରିବ; ତୁମ୍ଭମାନଙ୍କର ଅଗ୍ନିବତ୍‍ ଶ୍ୱାସବାୟୁ ତୁମ୍ଭମାନଙ୍କୁ ଗ୍ରାସ କରିବ।


ସଦାପ୍ରଭୁ କହନ୍ତି, “ଯେଉଁମାନେ ମଧ୍ୟବର୍ତ୍ତୀ ଏକ ଜଣର ପଶ୍ଚାତ୍‍ ଉଦ୍ୟାନକୁ ଯିବା ପାଇଁ ଆପଣାମାନଙ୍କୁ ପବିତ୍ର ଓ ଶୁଚି କରନ୍ତି, ଶୂକର ମାଂସ ଓ ଘୃଣ୍ୟ ଦ୍ରବ୍ୟ ଓ ମୂଷା ଖାଆନ୍ତି, ସେମାନେ ଏକତ୍ର ବିନଷ୍ଟ ହେବେ।”


ହେ ଦାଉଦ ବଂଶ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପ୍ରଭାତରେ ବିଚାର ନିଷ୍ପତ୍ତି କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର, ନୋହିଲେ ତୁମ୍ଭମାନଙ୍କ ଦୁଷ୍ଟାଚରଣ ହେତୁରୁ ଆମ୍ଭର ପ୍ରଚଣ୍ଡ କ୍ରୋଧ ଅଗ୍ନି ତୁଲ୍ୟ ବାହାରି ଦଗ୍ଧ କରିବ ଓ କେହି ତାହା ଲିଭାଇ ପାରିବ ନାହିଁ।”


Swiv nou:

Piblisite


Piblisite