Biblia Todo Logo
Bib sou entènèt

- Piblisite -




ଯିଶାଇୟ 10:24 - ଓଡିଆ ବାଇବେଲ

24 ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ହେ ସିୟୋନ ନିବାସୀ ଆମ୍ଭର ଲୋକମାନେ, ଯଦ୍ୟପି ଅଶୂର ମିସରର ରୀତି ଅନୁସାରେ ତୁମ୍ଭକୁ ଦଣ୍ଡାଘାତ କରେ ଓ ତୁମ୍ଭ ବିପରୀତରେ ଆପଣା ଯଷ୍ଟି ଉଠାଏ, ତଥାପି ତାହା ବିଷୟରେ ଭୀତ ହୁଅ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ହେ ସିୟୋନ ନିବାସୀ ଆମ୍ଭର ଲୋକମାନେ, ଯଦ୍ୟପି ଅଶୂର ମିସରର ରୀତି ଅନୁସାରେ ତୁମ୍ଭକୁ ଦଣ୍ତାଘାତ କରେ ଓ ତୁମ୍ଭ ବିପରୀତରେ ଆପଣା ଯଷ୍ଟି ଉଠାଏ, ତଥାପି ତାହା ବିଷୟରେ ଭୀତ ହୁଅ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ହେ ସିୟୋନ ନିବାସୀ ଆମ୍ଭର ଲୋକମାନେ, ଯଦ୍ୟପି ଅଶୂର ମିସରର ରୀତି ଅନୁସାରେ ତୁମ୍ଭକୁ ଦଣ୍ଡାଘାତ କରେ ଓ ତୁମ୍ଭ ବିପରୀତରେ ଆପଣା ଯଷ୍ଟି ଉଠାଏ, ତଥାପି ତାହା ବିଷୟରେ ଭୀତ ହୁଅ ନାହିଁ।

Gade chapit la Kopi

ପବିତ୍ର ବାଇବଲ

24 ମୋର ପ୍ରଭୁ ସର୍ବଶକ୍ତମାନ ସଦାପ୍ରଭୁ କହନ୍ତି, “ହେ ମୋର ସିୟୋନ ନିବାସୀଗଣ, ତୁମ୍ଭେମାନେ ଅଶୂରକୁ ଭୟ କର ନାହିଁ, ଯଦ୍ୟପି ଅତୀତରେ ମିଶର ତୁମ୍ଭମାନଙ୍କୁ ଯଷ୍ଟିରେ ପ୍ରହାର କଲାପରି ଅଶୂର ତୁମ୍ଭମାନଙ୍କୁ ପ୍ରହାର କରିବ।

Gade chapit la Kopi




ଯିଶାଇୟ 10:24
28 Referans Kwoze  

ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍‍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ୱିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।


ତହିଁରେ ଯିଶାଇୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ପ୍ରଭୁଙ୍କୁ ଏହିପରି କହିବ, ସଦାପ୍ରଭୁ କହନ୍ତି, ଅଶୂରୀୟ ରାଜାର ଦାସମାନେ ଆମ୍ଭଙ୍କୁ ନିନ୍ଦା କରିବାର ଯେଉଁ କଥା ତୁମ୍ଭେ ଶୁଣିଅଛ, ତହିଁରେ ଭୀତ ହୁଅ ନାହିଁ।


ଆମ୍ଭେ ଆପଣା ଧର୍ମ ନିକଟକୁ ଆଣୁଅଛୁ, ତାହା ଦୂରବର୍ତ୍ତୀ ହେବ ନାହିଁ ଓ ଆମ୍ଭ ପରିତ୍ରାଣର ବିଳମ୍ବ ହେବ ନାହିଁ; ଆମ୍ଭର ଗୌରବ ସ୍ୱରୂପ ଇସ୍ରାଏଲର ନିମନ୍ତେ ଆମ୍ଭେ ସିୟୋନରେ ପରିତ୍ରାଣ ସ୍ଥାପନ କରିବା।


ସଦାପ୍ରଭୁ ତାହା ବିଷୟରେ ଏହି କଥା କହିଅଛନ୍ତି; ସିୟୋନର ଅନୂଢ଼ା କନ୍ୟା ତୁମ୍ଭକୁ ତୁଚ୍ଛ କରିଅଛି ଓ ତୁମ୍ଭକୁ ପରିହାସ କରିଅଛି; ଯିରୂଶାଲମର କନ୍ୟା ତୁମ୍ଭ ଆଡ଼େ ମୁଣ୍ଡ ହଲାଇଅଛି।


ଭୀତାନ୍ତଃକରଣମାନଙ୍କୁ କୁହ, ସାହସିକ ହୁଅ, ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରମେଶ୍ୱର ପ୍ରତିଶୋଧ ସହିତ, ପରମେଶ୍ୱରଙ୍କର ପ୍ରତିଫଳ ସହିତ ଆସିବେ; ସେ ଆସି ତୁମ୍ଭମାନଙ୍କର ପରିତ୍ରାଣ କରିବେ।


ଲୋକମାନେ ସିୟୋନରେ, ଯିରୂଶାଲମରେ ବାସ କରିବେ; ତୁମ୍ଭେ ଆଉ ରୋଦନ କରିବ ନାହିଁ; ତୁମ୍ଭର କ୍ରନ୍ଦନ ରବରେ ସେ ଅବଶ୍ୟ ତୁମ୍ଭକୁ ଅନୁଗ୍ରହ କରିବେ; ସେ ଶୁଣିବା ମାତ୍ରେ ତୁମ୍ଭକୁ ଉତ୍ତର ଦେବେ।


ତାହାର ପ୍ରହାରକାରୀମାନଙ୍କୁ ସେ ଯେପରି ପ୍ରହାର କଲେ, ସେହିପରି ସେ କି ତାହାକୁ ପ୍ରହାର କରିଅଛନ୍ତି ? ଅବା, ତାହା ଦ୍ୱାରା ହତ ଲୋକମାନଙ୍କ ତୁଲ୍ୟ ସେ କି ହତ ହୋଇଅଛି ?


ହେ ପଲେଷ୍ଟୀୟେ, ଯେଉଁ ଦଣ୍ଡ ତୁମ୍ଭକୁ ପ୍ରହାର କଲା, ତାହା ଭଗ୍ନ ହୋଇଅଛି ବୋଲି ତୁମ୍ଭେ ସମସ୍ତେ ଆନନ୍ଦ କର ନାହିଁ; କାରଣ ସର୍ପର ମୂଳରୁ କାଳସର୍ପ ଉତ୍ପନ୍ନ ହେବ ଓ ଅଗ୍ନିମୟ ଉଡ଼ନ୍ତା ସର୍ପ ତାହାର ଫଳ ହେବ।


ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚ ସ୍ୱର କରି ଆନନ୍ଦଧ୍ୱନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ୱରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି।”


ହାୟ ଅଶୂର ! ସେ ଆମ୍ଭର କ୍ରୋଧରୂପ ଦଣ୍ଡ, ତାହାର ହସ୍ତରେ ଆମ୍ଭର କୋପରୂପ ଯଷ୍ଟି ଅଛି।


କାରଣ ମିଦୀୟନର ଦିନରେ ଯେପରି, ସେହିପରି ତୁମ୍ଭେ ତାହାର ଭାର ସ୍ୱରୂପ ଯୁଆଳି ଓ ତାହାର ସ୍କନ୍ଧସ୍ଥିତ ବାହୁଙ୍ଗି, ତାହାର ଉପଦ୍ରବକାରୀର ଦଣ୍ଡ ଭାଙ୍ଗି ପକାଇଅଛ।


ପୁଣି, ପ୍ରଭୁ ଯେତେବେଳେ ବିଚାରକ ଆତ୍ମା ଓ ଦାହକ ଆତ୍ମା ଦ୍ୱାରା ସିୟୋନର କନ୍ୟାଗଣର ମଳ ଧୌତ କରିବେ ଓ ଯିରୂଶାଲମ ମଧ୍ୟରୁ ତହିଁର ରକ୍ତ ଦୂର କରି ଦେବେ;


ତହୁଁ ମିସ୍ରୀୟମାନେ, ଅର୍ଥାତ୍‍, ଫାରୋଙ୍କର ସମସ୍ତ ଅଶ୍ୱ, ରଥ ଓ ଅଶ୍ୱାରୂଢ଼ ସୈନ୍ୟଗଣ ସେମାନଙ୍କ ପଛେ ପଛେ ଦୌଡ଼ି ବାଲ-ସଫୋନ ଅଗ୍ରତେ ପୀହହୀରୋତ ନିକଟରେ ସମୁଦ୍ର ତୀରରେ ସେମାନେ ଛାଉଣି କରିବା ସମୟରେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ।


ଫାରୋଙ୍କର କାର୍ଯ୍ୟଶାସକମାନେ ଇସ୍ରାଏଲବଂଶୀୟ ଯେଉଁ କାର୍ଯ୍ୟାଧ୍ୟକ୍ଷମାନଙ୍କୁ ରଖିଥିଲେ; ସେମାନଙ୍କୁ ପ୍ରହାର କରି କହିଲେ, “ତୁମ୍ଭେମାନେ ପୂର୍ବ ପରି ଇଟା ବନାଇବାର ନିରୂପିତ କର୍ମ କାହିଁକି ଆଜିକାଲି ସମ୍ପୂର୍ଣ୍ଣ କରୁ ନାହଁ ?”


ଓ ତାହାକୁ କୁହ, ସାବଧାନ ଓ ସୁସ୍ଥିର ହୁଅ; ଏହି ଧୂମମୟ କାଷ୍ଠର ଦୁଇ ଲାଞ୍ଜ, ଅର୍ଥାତ୍‍, ରତ୍‍ସୀନ, ଅରାମର ଓ ରମଲୀୟର ପୁତ୍ରର ପ୍ରଚଣ୍ଡ କ୍ରୋଧ ସକାଶୁ ଭୀତ ହୁଅ ନାହିଁ, କିଅବା ଆପଣା ହୃଦୟକୁ ନିରାଶ ହେବାକୁ ଦିଅ ନାହିଁ।


ଦେଖ, ପରମେଶ୍ୱର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ୱାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବା ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।”


ପୁଣି, ଯେଉଁ ନିରୂପିତ ଯଷ୍ଟି ସଦାପ୍ରଭୁ ତାହା ଉପରେ ଥୋଇବେ, ତହିଁର ପ୍ରତ୍ୟେକ ଆଘାତ ସମୟରେ ତବଲା ଓ ବୀଣା ବାଜିବ ଓ ସେ ସେମାନଙ୍କ ସହିତ ମହାଯୁଦ୍ଧ କରିବେ।


ପୁଣି ଆକାଶମଣ୍ଡଳ ବିସ୍ତାରକାରୀ ଓ ପୃଥିବୀର ଭିତ୍ତିମୂଳ ସ୍ଥାପନକାରୀ ତୁମ୍ଭ ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କୁ ଭୁଲିଅଛ ଓ ଉପଦ୍ରବୀ ବିନାଶ କରିବାକୁ ଉଦ୍ୟତ ହେବା ବେଳେ ତାହାର କୋପ ସକାଶୁ ସାରାଦିନ ନିରନ୍ତର ଭୟ କରୁଅଛ ଯେ ତୁମ୍ଭେ, ତୁମ୍ଭେ ତ କିଏ ? ଆଉ, ସେ ଉପଦ୍ରବୀର କୋପ କାହିଁ ?


ଆଉ, ଏହି ମନୁଷ୍ୟ ଆମ୍ଭମାନଙ୍କର ଶାନ୍ତିସ୍ୱରୂପ ହେବେ; ଯେଉଁ ସମୟରେ ଅଶୂରୀୟ ଗୋଷ୍ଠୀ ଆମ୍ଭମାନଙ୍କ ଦେଶକୁ ଆସିବେ ଓ ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପଦାର୍ପଣ କରିବ, ସେହି ସମୟରେ ଆମ୍ଭେମାନେ ତାହା ବିରୁଦ୍ଧରେ ସାତ ଜଣ ପଲରକ୍ଷକ ଓ ଆଠ ଜଣ ପ୍ରଧାନ ଲୋକଙ୍କୁ ଉତ୍‍ଥାପନ କରିବା।


ତହିଁରେ ଯିଶାଇୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ପ୍ରଭୁଙ୍କୁ କହିବ; ସଦାପ୍ରଭୁ ଏହା କହନ୍ତି, ‘ଅଶୂରୀୟ ରାଜାର ଦାସମାନେ ଆମ୍ଭକୁ ନିନ୍ଦା କରିବାର ଯେଉଁ କଥା ତୁମ୍ଭେ ଶୁଣିଅଛ, ତହିଁରେ ଭୀତ ହୁଅ ନାହିଁ।


Swiv nou:

Piblisite


Piblisite