Biblia Todo Logo
Bib sou entènèt

- Piblisite -




ଯିଶାଇୟ 10:26 - ଓଡିଆ ବାଇବେଲ

26 ପୁଣି, ସୈନ୍ୟାଧିପତି ସଦାପ୍ରଭୁ, ଓରେବ ଶୈଳରେ ମିଦୀୟନର ହତ୍ୟା କାଳରେ ଯେପରି କରିଥିଲେ, ସେହିପରି ତାହାର ପ୍ରତିକୂଳରେ ଆପଣା କୋରଡ଼ା ହଲାଇବେ; ଆଉ, ତାହାଙ୍କର ଦଣ୍ଡ ସାଗର ଉପରେ ରହିବ ଓ ମିସରର ରୀତି ଅନୁସାରେ ସେ ତାହା ଉଠାଇବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ପୁଣି, ସୈନ୍ୟାଧିପତି ସଦାପ୍ରଭୁ, ଓରେବ ଶୈଳରେ ମିଦୀୟନର ହତ୍ୟା କାଳରେ ଯେପରି କରିଥିଲେ, ସେପରି ତାହାର ପ୍ରତିକୂଳରେ ଆପଣା କୋରଡ଼ା ହଲାଇବେ; ଆଉ, ତାହାଙ୍କର ଦଣ୍ତ ସାଗର ଉପରେ ରହିବ ଓ ମିସରର ରୀତି ଅନୁସାରେ ସେ ତାହା ଉଠାଇବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ପୁଣି, ସୈନ୍ୟାଧିପତି ସଦାପ୍ରଭୁ, ଓରେବ ଶୈଳରେ ମିଦୀୟନର ହତ୍ୟା କାଳରେ ଯେପରି କରିଥିଲେ, ସେହିପରି ତାହାର ପ୍ରତିକୂଳରେ ଆପଣା କୋରଡ଼ା ହଲାଇବେ; ଆଉ, ତାହାଙ୍କର ଦଣ୍ଡ ସାଗର ଉପରେ ରହିବ ଓ ମିସରର ରୀତି ଅନୁସାରେ ସେ ତାହା ଉଠାଇବେ।

Gade chapit la Kopi

ପବିତ୍ର ବାଇବଲ

26 ତା'ପରେ ସର୍ବଶକ୍ତିମାନ ସଦାପ୍ରଭୁ ଅଶୂରକୁ ବେତ୍ରାଘାତ କରିବେ। ଅତୀତରେ ଓରେବ୍ ଶୈଳରେ ମିଦିୟନର ହତ୍ୟା ଯେପରି ସଦାପ୍ରଭୁ କରିଥିଲେ ଅଶୂରକୁ ଆକ୍ରମଣ କଲାବେଳେ ସେ ସେହିପରି କରିବେ। ଆଉ ଅତୀତରେ ସଦାପ୍ରଭୁ ଯେପରି ତାଙ୍କର ଯଷ୍ଟି ସମୁଦ୍ର ଉପରେ ଧାରଣ କରିଥିଲେ ଓ ମିଶରକୁ ଦଣ୍ଡ ଦେଇ ତାଙ୍କର ଲୋକମାନଙ୍କୁ ରକ୍ଷା କରିଥିଲେ, ସେହିପରି ସେ ଅଶୂରରୁ ନିଜ ଲୋକମାନଙ୍କୁ ରକ୍ଷା କରିବେ।

Gade chapit la Kopi




ଯିଶାଇୟ 10:26
21 Referans Kwoze  

କାରଣ ମିଦୀୟନର ଦିନରେ ଯେପରି, ସେହିପରି ତୁମ୍ଭେ ତାହାର ଭାର ସ୍ୱରୂପ ଯୁଆଳି ଓ ତାହାର ସ୍କନ୍ଧସ୍ଥିତ ବାହୁଙ୍ଗି, ତାହାର ଉପଦ୍ରବକାରୀର ଦଣ୍ଡ ଭାଙ୍ଗି ପକାଇଅଛ।


ଏଥିରେ ସେମାନେ ଓରେବ୍‍ ଓ ସେବ୍‍ ନାମକ ମିଦୀୟନର ଦୁଇ ଅଧିପତିଙ୍କୁ ଧରିଲେ; ପୁଣି ସେମାନେ ଓରେବ୍‍କୁ ଓରେବ୍‍-ଶୈଳ ନିକଟରେ ବଧ କଲେ, ଆଉ ସେବ୍‍କୁ ସେମାନେ ସେବ୍‍-ଦ୍ରାକ୍ଷାଯନ୍ତ୍ର ନିକଟରେ ବଧ କରି ମିଦୀୟନର ପଛେ ପଛେ ଗୋଡ଼ାଇଲେ; ପୁଣି ସେମାନେ ଓରେବ୍‍ ଓ ସେବ୍‍ର ମସ୍ତକ ଯର୍ଦ୍ଦନ ସେପାରିକି ଗିଦିୟୋନ୍‍ଙ୍କ ନିକଟକୁ ଆଣିଲେ।


ଏଥିଉତ୍ତାରେ ସେହି ରାତ୍ରି ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଶୀ ସହସ୍ର ଲୋକ ସଂହାର କଲେ; ପୁଣି ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସେସମସ୍ତେ ମୃତ ଶବ ହୋଇଅଛନ୍ତି।


ପୁଣି, ତୁମ୍ଭେ ଆପଣା ଯଷ୍ଟି ଉଠାଅ ଓ ସମୁଦ୍ର ଉପରେ ହସ୍ତ ବିସ୍ତାର କରି ତାହା ଦୁଇ ଭାଗ କର; ତହିଁରେ ଇସ୍ରାଏଲ ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ପ୍ରବେଶ କରିବେ।


ତାହାଙ୍କ ମୁଖରୁ ତୀକ୍ଷ୍ଣ ଖଡ଼୍ଗ ନିର୍ଗତ ହୁଏ, ତଦ୍ୱାରା ସେ ଜାତିସମୂହକୁ ଆଘାତ କରିବେ; ସେ ସେମାନଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଆଉ ସେ ନିଜେ ସର୍ବଶକ୍ତିମାନ ଈଶ୍ୱରଙ୍କ ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାକୁଣ୍ଡ ଚୂର୍ଣ୍ଣ କରିବେ ।


ଅଣଯିହୂଦୀମାନେ କ୍ରୁଦ୍ଧ ହୋଇଥିଲେ, କିନ୍ତୁ ତୁମ୍ଭର କ୍ରୋଧ ଉପସ୍ଥିତ ହେଲେ, ପୁଣି, ମୃତମାନଙ୍କ ବିଚାର କରିବା ସମୟରେ ଏବଂ ତୁମ୍ଭର ଦାସ ଭାବବାଦୀମାନଙ୍କୁ, ସାଧୁମାନଙ୍କୁ ଓ ତୁମ୍ଭ ନାମର ଭୟକାରୀ ସାନ ଓ ବଡ଼ ସମସ୍ତ ଲୋକଙ୍କୁ ପୁରସ୍କାର ଦେବାର ଆଉ ପୃଥିବୀ ବିନାଶକାରୀମାନଙ୍କୁ ବିନାଶ କରିବାର ସମୟ ଉପସ୍ଥିତ ହେଲା ।


ପୁଣି, ଇସ୍ରାଏଲ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ଯେପରି ତାହା ନିମନ୍ତେ ହୋଇଥିଲା, ସେହିପରି ତାହାଙ୍କ ଲୋକମାନଙ୍କ ଅବଶିଷ୍ଟାଂଶ ନିମନ୍ତେ, ଅର୍ଥାତ୍‍, ଅଶୂର ଦେଶରୁ ଅବଶିଷ୍ଟାଂଶ ଲୋକମାନଙ୍କ ନିମନ୍ତେ ଏକ ରାଜପଥ ହେବ।


ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ହେ ସିୟୋନ ନିବାସୀ ଆମ୍ଭର ଲୋକମାନେ, ଯଦ୍ୟପି ଅଶୂର ମିସରର ରୀତି ଅନୁସାରେ ତୁମ୍ଭକୁ ଦଣ୍ଡାଘାତ କରେ ଓ ତୁମ୍ଭ ବିପରୀତରେ ଆପଣା ଯଷ୍ଟି ଉଠାଏ, ତଥାପି ତାହା ବିଷୟରେ ଭୀତ ହୁଅ ନାହିଁ।


ତୁମ୍ଭେ ସେମାନଙ୍କ ପ୍ରଧାନବର୍ଗକୁ ଓରେବ୍‍ ଓ ସେବ୍‍ର ସମାନ, ସେମାନଙ୍କ ଅଧିପତି ସମସ୍ତଙ୍କୁ ହିଁ ସେବହ ଓ ସଲମୁନ୍ନର ସମାନ କର;


ହେ ମୋହର ପରମେଶ୍ୱର, ହେ ମୋହର ପ୍ରଭୁ, ଜାଗି ଉଠ, ମୋହର ବିଚାର ଓ ବିବାଦ ନିଷ୍ପତ୍ତି କରିବା ପାଇଁ ଜାଗ୍ରତ ହୁଅ।


କାରଣ ସଦାପ୍ରଭୁଙ୍କ ରବରେ ଅଶୂର ଖଣ୍ଡ ଖଣ୍ଡ ହୋଇ ଭଗ୍ନ ହେବ, ସେ ତାହାକୁ ଦଣ୍ଡାଘାତ କରିବେ।


ତୁମ୍ଭେ ସେହି ଦେଶୀୟ ଲୋକଙ୍କୁ ବହୁସଂଖ୍ୟକ କରି ସେମାନଙ୍କର ଆନନ୍ଦ ବୃଦ୍ଧି କରିଅଛ; ସେମାନେ ଶସ୍ୟ ଛେଦନର ଆନନ୍ଦ ପ୍ରାୟ ଆନନ୍ଦ କରନ୍ତି, ଲୁଟିତ ବିଭାଗ କରିବା ସମୟର ତୁଲ୍ୟ ଉଲ୍ଲାସିତ ହୁଅନ୍ତି,


ପୁଣି, ସଦାପ୍ରଭୁ ଆପଣା କ୍ରୋଧର ପ୍ରଚଣ୍ଡତା ଓ ସର୍ବଗ୍ରାସକ ଅଗ୍ନିଶିଖା, ତୋଫାନ, ଝଡ଼ ଓ ଶିଳାବୃଷ୍ଟି ଦ୍ୱାରା ଆପଣାର ପ୍ରତାପାନ୍ୱିତ ରବ ଶୁଣାଇବେ ଓ ଆପଣା ହସ୍ତର ଅବରୋହଣ ଦେଖାଇବେ।


ପୁଣି, ଯେଉଁ ନିରୂପିତ ଯଷ୍ଟି ସଦାପ୍ରଭୁ ତାହା ଉପରେ ଥୋଇବେ, ତହିଁର ପ୍ରତ୍ୟେକ ଆଘାତ ସମୟରେ ତବଲା ଓ ବୀଣା ବାଜିବ ଓ ସେ ସେମାନଙ୍କ ସହିତ ମହାଯୁଦ୍ଧ କରିବେ।


Swiv nou:

Piblisite


Piblisite