Biblia Todo Logo
Bib sou entènèt

- Piblisite -




ଯିଶାଇୟ 10:29 - ଓଡିଆ ବାଇବେଲ

29 ସେମାନେ ଘାଟି ପାର ହୋଇ ଯାଇଅଛନ୍ତି; ସେମାନେ ଗେବାରେ ବସା କରିଅଛନ୍ତି; ରାମା କମ୍ପୁଅଛି; ଶାଉଲର ଗିବୀୟା ପଳାୟନ କରିଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ସେମାନେ ଘାଟି ପାର ହୋଇ ଯାଇଅଛନ୍ତି; ସେମାନେ ଗେବାରେ ବସା କରିଅଛନ୍ତି; ରାମା କମ୍ପୁଅଛି; ଶାଉଲର ଗିବୀୟା ପଳାୟନ କରିଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ସେମାନେ ଘାଟି ପାର ହୋଇ ଯାଇଅଛନ୍ତି; ସେମାନେ ଗେବାରେ ବସା କରିଅଛନ୍ତି; ରାମା କମ୍ପୁଅଛି; ଶାଉଲର ଗିବୀୟା ପଳାୟନ କରିଅଛି।

Gade chapit la Kopi

ପବିତ୍ର ବାଇବଲ

29 ସେମାନେ “ଘାଟି” ନିକଟରେ ନଦୀ ଅତିକ୍ରମ କରିବେ। ସେମାନେ ଗେବାରେ ଶୟନ କରିବେ। ରାମା କମ୍ପିତ ହେବ। ଶାଉଲର ଗିବିୟାରେ ଲୋକମାନେ ପଳାୟନ କରିବେ।

Gade chapit la Kopi




ଯିଶାଇୟ 10:29
18 Referans Kwoze  

ଏଉତ୍ତାରେ ପଲେଷ୍ଟୀୟମାନଙ୍କ ପ୍ରହରୀ ଦଳ ବାହାର ହୋଇ ମିକ୍‍ମସ୍‍ ଘାଟୀକୁ ଗଲେ।


ପୁଣି, ରାମାରେ ତାଙ୍କର ଗୃହ ଥିବାରୁ ସେଠାକୁ ସେ ଫେରି ଆସୁଥିଲେ ଓ ସେଠାରେ ଇସ୍ରାଏଲ-ବଂଶର ବିଚାର କରୁଥିଲେ; ଆଉ ସେଠାରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିଥିଲେ।


ଏଥିଉତ୍ତାରେ ଦୂତମାନେ ଶାଉଲଙ୍କ ବାସସ୍ଥାନ ଗିବୀୟାକୁ ଆସି ଲୋକମାନଙ୍କ କର୍ଣ୍ଣଗୋଚରରେ ସେହିସବୁ କଥା କହିଲେ; ତହିଁରେ ସମସ୍ତ ଲୋକ ଆପଣା ଆପଣା ରବ ଉଠାଇ ରୋଦନ କଲେ।


ପୁଣି ବିନ୍ୟାମୀନ୍ ବଂଶରୁ ଗିବୀୟୋନ୍‍ ଓ ତହିଁ ତଳିଭୂମି, ଗେବା ଓ ତହିଁ ତଳିଭୂମି,


ହେ ଇସ୍ରାଏଲ, ତୁମ୍ଭେ ଗିବୀୟାର ସମୟଠାରୁ ପାପ କରି ଆସିଅଛ; ଅଧର୍ମର ସନ୍ତାନଗଣର ବିରୁଦ୍ଧ ଯୁଦ୍ଧ ଯେପରି ଗିବୀୟାରେ ଲୋକମାନଙ୍କୁ ନ ଧରିବ, ଏଥିପାଇଁ ସେମାନେ ସେହି ସ୍ଥାନରେ ଠିଆ ହେଲେ।


ଗିବୀୟାର ସମୟରେ ଯେପରି, ସେମାନେ ଆପଣାମାନଙ୍କୁ ସେପରି ଅତିଶୟ ଭ୍ରଷ୍ଟ କରିଅଛନ୍ତି; ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପସକଳର ପ୍ରତିଫଳ ଦେବେ।


ତୁମ୍ଭେମାନେ ଗିବୀୟାରେ ଶିଙ୍ଗା ଧ୍ୱନି କର, ରାମାରେ ତୂରୀ ବଜାଅ; ବେଥ୍-ଆବନରେ ଭୟାନକ ସିଂହନାଦ କର; ତୁମ୍ଭ ପଛେ, ହେ ବିନ୍ୟାମୀନ୍,


ସଦାପ୍ରଭୁ ଏହି କଥା କହନ୍ତି, “ରାମାରେ ହାହାକାର ଓ ତୀବ୍ର ରୋଦନର ଶବ୍ଦ ଶୁଣାଯାଏ, ରାହେଲ ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କରୁଅଛି; ସେ ଆପଣା ସନ୍ତାନଗଣର ବିଷୟରେ ପ୍ରବୋଧ କଥା ମାନୁ ନାହିଁ, କାରଣ ସେମାନେ ନାହାନ୍ତି।”


ଏହି ଆସାଙ୍କର ଅବଶିଷ୍ଟ ସମସ୍ତ ବୃତ୍ତାନ୍ତ ଓ ତାଙ୍କର ସମସ୍ତ ପରାକ୍ରମ ଓ ସମସ୍ତ କ୍ରିୟା, ପୁଣି, ଯେ ଯେ ନଗର ସେ ଦୃଢ଼ କରିଥିଲେ, ସେହି ସବୁ କଥା କି ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ? ମାତ୍ର ବୃଦ୍ଧାବସ୍ଥାରେ ତାଙ୍କର ପାଦରେ ରୋଗ ହୋଇଥିଲା।


ଏଥିଉତ୍ତାରେ ଶାମୁୟେଲ ରାମାକୁ ଗଲେ; ପୁଣି, ଶାଉଲ ଗିବୀୟା-ଶାଉଲରେ ସ୍ଥିତ ଆପଣା ଗୃହକୁ ଗଲେ।


ପୁଣି, ଯୋନାଥନ ଯେଉଁ ଘାଟୀ ଦେଇ ପଲେଷ୍ଟୀୟମାନଙ୍କ ପ୍ରହରୀଦଳ ନିକଟକୁ ଯିବାକୁ ଚେଷ୍ଟା କଲା, ତହିଁର ମଧ୍ୟସ୍ଥଳରେ ଏକପାଖେ ଦନ୍ତାକାର ଏକ ଶୈଳ ଓ ଅନ୍ୟ ପାଖେ ଦନ୍ତାକାର ଏକ ଶୈଳ ଥିଲା; ତହିଁର ଏକର ନାମ ବୋତ୍‍ସେସ ଓ ଅନ୍ୟର ନାମ ସେନି।


ପୁଣି, ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ଓ ସେମାନଙ୍କ ନିକଟରେ ବର୍ତ୍ତମାନ ଥିବା ଲୋକମାନେ ବିନ୍ୟାମୀନ୍ ପ୍ରଦେଶସ୍ଥ ଗେବାରେ ରହିଲେ; ମାତ୍ର ପଲେଷ୍ଟୀୟମାନେ ମିକ୍‍ମସ୍‍ରେ ଛାଉଣି ସ୍ଥାପନ କଲେ।


ପୁଣି, ଶାଉଲ ଆପଣା ପାଇଁ ଇସ୍ରାଏଲ ମଧ୍ୟରୁ ତିନି ହଜାର ଲୋକ ମନୋନୀତ କଲେ; ଏମାନଙ୍କର ଦୁଇ ହଜାର ମିକ୍‍ମସ୍‍ରେ ଓ ବେଥେଲ୍‍ ପର୍ବତରେ ଶାଉଲଙ୍କ ସଙ୍ଗରେ ରହିଲେ, ଆଉ ଏକ ହଜାର ବିନ୍ୟାମୀନ୍ ପ୍ରଦେଶସ୍ଥ ଗିବୀୟାରେ ଯୋନାଥନ ସଙ୍ଗରେ ରହିଲେ; ପୁଣି, ଅବଶିଷ୍ଟ ଲୋକମାନଙ୍କର ପ୍ରତ୍ୟେକକୁ ସେ ଆପଣା ଆପଣା ତମ୍ବୁକୁ ବିଦାୟ କଲେ।


ପୁଣି, ଶାଉଲ ମଧ୍ୟ ଆପଣା ଗୃହ ଗିବୀୟାକୁ ଗଲେ; ଆଉ ପରମେଶ୍ୱର ଯେଉଁମାନଙ୍କର ହୃଦୟ ସ୍ପର୍ଶ କଲେ, ଏପରି ବିକ୍ରମଶାଳୀ ଲୋକମାନେ ତାଙ୍କ ସହିତ ଗମନ କଲେ।


ସେସମୟରେ ଶାଉଲ ଗିବୀୟାର ପ୍ରାନ୍ତଭାଗରେ ମିଗ୍ରୋଣସ୍ଥ ଡାଳିମ୍ବ ବୃକ୍ଷ ମୂଳରେ ଥିଲେ; ପୁଣି, ଊଣାଧିକ ଛଅ ଶହ ଲୋକ ତାଙ୍କ ସଙ୍ଗରେ ଥିଲେ;


ତହିଁ ମଧ୍ୟରୁ ଏକ ସ୍ତମ୍ଭାକାର ଦନ୍ତ ଉତ୍ତରଆଡ଼ ମିକ୍‍ମସ୍‍ର ଅଭିମୁଖରେ ଓ ଅନ୍ୟଟି ଦକ୍ଷିଣ ଆଡ଼େ ଗେବା ଅଭିମୁଖରେ ଥିଲା।


Swiv nou:

Piblisite


Piblisite