Biblia Todo Logo
Bib sou entènèt

- Piblisite -




ଯିଶାଇୟ 10:3 - ଓଡିଆ ବାଇବେଲ

3 ଏଣୁ ପ୍ରତିଫଳ ଦେବାର ଦିନରେ ଓ ଦୂରରୁ ଆସନ୍ତା ବିନାଶ ସମୟରେ ତୁମ୍ଭେମାନେ କଅଣ କରିବ ? ସାହାଯ୍ୟ ନିମନ୍ତେ ତୁମ୍ଭେମାନେ କାହା ନିକଟକୁ ପଳାଇବ ? ଓ ତୁମ୍ଭମାନଙ୍କର ପ୍ରତାପ କେଉଁଠାରେ ରଖିବ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଏଣୁ ପ୍ରତିଫଳ ଦେବାର ଦିନରେ ଓ ଦୂରରୁ ଆସନ୍ତା ବିନାଶ ସମୟରେ ତୁମ୍ଭେମାନେ କଅଣ କରିବ? ସାହାଯ୍ୟ ନିମନ୍ତେ ତୁମ୍ଭେମାନେ କାହା ନିକଟକୁ ପଳାଇବ? ଓ ତୁମ୍ଭମାନଙ୍କର ପ୍ରତାପ କେଉଁଠାରେ ରଖିବ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏଣୁ ପ୍ରତିଫଳ ଦେବାର ଦିନରେ ଓ ଦୂରରୁ ଆସନ୍ତା ବିନାଶ ସମୟରେ ତୁମ୍ଭେମାନେ କଅଣ କରିବ? ସାହାଯ୍ୟ ନିମନ୍ତେ ତୁମ୍ଭେମାନେ କାହା ନିକଟକୁ ପଳାଇବ? ଓ ତୁମ୍ଭମାନଙ୍କର ପ୍ରତାପ କେଉଁଠାରେ ରଖିବ?

Gade chapit la Kopi

ପବିତ୍ର ବାଇବଲ

3 ହେ ବ୍ୟବସ୍ଥାକାରୀଗଣ, ପ୍ରତିଫଳ ଦେବାର ଦିନରେ ତୁମ୍ଭମାନଙ୍କୁ ତୁମ୍ଭର କାର୍ଯ୍ୟକଳାପ ସମ୍ବନ୍ଧରେ ବୁଝାଇବାକୁ ପଡ଼ିବ। ଦୂରଦେଶରୁ ତୁମ୍ଭର ବିନାଶ ଆସୁଛି। ତୁମ୍ଭେମାନେ ସେତେବେଳେ କ’ଣ କରି ପାରିବ, ସାହାଯ୍ୟ ପାଇଁ ତୁମ୍ଭେମାନେ କାହା ନିକଟକୁ ଦୌଡ଼ିବ? ତୁମ୍ଭର ଅର୍ଥ ଓ ସମ୍ପଦ ତୁମ୍ଭଙ୍କୁ ସାହାଯ୍ୟ କରିବ ନାହିଁ।

Gade chapit la Kopi




ଯିଶାଇୟ 10:3
40 Referans Kwoze  

ପୁଣି, ତୋତେ ଓ ତୋ ମଧ୍ୟରେ ଥିବା ତୋ ସନ୍ତାନମାନଙ୍କୁ ଭୂମିରେ କଚାଡ଼ି ଚୂର୍ଣ୍ଣ କରିବେ, ଆଉ ତୋ ମଧ୍ୟରେ ଗୋଟିଏ ପଥରକୁ ଅନ୍ୟ ଗୋଟିଏ ପଥର ଉପରେ, ରହିବାକୁ ଦେବେ ନାହିଁ, ଏପରି ସମୟ ତୋ ଉପରେ ଆସିବ ।


ପ୍ରତିଫଳର ଦିନ ଉପସ୍ଥିତ, ଦଣ୍ଡର ଦିନ ଉପସ୍ଥିତ; ଇସ୍ରାଏଲ ଏହା ଜାଣିବ। ଭବିଷ୍ୟଦ୍‍ବକ୍ତା ନିର୍ବୋଧ, ଆତ୍ମାପ୍ରାପ୍ତ ଲୋକ ଉତ୍ତେଜିତ, କାରଣ ତୁମ୍ଭର ଅଧର୍ମ ବହୁଳ ଓ ଶତ୍ରୁତାଭାବ ବଡ଼।


ତେବେ ପରମେଶ୍ୱର ଉଠିଲେ, ମୁଁ କଅଣ କରିବି ? ଓ ସେ ବିଚାର କଲେ, ମୁଁ ତାହାଙ୍କୁ କି ଉତ୍ତର ଦେବି ?


ତୁମ୍ଭେମାନେ ଅଣଯିହୂଦୀମାନଙ୍କ ମଧ୍ୟରେ ସଦାଚରଣ କର, ଯେପରି ସେମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ନିନ୍ଦା କରନ୍ତି, ତୁମ୍ଭମାନଙ୍କର ସୁକର୍ମ ଦେଖି ସେହି ବିଷୟରେ କୃପାଦୃଷ୍ଟି ଦିନରେ ଈଶ୍ୱରଙ୍କ ଗୌରବ କରିବେ ।


ପୁଣି, ସଦାପ୍ରଭୁଙ୍କ କ୍ରୋଧର ଦିନରେ ସେମାନଙ୍କର ରୂପା କିଅବା ସେମାନଙ୍କର ସୁନା ସେମାନଙ୍କୁ ଉଦ୍ଧାର କରି ପାରିବ ନାହିଁ; ମାତ୍ର ତାହାଙ୍କର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ଦେଶ ଗ୍ରାସିତ ହେବ; କାରଣ ସେ ଦେଶନିବାସୀ ସମସ୍ତଙ୍କୁ ନିଃଶେଷ କରିବେ, ହଁ, ଭୟାନକ ରୂପେ ନିଃଶେଷ କରିବେ।


କାରଣ ଦେଖ, ସଦାପ୍ରଭୁ ପୃଥିବୀ ନିବାସୀମାନଙ୍କର ଅପରାଧ ସକାଶେ ସେମାନଙ୍କୁ ଶାସ୍ତି ଦେବା ପାଇଁ ଆପଣା ସ୍ଥାନରୁ ବାହାର ହୋଇ ଆସୁଅଛନ୍ତି; ପୃଥିବୀ ହିଁ ଆପଣା ମଧ୍ୟସ୍ଥ ରକ୍ତ ପ୍ରକାଶ କରିବ ଓ ଆପଣା ହତ ଲୋକମାନଙ୍କୁ ଆଉ ଆଚ୍ଛାଦନ କରିବ ନାହିଁ।”


ପୁଣି, ସେହି ଦିନ ଏହି ସମୁଦ୍ର ଅଞ୍ଚଳସ୍ଥ ନିବାସୀମାନେ କହିବେ, ଦେଖ, ଅଶୂରର ରାଜାଠାରୁ ଉଦ୍ଧାର ପାଇବା ପାଇଁ ସାହାଯ୍ୟ ନିମନ୍ତେ ଯେଉଁଠାକୁ ପଳାଇଲୁ, ଆମ୍ଭମାନଙ୍କର ସେହି ବିଶ୍ୱାସଭୂମି ଏହି ପ୍ରକାର; ତେବେ ଆମ୍ଭେମାନେ ଅବା କିପରି ବଞ୍ଚିବା ?


ପୁଣି, ସେ ଦୂର ଦେଶୀୟ ଗୋଷ୍ଠୀଗଣ ପ୍ରତି ଗୋଟିଏ ଧ୍ୱଜା ଉଠାଇବେ ଓ ପୃଥିବୀର ପ୍ରାନ୍ତରୁ ସେମାନଙ୍କ ପାଇଁ ଶିଷ୍‍ ଦେବେ, ପୁଣି, ଦେଖ, ସେମାନେ ଦ୍ରୁତଗମନ କରି ଶୀଘ୍ର ଆସିବେ;


ପରମେଶ୍ଵରଙ୍କ କ୍ରୋଧର ଦିନରେ ଧନ ନିଷ୍ଫଳ, ମାତ୍ର ଧାର୍ମିକତା ମୃତ୍ୟୁୁରୁ ରକ୍ଷା କରେ।


ଯେପରି ଉତ୍କ୍ରୋଶ ପକ୍ଷୀ ଉଡ଼େ, ସେପରି ସଦାପ୍ରଭୁ ଦୂରରୁ ପୃଥିବୀର ପ୍ରାନ୍ତରୁ ଏକ ଗୋଷ୍ଠୀକୁ ତୁମ୍ଭ ପ୍ରତିକୂଳରେ ଆଣିବେ; ସେହି ଗୋଷ୍ଠୀର ଭାଷା ତୁମ୍ଭେ ବୁଝି ପାରିବ ନାହିଁ;


ଭବିଷ୍ୟଦ୍‍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ୱାରା ଯାଜକମାନେ କର୍ତ୍ତୃତ୍ୱ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ ?


ସେତେବେଳେ ଯିଶାଇୟ ଭବିଷ୍ୟଦ୍‍ବକ୍ତା ହିଜକୀୟ ରାଜା ନିକଟକୁ ଆସି ତାହାକୁ କହିଲେ, “ଏହି ଲୋକମାନେ କଅଣ କହିଲେ ? ସେମାନେ କେଉଁଠାରୁ ତୁମ୍ଭ ନିକଟକୁ ଆସିଲେ ?” ତହିଁରେ ହିଜକୀୟ କହିଲା, “ସେମାନେ ଦୂର ଦେଶ ବାବିଲରୁ ମୋ’ ନିକଟକୁ ଆସିଅଛନ୍ତି।”


ସିୟୋନରେ ପାପୀମାନେ ଭୀତ ଅଟନ୍ତି; ଅଧାର୍ମିକମାନଙ୍କୁ କମ୍ପ ହଠାତ୍‍ ଆକ୍ରମଣ କରିଅଛି। ଆମ୍ଭମାନଙ୍କ ମଧ୍ୟରୁ କିଏ ସର୍ବଗ୍ରାସକ ଅଗ୍ନିରେ ବାସ କରିପାରେ ? ଆମ୍ଭମାନଙ୍କ ମଧ୍ୟରୁ କିଏ ଅନନ୍ତ କାଳସ୍ଥାୟୀ ଜ୍ୱଳନରେ ବାସ କରିପାରେ ?


ମାତ୍ର ତୁମ୍ଭେମାନେ କହିଲ, ନା, ଆମ୍ଭେମାନେ ଅଶ୍ୱରେ ପଳାଇବୁ; ଏଥିପାଇଁ ତୁମ୍ଭେମାନେ ପଳାତକ ହେବ; ଆଉ କହିଲ, ଆମ୍ଭେମାନେ ଦ୍ରୁତଗାମୀ ବାହନରେ ଚଢ଼ିବା; ଏଥିପାଇଁ ତୁମ୍ଭମାନଙ୍କ ପଶ୍ଚାତ୍‍ ଗୋଡ଼ାଇବା ଲୋକମାନେ ଦ୍ରୁତଗାମୀ ହେବେ।


ଏଥିପାଇଁ ପାତାଳ ଆପଣା ଉଦର ବିସ୍ତାର ଓ ଆପଣା ମୁଖ ଅପରିମିତ ରୂପେ ମେଲାଇଅଛି; ପୁଣି, ସେମାନଙ୍କର ଗୌରବ, ସେମାନଙ୍କର ଲୋକସମୂହ, ସେମାନଙ୍କର କଳହ ଓ ସେମାନଙ୍କ ମଧ୍ୟରେ ଉଲ୍ଲାସକାରୀ ଲୋକ ତହିଁ ମଧ୍ୟକୁ ଓହ୍ଲାଇଯା’ନ୍ତି।


ତହୁଁ ସେମାନେ ଯର୍ଦ୍ଦନ ପର୍ଯ୍ୟନ୍ତ ସେମାନଙ୍କ ପଛେ ପଛେ ଗଲେ; ଆଉ ଦେଖ, ଅରାମୀୟମାନେ ତରତର ହୋଇ ଯାହା ପକାଇ ଦେଇ ଯାଇଥିଲେ, ଏପରି ବସ୍ତ୍ର ଓ ପାତ୍ରାଦିରେ ସମସ୍ତ ପଥ ପୂର୍ଣ୍ଣ ଥିଲା। ତେବେ ସେ ଦୂତମାନେ ଫେରି ଆସି ରାଜାଙ୍କୁ ସମ୍ବାଦ ଦେଲେ।


ପୁଣି, ଯାକୁବ ଆମ୍ଭମାନଙ୍କ ପିତାଙ୍କର ସର୍ବସ୍ୱ ହରଣ କରିଅଛି ଓ ଆମ୍ଭମାନଙ୍କ ପିତାଙ୍କର ଧନରୁ ତାହାର ଏହି ସମସ୍ତ ଐଶ୍ୱର୍ଯ୍ୟ ହୋଇଅଛି, ଲାବନର ପୁତ୍ରମାନଙ୍କର ଏହି କଥା ଯାକୁବ ଶୁଣିଲା।


ଯେତେବେଳେ ଇଫ୍ରୟିମ ଆପଣା ରୋଗ ଓ ଯିହୁଦା ଆପଣା କ୍ଷତ ଦେଖିଲା, ସେତେବେଳେ ଇଫ୍ରୟିମ ଅଶୂରୀୟର ନିକଟକୁ ଗଲା ଓ ଯାରେବ ରାଜା ନିକଟକୁ ଲୋକ ପଠାଇଲା; ମାତ୍ର ସେ ତୁମ୍ଭମାନଙ୍କୁ ସୁସ୍ଥ କରିବାକୁ ସକ୍ଷମ ନୁହେଁ, କିଅବା ସେ ତୁମ୍ଭମାନଙ୍କର କ୍ଷତ ଆରୋଗ୍ୟ କରିବ ନାହିଁ।


ତୁମ୍ଭେମାନେ ହାହାକାର କର; କାରଣ ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ; ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ନ୍ୟାୟ ତାହା ଆସିବ।


ଆଉ, ସେହି ଦିନରେ ଯାକୁବର ଗୌରବ ହ୍ରାସ କରାଯିବ ଓ ତାହାର ମାଂସର ସ୍ଥୂଳତା କ୍ଷୀଣ ହେବ;


ସେମାନେ ମରିଅଛନ୍ତି, ସେମାନେ ଆଉ ଜୀବିତ ହେବେ ନାହିଁ; ସେମାନେ ମୃତ ହୋଇଅଛନ୍ତି, ସେମାନେ ଉଠିବେ ନାହିଁ; ଏହେତୁ ତୁମ୍ଭେ ପ୍ରତିଫଳ ଦେଇ ସେମାନଙ୍କୁ ସଂହାର କରିଅଛ ଓ ସେମାନଙ୍କ ସ୍ମରଣ ଲୁପ୍ତ କରିଅଛ।


ସୈନ୍ୟାଧିପତି ସଦାପ୍ରଭୁ ମେଘଗର୍ଜ୍ଜନ, ଭୂମିକମ୍ପ, ମହାଶବ୍ଦ, ଘୂର୍ଣ୍ଣିବାୟୁ, ଝଡ଼ ଓ ଗ୍ରାସକାରୀ ଅଗ୍ନିଶିଖା ସହିତ ତାହାର ତତ୍ତ୍ୱ ନେବେ।


ଯେଉଁ ଗୋଷ୍ଠୀ ସେମାନଙ୍କର ଉପକାର କରି ନ ପାରନ୍ତି, ସେମାନଙ୍କ ବିଷୟରେ ସେସମସ୍ତେ ଲଜ୍ଜିତ ହେବେ, ସେ ଗୋଷ୍ଠୀ ସାହାଯ୍ୟକାରୀ କିମ୍ବା ଉପକାରଜନକ ନୁହନ୍ତି, ମାତ୍ର ଲଜ୍ଜା ଓ ଦୁର୍ନାମ ସ୍ୱରୂପ ଅଟନ୍ତି।”


କାରଣ ମିସର ମିଥ୍ୟା ଓ ବୃଥାରେ ସାହାଯ୍ୟ କରେ; ଏଥିପାଇଁ ଆମ୍ଭେ ତାହାକୁ ନିଷ୍କର୍ମରେ ଉପବିଷ୍ଟ ରାହବ ବୋଲି ନାମ ଦେଇଅଛୁ।


ଆଉ, ତୁମ୍ଭେ ଯେତେବେଳେ ଉଚ୍ଛିନ୍ନ ହେବ, ସେତେବେଳେ ତୁମ୍ଭେ କଅଣ କରିବ ? ଯଦ୍ୟପି ତୁମ୍ଭେ ରକ୍ତବର୍ଣ୍ଣ ବସ୍ତ୍ର ପରିଧାନ କରୁଅଛ, ଯଦ୍ୟପି ତୁମ୍ଭେ ସୁବର୍ଣ୍ଣ ଅଳଙ୍କାରରେ ଆପଣାକୁ ଭୂଷିତା କରୁଅଛ, ଯଦ୍ୟପି ତୁମ୍ଭେ ଅଞ୍ଜନ ଦ୍ୱାରା ଆପଣା ଚକ୍ଷୁ ପ୍ରସାରୁଅଛ, ତଥାପି ତୁମ୍ଭେ ବ୍ୟର୍ଥରେ ଆପଣାକୁ ସୁନ୍ଦର କରୁଅଛ; ତୁମ୍ଭର ଜାରପୁରୁଷମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି।


ସଦାପ୍ରଭୁ କହନ୍ତି, “ଆମ୍ଭେ କ’ଣ ସେମାନଙ୍କୁ ଏହିସବୁର ପ୍ରତିଫଳ ଦେବା ନାହିଁ ? ଏହି ପ୍ରକାର ଗୋଷ୍ଠୀଠାରୁ ଆମ୍ଭର ପ୍ରାଣ କ’ଣ ପରିଶୋଧ ନେବ ନାହିଁ ?”


ପୁଣି, ତୁମ୍ଭ ବିରୁଦ୍ଧରେ ବିନାଶକଗଣକୁ ପ୍ରତ୍ୟେକର ଅସ୍ତ୍ର ସହିତ ପ୍ରସ୍ତୁତ କରିବା; ତହିଁରେ ସେମାନେ ତୁମ୍ଭର ଉତ୍ତମ ଏରସ ବୃକ୍ଷସବୁ କାଟି ଅଗ୍ନିରେ ପକାଇ ଦେବେ।’


ମହାସଭା ଦିନରେ ଓ ସଦାପ୍ରଭୁଙ୍କ ଉତ୍ସବ ଦିନରେ ତୁମ୍ଭେମାନେ କଅଣ କରିବ ?


ସେମାନଙ୍କ ମଧ୍ୟରେ ସବୁଠାରୁ ଉତ୍ତମ ଲୋକ କାନକୋଳି ବୃକ୍ଷ ତୁଲ୍ୟ; ସବୁଠାରୁ ସରଳ ଲୋକ କଣ୍ଟାବାଡ଼ ଅପେକ୍ଷା ମନ୍ଦ; ତୁମ୍ଭ ପ୍ରହରୀଗଣର ଦିନ ଓ ତୁମ୍ଭର ଦଣ୍ଡ ଉପସ୍ଥିତ; ଏବେ ସେମାନଙ୍କର ବ୍ୟାକୁଳତା ଜନ୍ମିବ।


କାରଣ, ଆପଣାକୁ ଲମ୍ବାଇବା ପାଇଁ ମନୁଷ୍ୟର ଶଯ୍ୟା ସାନ ଓ ଆପଣାକୁ ଘୋଡ଼ାଇବା ପାଇଁ ବସ୍ତ୍ର ଅଣଓସାର।


କୌଣସି ମନୁଷ୍ୟ ସିଂହଠାରୁ ପଳାଇ ଯେପରି ଭଲ୍ଲୁକର ହାବୁଡ଼ରେ ପଡ଼ିଲା, ଅଥବା ଗୃହ ମଧ୍ୟରେ ପ୍ରବେଶ କରି କାନ୍ଥ ଉପରେ ହସ୍ତ ଦିଅନ୍ତେ, ସର୍ପ ତାହାକୁ ଦଂଶନ କଲା, (ସେହି ଦିନ ସଦୃଶ୍ୟ)


Swiv nou:

Piblisite


Piblisite