Biblia Todo Logo
Bib sou entènèt

- Piblisite -




ଯିଶାଇୟ 11:15 - ଓଡିଆ ବାଇବେଲ

15 ପୁଣି, ସଦାପ୍ରଭୁ ମିସ୍ରୀୟ ସମୁଦ୍ରର ଜିହ୍ୱା ସମ୍ପୂର୍ଣ୍ଣ ରୂପେ ବିନାଶ କରିବେ ଓ ଆପଣାର ଉତ୍ତପ୍ତ ବାୟୁ ଦ୍ୱାରା ନଦୀ ଉପରେ ଆପଣା ହସ୍ତ ହଲାଇବେ, ଆଉ ତାହାକୁ ପ୍ରହାର କରି ସପ୍ତସ୍ରୋତ କରିବେ ଓ ଲୋକମାନଙ୍କୁ ଶୁଷ୍କ ପଦରେ ତହିଁ ମଧ୍ୟ ଦେଇ ଗମନ କରାଇବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ପୁଣି, ସଦାପ୍ରଭୁ ମିସ୍ରୀୟ ସମୁଦ୍ରର ଜିହ୍ଵା ସମ୍ପୂର୍ଣ୍ଣ ରୂପେ ବିନାଶ କରିବେ ଓ ଆପଣାର ଉତ୍ତପ୍ତ ବାୟୁ ଦ୍ଵାରା ନଦୀ ଉପରେ ଆପଣା ହସ୍ତ ହଲାଇବେ, ଆଉ ତାହାକୁ ପ୍ରହାର କରି ସପ୍ତସ୍ରୋତ କରିବେ ଓ ଲୋକମାନଙ୍କୁ ଶୁଷ୍କ ପଦରେ ତହିଁ ମଧ୍ୟ ଦେଇ ଗମନ କରାଇବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି, ସଦାପ୍ରଭୁ ମିସରୀୟ ସମୁଦ୍ରର ଜିହ୍ୱା ସମ୍ପୂର୍ଣ୍ଣ ରୂପେ ବିନାଶ କରିବେ ଓ ଆପଣାର ଉତ୍ତପ୍ତ ବାୟୁ ଦ୍ୱାରା ନଦୀ ଉପରେ ଆପଣା ହସ୍ତ ହଲାଇବେ, ଆଉ ତାହାକୁ ପ୍ରହାର କରି ସପ୍ତସ୍ରୋତ କରିବେ ଓ ଲୋକମାନଙ୍କୁ ଶୁଷ୍କ ପଦରେ ତହିଁ ମଧ୍ୟଦେଇ ଗମନ କରାଇବେ।

Gade chapit la Kopi

ପବିତ୍ର ବାଇବଲ

15 ସଦାପ୍ରଭୁ କ୍ରୋଧିତ ହୋଇ ମିଶରୀୟ ସମୁଦ୍ରକୁ ଭାଗ ଭାଗ କରିବେ। ସେହିପରି ଭାବରେ ତାଙ୍କର ପ୍ରବଳ ବାୟୁ ଦ୍ୱାରା ଇଉଫ୍ରେଟିସ୍ ନଦୀ ଉପରେ ନିଜର ହସ୍ତ ହଲାଇବେ। ତାଙ୍କର ପ୍ରହାର ଦ୍ୱାରା ସେହି ନଦୀ ସାତୋଟି କ୍ଷୁଦ୍ର ନଦୀରେ ବିଭକ୍ତ ହେବ। ସେଗୁଡ଼ିକର ଗଭୀରତା ହ୍ରାସ ହେବ ଓ ଶୁଷ୍କ ପାଲଟିବ। ତେଣୁ ଲୋକମାନେ ପାଦରେ ଗ୍ଭଲି ତାକୁ ଅତିକ୍ରମ କରିବେ।

Gade chapit la Kopi




ଯିଶାଇୟ 11:15
19 Referans Kwoze  

ପୁଣି, ସେ ଦୁଃଖରୂପ ସାଗର ପାରି ହେବେ ଓ ସମୁଦ୍ରର ତରଙ୍ଗସମୂହକୁ ପ୍ରହାର କରିବେ ଓ ନୀଳ ନଦୀର ଗଭୀର ସ୍ଥାନସକଳ ଶୁଷ୍କ ହେବ; ତହିଁରେ ଅଶୂରର ଗର୍ବ ଖର୍ବ ହେବ ଓ ମିସରର ରାଜଦଣ୍ଡ ଦୂରୀକୃତ ହେବ।


ଷଷ୍ଠ ଦୂତ ଆପଣା ପାତ୍ର ଫରାତ୍ ମହାନଦୀ ଉପରେ ଢାଳିଲେ; ତହୁଁ ପୂର୍ବଦିଗରୁ ଅାଗମନକାରୀ ରାଜାମାନଙ୍କ ନିମନ୍ତେ ପଥ ପ୍ରସ୍ତୁତ ହେବା ପାଇଁ ତାହାର ଜଳ ଶୁଷ୍କ ହୋଇଗଲା ।


ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା ? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା ? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ।


ସେହି ଦିନ ମିସର ସ୍ତ୍ରୀମାନଙ୍କ ତୁଲ୍ୟ ହେବ, ପୁଣି, ସୈନ୍ୟାଧିପତି ସଦାପ୍ରଭୁ, ତାହା ଉପରେ ଯେଉଁ ହସ୍ତ ହଲାନ୍ତି, ତାହାଙ୍କର ସେହି ହସ୍ତ ହଲିବା ସକାଶୁ ସେ କମ୍ପିବ ଓ ଭୀତ ହେବ।


ପୁଣି, ଆମ୍ଭେ ସ୍ରୋତସମୂହ ଶୁଷ୍କ କରିବା ଓ ମନ୍ଦ ଲୋକମାନଙ୍କ ହସ୍ତରେ ଦେଶ ବିକ୍ରୟ କରିବା; ଆଉ, ଆମ୍ଭେ ବିଦେଶୀମାନଙ୍କ ହସ୍ତ ଦ୍ୱାରା ଦେଶ ଓ ତନ୍ମଧ୍ୟସ୍ଥ ଯାବତୀୟ ବିଷୟ ଧ୍ୱଂସ କରିବା; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।


ଏହେତୁ ଦେଖ, ଆମ୍ଭେ ତୁମ୍ଭର ଓ ତୁମ୍ଭ ନଦୀସମୂହର ପ୍ରତିକୂଳ ଅଟୁ, ପୁଣି, ଆମ୍ଭେ ମିଗ୍‍ଦୋଲଠାରୁ ସିବେନୀ ଦୁର୍ଗ ପୁଣି କୂଶ ଦେଶର ସୀମା ପର୍ଯ୍ୟନ୍ତ ମିସର ଦେଶକୁ ନିତାନ୍ତ ଶୂନ୍ୟ ଓ ଧ୍ୱଂସସ୍ଥାନ କରିବା।


ସେହି ଦିନ ପ୍ରଭୁ ନଦୀର ସେପାରିସ୍ଥ ଭଡ଼ାଟିଆ କ୍ଷୁର ଦ୍ୱାରା, ଅର୍ଥାତ୍‍, ଅଶୂରର ରାଜା ଦ୍ୱାରା ମସ୍ତକ, ପଦର ଲୋମ କ୍ଷୌର କରିବେ ଓ ତଦ୍ଦ୍ୱାରା ଦାଢ଼ି ମଧ୍ୟ ନଷ୍ଟ ହେବ।


ଏଥିଉତ୍ତାରେ ମୋଶା ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସମସ୍ତ ରାତ୍ରି ପ୍ରବଳ ପୂର୍ବୀୟ ବାୟୁ ଦ୍ୱାରା ସମୁଦ୍ରକୁ ପଶ୍ଚାତ୍‍ ହଟାଇ ଶୁଷ୍କ କଲେ ଓ ଜଳ ଦୁଇ ଭାଗ ହେଲା।


ମାତ୍ର ଇସ୍ରାଏଲ ସନ୍ତାନଗଣ ଶୁଷ୍କ ପଥରେ ସମୁଦ୍ର ମଧ୍ୟଦେଇ ଗମନ କଲେ; ପୁଣି, ଜଳ ସେମାନଙ୍କ ବାମ ଓ ଦକ୍ଷିଣରେ ପ୍ରାଚୀର ତୁଲ୍ୟ ହେଲା।


ଏହେତୁ ଦେଖ, ପ୍ରଭୁ ଏବେ ନଦୀର ପ୍ରବଳ, ଅପାର ଜଳ ସ୍ୱରୂପ ଅଶୂରର ରାଜାକୁ ଓ ତାହାର ସମସ୍ତ ପ୍ରତାପକୁ ସେମାନଙ୍କ ଉପରେ ଆଣୁଅଛନ୍ତି; ତହୁଁ ସେ ଆପଣାର ସମସ୍ତ ଜଳପ୍ରଣାଳୀ ଉପରେ ବଢ଼ି ଆପଣାର ବନ୍ଧ ଉପର ଦେଇ ଚାଲିଯିବ;


ଯେ ସମୁଦ୍ରରେ ପଥ ଓ ମହାଜଳରାଶିରେ ମାର୍ଗ କରନ୍ତି;


ଆମ୍ଭେ ଅଗାଧ ଜଳକୁ କହୁ, ଶୁଷ୍କ ହୁଅ; ପୁଣି ଆମ୍ଭେ ତୁମ୍ଭର ନଦନଦୀସବୁ ଶୁଷ୍କ କରିବା;


ପୁଣି, ସଦାପ୍ରଭୁଙ୍କର ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଆନନ୍ଦ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ; ନିତ୍ୟସ୍ଥାୟୀ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ।


ଯେ ମୋଶାଙ୍କ ଡାହାଣରେ ଆପଣାର ପ୍ରତାପାନ୍ୱିତ ବାହୁ ଗମନ କରାଇଲେ, ଯେ ଆପଣା ନିମନ୍ତେ ଅନନ୍ତ କାଳସ୍ଥାୟୀ ନାମ ସ୍ଥାପନାର୍ଥେ, ସେମାନଙ୍କ ସମ୍ମୁଖରେ ଜଳକୁ ବିଭକ୍ତ କଲେ,


ତହିଁରେ ଇସ୍ରାଏଲ ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ଗମନ କଲେ, ପୁଣି, ସେମାନଙ୍କ ଦକ୍ଷିଣରେ ଓ ବାମରେ ଜଳ ପ୍ରାଚୀର ତୁଲ୍ୟ ହେଲା।


Swiv nou:

Piblisite


Piblisite