Biblia Todo Logo
Bib sou entènèt

- Piblisite -




ଯିଶାଇୟ 13:20 - ଓଡିଆ ବାଇବେଲ

20 ତାହା କଦାଚ ବସତି ସ୍ଥାନ ହେବ ନାହିଁ, ପୁରୁଷ ପୁରୁଷାନୁକ୍ରମେ କେହି ତହିଁରେ ବାସ କରିବେ ନାହିଁ; ଆରବୀୟ ଲୋକେ ସେଠାରେ ତମ୍ବୁ ପକାଇବେ ନାହିଁ, କିଅବା ମେଷପାଳକମାନେ ଆପଣା ଆପଣା ପଲ ସେଠାରେ ଶୁଆଇବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ତାହା କଦାଚ ବସତିସ୍ଥାନ ନୋହିବ, ପୁରୁଷ ପୁରୁଷାନୁକ୍ରମେ କେହି ତହିଁରେ ବାସ କରିବେ ନାହିଁ; ଆରବୀୟ ଲୋକେ ସେଠାରେ ତମ୍ଵୁ ପକାଇବେ ନାହିଁ, କିଅବା ମେଷପାଳକମାନେ ଆପଣା ଆପଣା ପଲ ସେଠାରେ ଶୁଆଇବେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ତାହା କଦାପି ବସତି ସ୍ଥାନ ହେବ ନାହିଁ, ପୁରୁଷ ପୁରୁଷାନୁକ୍ରମେ କେହି ତହିଁରେ ବାସ କରିବେ ନାହିଁ; ଆରବୀୟ ଲୋକେ ସେଠାରେ ତମ୍ବୁ ପକାଇବେ ନାହିଁ, କିଅବା ମେଷପାଳକମାନେ ଆପଣା ଆପଣା ପଲ ସେଠାରେ ଶୁଆଇବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

20 ମାତ୍ର ସେ ଆଉ ସୁନ୍ଦର ହୋଇ ରହିବ ନାହିଁ। ଲୋକମାନେ ଭବିଷ୍ୟତରେ ଆଉ ସେଠାରେ ବାସ କରିବେ ନାହିଁ। ଆରବୀୟମାନେ ଆଉ ସେଠାରେ ତମ୍ବୁ ପକାଇବେ ନାହିଁ। ମେଷପାଳକମାନେ ସେମାନଙ୍କର ମେଷମାନଙ୍କୁ ସେଠାରେ ଚରାଇବା ପାଇଁ ଆଣିବେ ନାହିଁ।

Gade chapit la Kopi




ଯିଶାଇୟ 13:20
20 Referans Kwoze  

ତାହାର ନଗରସକଳ ଧ୍ୱଂସସ୍ଥାନ ଓ ଶୁଷ୍କଭୂମି ଓ ପ୍ରାନ୍ତର ହୋଇଅଛି, ସେ ଦେଶ ମଧ୍ୟରେ କୌଣସି ମନୁଷ୍ୟ ବାସ କରେ ନାହିଁ, କିଅବା ତହିଁ ମଧ୍ୟଦେଇ କୌଣସି ମନୁଷ୍ୟ ସନ୍ତାନ ଗମନାଗମନ କରେ ନାହିଁ।


ଆହୁରି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ସେହି ନଗରକୁ ଝିଙ୍କ ପକ୍ଷୀର ଅଧିକାର ଓ ଜଳାଶୟ କରିବା ଓ ଆମ୍ଭେ ସଂହାରରୂପ ଝାଡ଼ୁ ଦ୍ୱାରା ତାହାକୁ ଝାଡ଼ି ପକାଇବା।”


ପୁଣି, ଦେଶ କମ୍ପିତ ଓ ବେଦନାଗ୍ରସ୍ତ ହେଉଅଛି, କାରଣ ବାବିଲ ଦେଶକୁ ଧ୍ୱଂସିତ ଓ ନିବାସୀଶୂନ୍ୟ କରିବା ପାଇଁ ବାବିଲ ବିରୁଦ୍ଧରେ ସଦାପ୍ରଭୁଙ୍କର ସଂକଳ୍ପ ସଫଳ ହେଉଅଛି।


ହେ ବିନାଶକ ପର୍ବତ,ତୁମ୍ଭେ ସମୁଦାୟ ପୃଥିବୀକୁ ବିନାଶ କରୁଅଛ, ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ; ଆଉ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଶୈଳରୁ ତୁମ୍ଭକୁ ଗଡ଼ାଇ ପକାଇ ଏକ ଦଗ୍ଧ ପର୍ବତ କରିବା।


ଏହେତୁ ସଦାପ୍ରଭୁ ବାବିଲର ବିରୁଦ୍ଧରେ ଯେଉଁ ମନ୍ତ୍ରଣା ଓ କଲ୍‍ଦୀୟମାନଙ୍କ ଦେଶ ବିରୁଦ୍ଧରେ ଯେଉଁ ସଂକଳ୍ପ କରିଅଛନ୍ତି, ତାହା ଶୁଣ; ଲୋକମାନେ ସେମାନଙ୍କୁ, ପଲର ଛୁଆମାନଙ୍କୁ ମଧ୍ୟ ଟାଣି ନେଇ ଯିବେ; ସେ ନିଶ୍ଚୟ ସେମାନଙ୍କର ନିବାସ ସ୍ଥାନ ସହିତ ସେମାନଙ୍କୁ ଉତ୍ସନ୍ନ କରିବ।


ଏଥିପାଇଁ ବନପଶୁ ଓ କେନ୍ଦୁଆମାନେ ସେଠାରେ ବାସ କରିବେ ଓ ଓଟପକ୍ଷୀମାନେ ତହିଁ ମଧ୍ୟରେ ବାସ କରିବେ; ତାହା ଆଉ କେବେ ହେଁ ବସତି ସ୍ଥାନ ହେବ ନାହିଁ ଓ ପୁରୁଷାନୁକ୍ରମେ ତହିଁ ମଧ୍ୟରେ ବାସ କରା ଯିବ ନାହିଁ।”


ସଦାପ୍ରଭୁ କହନ୍ତି, “ତୁମ୍ଭେ ମରାଥୟିମ୍‍ (ଦ୍ୱିଗୁଣ ଦ୍ରୋହ) ଦେଶର ବିରୁଦ୍ଧରେ ଓ ପକୋଦ (ପ୍ରତିଫଳପୁର) ନିବାସୀମାନଙ୍କ ବିରୁଦ୍ଧରେ ଉଠିଯାଅ; ସେମାନଙ୍କର ପଶ୍ଚାତ୍‍ ପଶ୍ଚାତ୍‍ ଯାଇ ସେମାନଙ୍କୁ ବଧ କରି ନିଃଶେଷ ରୂପେ ବିନାଶ କର ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିଅଛୁ, ତଦନୁସାରେ କର।”


ସଦାପ୍ରଭୁଙ୍କ କୋପ ସକାଶୁ ସେ ବସତିବିଶିଷ୍ଟ ହେବ ନାହିଁ, ମାତ୍ର ସମ୍ପୂର୍ଣ୍ଣ ଧ୍ୱଂସସ୍ଥାନ ହେବ; ଯେ ପ୍ରତ୍ୟେକ ଲୋକ ବାବିଲର ନିକଟ ଦେଇ ଯିବ, ସେ ବିସ୍ମିତ ହେବ ଓ ତାହାର ସକଳ ଦଣ୍ଡ ସକାଶୁ ଶୀସ୍‍ ଶବ୍ଦ କରିବ।


କାରଣ ଉତ୍ତର ଦିଗରୁ ଏକ ଗୋଷ୍ଠୀ ତାହା ବିରୁଦ୍ଧରେ ଉଠି ଆସୁଅଛନ୍ତି, ସେମାନେ ତାହାର ଦେଶ ଧ୍ୱଂସ କରିବେ ଓ ତହିଁ ମଧ୍ୟରେ କେହି ବାସ କରିବ ନାହିଁ; ମନୁଷ୍ୟ ଓ ପଶୁ ଉଭୟ ପଳାଇଲେ, ସେମାନେ ଚାଲିଗଲେ।”


ପୁଣି, କେତେକ ପଲେଷ୍ଟୀୟ ଲୋକ ଯିହୋଶାଫଟ୍‍ଙ୍କ ନିକଟକୁ ଦର୍ଶନୀ ଓ କର ନିମନ୍ତେ ରୂପା ଆଣିଲେ; ଆରବୀୟମାନେ ମଧ୍ୟ ତାଙ୍କ ନିକଟକୁ ପଲ ପଲ କରି ସାତ ହଜାର ସାତ ଶହ ମେଷ ଓ ସାତ ହଜାର ସାତ ଶହ ଛାଗ ଆଣିଲେ।


ପୁଣି, ବାବିଲ ଢିପିମୟ ଶୃଗାଳମାନର ବାସସ୍ଥାନ, ବିସ୍ମୟାସ୍ପଦ, ଶୀସ୍‍ ଶବ୍ଦର ବିଷୟ ଓ ନିବାସୀବିହୀନ ହେବ।


ହେ ମୋ’ ପ୍ରାଣର ପ୍ରିୟତମ, ତୁମ୍ଭେ କେଉଁଠାରେ ଆପଣା ପଲ ଚରାଉଅଛ, ମଧ୍ୟାହ୍ନ କାଳେ ଯେଉଁଠାରେ ଶୟନ କରାଉଅଛ, ତାହା ମୋତେ ଜଣାଅ; କାରଣ ତୁମ୍ଭ ସଖାଗଣର ପଲ ନିକଟରେ ମୁଁ କାହିଁକି ଆବରକ ବସ୍ତ୍ର ପରିଧାନକାରିଣୀ ତୁଲ୍ୟ ହେବି ?


ସାଗର ସମୀପସ୍ଥ ପ୍ରାନ୍ତର ବିଷୟକ ଭାବବାଣୀ। ତାହା ଦକ୍ଷିଣ ଦିଗରେ ଅତି ବେଗରେ ଅଗ୍ରସର ଘୂର୍ଣ୍ଣିବାୟୁ ତୁଲ୍ୟ ପ୍ରାନ୍ତରରୁ, ଏକ ଭୟଙ୍କର ଦେଶରୁ ଆସୁଅଛି।


“ପୁଣି, ହାସୋର ଶୃଗାଳମାନଙ୍କର ବସତି ଓ ସଦାକାଳ ଉତ୍ସନ୍ନ ସ୍ଥାନ ହେବ; କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ, କିଅବା କୌଣସି ମନୁଷ୍ୟସନ୍ତାନ ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ।”


ଦେଖ, ସେହି ରାତ୍ରି ବନ୍ଧ୍ୟା ହେଉ; ତହିଁ ମଧ୍ୟରେ କୌଣସି ଆନନ୍ଦର ସ୍ୱର ପ୍ରବେଶ ନ କରୁ।


ଯେହେତୁ ତୁମ୍ଭେ ନଗରକୁ ଢିପି, ପ୍ରାଚୀରବେଷ୍ଟିତ ନଗରକୁ କାନ୍ଥଡ଼ା କରିଅଛ; ବିଦେଶୀମାନଙ୍କ ରାଜପୁରୀକୁ ବିନଷ୍ଟ କରିଅଛ; ତାହା ଆଉ କେବେ ନିର୍ମିତ ହେବ ନାହିଁ।


ପୁଣି, ସେ ସେମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିଅଛନ୍ତି ଓ ତାହାଙ୍କର ହସ୍ତ ପରିମାପକ ରଜ୍ଜୁ ଦ୍ୱାରା ତାହା ବିଭାଗ କରି ସେମାନଙ୍କୁ ଦେଇଅଛି; ସେମାନେ ତାହା ସଦା କାଳ ଅଧିକାର କରିବେ, ସେମାନେ ପୁରୁଷାନୁକ୍ରମେ ତହିଁ ମଧ୍ୟରେ ବାସ କରିବେ।


Swiv nou:

Piblisite


Piblisite