Biblia Todo Logo
Bib sou entènèt

- Piblisite -




ଯିଶାଇୟ 17:12 - ଓଡିଆ ବାଇବେଲ

12 ଆଃ! ଅନେକ ଗୋଷ୍ଠୀର କୋଳାହଳ, ସେମାନେ ସମୁଦ୍ରର କଲ୍ଲୋଳର ତୁଲ୍ୟ କଲ୍ଲୋଳ ଧ୍ୱନି କରୁଅଛନ୍ତି; ନାନା ଦେଶୀୟଗଣ ମାଡ଼ି ଆସୁଅଛନ୍ତି, ସେମାନେ ପ୍ରବଳ ବଢ଼ି ପରି ମାଡ଼ି ଆସୁଅଛନ୍ତି !

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆଃ! ଅନେକ ଗୋଷ୍ଠୀର କୋଳାହଳ, ସେମାନେ ସମୁଦ୍ରର କଲ୍ଲୋଳର ତୁଲ୍ୟ କଲ୍ଲୋଳ ଧ୍ଵନି କରୁଅଛନ୍ତି; ନାନା ଦେଶୀୟଗଣ ମାଡ଼ି ଆସୁଅଛନ୍ତି, ସେମାନେ ପ୍ରବଳ ବଢ଼ି ପରି ମାଡ଼ି ଆସୁଅଛନ୍ତି !

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆଃ! ଅନେକ ଗୋଷ୍ଠୀର କୋଳାହଳ, ସେମାନେ ସମୁଦ୍ରର କଲ୍ଲୋଳର ତୁଲ୍ୟ କଲ୍ଲୋଳ ଧ୍ୱନି କରୁଅଛନ୍ତି; ନାନା ଦେଶୀୟଗଣ ମାଡ଼ି ଆସୁଅଛନ୍ତି, ସେମାନେ ପ୍ରବଳ ବଢ଼ି ପରି ମାଡ଼ି ଆସୁଅଛନ୍ତି!

Gade chapit la Kopi

ପବିତ୍ର ବାଇବଲ

12 ଅନେକ ଗୋଷ୍ଠୀର କୋଳାହଳ ଶୁଣ। ସେମାନେ ସମୁଦ୍ରର ଗର୍ଜନ ତୁଲ୍ୟ ଘୋର ନାଦ କରୁଛନ୍ତି। ବହୁ ଦେଶର ଲୋକେ ମାଡ଼ି ଆସୁଛନ୍ତି। ସେମାନେ ଯେପରି ପ୍ରବଳ ବନ୍ୟା ଜଳ ସଦୃଶ ମାଡ଼ି ଆସୁଛନ୍ତି।

Gade chapit la Kopi




ଯିଶାଇୟ 17:12
21 Referans Kwoze  

ପୁଣି, ସୁର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ରମାଳାରେ ଲକ୍ଷଣ ଦେଖାଯିବ, ଆଉ ପୃଥିବୀରେ ଜାତିମାନଙ୍କ ମଧ୍ୟରେ କ୍ଲେଶ ଘଟିବ; ସମୁଦ୍ର ଓ ତରଙ୍ଗର ତର୍ଜନଗର୍ଜନ ହେତୁ ସେମାନେ ଅବାକ୍ ହେବେ,


ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ; ସେମାନଙ୍କର ରବ ସମୁଦ୍ର ପରି ଗର୍ଜ୍ଜନ କରେ ଓ ସେମାନେ ଅଶ୍ୱାରୋହଣ କରନ୍ତି; ଆଗୋ ସିୟୋନର କନ୍ୟେ, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକେ ଯୋଦ୍ଧା ପରି ସସଜ୍ଜ ହେଉଅଛନ୍ତି।”


ମୃତ୍ୟୁୁର ରଜ୍ଜୁ ମୋତେ ବେଷ୍ଟନ କଲା, ପାପାଧମତାରୂପ ପ୍ଳାବନ ମୋତେ ଭୟଗ୍ରସ୍ତ କଲା।


ଆଉ ସେ ମୋତେ କହିଲେ, ଯେଉଁ ଜଳରାଶି ନିକଟରେ ତୁମ୍ଭେ ବେଶ୍ୟାକୁ ଉପବିଷ୍ଟା ଥିବାର ଦେଖିଲ, ସେହି ଜଳରାଶି ବିଭିନ୍ନ ଗୋଷ୍ଠୀ, ଜନତା, ଜାତି ଓ ଭାଷାବାଦୀ ଲୋକଙ୍କୁ ବୁଝାଏ ।


ତତ୍ପରେ ସପ୍ତ ପାତ୍ରଧାରୀ ସପ୍ତ ଦୂତଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ଯେଉଁ ମହା ବେଶ୍ୟା ବହୁ ଜଳରାଶି ନିକଟରେ ଉପବିଷ୍ଟ,


ଆଉ ଦେଖ, ପୂର୍ବଦିଗସ୍ଥ ପଥରୁ ଇସ୍ରାଏଲର ପରମେଶ୍ୱରଙ୍କର ପ୍ରତାପ ଆସୁଅଛି; ତାହାଙ୍କର ଶବ୍ଦ ଜଳରାଶିର ଶବ୍ଦ ତୁଲ୍ୟ ଓ ତାହାଙ୍କର ପ୍ରତାପରେ ଭୂମି ଦୀପ୍ତିମୟ ହେଲା।


ପୁଣି, ଆମ୍ଭେ ନ୍ୟାୟ ବିଚାରକୁ ପରିମାଣ ରଜ୍ଜୁ ଓ ଧାର୍ମିକତାକୁ ଓଳମ କରିବା; ଆଉ, ଶିଳାବୃଷ୍ଟି ମିଥ୍ୟାରୂପ ଆଶ୍ରୟକୁ ବିନାଶ କରିବ ଓ ଜଳରାଶି ଲୁଚିବା ସ୍ଥାନକୁ ମଗ୍ନ କରିବ।


ଏହେତୁ କଳହରେ ସଜ୍ଜିତ ଲୋକର ସମସ୍ତ ଅସ୍ତ୍ରଶସ୍ତ୍ର ଓ ରକ୍ତରେ ଜଡ଼ିତ ବସ୍ତ୍ରସବୁ ଜ୍ୱଳନୀୟ ଦ୍ରବ୍ୟ, ଅଗ୍ନି ପାଇଁ କାଷ୍ଠ ସ୍ୱରୂପ ହେବ।


ଜଳରାଶି ଉପରେ ସଦାପ୍ରଭୁଙ୍କର ରବ ଅଛି; ଗୌରବମୟ ପରମେଶ୍ୱର ବଜ୍ରନାଦ କରନ୍ତି, ସଦାପ୍ରଭୁ ଅପାର ଜଳରାଶି ଉପରେ ବିଦ୍ୟମାନ।


ପୁଣି, ସିନ୍ଦୁକ ଅଗ୍ରସର ହେବା ସମୟରେ ମୋଶା କହନ୍ତି, “ସଦାପ୍ରଭୁ, ଉଠ, ପୁଣି, ତୁମ୍ଭର ଶତ୍ରୁମାନେ ଛିନ୍ନଭିନ୍ନ ହେଉନ୍ତୁ ଓ ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ସମ୍ମୁଖରୁ ପଳାୟନ କରନ୍ତୁ।


କାରଣ ଦେଖ, ତୁମ୍ଭ ଶତ୍ରୁଗଣ ଗଣ୍ଡଗୋଳ କରନ୍ତି ଓ ତୁମ୍ଭଙ୍କୁ ଘୃଣା କରିବା ଲୋକମାନେ ମସ୍ତକ ଉଠାଇ ଅଛନ୍ତି।


ହେ ଗୋଷ୍ଠୀସମୂହ, ତୁମ୍ଭେମାନେ କୋଳାହଳ କର, ମଧ୍ୟ ତୁମ୍ଭେମାନେ ଭଗ୍ନ ହେବ; ପୁଣି, ହେ ଦୂରଦେଶୀୟ ଲୋକ ସମସ୍ତେ, ତୁମ୍ଭେମାନେ କର୍ଣ୍ଣପାତ କର; ତୁମ୍ଭେମାନେ କଟି ବନ୍ଧନ କର, ମଧ୍ୟ ଭଗ୍ନ ହେବ।


ପର୍ବତମାନରେ ମହାଜନତାର ନ୍ୟାୟ ଲୋକସମୂହର ରବ ହେଉଅଛି ! ଏକତ୍ରୀକୃତ ଗୋଷ୍ଠୀୟମାନଙ୍କ ରାଜ୍ୟସମୂହର କଳରବ ହେଉଅଛି ! ସୈନ୍ୟାଧିପତି ସଦାପ୍ରଭୁ ଯୁଦ୍ଧାର୍ଥେ ସେନା ସଂଗ୍ରହ କରୁଅଛନ୍ତି।


ଯେକୌଣସି ଅସ୍ତ୍ର ତୁମ୍ଭ ପ୍ରତିକୂଳରେ ନିର୍ମିତ ହୁଏ, ତାହା ସାର୍ଥକ ହେବ ନାହିଁ ଓ ଯେ ପ୍ରତ୍ୟେକ ଜିହ୍ୱା ବିଚାରରେ ତୁମ୍ଭ ବିରୁଦ୍ଧରେ ଉଠେ, ତୁମ୍ଭେ ତାହାକୁ ଦୋଷୀ କରିବ। ସଦାପ୍ରଭୁଙ୍କ ଦାସମାନଙ୍କର ଅଧିକାର ଓ ଆମ୍ଭ ଦତ୍ତ ସେମାନଙ୍କର ଧାର୍ମିକତା ଏହି,” ଏହା ସଦାପ୍ରଭୁ କହନ୍ତି।


ପୁଣି, ବର୍ତ୍ତମାନ ଅନେକ ଗୋଷ୍ଠୀ ତୁମ୍ଭ ବିରୁଦ୍ଧରେ ଏକତ୍ରିତ ହୋଇଅଛନ୍ତି, ସେମାନେ କହନ୍ତି, ସେ ଅଶୁଚି ହେଉ ଓ ଆମ୍ଭମାନଙ୍କର ଚକ୍ଷୁ ତହିଁର ଅଭିଳାଷ ସିୟୋନ ପ୍ରତି ସଫଳ ହେବାର ଦେଖୁ।


ଦାନିୟେଲ କହିଲେ, “ମୁଁ ରାତ୍ରିକାଳରେ ଦର୍ଶନକ୍ରମେ ଦେଖିଲି ଯେ, ଦେଖ, ମହାସମୁଦ୍ର ଉପରେ ଆକାଶର ଚତୁର୍ଦ୍ଦିଗରୁ ବାୟୁ ପ୍ରଚଣ୍ଡ ରୂପେ ବହିଲା।


Swiv nou:

Piblisite


Piblisite