Biblia Todo Logo
Bib sou entènèt

- Piblisite -




ଯିଶାଇୟ 19:12 - ଓଡିଆ ବାଇବେଲ

12 ତେବେ ତୁମ୍ଭର ଜ୍ଞାନୀ ଲୋକମାନେ କେଉଁଠାରେ ? ସେମାନେ ଏବେ ତୁମ୍ଭକୁ ଜଣାଉନ୍ତୁ ଓ ସୈନ୍ୟାଧିପତି ସଦାପ୍ରଭୁ ମିସର ବିଷୟରେ ଯାହା ମନ୍ତ୍ରଣା କରିଅଛନ୍ତି, ତାହା ସେମାନେ ଜାଣନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତେବେ ତୁମ୍ଭର ଜ୍ଞାନୀ ଲୋକମାନେ କେଉଁଠାରେଣ? ସେମାନେ ଏବେ ତୁମ୍ଭକୁ ଜଣାଉନ୍ତୁ ଓ ସୈନ୍ୟାଧିପତି ସଦାପ୍ରଭୁ ମିସର ବିଷୟରେ ଯାହା ମନ୍ତ୍ରଣା କରିଅଛନ୍ତି, ତାହା ସେମାନେ ଜାଣନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତେବେ ତୁମ୍ଭର ଜ୍ଞାନୀ ଲୋକମାନେ କେଉଁଠାରେ? ସେମାନେ ଏବେ ତୁମ୍ଭକୁ ଜଣାଉନ୍ତୁ ଓ ସୈନ୍ୟାଧିପତି ସଦାପ୍ରଭୁ ମିସର ବିଷୟରେ ଯାହା ମନ୍ତ୍ରଣା କରିଅଛନ୍ତି, ତାହା ସେମାନେ ଜାଣନ୍ତୁ।

Gade chapit la Kopi

ପବିତ୍ର ବାଇବଲ

12 ହେ ମିଶର, ତୁମ୍ଭର ଜ୍ଞାନୀ ବ୍ୟକ୍ତିଗଣ କେଉଁଠାରେ? ସେହି ଜ୍ଞାନୀ ବ୍ୟକ୍ତିଗଣଙ୍କୁ ଜଣାନ୍ତୁ ସର୍ବଶକ୍ତିମାନ ସଦାପ୍ରଭୁ ମିଶର ବିଷୟରେ କି ମନ୍ତ୍ରଣା କରିଛନ୍ତି। ସେମାନଙ୍କୁ କ’ଣ ଘଟିବ କୁହନ୍ତୁ।

Gade chapit la Kopi




ଯିଶାଇୟ 19:12
13 Referans Kwoze  

ଜ୍ଞାନୀ କାହିଁ ? ଶାସ୍ତ୍ରୀ କାହିଁ ? ଏହି ଯୁଗର ତାର୍କିକ କାହିଁ ? ଈଶ୍ୱର କି ଜଗତର ଜ୍ଞାନକୁ ମୂର୍ଖତା ବୋଲି ପ୍ରକାଶ କରି ନାହାଁନ୍ତି ?


ଯେଣୁ ଶାସ୍ତ୍ର ଫାରୋଙ୍କୁ କହେ, ଆମ୍ଭେ ଯେପରି ତୁମ୍ଭଠାରେ ଆମ୍ଭର ଶକ୍ତି ଦେଖାଉ, ଆଉ ଯେପରି ସମସ୍ତ ପୃଥିବୀରେ ଆମ୍ଭର ନାମ ଘୋଷିତ ହୁଏ, ଏହି ଅଭିପ୍ରାୟରେ ତ ଆମ୍ଭେ ତୁମ୍ଭକୁ ଉତ୍ଥାପନ କଲୁ ।


ମାତ୍ର ତୁମ୍ଭେ ନିଜ ପାଇଁ ଯେଉଁ ଦେବତାମାନଙ୍କୁ ନିର୍ମାଣ କରିଅଛ, ସେମାନେ କାହାନ୍ତି ? ସେମାନେ ଉଠନ୍ତୁ, ଯେବେ ପାରନ୍ତି, ତେବେ ତୁମ୍ଭ ବିପଦ ସମୟରେ ତୁମ୍ଭକୁ ଉଦ୍ଧାର କରନ୍ତୁ; କାରଣ ହେ ଯିହୁଦା, ତୁମ୍ଭ ନଗରସମୂହର ସଂଖ୍ୟା ପ୍ରମାଣେ ତୁମ୍ଭର ଦେବତାମାନେ ଅଛନ୍ତି।


ଆମ୍ଭେ ସେହି ପୁରାତନ ଲୋକଙ୍କୁ ସ୍ଥାପନ କରିବା ସମୟଠାରୁ ଆମ୍ଭ ତୁଲ୍ୟ କିଏ ଆହ୍ୱାନ କରିବ ଓ ତାହା ପ୍ରକାଶ କରିବ ଓ ଯଥାକ୍ରମେ ଆମ୍ଭ ପାଇଁ ତାହା ସଜାଇବ ? ପୁଣି, ଯାହା ଯାହା ନିକଟବର୍ତ୍ତୀ ଓ ଯାହା ଯାହା ଘଟିବ, ତାହା ସେମାନେ ପ୍ରକାଶ କରନ୍ତୁ।


ସୈନ୍ୟାଧିପତି ସଦାପ୍ରଭୁ ଶପଥ କରି କହିଅଛନ୍ତି, “ଆମ୍ଭେ ଯାହା ଭାବିଅଛୁ, ନିଶ୍ଚୟ ତଦ୍ରୂପ ଘଟିବ ଓ ଆମ୍ଭେ ଯେପରି ମନ୍ତ୍ରଣା କରିଅଛୁ, ସେହିପରି ସ୍ଥିର ହେବ;


ଯେଉଁମାନେ ଆପଣା ଆପଣା ଦୃଷ୍ଟିରେ ଜ୍ଞାନବାନ ଓ ଆପଣା ଆପଣା ବୋଧରେ ବୁଦ୍ଧିମାନ, ସେମାନେ ସନ୍ତାପର ପାତ୍ର !


ତହୁଁ ସବୂଲ୍‍ ତାହାକୁ କହିଲା, ତୁମ୍ଭେ ଯେ କହିଥିଲ, “ଅବୀମେଲକ୍‍ କିଏ ଯେ, ଆମ୍ଭେମାନେ ତାହାର ସେବା କରିବୁ, ତୁମ୍ଭର ସେହି ମୁହଁଟି ଏବେ କାହିଁ ? ତୁମ୍ଭେ କି ଏହି ଲୋକମାନଙ୍କୁ ତୁଚ୍ଛ କରି ନ ଥିଲ ? ତେଣୁ, ଏବେ ବାହାରି ସେମାନଙ୍କ ସଙ୍ଗେ ଯୁଦ୍ଧ କର ?”


ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ କି ଇଦୋମରୁ ଜ୍ଞାନୀମାନଙ୍କୁ ଓ ଏଷୌର ପର୍ବତରୁ ବୁଦ୍ଧି ବିନଷ୍ଟ କରିବା ନାହିଁ ?


Swiv nou:

Piblisite


Piblisite