Biblia Todo Logo
Bib sou entènèt

- Piblisite -




ଯିଶାଇୟ 19:25 - ଓଡିଆ ବାଇବେଲ

25 କାରଣ ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ଆଶୀର୍ବାଦ କରି କହିଅଛନ୍ତି, “ଆମ୍ଭର ଲୋକ ମିସର, ଆମ୍ଭର ହସ୍ତକୃତ କର୍ମ ଅଶୂର ଓ ଆମ୍ଭର ଅଧିକାର ଇସ୍ରାଏଲ ଆଶୀର୍ବାଦଯୁକ୍ତ ହେଉନ୍ତୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 କାରଣ ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ଆଶୀର୍ବାଦ କରି କହିଅଛନ୍ତି, ଆମ୍ଭର ଲୋକ ମିସର ଓ ଆମ୍ଭର ହସ୍ତକୃତ କର୍ମ ଅଶୂର ଓ ଆମ୍ଭର ଅଧିକାର ଇସ୍ରାଏଲ ଆଶୀର୍ବାଦଯୁକ୍ତ ହେଉନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 କାରଣ ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ଆଶୀର୍ବାଦ କରି କହିଅଛନ୍ତି, ଆମ୍ଭର ଲୋକ ମିସର, ଆମ୍ଭର ହସ୍ତକୃତ କର୍ମ ଅଶୂର ଓ ଆମ୍ଭର ଅଧିକାର ଇସ୍ରାଏଲ ଆଶୀର୍ବାଦଯୁକ୍ତ ହେଉନ୍ତୁ।

Gade chapit la Kopi

ପବିତ୍ର ବାଇବଲ

25 ସଦାପ୍ରଭୁ ସର୍ବଶକ୍ତିମାନ ଏ ଦେଶଗୁଡ଼ିକୁ ଆଶୀର୍ବାଦ କରିବେ। ସେ କହିବେ, “ହେ ମିଶରୀୟମାନେ, ତୁମ୍ଭେମାନେ ମୋର ଲୋକ। ଅଶୂର ମୁଁ ତୁମ୍ଭକୁ ତିଆରି କରିଛି। ତୁମ୍ଭେମାନେ ସମସ୍ତେ ଆଶୀର୍ବାଦର ପାତ୍ର।”

Gade chapit la Kopi




ଯିଶାଇୟ 19:25
30 Referans Kwoze  

ମାତ୍ର ଯେତେବେଳେ ସେ ଆମ୍ଭର ହସ୍ତକୃତ କର୍ମ ସ୍ୱରୂପ ତାହାର ସନ୍ତାନଗଣକୁ ଆପଣା ମଧ୍ୟରେ ଦେଖିବ, ସେତେବେଳେ ସେମାନେ ଆମ୍ଭ ନାମକୁ ପବିତ୍ର କରି ମାନିବେ; ହଁ, ସେମାନେ ଯାକୁବର ଧର୍ମସ୍ୱରୂପଙ୍କୁ ପବିତ୍ର ବୋଲି ମାନିବେ ଓ ଇସ୍ରାଏଲର ପରମେଶ୍ୱରଙ୍କୁ ସମ୍ଭ୍ରମ କରିବେ।


ପୁଣି, ଆମ୍ଭେ ଆପଣା ପାଇଁ ତାହାକୁ ଦେଶରେ ରୋପଣ କରିବା; ତହିଁରେ ଯେ ଦୟା ପାଇ ନ ଥିଲା, ତାହା ପ୍ରତି ଆମ୍ଭେ ଦୟା କରିବା; ଆଉ, ଯେଉଁମାନେ ଆମ୍ଭର ଲୋକ ନ ଥିଲେ, ସେମାନଙ୍କୁ ଆମ୍ଭେ କହିବା, ‘ତୁମ୍ଭେ ଆମ୍ଭର ଲୋକ’ ଓ ସେମାନେ କହିବେ, ‘ତୁମ୍ଭେ ଆମ୍ଭର ପରମେଶ୍ୱର।’”


ସଦାପ୍ରଭୁ ମୋ’ ସମ୍ପର୍କୀୟ ବିଷୟ ସାଧନ କରିବେ; ହେ ସଦାପ୍ରଭୁ, ତୁମ୍ଭ ଦୟା ଅନନ୍ତକାଳସ୍ଥାୟୀ; ତୁମ୍ଭେ ଆପଣା ହସ୍ତକୃତ କର୍ମ ପରିତ୍ୟାଗ କର ନାହିଁ।


ତୁମ୍ଭେମାନେ ସ୍ୱର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ର ଅଟ।


କାରଣ ସଦାପ୍ରଭୁଙ୍କ ଅଂଶ ତାହାଙ୍କର ଲୋକ ଯାକୁବ ତାହାଙ୍କର ଅଧିକାରର ବାଣ୍ଟ।


ପୁଣି, ସେମାନଙ୍କ ବଂଶ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଓ ସେମାନଙ୍କ ସନ୍ତାନଗଣ ଗୋଷ୍ଠୀସମୂହର ମଧ୍ୟରେ ବିଖ୍ୟାତ ହେବେ; ସେମାନେ ସଦାପ୍ରଭୁଙ୍କର ଆଶୀର୍ବାଦପ୍ରାପ୍ତ ବଂଶ ବୋଲି ସେମାନଙ୍କୁ ଦେଖିବା ଲୋକ ସମସ୍ତେ ସ୍ୱୀକାର କରିବେ।


ମଧ୍ୟ ତୁମ୍ଭର ଲୋକ ସମସ୍ତେ ଧାର୍ମିକ ହେବେ, ସେମାନେ ଅନନ୍ତକାଳ ପର୍ଯ୍ୟନ୍ତ ଦେଶ ଅଧିକାର କରିବେ, ସେମାନେ ଆମ୍ଭର ଗୌରବାର୍ଥେ ଆମ୍ଭର ରୋପିତ ଶାଖା ଓ ଆମ୍ଭର ହସ୍ତକୃତ କର୍ମ ଅଟନ୍ତି।


ଏହିରୂପେ ସେମାନେ ଇସ୍ରାଏଲ ସନ୍ତାନଗଣ ଉପରେ ଆମ୍ଭର ନାମ ରଖିବେ; ତହିଁରେ ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା।


“ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ ଓ ତୁମ୍ଭକୁ ରକ୍ଷା କରନ୍ତୁ;


କାରଣ ଯେ ତୁମ୍ଭମାନଙ୍କ ଅନ୍ତରରେ ଉତ୍ତମ କାର୍ଯ୍ୟ ଆରମ୍ଭ କରିଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁଙ୍କ ଦିନ ପର୍ଯ୍ୟନ୍ତ ତାହା ସାଧନ କରି ସିଦ୍ଧ କରିବେ, ଏହା ତ ମୁଁ ଦୃଢ଼ରୂପେ ବିଶ୍ୱାସ କରେ;


ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଈଶ୍ୱର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ୱାରା ସ୍ୱର୍ଗରେ ଆଶୀର୍ବାଦ କରିଅଛନ୍ତି,


କାରଣ ସୁନ୍ନତ କିମ୍ବା ଅସୁନ୍ନତ କିଛି ନୁହେଁ, କିନ୍ତୁ ନୂତନ ସୃଷ୍ଟି ହିଁ ସାର ।


ସେମାନେ ବୃଥା ପରିଶ୍ରମ କରିବେ ନାହିଁ, କିଅବା ବିପଦର ପାଇଁ ପ୍ରସବ କରିବେ ନାହିଁ; କାରଣ ସେମାନେ ଓ ସେମାନଙ୍କ ସଙ୍ଗେ ସେମାନଙ୍କ ସନ୍ତାନଗଣ, ସଦାପ୍ରଭୁଙ୍କ ଆଶୀର୍ବାଦ-ପାତ୍ରର ବଂଶ।


ମାତ୍ର ଏବେ ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଆମ୍ଭେମାନେ ମୃତ୍ତିକା, ତୁମ୍ଭେ ଆମ୍ଭମାନଙ୍କର କୁମ୍ଭକାର; ପୁଣି, ଆମ୍ଭେ ସମସ୍ତେ ତୁମ୍ଭର ହସ୍ତକୃତ କର୍ମ।


ସଦାପ୍ରଭୁ, ଇସ୍ରାଏଲର ଧର୍ମସ୍ୱରୂପ ଓ ତାହାର ନିର୍ମାଣକର୍ତ୍ତା ଏହି କଥା କହନ୍ତି, ଆଗାମୀ ଘଟଣାର ବିଷୟ ଆମ୍ଭକୁ ପଚାର; ତୁମ୍ଭେମାନେ ଆମ୍ଭ ସନ୍ତାନଗଣର ବିଷୟରେ ଓ ଆମ୍ଭ ହସ୍ତକୃତ କର୍ମ ବିଷୟରେ ଆମ୍ଭକୁ ଆଦେଶ ଦିଅ।


ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ; ସେ ଆମ୍ଭମାନଙ୍କୁ ନିର୍ମାଣ କରିଅଛନ୍ତି ଓ ଆମ୍ଭେମାନେ ତାହାଙ୍କର ଅଟୁ; ଆମ୍ଭେମାନେ ତାହାଙ୍କର ଲୋକ ଓ ତାହାଙ୍କ ଚରାସ୍ଥାନର ମେଷ।


ପୂର୍ବରେ ତୁମ୍ଭେମାନେ ପ୍ରଜା ବାଚ୍ୟ ନ ଥିଲ, କିନ୍ତୁ ଏବେ ଈଶ୍ୱରଙ୍କ ପ୍ରଜା ହୋଇଅଛ, ପୂର୍ବରେ ତୁମ୍ଭେମାନେ ଦୟା ପାଇ ନ ଥିଲ, ମାତ୍ର ଏବେ ଦୟା ପ୍ରାପ୍ତ ହୋଇଅଛ ।


କାରଣ ଆମ୍ଭେମାନେ ତାହାଙ୍କ ରଚନା, ଯେ ସମସ୍ତ ସତକାର୍ଯ୍ୟ ଆମ୍ଭେମାନେ କରିବୁ ବୋଲି ଈଶ୍ୱର ପୁର୍ବରୁ ପ୍ରସ୍ତୁତ କରିଥିଲେ, ଆଚରଣରେ ସେହି ସବୁ ସାଧନ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କଠାରେ ସୃଷ୍ଟ ।


କିମ୍ବା ଈଶ୍ୱର କି କେବଳ ଯିହୂଦୀମାନଙ୍କର ଈଶ୍ୱର ? ସେ କି ଅଣଯିହୂଦୀମାନଙ୍କର ମଧ୍ୟ ଈଶ୍ୱର ନୁହଁନ୍ତି ? ହଁ, ଅଣଯିହୂଦୀମାନଙ୍କର ମଧ୍ୟ ।


ଏଥିଉତ୍ତାରେ ଇସ୍ରାଏଲକୁ ଆଶୀର୍ବାଦ କରିବା ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ, ଏହା ଦେଖି ବିଲୀୟମ୍‍ ପୂର୍ବ ପରି ଗଣକତା ସାଧିବା ପାଇଁ ଗଲା ନାହିଁ, ମାତ୍ର ପ୍ରାନ୍ତର ଆଡ଼େ ଆପଣା ମୁଖ ରଖିଲା।


ସେହି ଦିନ ଇସ୍ରାଏଲ, ମିସର ଓ ଅଶୂରର ସଙ୍ଗେ ତୃତୀୟ ହୋଇ ପୃଥିବୀ ମଧ୍ୟରେ ଆଶୀର୍ବାଦର ପାତ୍ର ହେବ;


ଆଉ, ସେହି ଦିନରେ ଏକ ବୃହତ ତୂରୀ ବାଜିବ; ପୁଣି, ଅଶୂର ଦେଶରେ ନଷ୍ଟକଳ୍ପ ଓ ମିସର ଦେଶରେ ତାଡ଼ିତ ଲୋକମାନେ ଆସିବେ; ପୁଣି, ସେମାନେ ଯିରୂଶାଲମର ପବିତ୍ର ପର୍ବତରେ ସଦାପ୍ରଭୁଙ୍କୁ ପ୍ରଣାମ କରିବେ।


ସଦାପ୍ରଭୁ ଏହି କଥା କହନ୍ତି, “ମିସରର ପରିଶ୍ରମର, କୂଶର ବାଣିଜ୍ୟର ଫଳ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ; ସେମାନେ ତୁମ୍ଭର ପଶ୍ଚାଦ୍‍ଗାମୀ ହେବେ; ଶୃଙ୍ଖଳରେ ଆବଦ୍ଧ ହୋଇ ସେମାନେ ଆସିବେ; ପୁଣି, ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ନିଶ୍ଚୟ ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି; ତାହାଙ୍କ ବିନୁ ଆଉ କେହି ନାହିଁ, ଆଉ କେହି ପରମେଶ୍ୱର ନାହାନ୍ତି।”


ପୁଣି, ହେ ଯିହୁଦା-ବଂଶ ଓ ଇସ୍ରାଏଲ-ବଂଶ, ତୁମ୍ଭେମାନେ ନାନା ଗୋଷ୍ଠୀ ମଧ୍ୟରେ ଯେପରି ଅଭିଶାପ ସ୍ୱରୂପ ହୋଇଥିଲ, ସେପରି ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ଓ ତୁମ୍ଭେମାନେ ଆଶୀର୍ବାଦ ସ୍ୱରୂପ ହେବ। ଭୟ କର ନାହିଁ, ମାତ୍ର ତୁମ୍ଭମାନଙ୍କର ହସ୍ତ ସବଳ ହେଉ।


ହେ ସଦାପ୍ରଭୁ, ଆମ୍ଭମାନଙ୍କୁ ତୁମ୍ଭ ପଥରୁ କାହିଁକି ଭ୍ରାନ୍ତ କରାଉଅଛ ଓ ତୁମ୍ଭକୁ ଭୟ କରିବା ପ୍ରତି ଆମ୍ଭମାନଙ୍କ ଅନ୍ତଃକରଣକୁ କଠିନ କରାଉଅଛ ? ଆପଣା ଦାସମାନଙ୍କର, ଆପଣା ଅଧିକାର ସ୍ୱରୂପ ଗୋଷ୍ଠୀଗଣର ସକାଶୁ ଫେର।


ପୁଣି, ତୁମ୍ଭେମାନେ ଯେପରି ଫଳ ଓ ଅତ୍ୟୁତ୍ତମ ଦ୍ରବ୍ୟ ଭୋଜନ କରିବ, ଏଥିପାଇଁ ଆମ୍ଭେ ତୁମ୍ଭମାନଙ୍କୁ ଏକ ଅତି ଉର୍ବରା ଦେଶକୁ ଆଣିଲୁ; ମାତ୍ର ତୁମ୍ଭେମାନେ ପ୍ରବେଶ କରି ଆମ୍ଭ ଦେଶକୁ ଅଶୁଚି ଓ ଆମ୍ଭ ଅଧିକାରକୁ ଘୃଣାସ୍ପଦ କଲ।


ଯେ ଯାକୁବର ବାଣ୍ଟ ସ୍ୱରୂପ, ସେ ଏମାନଙ୍କ ପରି ନୁହନ୍ତି; କାରଣ ସେ ସର୍ବ ବସ୍ତୁର ନିର୍ମାଣକର୍ତ୍ତା ଓ ଇସ୍ରାଏଲ ବଂଶ ତାହାଙ୍କର ଅଧିକାର ସ୍ୱରୂପ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।


Swiv nou:

Piblisite


Piblisite