Biblia Todo Logo
Bib sou entènèt

- Piblisite -




ଯିଶାଇୟ 19:3 - ଓଡିଆ ବାଇବେଲ

3 ଆଉ, ମିସରର ଆତ୍ମା ତାହା ମଧ୍ୟରେ ଶୂନ୍ୟ କରାଯିବ ଓ ଆମ୍ଭେ ତାହାର ମନ୍ତ୍ରଣା ଗ୍ରାସ କରିବା; ତହିଁରେ ସେମାନେ ପ୍ରତିମା, ମୋହକ, ଭୂତୁଡ଼ିଆ ଓ ଗୁଣିଆମାନଙ୍କର ଅନ୍ଵେଷଣ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆଉ, ମିସରର ଆତ୍ମା ତାହା ମଧ୍ୟରେ ଶୂନ୍ୟ କରାଯିବ ଓ ଆମ୍ଭେ ତାହାର ମନ୍ତ୍ରଣା ଗ୍ରାସ କରିବା; ତହିଁରେ ସେମାନେ ପ୍ରତିମା ଓ ମୋହକ ଓ ଭୂତୁଡ଼ିଆ ଓ ଗୁଣିଆମାନଙ୍କର ଅନ୍ଵେଷଣ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ, ମିସରର ଆତ୍ମା ତାହା ମଧ୍ୟରେ ଶୂନ୍ୟ କରାଯିବ ଓ ଆମ୍ଭେ ତାହାର ମନ୍ତ୍ରଣା ଗ୍ରାସ କରିବା; ତହିଁରେ ସେମାନେ ପ୍ରତିମା, ମୋହକ, ଭୂତୁଡ଼ିଆ ଓ ଗୁଣିଆମାନଙ୍କର ଅନ୍ଵେଷଣ କରିବେ।

Gade chapit la Kopi

ପବିତ୍ର ବାଇବଲ

3 ମିଶରୀୟମାନେ ବିଭ୍ରାନ୍ତ ହେବେ। ସେମାନେ କ’ଣ କରିବେ ବୋଲି ପ୍ରତିମାମାନଙ୍କୁ ଓ ଗୁଣୀ ଜ୍ଞାନୀମାନଙ୍କୁ ପଗ୍ଭରିବେ। ଆଉ ମଧ୍ୟ ସେମାନେ ଯାକୁବର ଓ ଗୁଣିଆମାନଙ୍କର ପରାମର୍ଶ ନେବେ। ମାତ୍ର ସେମାନଙ୍କର ଉପଦେଶ ଅର୍ଥହୀନ ହେବ।”

Gade chapit la Kopi




ଯିଶାଇୟ 19:3
28 Referans Kwoze  

ପୁଣି, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ କହିବେ, ଯେଉଁ ଭୂତୁଡ଼ିଆ ଓ ଗୁଣିଆମାନେ ଗଣ ଗଣ ଓ ଫୁସ୍‍ ଫୁସ୍‍ କରି କହନ୍ତି, ସେମାନଙ୍କର ଅନ୍ଵେଷଣ କର; (ତୁମ୍ଭେମାନେ କୁହ) ଲୋକମାନେ କ’ଣ ଆପଣାମାନଙ୍କ ପରମେଶ୍ୱରଙ୍କ ଅନ୍ଵେଷଣ କରିବେ ନାହିଁ ? ସେମାନେ କ’ଣ ଜୀବିତମାନଙ୍କ ସପକ୍ଷରେ ମୃତମାନଙ୍କର ଅନ୍ଵେଷଣ କରିବେ ?


ତହୁଁ ରାଜାକୁ ତାହାର ସ୍ୱପ୍ନ ଜଣାଇବା ନିମନ୍ତେ ରାଜା ମନ୍ତ୍ରବେତ୍ତା, ଗଣକ, ମାୟାବୀ ଓ କଲ୍‍ଦୀୟମାନଙ୍କୁ ଡାକିବା ପାଇଁ ଆଜ୍ଞା ଦେଲା। ଏଥିରେ ସେମାନେ ଆସି ରାଜାର ସମ୍ମୁଖରେ ଠିଆ ହେଲେ।


ଏହିରୂପେ ଶାଉଲ ସଦାପ୍ରଭୁଙ୍କ ବିରୁଦ୍ଧରେ କୃତ ଆପଣା ଅବିଶ୍ବସ୍ତତା ସକାଶୁ ମଲେ, କାରଣ ସେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ ନାହିଁ; ମଧ୍ୟ ସେ ଭୂତୁଡ଼ିଆଠାରୁ ମନ୍ତ୍ରଣା ମାଗି ସଦାପ୍ରଭୁଙ୍କୁ ପଚାରିଲେ ନାହିଁ।


ରାଜା ଗଣକ, କଲ୍‍ଦୀୟ ଓ ଶୁଭାଶୁଭବାଦୀମାନଙ୍କୁ ଆଣିବା ପାଇଁ ଉଚ୍ଚସ୍ୱର କରି ଡାକିଲା। ରାଜା ବାବିଲୀୟ ବିଦ୍ୱାନ୍‍ମାନଙ୍କୁ କହିଲା, ଯେକେହି ଏହି ଲେଖା ପଢ଼ିବ ଓ ତହିଁର ଅର୍ଥ ମୋତେ ଜଣାଇବ, ସେ ବାଇଗଣିଆ ରଙ୍ଗ ବସନରେ ବସ୍ତ୍ରାନ୍ୱିତ ହେବ ଓ ତାହାର କଣ୍ଠରେ ସୁବର୍ଣ୍ଣର ହାର ଦିଆଯିବ, ଆଉ ସେ ରାଜ୍ୟରେ ତୃତୀୟ କର୍ତ୍ତା ହେବ।


ଯେଉଁ ଦିନ ଆମ୍ଭେ ତୁମ୍ଭଠାରୁ ନିକାଶ ନେବା, ସେହି ଦିନ ତୁମ୍ଭ ଅନ୍ତଃକରଣ କି ସହି ପାରିବ, ଅବା ତୁମ୍ଭର ହସ୍ତ କି ସବଳ ହୋଇ ପାରିବ ? ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ଓ ଏହା ସିଦ୍ଧ କରିବା।


ଆଉ, ତୁମ୍ଭେ କାହିଁକି ଦୀର୍ଘ ନିଃଶ୍ୱାସ ଛାଡ଼ୁଅଛ ? ଏ କଥା ଯଦି ସେମାନେ ତୁମ୍ଭକୁ ପଚାରିବେ, ତେବେ ତୁମ୍ଭେ କହିବ, ସମ୍ବାଦ ସକାଶେ, କାରଣ ତାହା ଆସୁଅଛି; ତହିଁରେ ପ୍ରତ୍ୟେକ ହୃଦୟ ତରଳି ଯିବ ଓ ସକଳ ହସ୍ତ ଦୁର୍ବଳ ହେବ, ପ୍ରତ୍ୟେକ ମନ କ୍ଳାନ୍ତ ହେବ ଓ ସମସ୍ତ ଆଣ୍ଠୁ ଜଳ ପରି ହେବ; ଦେଖ, ତାହା ଆସୁଅଛି ଓ ତାହା ସିଦ୍ଧ ହେବ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


ତୁମ୍ଭର ବଳବାନ ଲୋକମାନେ କାହିଁକି ଭାସିଗଲେ ? ସେମାନେ ସ୍ଥିର ରହି ପାରିଲେ ନାହିଁ, କାରଣ ସଦାପ୍ରଭୁ ସେମାନଙ୍କୁ ତଡ଼ି ଦେଲେ।”


କାରଣ ଆମ୍ଭେ ସର୍ବଦା ବିରୋଧ କରିବା ନାହିଁ, ଅଥବା ନିରନ୍ତର କ୍ରୋଧ କରିବା ନାହିଁ; କଲେ, ଆତ୍ମା ଓ ଆମ୍ଭ ନିର୍ମିତ ପ୍ରାଣୀସକଳ ଆମ୍ଭ ସମ୍ମୁଖରେ କ୍ଷୀଣ ହେବେ।


ତୁମ୍ଭେ ବାଲ୍ୟ କାଳରୁ ଆପଣାର ଯେଉଁ ମାୟାବୀତ୍ୱ ଓ ଅପାର ଗଣକତାରେ ପରିଶ୍ରମ କରି ଆସିଅଛ, ଏବେ ତାହା ଅବଲମ୍ବନ କର। କେଜାଣି ଅବା ତୁମ୍ଭେ ଉପକାର ପାଇ ପାରିବ, କେଜାଣି ଅବା ତୁମ୍ଭେ ଜୟଯୁକ୍ତ ହୋଇ ପାରିବ।


ଆମ୍ଭେ ମିଥ୍ୟାବାଦୀମାନଙ୍କର (ଦତ୍ତ) ଲକ୍ଷଣସବୁ ବିଫଳ କରୁ ଓ ମନ୍ତ୍ରଜ୍ଞମାନଙ୍କୁ ଉନ୍ମତ୍ତ କରୁ; ଆମ୍ଭେ ଜ୍ଞାନୀମାନଙ୍କୁ ପଛକୁ ହଟାଇ ଦେଉ ଓ ସେମାନଙ୍କର ଜ୍ଞାନ ମୂର୍ଖତା କରୁ;


ମିସର ବିଷୟକ ଭବିଷ୍ୟତ ବାଣୀ। ଦେଖ, ସଦାପ୍ରଭୁ ଦ୍ରୁତଗାମୀ ମେଘରେ ଆରୋହଣ କରି ମିସରକୁ ଆସୁଅଛନ୍ତି; ପୁଣି, ତାହାଙ୍କ ଛାମୁରେ ମିସରର ପ୍ରତିମାଗଣ କମ୍ପାନ୍ୱିତ ହେବେ ଓ ମିସରର ହୃଦୟ ତାହାର ମଧ୍ୟରେ ତରଳି ଯିବ।


ସେ ରୋଦନ କରିବା ପାଇଁ ବୈଥତ୍‍କୁ ଓ ଦୀବୋନ୍‍କୁ, ଉଚ୍ଚସ୍ଥଳୀକୁ ଯାଇଅଛି; ନବୋ ଓ ମେଦବାର ବିଷୟରେ ମୋୟାବ ହାହାକାର କରୁଅଛି; ସେହି ସମସ୍ତଙ୍କର ମସ୍ତକ ମୁଣ୍ଡନ ହୋଇଅଛି, ପ୍ରତ୍ୟେକର ଦାଢ଼ି କଟା ହୋଇଅଛି।


କାରଣ ସୈନ୍ୟାଧିପତି ସଦାପ୍ରଭୁ ମନ୍ତ୍ରଣା କରିଅଛନ୍ତି, ଆଉ ତାହା କିଏ ଅନ୍ୟଥା କରିବ ? ଓ ତାହାଙ୍କର ହସ୍ତ ବିସ୍ତାରିତ ହୋଇଅଛି, ଆଉ କିଏ ତାହା ଫେରାଇବ ?


ସଦାପ୍ରଭୁଙ୍କ ବିରୁଦ୍ଧରେ କୌଣସି ଜ୍ଞାନ କିମ୍ବା ବୁଦ୍ଧି କିମ୍ବା ମନ୍ତ୍ରଣା ନାହିଁ।


ସେମାନେ ମତ୍ତଲୋକ ପରି ଏଣେତେଣେ ଦୋହଲି ଢଳି ପଡ଼ନ୍ତି ଓ ସେମାନଙ୍କ ବୁଦ୍ଧି ହଜିଯାଏ।


ସେ ଅଧିପତିମାନଙ୍କ ଗର୍ବ ଖର୍ବ କରନ୍ତି; ସେ ଭୂପତିମାନଙ୍କ ପ୍ରତି ଭୟଙ୍କର ଅଟନ୍ତି।


ଏଉତ୍ତାରେ ଅହୀଥୋଫଲ ଆପଣା ମନ୍ତ୍ରଣାନୁସାରେ କର୍ମ କରା ନ ଯିବାର ଦେଖି ଆପଣା ଗର୍ଦ୍ଦଭ ସଜାଇ ଉଠି ନିଜ ଗୃହ ଓ ନିଜ ନଗରକୁ ଗଲା ଓ ଆପଣା ଗୃହ ସମସ୍ତ ବିଷୟ ସଜାଡ଼ି ଆପଣାକୁ ଫାଶୀ ଦେଲା; ଏରୂପେ ସେ ମଲା, ପୁଣି ଆପଣା ପିତାର କବରରେ କବର ପାଇଲା।


ତହିଁରେ ଅବଶାଲୋମ ଓ ସମୁଦାୟ ଇସ୍ରାଏଲ ଲୋକ କହିଲେ, “ଅହୀଥୋଫଲର ମନ୍ତ୍ରଣା ଅପେକ୍ଷା ଅର୍କୀୟ ହୂଶୟର ମନ୍ତ୍ରଣା ଉତ୍ତମ।” ଯେହେତୁ ସଦାପ୍ରଭୁ ଅବଶାଲୋମ ପ୍ରତି ଅମଙ୍ଗଳ ଘଟାଇବା ଅଭିପ୍ରାୟରେ ଅହୀଥୋଫଲର ଉତ୍ତମ ମନ୍ତ୍ରଣା ବ୍ୟର୍ଥ କରିବା ପାଇଁ ସ୍ଥିର କରିଥିଲେ।


ଏଥି ମଧ୍ୟରେ ଜଣେ ଦାଉଦଙ୍କୁ କହିଲା, “ଅବଶାଲୋମ ସଙ୍ଗେ ଚକ୍ରାନ୍ତକାରୀମାନଙ୍କ ମଧ୍ୟରେ ଅହୀଥୋଫଲ ଅଛି। ତହିଁରେ ଦାଉଦ କହିଲେ, ହେ ସଦାପ୍ରଭୁ, ବିନୟ କରୁଅଛି, ଅହୀଥୋଫଲର ମନ୍ତ୍ରଣାକୁ ମୂର୍ଖତା କର।”


ମାତ୍ର ପ୍ରାତଃକାଳରେ ନାବଲର ମତ୍ତତା ତୁଟନ୍ତେ, ତାହାର ଭାର୍ଯ୍ୟା ତାହାକୁ ସେହିସବୁ କଥା ଜଣାଇଲା; ତହିଁରେ ତାହାର ହୃଦୟ ତାହା ଅନ୍ତରରେ ମରିଗଲା ଓ ସେ ପଥର ପରି ହୋଇଗଲା।


ସଦାପ୍ରଭୁ ଗୋଷ୍ଠୀୟମାନଙ୍କର ମନ୍ତ୍ରଣା ବ୍ୟର୍ଥ କରନ୍ତି; ସେ ଜନବୃନ୍ଦର ସଂକଳ୍ପସବୁ ବିଫଳ କରନ୍ତି।


ଆଉ, ଜ୍ଞାନ ଓ ବୁଦ୍ଧି ସମ୍ବନ୍ଧୀୟ ଯେଉଁ କୌଣସି କଥା ରାଜା ସେମାନଙ୍କୁ ପଚାରିଲେ, ସେହି ସକଳ ବିଷୟରେ ସେ ଆପଣାର ସମଗ୍ର ରାଜ୍ୟସ୍ଥ ଯାବତୀୟ ମନ୍ତ୍ରବେତ୍ତା ଓ ଗଣକ ଅପେକ୍ଷା ସେମାନଙ୍କର ବିଜ୍ଞତା ଦଶଗୁଣ ଅଧିକ ଦେଖିଲା।


ପୁଣି ଅହସୀୟ ଶମରୀୟାସ୍ଥ ଆପଣା ଉପରିସ୍ଥ କୋଠରିର ଝରକା ଦେଇ ପଡ଼ି ପୀଡ଼ିତ ହେଲେ; ଆଉ ସେ ଦୂତଗଣ ପଠାଇ ସେମାନଙ୍କୁ କହିଲେ, “ଯାଅ, ଏହି ପୀଡ଼ାରୁ ମୁଁ ସୁସ୍ଥ ହେବି କି ନାହିଁ, ଏହା ଇକ୍ରୋଣର ଦେବତା ବାଲ୍‍ସବୂବକୁ ପଚାର।”


Swiv nou:

Piblisite


Piblisite