Biblia Todo Logo
Bib sou entènèt

- Piblisite -




ଯିଶାଇୟ 2:6 - ଓଡିଆ ବାଇବେଲ

6 କାରଣ ତୁମ୍ଭେ ଆପଣା ଲୋକ ଯାକୁବ ବଂଶକୁ ପରିତ୍ୟାଗ କରିଅଛ, ଯେହେତୁ ସେମାନେ ପୂର୍ବଦେଶୀୟ ଆଚାରରେ ପରିପୂର୍ଣ୍ଣ ଓ ପଲେଷ୍ଟୀୟମାନଙ୍କ ନ୍ୟାୟ ଗଣକ ହୋଇଅଛନ୍ତି, ପୁଣି, ସେମାନେ ବିଦେଶୀୟ ସନ୍ତାନଗଣ ସହିତ ହସ୍ତ ତାଳି ଦିଅନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 କାରଣ ତୁମ୍ଭେ ଆପଣା ଲୋକ ଯାକୁବ ବଂଶକୁ ପରିତ୍ୟାଗ କରିଅଛ, ଯେହେତୁ ସେମାନେ ପୂର୍ବଦେଶୀୟ ଆଚାରରେ ପରିପୂର୍ଣ୍ଣ ଓ ପଲେଷ୍ଟୀୟମାନଙ୍କ ନ୍ୟାୟ ଗଣକ ହୋଇଅଛନ୍ତି, ପୁଣି ସେମାନେ ବିଦେଶୀୟ ସନ୍ତାନ-ଗଣ ସହିତ ହସ୍ତ ତାଳି ଦିଅନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କାରଣ ତୁମ୍ଭେ ଆପଣା ଲୋକ ଯାକୁବ ବଂଶକୁ ପରିତ୍ୟାଗ କରିଅଛ, ଯେହେତୁ ସେମାନେ ପୂର୍ବଦେଶୀୟ ଆଚାରରେ ପରିପୂର୍ଣ୍ଣ ଓ ପଲେଷ୍ଟୀୟମାନଙ୍କ ନ୍ୟାୟ ଗଣକ ହୋଇଅଛନ୍ତି, ପୁଣି, ସେମାନେ ବିଦେଶୀୟ ସନ୍ତାନଗଣ ସହିତ ହସ୍ତ ତାଳି ଦିଅନ୍ତି।

Gade chapit la Kopi

ପବିତ୍ର ବାଇବଲ

6 ମୁଁ ଏହା କହୁଛି, କାରଣ ତୁମ୍ଭେମାନେ ଯାକୁବ ବଂଶକୁ ପରିତ୍ୟାଗ କରିଛ। ତୁମ୍ଭେମାନେ ସେହି ଲୋକ ଯେଉଁମାନେ କି ପୂର୍ବଦେଶୀୟମାନଙ୍କ ଆଗ୍ଭରରେ ପରିପୂର୍ଣ୍ଣ। ତୁମ୍ଭେମାନେ ପଲେଷ୍ଟୀୟମାନଙ୍କ ପରି ଭବିଷ୍ୟ‌ଦ୍‌ବାଣୀ କହିବାକୁ ଚେଷ୍ଟା କରିବ। ତୁମ୍ଭର ଲୋକମାନେ ବିଦେଶୀୟମାନଙ୍କର ସେହି ଭ୍ରାନ୍ତ ଧାରଣାକୁ ସମ୍ପୂର୍ଣ୍ଣଭାବରେ ଗ୍ରହଣ କରି ନେଇଛନ୍ତି।

Gade chapit la Kopi




ଯିଶାଇୟ 2:6
31 Referans Kwoze  

ଭଲ କଥା, ସେମାନଙ୍କର ଅବିଶ୍ୱାସ ହେତୁ ସେମାନେ ଉଚ୍ଛିନ୍ନ ହେଲେ, ଆଉ ବିଶ୍ୱାସ ହେତୁ ତୁମ୍ଭେ ସ୍ଥାନ ପ୍ରାପ୍ତ ହୋଇଅଛ । ଗର୍ବିତମନା ହୁଅ ନାହିଁ, କିନ୍ତୁ ଭୟ କର;


ପୁଣି ଅହସୀୟ ଶମରୀୟାସ୍ଥ ଆପଣା ଉପରିସ୍ଥ କୋଠରିର ଝରକା ଦେଇ ପଡ଼ି ପୀଡ଼ିତ ହେଲେ; ଆଉ ସେ ଦୂତଗଣ ପଠାଇ ସେମାନଙ୍କୁ କହିଲେ, “ଯାଅ, ଏହି ପୀଡ଼ାରୁ ମୁଁ ସୁସ୍ଥ ହେବି କି ନାହିଁ, ଏହା ଇକ୍ରୋଣର ଦେବତା ବାଲ୍‍ସବୂବକୁ ପଚାର।”


ତୁମ୍ଭେ କାହିଁକି ଚିର କାଳ ଆମ୍ଭମାନଙ୍କୁ ପାସୋରୁ ଅଛ, ଆଉ ଏତେ ଦୀର୍ଘ କାଳ ଅାମ୍ଭମାନଙ୍କୁ ପରିତ୍ୟାଗ କରୁଅଛ ?


ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କର ବ୍ୟବହାର ଶିଖ ନାହିଁ, ଆକାଶର ଓ ନାନା ଚିହ୍ନରେ ଭୀତ ହୁଅ ନାହିଁ, କାରଣ ଅନ୍ୟ ଦେଶୀୟମାନେ ତହିଁରେ ଭୀତ ହୁଅନ୍ତି।”


ପୁଣି, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ କହିବେ, ଯେଉଁ ଭୂତୁଡ଼ିଆ ଓ ଗୁଣିଆମାନେ ଗଣ ଗଣ ଓ ଫୁସ୍‍ ଫୁସ୍‍ କରି କହନ୍ତି, ସେମାନଙ୍କର ଅନ୍ଵେଷଣ କର; (ତୁମ୍ଭେମାନେ କୁହ) ଲୋକମାନେ କ’ଣ ଆପଣାମାନଙ୍କ ପରମେଶ୍ୱରଙ୍କ ଅନ୍ଵେଷଣ କରିବେ ନାହିଁ ? ସେମାନେ କ’ଣ ଜୀବିତମାନଙ୍କ ସପକ୍ଷରେ ମୃତମାନଙ୍କର ଅନ୍ଵେଷଣ କରିବେ ?


ହେ ମୋହର ପୁତ୍ର, ଯଦି ତୁମ୍ଭେ ଆପଣା ପ୍ରତିବାସୀର ବନ୍ଧକ ହୋଇଥାଅ, ଯଦି ପର ପାଇଁ ହାତ ଦେଇଥାଅ,


ମାତ୍ର ଅନ୍ୟ ଦେଶୀୟମାନଙ୍କ ସଙ୍ଗେ ମିଶ୍ରିତ ହେଲେ ଓ ସେମାନଙ୍କ କ୍ରିୟାସବୁ ଶିଖିଲେ।


ସେହି ସମୟରେ ମଧ୍ୟ ଯେଉଁ ଯିହୁଦୀୟମାନେ ଅସ୍‍ଦୋଦ, ଅମ୍ମୋନ ଓ ମୋୟାବ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନଙ୍କୁ ମୁଁ ଦେଖିଲି;


ଏଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ଯିହୋୟାଦା ଯାଜକର ପୁତ୍ର ଜିଖରୀୟ ଉପରେ ଅଧିଷ୍ଠାନ କଲେ, ତହିଁରେ ସେ ଲୋକମାନଙ୍କ ମଧ୍ୟରେ ଉଚ୍ଚ ସ୍ଥାନରେ ଠିଆ ହୋଇ ସେମାନଙ୍କୁ କହିଲା, ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କର ଆଜ୍ଞାସବୁ ଲଙ୍ଘନ କରୁଅଛ ? ଏଥିରେ କୃତକାର୍ଯ୍ୟ ନୋହିବ। ତୁମ୍ଭେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବାରୁ ସେ ମଧ୍ୟ ତୁମ୍ଭମାନଙ୍କୁ ପରିତ୍ୟାଗ କରିଅଛନ୍ତି।


ତହୁଁ ସେ ଆସାଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ କହିଲା, “ହେ ଆସା ଓ ସମଗ୍ର ଯିହୁଦା ଓ ବିନ୍ୟାମୀନ୍, ତୁମ୍ଭେମାନେ ମୋ’ କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ସଙ୍ଗେ ଥିବା ଯାଏ ସେ ତୁମ୍ଭମାନଙ୍କ ସଙ୍ଗେ ଅଛନ୍ତି; ଯଦି ତୁମ୍ଭେମାନେ ତାହାଙ୍କ ଅନ୍ୱେଷଣ କରିବ, ତେବେ ତୁମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ତେବେ ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।


ଏହିରୂପେ ଶାଉଲ ସଦାପ୍ରଭୁଙ୍କ ବିରୁଦ୍ଧରେ କୃତ ଆପଣା ଅବିଶ୍ବସ୍ତତା ସକାଶୁ ମଲେ, କାରଣ ସେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ ନାହିଁ; ମଧ୍ୟ ସେ ଭୂତୁଡ଼ିଆଠାରୁ ମନ୍ତ୍ରଣା ମାଗି ସଦାପ୍ରଭୁଙ୍କୁ ପଚାରିଲେ ନାହିଁ।


ତହୁଁ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବାଲାକ ଅରାମଠାରୁ, ମୋୟାବର ରାଜା ପୂର୍ବ ଦିଗସ୍ଥିତ ପର୍ବତ-ଶ୍ରେଣୀରୁ ମୋତେ ଆଣିଅଛି; ଆସ, ଆମ୍ଭ ନିମନ୍ତେ ଯାକୁବକୁ ଅଭିଶାପ ଦିଅ; ପୁଣି, ଆସ, ଇସ୍ରାଏଲକୁ ଅଭିଶପ୍ତ କର।”


ଆଉ, ଯେଉଁ ପ୍ରାଣୀ ବ୍ୟଭିଚାର କରିବାକୁ ଭୂତୁଡ଼ିଆ ଓ ଗୁଣିଆ ଲୋକର ପଶ୍ଚାଦ୍‍ଗାମୀ ହୁଏ, ଆମ୍ଭେ ସେହି ପ୍ରାଣୀ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା।


ତୁମ୍ଭେମାନେ ଭୂତୁଡ଼ିଆ କି ଗୁଣିଆମାନଙ୍କର ଅନୁସରଣ କର ନାହିଁ; ସେମାନଙ୍କ ଦ୍ୱାରା ଅପବିତ୍ର ହେବା ନିମନ୍ତେ ସେମାନଙ୍କର ଅନ୍ୱେଷଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଟୁ।


କିଅବା ତୁମ୍ଭେ ଆପଣା ପୁତ୍ରମାନଙ୍କ ନିମନ୍ତେ ସେମାନଙ୍କ କନ୍ୟାଗଣକୁ ଗ୍ରହଣ କଲେ, ସେମାନଙ୍କ କନ୍ୟାଗଣ ନିଜ ଦେବଗଣର ଅନୁଗାମିନୀ ହୋଇ ତୁମ୍ଭ ପୁତ୍ରଗଣକୁ ଆପଣାମାନଙ୍କ ଦେବଗଣର ଅନୁଗାମୀ କରି ବ୍ୟଭିଚାର କରାଇବେ।


ତୁମ୍ଭେ ମାୟାବିନୀକୁ ଜୀବିତା ରଖିବ ନାହିଁ।


ଏଥିରେ ପଲେଷ୍ଟୀୟମାନେ ଯାଜକମାନଙ୍କୁ ଓ ମନ୍ତ୍ରଜ୍ଞମାନଙ୍କୁ ଡକାଇ କହିଲେ, ସଦାପ୍ରଭୁଙ୍କ ସିନ୍ଦୁକ ବିଷୟରେ ଆମ୍ଭେମାନେ କଅଣ କରିବା, କି ଦେଇ ଆମ୍ଭେମାନେ ତାହା ସ୍ୱସ୍ଥାନକୁ ପଠାଇବା ? ଏହା ଆମ୍ଭମାନଙ୍କୁ ଜଣାଅ।


ହେ ପଲେଷ୍ଟୀୟେ, ଯେଉଁ ଦଣ୍ଡ ତୁମ୍ଭକୁ ପ୍ରହାର କଲା, ତାହା ଭଗ୍ନ ହୋଇଅଛି ବୋଲି ତୁମ୍ଭେ ସମସ୍ତେ ଆନନ୍ଦ କର ନାହିଁ; କାରଣ ସର୍ପର ମୂଳରୁ କାଳସର୍ପ ଉତ୍ପନ୍ନ ହେବ ଓ ଅଗ୍ନିମୟ ଉଡ଼ନ୍ତା ସର୍ପ ତାହାର ଫଳ ହେବ।


ଆମ୍ଭେ ଆପଣା ଗୃହ ତ୍ୟାଗ କରିଅଛୁ, ଆମ୍ଭେ ଆପଣା ଅଧିକାର ଛାଡ଼ି ଦେଇଅଛୁ; ଆମ୍ଭେ ଆପଣା ପ୍ରାଣର ପ୍ରିୟତମାକୁ ତାହାର ଶତ୍ରୁମାନଙ୍କ ହସ୍ତରେ ସମର୍ପି ଦେଇଅଛୁ।


ପୁଣି, ଆମ୍ଭେ ତୁମ୍ଭ ହସ୍ତରୁ ମାୟାବୀତ୍ୱ ଉଚ୍ଛିନ୍ନ କରିବା ଓ ଗଣକମାନେ ତୁମ୍ଭ ମଧ୍ୟରେ ଆଉ ନ ଥିବେ;


ପୁଣି, ସଦାପ୍ରଭୁଙ୍କର ସେହି ଯଜ୍ଞ ଦିନ ଆମ୍ଭେ ଅଧିପତିଗଣକୁ ଓ ରାଜପୁତ୍ରଗଣକୁ ଓ ବିଦେଶୀୟ ବସ୍ତ୍ରରେ ବସ୍ତ୍ରାନ୍ୱିତ ସମସ୍ତଙ୍କୁ ଦଣ୍ଡ ଦେବା।


ଏଣୁ ସଦାପ୍ରଭୁ ସମୁଦାୟ ଇସ୍ରାଏଲ ବଂଶକୁ ଅଗ୍ରାହ୍ୟ କଲେ ଓ ସେମାନଙ୍କୁ କ୍ଳେଶ ଦେଲେ ଓ ଆପଣା ଦୃଷ୍ଟିରୁ ସେମାନଙ୍କୁ ଦୂର ନ କରିବା ପର୍ଯ୍ୟନ୍ତ ଲୁଟକାରୀମାନଙ୍କ ହସ୍ତରେ ସମର୍ପଣ କଲେ।


ପୁଣି, ଆମ୍ଭେ ତୁମ୍ଭ ଦେଶର ନଗରସବୁ ଉଚ୍ଛିନ୍ନ କରିବା ଓ ତୁମ୍ଭର ଦୃଢ଼ ଦୁର୍ଗସବୁ ଭାଙ୍ଗି ପକାଇବା;


Swiv nou:

Piblisite


Piblisite