Biblia Todo Logo
Bib sou entènèt

- Piblisite -




ଯିଶାଇୟ 21:17 - ଓଡିଆ ବାଇବେଲ

17 ଆଉ, କେଦାର ବଂଶୀୟ ବୀରଗଣ ମଧ୍ୟରେ ଅଳ୍ପସଂଖ୍ୟକ ଧନୁର୍ଦ୍ଧାରୀ ଅବଶିଷ୍ଟ ରହିବେ” କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହା କହିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଆଉ, କେଦରବଂଶୀୟ ବୀରଗଣ ମଧ୍ୟରେ ଅଳ୍ପସଂଖ୍ୟକ ଧନୁର୍ଦ୍ଧର ଅବଶିଷ୍ଟ ରହିବେ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହା କହିଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଆଉ, କେଦାର ବଂଶୀୟ ବୀରଗଣ ମଧ୍ୟରେ ଅଳ୍ପସଂଖ୍ୟକ ଧନୁର୍ଦ୍ଧାରୀ ଅବଶିଷ୍ଟ ରହିବେ କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହା କହିଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ

17 ସେହି ସମୟରେ କେଦରର ବୀରଗଣ ମଧ୍ୟରୁ ଅଳ୍ପ କେତେକ ଧନୁର୍ଦ୍ଧର ରକ୍ଷା ପାଇବେ।” କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହା କହିଅଛନ୍ତି।

Gade chapit la Kopi




ଯିଶାଇୟ 21:17
12 Referans Kwoze  

ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହିସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ ? ତେବେ ସେମାନେ ଫେରି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।”


ମାତ୍ର ଯଦି ତୁମ୍ଭେମାନେ ଅସମ୍ମତ ଓ ବିରୁଦ୍ଧାଚାରୀ ହେବ, ତେବେ ଖଡ୍ଗଭୁକ୍ତ ହେବ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି।


ପରମେଶ୍ୱର ମନୁଷ୍ୟ ନୁହଁନ୍ତି ଯେ, ସେ ମିଥ୍ୟା କହିବେ; କିଅବା ସେ ମନୁଷ୍ୟର ସନ୍ତାନ ନୁହଁନ୍ତି ଯେ, ସେ ଅନୁତାପ କରିବେ; ସେ କହିଅଛନ୍ତି, ଆଉ ସେ କି ତାହା କରିବେ ନାହିଁ ? ସେ କହିଅଛନ୍ତି, ଆଉ ତାହା କି ସେ ସିଦ୍ଧ କରିବେ ନାହିଁ ?


ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ ।


ପୁଣି, ସଦାପ୍ରଭୁ କହନ୍ତି, “ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦଣ୍ଡ ଦେବା ଓ ତାହା ତୁମ୍ଭମାନଙ୍କ ପ୍ରତି ଚିହ୍ନ ସ୍ୱରୂପ ହେବ, ତହିଁରେ ତୁମ୍ଭମାନଙ୍କର ଅମଙ୍ଗଳ ନିମନ୍ତେ ଆମ୍ଭର ବାକ୍ୟ ଯେ ନିଶ୍ଚୟ ଅଟଳ ହେବ, ଏହା ତୁମ୍ଭେମାନେ ଜାଣିବ।”


ପୁନର୍ବାର ସେମାନେ ଉପଦ୍ରବ, ବିପଦ ଓ ଶୋକ ଦ୍ୱାରା ନ୍ୟୁନୀକୃତ ଓ ଅବନତ ହୁଅନ୍ତି।


ବାବିଲର ରାଜା ନବୂଖଦ୍‍ନିତ୍ସର ଦ୍ୱାରା ପରାଜିତ କେଦାରର ଓ ହାସୋର ରାଜ୍ୟସମୂହର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଉଠି କେଦାରକୁ ଯାଅ ଓ ପୂର୍ବଦେଶୀୟ ସନ୍ତାନଗଣର ସର୍ବସ୍ୱ ହରଣ କର।


ତଥାପି ସେ ମଧ୍ୟ ଜ୍ଞାନବାନ ଓ ସେ ଅମଙ୍ଗଳ ଘଟାଇବେ, ପୁଣି, ଆପଣା ବାକ୍ୟ ଅନ୍ୟଥା କରିବେ ନାହିଁ; ମାତ୍ର ସେ କୁକ୍ରିୟାକାରୀମାନଙ୍କ ବଂଶର ପ୍ରତିକୂଳରେ ଓ ଅଧର୍ମାଚାରୀମାନଙ୍କ ସହାୟଗଣର ପ୍ରତିକୂଳରେ ଉଠିବେ।


ତୁମ୍ଭେମାନେ ସଦାପ୍ରଭୁଙ୍କ ନଳାକାର ପୁସ୍ତକରୁ ଅନୁସନ୍ଧାନ କରି ପାଠ କର; ଏମାନଙ୍କ ମଧ୍ୟରୁ କେହି ଅନୁପସ୍ଥିତ ହେବ ନାହିଁ, କେହି ଆପଣା ସଙ୍ଗିନୀବିହୀନ ହେବ ନାହିଁ; କାରଣ ମୋ’ ମୁଖ ଦ୍ୱାରା ସେ ଏହା ଆଜ୍ଞା କରିଅଛନ୍ତି ଓ ତାହାଙ୍କର ଆତ୍ମା ସେମାନଙ୍କୁ ସଂଗ୍ରହ କରିଅଛି।


ଆମ୍ଭେ ଆପଣା ନାମ ନେଇ ଶପଥ କରିଅଛୁ ଓ ଧର୍ମମୟ ବାକ୍ୟ ଆମ୍ଭ ମୁଖରୁ ନିର୍ଗତ ହୋଇଅଛି, ତାହା ଅନ୍ୟଥା ହେବ ନାହିଁ, ଆମ୍ଭ ଛାମୁରେ ପ୍ରତ୍ୟେକ ଆଣ୍ଠୁ ନତ ହେବ, ପ୍ରତ୍ୟେକ ଜିହ୍ୱା ଶପଥ କରିବ।


Swiv nou:

Piblisite


Piblisite