Biblia Todo Logo
Bib sou entènèt

- Piblisite -




ଯିଶାଇୟ 22:2 - ଓଡିଆ ବାଇବେଲ

2 ହେ ଆନନ୍ଦ ଧ୍ୱନିପୂର୍ଣ୍ଣେ, କୋଳାହଳଯୁକ୍ତେ ନଗରୀ, ଉଲ୍ଲାସପ୍ରିୟେ ପୁରୀ; ତୁମ୍ଭର ହତ ଲୋକମାନେ ଖଡ୍ଗରେ ହତ ହୋଇ ନାହାନ୍ତି, କିଅବା ସେମାନେ ଯୁଦ୍ଧରେ ମରି ନାହାନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ହେ ଆନନ୍ଦ ଧ୍ଵନିପୂର୍ଣ୍ଣେ, କୋଳାହଳଯୁକ୍ତେ ନଗରୀ, ଉଲ୍ଲାସପ୍ରିୟେ ପୁରୀ; ତୁମ୍ଭର ହତ ଲୋକମାନେ ଖଡ଼୍‍ଗରେ ହତ ହୋଇ ନାହାନ୍ତି, କିଅବା ସେମାନେ ଯୁଦ୍ଧରେ ମରି ନାହାନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ହେ ଆନନ୍ଦ ଧ୍ୱନିପୂର୍ଣ୍ଣେ, କୋଳାହଳଯୁକ୍ତେ ନଗରୀ, ଉଲ୍ଲାସପ୍ରିୟେ ପୁରୀ; ତୁମ୍ଭର ହତ ଲୋକମାନେ ଖଡ୍ଗରେ ହତ ହୋଇ ନାହାନ୍ତି, କିଅବା ସେମାନେ ଯୁଦ୍ଧରେ ମରି ନାହାନ୍ତି।

Gade chapit la Kopi

ପବିତ୍ର ବାଇବଲ

2 ହେ ଆନନ୍ଦ ଧ୍ୱନିପୂର୍ଣ୍ଣ, କୋଳାହଳ ପୂର୍ଣ୍ଣ, ଉଲ୍ଲସିତ ନଗରୀ, ତୁମ୍ଭର ଲୋକେ ‌‌ଖ‌ଡ଼୍‌ଗରେ ନିହତ ହୋଇ ନାହାନ୍ତି କିମ୍ବା ଯୁଦ୍ଧରେ ମରି ନାହାନ୍ତି।

Gade chapit la Kopi




ଯିଶାଇୟ 22:2
16 Referans Kwoze  

ମୋ’ ଲୋକମାନଙ୍କ ଭୂମି କଣ୍ଟକ ଓ କାନକୋଳି ବୃକ୍ଷମୟ ହେବ; ହଁ, ଉଲ୍ଲାସପ୍ରିୟ ନଗରର ଯାବତୀୟ ଆନନ୍ଦ-ଗୃହ ତାହା ହିଁ ହେବ;


ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, ତୁମ୍ଭେ କାହା ପ୍ରତି ଏପ୍ରକାର ବ୍ୟବହାର କରିଅଛ ? ସ୍ତ୍ରୀଲୋକେ କି ଆପଣା ଗର୍ଭଫଳକୁ, ହସ୍ତରେ ଲାଳିତ ଶିଶୁମାନଙ୍କୁ ଭୋଜନ କରିବେ ? ଯାଜକ ଓ ଭବିଷ୍ୟଦ୍‍ବକ୍ତା କି ପ୍ରଭୁଙ୍କର ପବିତ୍ର ସ୍ଥାନରେ ହତ ହେବେ ?


ଆମ୍ଭେ ଯଦି ବାହାର ହୋଇ କ୍ଷେତ୍ରକୁ ଯାଉ, ତେବେ ଦେଖ, ସେଠାରେ ଖଡ୍ଗରେ ହତ ଲୋକ ! ପୁଣି, ଆମ୍ଭେ ଯଦି ନଗରରେ ପ୍ରବେଶ କରୁ, ତେବେ ଦେଖ, ସେଠାରେ ଦୁର୍ଭିକ୍ଷରେ ପୀଡ଼ିତ ଲୋକ ! କାରଣ ଭବିଷ୍ୟଦ୍‍ବକ୍ତା ଓ ଯାଜକ ଉଭୟ ଦେଶରେ ଭ୍ରମଣ କରନ୍ତି, ସେମାନେ କିଛି ଜାଣନ୍ତି ନାହିଁ।”


ଏହି କି ତୁମ୍ଭମାନଙ୍କର ଉଲ୍ଲାସକାରିଣୀ ନଗରୀ ? ଏହା ପ୍ରାଚୀନ କାଳରେ ହେଁ ପ୍ରାଚୀନ ଥିଲା; ଏହାର ଚରଣ ଦୂର ଦେଶରେ ପ୍ରବେଶ କରିବା ପାଇଁ ଏହାକୁ ନେଇଗଲା।


ଚତୁର୍ଥ ମାସରେ, ସେହି ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶୀୟ ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟ ମିଳିଲା ନାହିଁ।


ସଦାପ୍ରଭୁ ଏହି କଥା କହନ୍ତି, “ଯେକେହି ଏହି ନଗରରେ ରହିବ, ସେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ; ମାତ୍ର ଯେକେହି ବାହାର ହୋଇ କଲ୍‍ଦୀୟମାନଙ୍କ ନିକଟକୁ ଯିବ, ସେ ବଞ୍ଚିବ, ତାହାର ପ୍ରାଣ ତାହା ପ୍ରତି ଲୁଟିତ ଦ୍ରବ୍ୟ ତୁଲ୍ୟ ହେବ ଓ ସେ ବଞ୍ଚିବ।”


ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଶୀ ସହସ୍ର ଲୋକ ସଂହାର କଲେ; ପୁଣି, ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସମସ୍ତେ ମୃତ ଶବ।


ଏହେତୁ ସଦାପ୍ରଭୁ ଅଶୂରୀୟ ରାଜା ବିଷୟରେ ଏହି କଥା କହନ୍ତି, “ସେ ଏହି ନଗରକୁ ଆସିବ ନାହିଁ, ଅବା ସେଠାରେ ତୀର ମାରିବ ନାହିଁ, କିଅବା ତହିଁ ସମ୍ମୁଖକୁ ଢାଲ ଧରି ଆସିବ ନାହିଁ, ଅଥବା ତହିଁ ବିରୁଦ୍ଧରେ ବନ୍ଧ ବାନ୍ଧିବ ନାହିଁ।


ସେମାନେ କେବଳ ବନ୍ଦୀ ଲୋକମାନଙ୍କର ପଦ ତଳେ ନତ ହେବେ ଓ ହତ ଲୋକମାନଙ୍କର ତଳେ ପଡ଼ିବେ। ଏହି ସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।


କାରଣ, ରାଜପୁରୀ ପରିତ୍ୟକ୍ତ ହେବ ଓ ଜନପୂର୍ଣ୍ଣ ନଗର ଜନଶୂନ୍ୟ ହେବ; ଗିରି ଓ ପ୍ରହରୀଦୁର୍ଗ ଚିରକାଳ ଗୁହାମୟ, ବନଗର୍ଦ୍ଦଭମାନଙ୍କର ଉଲ୍ଲାସ ଭୂମି ଓ ପଶୁପଲର ଚରାସ୍ଥାନ ହେବ;


ହାୟ ହାୟ, ଲୋକରେ ପରିପୂର୍ଣ୍ଣ ନଗରୀ କିପରି ଏକାକିନୀ ହୋଇ ବସିଅଛି ! ସେ କିପରି ବିଧବା ତୁଲ୍ୟ ହୋଇଅଛି ! ଯେ ଗୋଷ୍ଠୀଗଣ ମଧ୍ୟରେ ପ୍ରଧାନା ଥିଲା ଓ ପ୍ରଦେଶ ସମୂହ ମଧ୍ୟରେ ରାଣୀ ଥିଲା, ସେ କିପରି କରଦାୟିନୀ ହୋଇଅଛି !


ହେ ଦୁର୍ନାମୀ ଓ କଳହପୂର୍ଣ୍ଣେ, ତୁମ୍ଭର ନିକଟସ୍ଥ ଓ ଦୂରସ୍ଥ ସମସ୍ତେ ତୁମ୍ଭକୁ ପରିହାସ କରିବେ।


ଯେଉଁ ନଗରୀ ନିଶ୍ଚିନ୍ତ ରୂପେ ବାସ କରି ମନେ ମନେ କହିଥିଲା, ମୁଁ ଅଛି, ମୋ’ ଛଡ଼ା ଆଉ କେହି ନାହିଁ, ସେହି ଉଲ୍ଲାସକାରିଣୀ ନଗରୀ ଏହି; ସେ କିପରି ଧ୍ୱଂସିତ ଓ ପଶୁମାନଙ୍କର ଶୟନ ସ୍ଥାନ ହୋଇଅଛି ! ଯେକେହି ତହିଁର ନିକଟ ଦେଇ ଯିବ, ସେ ଶୀଷ୍‍ ଶବ୍ଦ କରି ଆପଣା ହାତ ହଲାଇବ।


Swiv nou:

Piblisite


Piblisite