Biblia Todo Logo
Bib sou entènèt

- Piblisite -




ଯିଶାଇୟ 26:13 - ଓଡିଆ ବାଇବେଲ

13 ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ଛଡ଼ା ଅନ୍ୟ ପ୍ରଭୁମାନେ ଆମ୍ଭମାନଙ୍କ ଉପରେ ରାଜତ୍ୱ କରିଥିଲେ, ମାତ୍ର କେବଳ ତୁମ୍ଭ ଦ୍ୱାରା ଆମ୍ଭେମାନେ ତୁମ୍ଭ ନାମର କୀର୍ତ୍ତନ କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ଵର, ତୁମ୍ଭ ଛଡ଼ା ଅନ୍ୟ ପ୍ରଭୁମାନେ ଆମ୍ଭମାନଙ୍କ ଉପରେ ରାଜତ୍ଵ କରିଥିଲେ, ମାତ୍ର କେବଳ ତୁମ୍ଭ ଦ୍ଵାରା ଆମ୍ଭେମାନେ ତୁମ୍ଭ ନାମର କୀର୍ତ୍ତନ କରିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ଛଡ଼ା ଅନ୍ୟ ପ୍ରଭୁମାନେ ଆମ୍ଭମାନଙ୍କ ଉପରେ ରାଜତ୍ୱ କରିଥିଲେ, ମାତ୍ର କେବଳ ତୁମ୍ଭ ଦ୍ୱାରା ଆମ୍ଭେମାନେ ତୁମ୍ଭ ନାମର କୀର୍ତ୍ତନ କରିବା।

Gade chapit la Kopi

ପବିତ୍ର ବାଇବଲ

13 ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭକୁ ଛାଡ଼ି ଆମ୍ଭେ ଅନ୍ୟ ପ୍ରଭୁଙ୍କୁ ଅନୁସରଣ କରୁଥିଲୁ ଓ ଅନ୍ୟ ପ୍ରଭୁ ଆମ୍ଭମାନଙ୍କ ଉପରେ ରାଜତ୍ୱ କରୁଥିଲେ। ମାତ୍ର ଆମ୍ଭେମାନେ ତୁମ୍ଭର ନାମକୁ କେବଳ ସ୍ମରଣ କରିବୁ ଓ କୀର୍ତ୍ତନ କରିବୁ।

Gade chapit la Kopi




ଯିଶାଇୟ 26:13
15 Referans Kwoze  

କିନ୍ତୁ ଏବେ ପାପର ଅଧୀନତାରୁ ମୁକ୍ତ ହୋଇ ଈଶ୍ୱରଙ୍କ ଦାସ ହେବାରୁ ତୁମ୍ଭେମାନେ ପବିତ୍ରତା ଉଦ୍ଦେଶ୍ୟରେ ଫଳ ପାଉଅଛ, ଆଉ ଏଥିର ପରିଣାମ ଅନନ୍ତ ଜୀବନ ।


ଆମ୍ଭେ ସଦାପ୍ରଭୁଙ୍କର ସ୍ନେହପୂର୍ଣ୍ଣ କରୁଣାସବୁ କୀର୍ତ୍ତନ କରିବା ଓ ସଦାପ୍ରଭୁ ଆମ୍ଭମାନଙ୍କର ଯେଉଁ ସବୁ ଉପକାର କରିଅଛନ୍ତି, ପୁଣି ଆପଣାର ନାନାବିଧ ଦୟା ଓ ପ୍ରଚୁର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ଇସ୍ରାଏଲ-ବଂଶର ଯେଉଁ ପ୍ରଚୁର ମଙ୍ଗଳ କରିଅଛନ୍ତି, ତଦନୁସାରେ ଆମ୍ଭେ ସଦାପ୍ରଭୁଙ୍କର ପ୍ରଶଂସା କୀର୍ତ୍ତନ କରିବା।


ସେମାନଙ୍କ ଦେଶ ମଧ୍ୟ ପ୍ରତିମାରେ ପରିପୂର୍ଣ୍ଣ; ସେମାନେ ଆପଣାମାନଙ୍କ ଅଙ୍ଗୁଳିନିର୍ମିତ ସ୍ୱହସ୍ତକୃତ ବସ୍ତୁକୁ ପ୍ରଣାମ କରନ୍ତି।


ଏଣୁ ଆସ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାରୂପ ବଳି, ଅର୍ଥାତ୍‍ ତାହାଙ୍କ ନାମ ସ୍ୱୀକାରକାରୀ ଓଷ୍ଠାଧରର ଫଳ ନିତ୍ୟ ଉତ୍ସର୍ଗ କରୁ ।


ପୁଣି, ଗୃହ ମଧ୍ୟରୁ ଅସ୍ଥିସକଳ ବାହାର କରି ଆଣିବା ପାଇଁ କୌଣସି ଲୋକର ପିତୃବ୍ୟ, ଶବଦାହକାରୀ ତାହାକୁ ଉଠାଇଲା ଉତ୍ତାରେ ଗୃହର ଅନ୍ତରସ୍ଥ ଲୋକକୁ ପଚାରିବ, “ଏବେ ହେଁ ତୁମ୍ଭର କି ଆଉ କିଏ ଅଛି ?” ତେବେ ସେ କହିବ, “ନାହିଁ।” ସେତେବେଳେ ସେ କହିବ, “ତୁନି ହୁଅ; କାରଣ ସଦାପ୍ରଭୁଙ୍କର ନାମ ଆମ୍ଭମାନଙ୍କର ଉଚ୍ଚାରଣ କରିବାର ନୁହେଁ।”


ତୁମ୍ଭ ପ୍ରଭୁ, ସଦାପ୍ରଭୁ ଓ ଆପଣା ଲୋକମାନଙ୍କର ପକ୍ଷବାଦୀ ତୁମ୍ଭ ପରମେଶ୍ୱର ଏହି କଥା କହନ୍ତି, “ଦେଖ, ଆମ୍ଭେ ମତ୍ତତାଜନକ ପାନପାତ୍ର, ଅର୍ଥାତ୍‍, ଆମ୍ଭ କୋପରୂପ ବୃହତ ପାନପାତ୍ର ତୁମ୍ଭ ହସ୍ତରୁ କାଢ଼ି ନେଇଅଛୁ; ତୁମ୍ଭେ ଆଉ ତାହା ପାନ କରିବ ନାହିଁ;


ପୁଣି, ସେହି ଦିନରେ ତୁମ୍ଭେମାନେ କହିବ, “ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସକଳ ପ୍ରଚାର କର, ତାହାଙ୍କର ନାମ ଉନ୍ନତ ବୋଲି ବ୍ୟକ୍ତ କର।


ଆମ୍ଭେ ଶମରୀୟା ଓ ତାହାର ପ୍ରତିମାଗଣ ପ୍ରତି ଯେପରି କରିଅଛୁ, ଯିରୂଶାଲମ ଓ ତାହାର ପ୍ରତିମାଗଣ ପ୍ରତି କ’ଣ ସେହିପରି କରିବା ନାହିଁ ?


ତଥାପି ଯେପରି ସେମାନେ ଆମ୍ଭର ସେବା ଓ ନାନା ଦେଶୀୟ ରାଜ୍ୟର ସେବା ଅନୁଭବ କରିବେ, ଏଥିପାଇଁ ସେମାନେ ତାହାର ଦାସ ହେବେ।


ପୁଣି ସେହି ଗୋଷ୍ଠୀୟମାନଙ୍କର ଯେ ଅବଶିଷ୍ଟ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ସେମାନଙ୍କ ମଧ୍ୟରେ ପ୍ରବେଶ ନ କର; କି ସେମାନଙ୍କ ଦେବତାମାନଙ୍କ ନାମ ଉଚ୍ଚାରଣ ନ କର, କି ସେମାନଙ୍କ ନାମରେ ଶପଥ ନ କରାଅ, କି ସେମାନଙ୍କ ସେବା ନ କର, କିଅବା ସେମାନଙ୍କୁ ପ୍ରଣାମ ନ କର।


କାରଣ କିଏ ତୁମ୍ଭକୁ ଶ୍ରେଷ୍ଠ କରିଅଛି ? ଆଉ, ଯାହା ତୁମ୍ଭେ ଦାନ ସ୍ୱରୂପେ ପାଇ ନାହଁ, ଏପରି ତୁମ୍ଭର କ'ଣ ଅଛି ? କିନ୍ତୁ ଯଦି ତୁମ୍ଭେ ତାହା ଦାନ ସ୍ୱରୂପେ ପାଇଅଛ, ତେବେ ତାହା ଦାନ ସ୍ୱରୂପେ ପାଇ ନ ଥିଲା ପରି କାହିଁକି ଗର୍ବ କରୁଅଛ ?


ପୁଣି, ତୁମ୍ଭେମାନେ ସତ୍ୟ ଜ୍ଞାତ ହେବ ଓ ସେହି ସତ୍ୟ ତୁମ୍ଭମାନଙ୍କୁ ମୁକ୍ତ କରିବ ।


ହେ ସଦାପ୍ରଭୁ, ଆମ୍ଭେମାନେ ତୁମ୍ଭ ଶାସନ ମାର୍ଗରେ ତୁମ୍ଭ ଅପେକ୍ଷାରେ ରହିଅଛୁ; ତୁମ୍ଭର ନାମ ଓ ତୁମ୍ଭର ସ୍ମରଣ ଚିହ୍ନ ପ୍ରତି ଆମ୍ଭମାନଙ୍କର ପ୍ରାଣର ଆକାଂକ୍ଷା ଅଛି।


ଯେଉଁ ଲୋକ ଆନନ୍ଦରେ ଧର୍ମାଚରଣ କରେ, ଯେଉଁମାନେ ତୁମ୍ଭ ପଥରେ ତୁମ୍ଭକୁ ସ୍ମରଣ କରନ୍ତି, ତୁମ୍ଭେ ସେମାନଙ୍କ ସହିତ ସାକ୍ଷାତ କରିଥାଅ; ଦେଖ, ତୁମ୍ଭେ କ୍ରୁଦ୍ଧ ଥିଲ ଓ ଆମ୍ଭେମାନେ ପାପ କଲୁ; ଆମ୍ଭେମାନେ ଦୀର୍ଘ କାଳ ତହିଁରେ ରହିଅଛୁ, ଆମ୍ଭେମାନେ କି ପରିତ୍ରାଣ ପାଇବା ?


କାରଣ ଯାବତୀୟ ଗୋଷ୍ଠୀ ଆପଣା ଆପଣା ଦେବତାର ନାମରେ ଚାଲିବେ, ପୁଣି ଆମ୍ଭେମାନେ ଅନନ୍ତକାଳ ପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ଚାଲିବା।


Swiv nou:

Piblisite


Piblisite