Biblia Todo Logo
Bib sou entènèt

- Piblisite -




ଯିଶାଇୟ 26:18 - ଓଡିଆ ବାଇବେଲ

18 ଆମ୍ଭେମାନେ ଗର୍ଭିଣୀ ହୋଇଅଛୁ, ଆମ୍ଭେମାନେ ବ୍ୟଥିତା ହୋଇ ବାୟୁ ପ୍ରସବ କରିଅଛୁ; ଆମ୍ଭେମାନେ ଦେଶର ଉଦ୍ଧାର ସାଧନ କରି ନାହୁଁ; କିଅବା ଜଗନ୍ନିବାସୀମାନେ ଭୂମିଷ୍ଠ ହୋଇ ନାହାନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଆମ୍ଭେମାନେ ଗର୍ଭିଣୀ ହୋଇଅଛୁ, ଆମ୍ଭେମାନେ ବ୍ୟଥିତା ହୋଇ ବାୟୁ ପ୍ରସବ କରିଅଛୁ; ଆମ୍ଭେମାନେ ଦେଶର ଉଦ୍ଧାର ସାଧନ କରି ନାହୁଁ; କିଅବା ଜଗନ୍ନିବାସୀମାନେ ଭୂମିଷ୍ଠ ହୋଇ ନାହାନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆମ୍ଭେମାନେ ଗର୍ଭିଣୀ ହୋଇଅଛୁ, ଆମ୍ଭେମାନେ ବ୍ୟଥିତା ହୋଇ ବାୟୁ ପ୍ରସବ କରିଅଛୁ; ଆମ୍ଭେମାନେ ଦେଶର ଉଦ୍ଧାର ସାଧନ କରି ନାହୁଁ; କିଅବା ଜଗନ୍ନିବାସୀମାନେ ଭୂମିଷ୍ଠ ହୋଇ ନାହାନ୍ତି।

Gade chapit la Kopi

ପବିତ୍ର ବାଇବଲ

18 ଆମ୍ଭେମାନେ ଗର୍ଭବେଦନା ପାଇଅଛୁ, କିନ୍ତୁ ବ୍ୟଥିତା ହୋଇ ବାୟୁ ଜନ୍ମ ଦେଇଛୁ। ଆମ୍ଭେମାନେ ଦେଶର ଉଦ୍ଧାର ସାଧନ କରି ନାହୁଁ କି ନଗରବାସୀ ଭୂମିଷ୍ଠ ହୋଇ ନାହାନ୍ତି।

Gade chapit la Kopi




ଯିଶାଇୟ 26:18
12 Referans Kwoze  

ପ୍ରସବକାରିଣୀ ସ୍ତ୍ରୀର ବେଦନା ତାହାକୁ ଆକ୍ରାନ୍ତ କରିବ; ସେ ଅଜ୍ଞାନ ଶିଶୁ; କାରଣ ଶିଶୁମାନଙ୍କର ପ୍ରସବ ଦ୍ୱାରରେ ତାହାର ବିଳମ୍ବ କରି ରହିବାର ଉଚିତ୍ ନୁହେଁ।


ହେ ସଦାପ୍ରଭୁ, ଆପଣା ହସ୍ତ ଦ୍ୱାରା ଲୋକମାନଙ୍କଠାରୁ, ଯେଉଁମାନଙ୍କର ଅଂଶ ଇହଜୀବନରେ ଅଛି ଓ ଯେଉଁମାନଙ୍କ ଉଦର ତୁମ୍ଭେ ନିଜ ଧନରେ ପୂର୍ଣ୍ଣ କରୁଅଛ, ଏପରି ସାଂସାରିକ ଲୋକମାନଙ୍କଠାରୁ ମୋତେ ଉଦ୍ଧାର କର; ସେମାନେ ସନ୍ତାନସନ୍ତତିରେ ପରିତୃପ୍ତ ଓ ଆପଣା ଆପଣା ଶିଶୁଗଣ ନିମନ୍ତେ ଆପଣାମାନଙ୍କ ଅବଶିଷ୍ଟ ସମ୍ପତ୍ତି ଛାଡ଼ିଯା’ନ୍ତି।


କେହି ନ୍ୟାୟରେ ଗୁହାରି ଶୁଣେ ନାହିଁ ଓ କେହି ସତ୍ୟରେ ପ୍ରତିବାଦ କରେ ନାହିଁ; ସେମାନେ ଅସାରତାରେ ନିର୍ଭର କରନ୍ତି ଓ ମିଥ୍ୟା କଥା କହନ୍ତି; ସେମାନେ ଅନିଷ୍ଟକୁ ଗର୍ଭରେ ଧାରଣ କରନ୍ତି ଓ ଅପରାଧ ପ୍ରସବ କରନ୍ତି।


ତହିଁରେ ସେମାନେ ତାଙ୍କୁ କହିଲେ, “ହିଜକୀୟ ଏହିପରି କହିଅଛନ୍ତି, ଆଜ ଦିନ ଆପଦ, ଅନୁଯୋଗ ଓ ଅପମାନର ଦିନ; କାରଣ ସନ୍ତାନଗଣ ପ୍ରସବଦ୍ୱାରରେ ଉପସ୍ଥିତ, ମାତ୍ର ପ୍ରସବ କରିବାକୁ ଶକ୍ତି ନାହିଁ।


ତହିଁରେ ସେମାନେ ଯିଶାଇୟଙ୍କୁ କହିଲେ, “ହିଜକୀୟ କହନ୍ତି, ‘ଆଜି ଦିନ ଆପଦ ଓ ଅନୁଯୋଗ ଓ ଅପମାନର ଦିନ; କାରଣ ବାଳକଗଣ ପ୍ରସବ ଦ୍ୱାରରେ ଉପସ୍ଥିତ, ମାତ୍ର ପ୍ରସବ କରିବାକୁ ଶକ୍ତି ନାହିଁ।


ତୁମ୍ଭେମାନେ ତୁଷରୂପ ଗର୍ଭଧାରଣ କରି ନଡ଼ା ପ୍ରସବ କରିବ; ତୁମ୍ଭମାନଙ୍କର ଅଗ୍ନିବତ୍‍ ଶ୍ୱାସବାୟୁ ତୁମ୍ଭମାନଙ୍କୁ ଗ୍ରାସ କରିବ।


ଏଥିରେ ଲୋକମାନେ ଶାଉଲଙ୍କୁ କହିଲେ, ଇସ୍ରାଏଲ ମଧ୍ୟରେ ଯେ ଏହି ମହାଉଦ୍ଧାର ସାଧନ କରିଅଛି, ସେହି ଯୋନାଥନ କ’ଣ ମରିବ ? ଏହା ଦୂରେ ଥାଉ; ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତାହାର ମସ୍ତକର ଗୋଟିଏ କେଶ ହିଁ ତଳେ ପଡ଼ିବ ନାହିଁ; କାରଣ, ସେ ଆଜି ପରମେଶ୍ୱରଙ୍କ ସହିତ କର୍ମ କରିଅଛି; ଏହିରୂପେ ଲୋକମାନେ ଯୋନାଥନକୁ ମୁକ୍ତ କରିବାରୁ ତାହାର ମୃତ୍ୟୁୁ ହେଲା ନାହିଁ।


ମାତ୍ର ଶାଉଲ କହିଲେ, ଆଜି କୌଣସି ଲୋକର ପ୍ରାଣଦଣ୍ଡ ହେବ ନାହିଁ, କାରଣ ଆଜି ସଦାପ୍ରଭୁ ଇସ୍ରାଏଲ ମଧ୍ୟରେ ଉଦ୍ଧାର ସାଧନ କରିଅଛନ୍ତି।


ଆମ୍ଭେମାନେ ଯେ ଈଶ୍ୱରଙ୍କଠାରୁ ଜାତ ଓ ସମସ୍ତ ଜଗତ ଯେ ପାପାତ୍ମାର ଅଧୀନ, ଏହା ଆମ୍ଭେମାନେ ଜାଣୁ ।


ଜଗତ ତୁମ୍ଭମାନଙ୍କୁ ଘୃଣା କରି ପାରେ ନାହିଁ, କିନ୍ତୁ ମୋତେ ଘୃଣା କରେ, କାରଣ ତାହାର କର୍ମ ଯେ ମନ୍ଦ, ମୁଁ ତାହା ବିଷୟରେ ଏହି ସାକ୍ଷ୍ୟ ଦେଉଅଛି ।


Swiv nou:

Piblisite


Piblisite