Biblia Todo Logo
Bib sou entènèt

- Piblisite -




ଯିଶାଇୟ 26:8 - ଓଡିଆ ବାଇବେଲ

8 ହେ ସଦାପ୍ରଭୁ, ଆମ୍ଭେମାନେ ତୁମ୍ଭ ଶାସନ ମାର୍ଗରେ ତୁମ୍ଭ ଅପେକ୍ଷାରେ ରହିଅଛୁ; ତୁମ୍ଭର ନାମ ଓ ତୁମ୍ଭର ସ୍ମରଣ ଚିହ୍ନ ପ୍ରତି ଆମ୍ଭମାନଙ୍କର ପ୍ରାଣର ଆକାଂକ୍ଷା ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ହେ ସଦାପ୍ରଭୋ, ଆମ୍ଭେମାନେ ତୁମ୍ଭ ଶାସନ ମାର୍ଗରେ ତୁମ୍ଭ ଅପେକ୍ଷାରେ ରହିଅଛୁ; ତୁମ୍ଭର ନାମ ଓ ତୁମ୍ଭର ସ୍ମରଣ ଚିହ୍ନ ପ୍ରତି ଆମ୍ଭମାନଙ୍କର ପ୍ରାଣର ଆକାଂକ୍ଷା ଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ହେ ସଦାପ୍ରଭୋ, ଆମ୍ଭେମାନେ ତୁମ୍ଭ ଶାସନ ମାର୍ଗରେ ତୁମ୍ଭ ଅପେକ୍ଷାରେ ରହିଅଛୁ; ତୁମ୍ଭର ନାମ ଓ ତୁମ୍ଭର ସ୍ମରଣ ଚିହ୍ନ ପ୍ରତି ଆମ୍ଭମାନଙ୍କର ପ୍ରାଣର ଆକାଂକ୍ଷା ଅଛି।

Gade chapit la Kopi

ପବିତ୍ର ବାଇବଲ

8 ମାତ୍ର ହେ ସଦାପ୍ରଭୁ, ଆମ୍ଭେମାନେ ତୁମ୍ଭ ଶାସନ ମାର୍ଗର ନ୍ୟାୟକୁ ଅପେକ୍ଷା କରିଛୁ। ଆମ୍ଭମାନଙ୍କର ଆତ୍ମା ତୁମ୍ଭର ନାମକୁ ସ୍ମରଣ କରିବ।

Gade chapit la Kopi




ଯିଶାଇୟ 26:8
39 Referans Kwoze  

ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି କୃପା କର; ଆମ୍ଭେମାନେ ତୁମ୍ଭର ଅପେକ୍ଷା କରିଅଛୁ; ତୁମ୍ଭେ ପ୍ରତି ପ୍ରଭାତ ସେମାନଙ୍କର ବାହୁ ସ୍ୱରୂପ ହୁଅ, ସଙ୍କଟ ସମୟରେ ମଧ୍ୟ ଆମ୍ଭମାନଙ୍କର ଉଦ୍ଧାର ସ୍ୱରୂପ ହୁଅ।


ତୁମ୍ଭେ ପରାକ୍ରମରେ କଟି ବାନ୍ଧି ସ୍ୱଶକ୍ତିରେ ପର୍ବତଗଣକୁ ଦୃଢ଼ ରୂପେ ସ୍ଥାପନ କରିଥାଅ;


ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଏହି କଥା କହିବ, ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର, ଇସ୍‍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇ ଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।


ଆଉ ପ୍ରଭୁ ତୁମ୍ଭମାନଙ୍କ ହୃଦୟକୁ ଈଶ୍ୱରଙ୍କ ପ୍ରେମ ଓ ଖ୍ରୀଷ୍ଟଙ୍କ ସହିଷ୍ଣୁତା ରୂପ ପଥରେ କଢାଉନ୍ତୁ ।


କିନ୍ତୁ ଆମ୍ଭେମାନେ ଯାହା ଦେଖୁ ନାହୁଁ, ଯଦି ତାହା ନିମନ୍ତେ ଭରସା କରୁ, ତାହାହେଲେ ଧୈର୍ଯ୍ୟ ସହକାରେ ତାହାର ଅପେକ୍ଷାରେ ଥାଉ ।


ଥରେ ସେମାନଙ୍କ ସହିତ ଭୋଜନରେ ବସିବା ସମୟରେ ସେ ସେମାନଙ୍କୁ ଏହି ଆଜ୍ଞା ଦେଲେ, ତୁମ୍ଭେମାନେ ଯିରୂଶାଲମରୁ ପ୍ରସ୍ଥାନ କର ନାହିଁ, କିନ୍ତୁ ପିତାଙ୍କର ଯେଉଁ ପ୍ରତିଜ୍ଞା ବିଷୟ ମୋ'ଠାରୁ ଶୁଣିଅଛ, ସେଥିର ଅପେକ୍ଷାରେ ରହିଥାଅ;


ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ନ୍ୟାୟବିଚାର ପାଳନ କର; ଧର୍ମକର୍ମ କର; କାରଣ ଆମ୍ଭର ପରିତ୍ରାଣର ଆଗମନ ଓ ଆମ୍ଭ ଧର୍ମର ପ୍ରକାଶ ସନ୍ନିକଟ।


ପୁଣି, ସେହି ଦିନ ଏହି କଥା କୁହାଯିବ, “ଦେଖ, ଏହି ଆମ୍ଭମାନଙ୍କର ପରମେଶ୍ୱର; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ ଓ ସେ ଆମ୍ଭମାନଙ୍କୁ ଉଦ୍ଧାର କରିବେ; ଏ ସଦାପ୍ରଭୁ ଅଟନ୍ତି; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ, ଆମ୍ଭେମାନେ ତାହାଙ୍କ କୃତ ପରିତ୍ରାଣରେ ଆନନ୍ଦିତ ହୋଇ ଉଲ୍ଲାସ କରିବୁ।”


ପୁଣି, ସେହି ଦିନରେ ତୁମ୍ଭେମାନେ କହିବ, “ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସକଳ ପ୍ରଚାର କର, ତାହାଙ୍କର ନାମ ଉନ୍ନତ ବୋଲି ବ୍ୟକ୍ତ କର।


ହେ ଯିରୂଶାଲମର କନ୍ୟାଗଣ, ଯେବେ ତୁମ୍ଭେମାନେ ମୋ’ ପ୍ରିୟତମଙ୍କର ଦେଖା ପାଇବ, ତେବେ ମୁଁ ତୁମ୍ଭମାନଙ୍କୁ ଶପଥ ଦେଇ କହୁଅଛି, ମୁଁ ପ୍ରେମପୀଡ଼ିତା ବୋଲି ତୁମ୍ଭେମାନେ ତାଙ୍କୁ କହିବ।


ଯେଉଁମାନେ ନ୍ୟାୟ ରକ୍ଷା କରନ୍ତି, ସେମାନେ ଧନ୍ୟ ଓ ଯେ ସବୁବେଳେ ଧର୍ମାଚରଣ କରେ, ସେ ଧନ୍ୟ।


ସଦାପ୍ରଭୁଙ୍କ ପ୍ରାଙ୍ଗଣ ନିମନ୍ତେ ମୋହର ପ୍ରାଣ ଲାଳସା କରେ, ମଧ୍ୟ ମୂର୍ଚ୍ଛିତ ହୁଏ; ମୋହର ହୃଦୟ ଓ ଶରୀର ଜୀବିତ ପରମେଶ୍ୱରଙ୍କ ନିମନ୍ତେ ଡକା ଛାଡ଼ଇ।


ସ୍ୱର୍ଗରେ ତୁମ୍ଭ ବିନା ମୋହର ଆଉ କିଏ ଅଛି ? ଓ ଭୂମଣ୍ଡଳରେ ତୁମ୍ଭ ଛଡ଼ା ଆଉ କାହାକୁ ମୁଁ ବାଞ୍ଛା କରୁ ନାହିଁ।


ମଧ୍ୟ ମୁଁ ତାହାଙ୍କ ଉଦ୍ଦେଶ୍ୟରେ ସିଦ୍ଧ ଥିଲି ଓ ମୁଁ ନିଜ ଅପରାଧରୁ ଆପଣାକୁ ରକ୍ଷା କଲି।


ସତ୍ୟ, ମୋହର ବଂଶ ପରମେଶ୍ୱରଙ୍କ ନିକଟରେ ସେପରି ନୁହେଁ କି ? ସେ ମୋ’ ସହିତ ସର୍ବ ବିଷୟରେ ସୁସମ୍ପନ୍ନ ଓ ସୁରକ୍ଷିତ ଏକ ଅନନ୍ତକାଳୀନ ନିୟମ କରି ନାହାନ୍ତି କି ? ସେ କି ମୋର ରକ୍ଷା କରିବେ ନାହିଁ ?


ସଦାପ୍ରଭୁ ଯିରୀହୋ ନିକଟସ୍ଥ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ମୋଶାଙ୍କ ଦ୍ୱାରା ଇସ୍ରାଏଲ ସନ୍ତାନଗଣଙ୍କ ପ୍ରତି ଏହି ସମସ୍ତ ଆଜ୍ଞା ଓ ଶାସନ ଆଦେଶ କରିଥିଲେ।


ସେମାନେ ଉଭୟେ ପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ନିୟମ ଅନୁସାରେ ନିର୍ଦ୍ଦୋଷ ରୂପେ ଆଚରଣ କରି ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ଥିଲେ ।


“ଆମ୍ଭେ ହୋରେବରେ ସମଗ୍ର ଇସ୍ରାଏଲ ନିମନ୍ତେ ଯେଉଁ ବିଧି ଓ ଶାସନସକଳ ଆଦେଶ କଲୁ, ଆମ୍ଭ ଦାସ ମୋଶାଙ୍କର ସେହି ବ୍ୟବସ୍ଥା ତୁମ୍ଭେମାନେ ସ୍ମରଣ କର।


ମାତ୍ର ମୁଁ ସଦାପ୍ରଭୁଙ୍କ ପ୍ରତି ଦୃଷ୍ଟି ରଖିବି; ମୋ’ ପରିତ୍ରାଣର ପରମେଶ୍ୱରଙ୍କ ପାଇଁ ମୁଁ ଅପେକ୍ଷା କରିବି; ମୋ’ ପରମେଶ୍ୱର ମୋର କଥା ଶୁଣିବେ।


ପୁଣି, ତହିଁ ସକାଶୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ, ଆଉ ତହିଁ ସକାଶୁ ତୁମ୍ଭମାନଙ୍କ ପ୍ରତି ଦୟା କରିବା ନିମନ୍ତେ ସେ ଉନ୍ନତ ହେବେ; କାରଣ ସଦାପ୍ରଭୁ ନ୍ୟାୟ ବିଚାରକାରୀ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କ ପାଇଁ ଅପେକ୍ଷା କରନ୍ତି, ସେସମସ୍ତେ ଧନ୍ୟ।


ମୁଁ ସଦାପ୍ରଭୁଙ୍କର ଅପେକ୍ଷା କରୁଅଛି, ମୋ’ ପ୍ରାଣ ଅପେକ୍ଷା କରୁଅଛି, ପୁଣି, ମୁଁ ତାହାଙ୍କ ବାକ୍ୟରେ ଭରସା ରଖୁଅଛି।


ଏହେତୁ ତୁମ୍ଭେମାନେ ପୂର୍ବଦେଶରେ ସଦାପ୍ରଭୁଙ୍କର, ଅର୍ଥାତ୍‍, ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ନାମର ଗୌରବ ସମୁଦ୍ରର ଦ୍ୱୀପସମୂହରେ ପ୍ରକାଶ କର।


ହେ ସଦାପ୍ରଭୁ, ତୁମ୍ଭେ ମୋହର ପରମେଶ୍ୱର; ମୁଁ ତୁମ୍ଭର ଗୌରବ କରିବି, ମୁଁ ତୁମ୍ଭ ନାମର ପ୍ରଶଂସା କରିବି; କାରଣ ତୁମ୍ଭେ ଆଶ୍ଚର୍ଯ୍ୟକ୍ରିୟା, ଅର୍ଥାତ୍‍, ପୁରାତନ କାଳର ମନ୍ତ୍ରଣାସବୁ ବିଶ୍ୱସ୍ତତାରେ ଓ ସତ୍ୟରେ ସାଧନ କରିଅଛ।


ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ଛଡ଼ା ଅନ୍ୟ ପ୍ରଭୁମାନେ ଆମ୍ଭମାନଙ୍କ ଉପରେ ରାଜତ୍ୱ କରିଥିଲେ, ମାତ୍ର କେବଳ ତୁମ୍ଭ ଦ୍ୱାରା ଆମ୍ଭେମାନେ ତୁମ୍ଭ ନାମର କୀର୍ତ୍ତନ କରିବା।


ପୁଣି, ରାଜାଗଣ ତୁମ୍ଭର ପାଳନକାରୀ ପିତା ଓ ସେମାନଙ୍କର ରାଣୀମାନେ ତୁମ୍ଭର ପାଳନକାରିଣୀ ମାତା ହେବେ; ସେମାନେ ଭୂମିକୁ ମୁଖ କରି ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭ ପାଦର ଧୂଳି ଚାଟିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଓ ଆମ୍ଭର ଅପେକ୍ଷାକାରୀମାନେ ଯେ ଲଜ୍ଜିତ ହେବେ ନାହିଁ, ଏହା ତୁମ୍ଭେ ଜାଣିବ।


“ହେ ଆମ୍ଭର ଲୋକମାନେ, ଆମ୍ଭ ବାକ୍ୟରେ ମନୋଯୋଗ କର; ହେ ଆମ୍ଭର ଦେଶୀୟ ଲୋକେ, ଆମ୍ଭ କଥାରେ କର୍ଣ୍ଣପାତ କର: କାରଣ ଆମ୍ଭଠାରୁ ଏକ ବ୍ୟବସ୍ଥା ନିର୍ଗତ ହେବ ଓ ଆମ୍ଭେ ଗୋଷ୍ଠୀବର୍ଗର ଦୀପ୍ତି ନିମନ୍ତେ ଆମ୍ଭର ବିଚାର ସ୍ଥାପନ କରିବା।


କାରଣ ଯାବତୀୟ ଗୋଷ୍ଠୀ ଆପଣା ଆପଣା ଦେବତାର ନାମରେ ଚାଲିବେ, ପୁଣି ଆମ୍ଭେମାନେ ଅନନ୍ତକାଳ ପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ଚାଲିବା।


ପରମେଶ୍ୱରଙ୍କ ନିମନ୍ତେ, ଜୀବିତ ପରମେଶ୍ୱରଙ୍କ ନିମନ୍ତେ ମୋ’ ପ୍ରାଣ ତୃଷିତ; ମୁଁ କେବେ ଆସି ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବି ?


Swiv nou:

Piblisite


Piblisite