Biblia Todo Logo
Bib sou entènèt

- Piblisite -




ଯିଶାଇୟ 27:5 - ଓଡିଆ ବାଇବେଲ

5 ନଚେତ୍ ଆମ୍ଭ ସଙ୍ଗେ ମିଳନ କରିବା ପାଇଁ ସେ ଆମ୍ଭ ପରାକ୍ରମର ଅବଲମ୍ବନ କରୁ; ହଁ, ସେ ଆମ୍ଭ ସଙ୍ଗେ ମିଳନ କରୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ନତୁବା ଆମ୍ଭ ସଙ୍ଗେ ମିଳନ କରିବା ପାଇଁ ସେ ଆମ୍ଭ ପରାକ୍ରମର ଅବଲମ୍ଵନ କରୁ; ହଁ, ସେ ଆମ୍ଭ ସଙ୍ଗେ ମିଳନ କରୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ନଚେତ୍ ଆମ୍ଭ ସଙ୍ଗେ ମିଳନ କରିବା ପାଇଁ ସେ ଆମ୍ଭ ପରାକ୍ରମର ଅବଲମ୍ବନ କରୁ; ହଁ, ସେ ଆମ୍ଭ ସଙ୍ଗେ ମିଳନ କରୁ।

Gade chapit la Kopi

ପବିତ୍ର ବାଇବଲ

5 ମାତ୍ର ଯଦି କେହି ନିରାପତ୍ତା ପାଇଁ ମୋ’ ସହିତ ଶାନ୍ତି ସ୍ଥାପନ କରେ, ତେବେ ସେ ଶାନ୍ତି ସ୍ଥାପନ କରୁ।

Gade chapit la Kopi




ଯିଶାଇୟ 27:5
22 Referans Kwoze  

କାରଣ ତୁମ୍ଭେ ଦରିଦ୍ରର ଦୃଢ଼ ଦୁର୍ଗ, ଦୀନହୀନର ସଙ୍କଟ ସମୟରେ ତାହାର ଦୃଢ଼ ଦୁର୍ଗ, ଭୟଙ୍କର ଲୋକମାନଙ୍କ ଶ୍ୱାସବାୟୁ ପ୍ରବଳ ବତାସ ତୁଲ୍ୟ ପ୍ରାଚୀରରେ ଲାଗିବା ବେଳେ ପ୍ରବଳ ବତାସ ନିବାରକ ଆଶ୍ରୟ, ତାପ ନିବାରକ ଛାୟା ହୋଇଅଛ।


ଏବେ ତୁମ୍ଭେ ତାହାଙ୍କ ସହିତ ପରିଚିତ ହୁଅ, ତହିଁରେ ଶାନ୍ତି ହେବ; ତଦ୍ଦ୍ୱାରା ମଙ୍ଗଳ ତୁମ୍ଭ ନିକଟରେ ଉପସ୍ଥିତ ହେବ।


ଯେପରି ଯେଉଁ ଦୁଇ ଅପରିବର୍ତ୍ତନୀୟ ବିଷୟରେ ଈଶ୍ୱରଙ୍କ ମିଥ୍ୟା କହିବା ଅସମ୍ଭବ, ତଦ୍ୱାରା ସମ୍ମୁଖସ୍ଥ ଭରସାକୁ ଧରିବା ନିମନ୍ତେ ଆଶ୍ରୟସ୍ଥଳକୁ ପଳାୟନ କରିଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ଦୃଢ଼ ଉତ୍ସାହ ପ୍ରାପ୍ତ ହେଉ ।


ଆମ୍ଭେ ଓଷ୍ଠାଧରର ଫଳ ସୃଷ୍ଟି କରୁ; ସଦାପ୍ରଭୁ କହନ୍ତି, “ଦୂରବର୍ତ୍ତୀ ଓ ନିକଟବର୍ତ୍ତୀ ଲୋକ ପ୍ରତି ଶାନ୍ତି, ଶାନ୍ତି ହେଉ ଓ ଆମ୍ଭେ ତାହାକୁ ସୁସ୍ଥ କରିବା।”


ଯେଉଁ ମନୁଷ୍ୟ ଏହା କରେ ଓ ଯେଉଁ ମନୁଷ୍ୟ-ସନ୍ତାନ ଏହା ଦୃଢ଼ ରୂପେ ଅବଲମ୍ବନ କରେ; ଯେ ବିଶ୍ରାମବାର ପାଳନ କରି ତାହା ଅଶୁଚି ନ କରେ ଓ ସବୁ ପ୍ରକାର କୁକର୍ମରୁ ଆପଣା ହସ୍ତକୁ ନିବାରଣ କରେ, ସେ ଧନ୍ୟ।”


ଲୋକେ ଆମ୍ଭ ଉଦ୍ଦେଶ୍ୟରେ କହିବେ, “କେବଳ ସଦାପ୍ରଭୁଙ୍କଠାରେ ଧାର୍ମିକତା ଓ ଶକ୍ତି ଅଛି।” ତାହାଙ୍କ ନିକଟକୁ ଲୋକମାନେ ଆସିବେ, ପୁଣି ଯେଉଁମାନେ ତାହାଙ୍କ ପ୍ରତି ବିରକ୍ତ ହୋଇଥିଲେ, ସେମାନେ ସମସ୍ତେ ଲଜ୍ଜିତ ହେବେ।


ଏଥିରେ ଗିବୀୟୋନୀୟ ଲୋକମାନେ ଗିଲ୍‍ଗଲ୍‍ସ୍ଥିତ ଛାଉଣିକୁ ଯିହୋଶୂୟଙ୍କ ନିକଟକୁ କହି ପଠାଇଲେ, ତୁମ୍ଭେ ଆପଣାର ଏହି ଦାସମାନଙ୍କଠାରୁ ଆପଣା ହାତ କାଢ଼ି ନ ନିଅ; ଶୀଘ୍ର ଆମ୍ଭମାନଙ୍କ ନିକଟକୁ ଆସ, ଆମ୍ଭମାନଙ୍କୁ ଉଦ୍ଧାର କର ଓ ଆମ୍ଭମାନଙ୍କର ଉପକାର କର; କାରଣ ପର୍ବତ ନିବାସୀ ଇମୋରୀୟମାନଙ୍କ ସମସ୍ତ ରାଜା ଆମ୍ଭମାନଙ୍କ ବିରୁଦ୍ଧରେ ଏକତ୍ର ହୋଇଅଛନ୍ତି।


ତୁ, ହଁ, ତୁ ଯଦି ଆଜି ଶାନ୍ତିର ବିଷୟଗୁଡ଼ିକ ଜାଣିଥାଆନ୍ତୁ ! ମାତ୍ର ଏବେ ସେଗୁଡ଼ିକ ତୋ ଦୃଷ୍ଟିରୁ ଗୁପ୍ତ ହୋଇ ରହିଅଛି ।


ପୁଣି, ଯେ ତୁମ୍ଭ ନାମରେ ପ୍ରାର୍ଥନା କରେ, ଯେ ତୁମ୍ଭକୁ ଧରିବା ପାଇଁ ଆପଣାକୁ ଉତ୍ତେଜିତ କରେ, ଏପରି କେହି ନାହିଁ; କାରଣ ତୁମ୍ଭେ ଆମ୍ଭମାନଙ୍କଠାରୁ ଆପଣା ମୁଖ ଲୁଚାଇଅଛ ଓ ଆମ୍ଭମାନଙ୍କର ଅପରାଧ ଦ୍ୱାରା ଆମ୍ଭମାନଙ୍କୁ କ୍ଷୟ କରିଅଛ।


ଯଦି ପାରନ୍ତି ନାହିଁ, ତେବେ ଅନ୍ୟ ରାଜା ଦୂରରେ ଥାଉ ଥାଉ ସେ ଦୂତ ପଠାଇ ସନ୍ଧି ପ୍ରାର୍ଥନା କରନ୍ତି ।


ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେହିପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ ।


ଦେଖ, ପରମେଶ୍ୱର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ୱାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବା ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।”


ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଶାନ୍ତି ନିରୂପଣ କରିବ; କାରଣ ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କର ସକଳ କାର୍ଯ୍ୟ ସାଧନ କରିଅଛ।


ଆମ୍ଭର ଦାସ ଛଡ଼ା ଅନ୍ଧ କିଏ ? ଅବା ଆମ୍ଭ ପ୍ରେରିତ ଦୂତ ପରି ବଧିର କିଏ ? ଆମ୍ଭ ସଙ୍ଗେ ମିଳନରେ ଥିବା ଲୋକ ପରି ଅନ୍ଧ ଓ ସଦାପ୍ରଭୁଙ୍କର ଦାସ ପରି ଅନ୍ଧ କିଏ ?


Swiv nou:

Piblisite


Piblisite