Biblia Todo Logo
Bib sou entènèt

- Piblisite -




ଯିଶାଇୟ 28:1 - ଓଡିଆ ବାଇବେଲ

1 ଇଫ୍ରୟିମର ମତ୍ତ ଲୋକମାନଙ୍କର ଓ ଦ୍ରାକ୍ଷାରସରେ ପରାସ୍ତ ଲୋକମାନଙ୍କର ଦର୍ପସୂଚକ ମୁକୁଟ, ଫଳଶାଳୀ ଉପତ୍ୟକାର ମସ୍ତକରେ ଥିବା ତାହାର ସୁନ୍ଦର ଭୂଷଣ ସ୍ୱରୂପ ମ୍ଳାନପ୍ରାୟ ପୁଷ୍ପ, ସନ୍ତାପର ପାତ୍ର !

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଇଫ୍ରୟିମର ମତ୍ତ ଲୋକମାନଙ୍କର ଓ ଦ୍ରାକ୍ଷାରସରେ ପରାସ୍ତ ଲୋକମାନଙ୍କର ଦର୍ପସୂଚକ ମୁକୁଟ, ଫଳଶାଳୀ ଉପତ୍ୟକାର ମସ୍ତକରେ ଥିବା ତାହାର ସୁନ୍ଦର ଭୂଷଣ ସ୍ଵରୂପ ମ୍ଳାନପ୍ରାୟ ପୁଷ୍ପ, ସନ୍ତାପର ପାତ୍ର !

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଇଫ୍ରୟିମର ମତ୍ତ ଲୋକମାନଙ୍କର ଓ ଦ୍ରାକ୍ଷାରସରେ ପରାସ୍ତ ଲୋକମାନଙ୍କର ଦର୍ପସୂଚକ ମୁକୁଟ, ଫଳଶାଳୀ ଉପତ୍ୟକାର ମସ୍ତକରେ ଥିବା ତାହାର ସୁନ୍ଦର ଭୂଷଣ ସ୍ୱରୂପ ମ୍ଳାନପ୍ରାୟ ପୁଷ୍ପ, ସନ୍ତାପର ପାତ୍ର!

Gade chapit la Kopi

ପବିତ୍ର ବାଇବଲ

1 ଶମରିୟାକୁ ଗ୍ଭହଁ! ଇଫ୍ରୟିମର ମତ୍ତ ଲୋକମାନେ ନିଜ ନଗରୀ ପାଇଁ ଗର୍ବିତ। କାରଣ ପର୍ବତ ଉପରେ ଅବସ୍ଥିତ ଓ ଫଳଶାଳୀ ଉପତ୍ୟକା ବେଷ୍ଟିତ ସେହି ନଗରୀକୁ ଶମରିୟାମାନେ “ରମଣୀୟ ପୁଷ୍କର ମୁକୁଟ” ସଦୃଶ, ମାତ୍ର ସେହି ଭୂଷଣ ସ୍ୱରୂପ ସୁନ୍ଦର ପୁଷ୍ପ ମ୍ଳାନ ହେବ।

Gade chapit la Kopi




ଯିଶାଇୟ 28:1
28 Referans Kwoze  

ଆମ୍ଭମାନଙ୍କ ରାଜାଙ୍କ ଦିନରେ ଅଧିପତିମାନେ ଦ୍ରାକ୍ଷାରସର ଉତ୍ତାପରେ ଆପଣାମାନଙ୍କୁ ପୀଡ଼ିତ କଲେ; ସେ ନିନ୍ଦକମାନଙ୍କ ସଙ୍ଗେ ଆପଣା ହସ୍ତ ବଢ଼ାଇଲା।


ମାତ୍ର ଏମାନେ ହିଁ ଦ୍ରାକ୍ଷାରସରେ ଭ୍ରାନ୍ତ ହୋଇଅଛନ୍ତି ଓ ସୁରାପାନ ଦ୍ୱାରା ବିପଥରେ ଯାଇଅଛନ୍ତି; ଯାଜକ ଓ ଭବିଷ୍ୟଦ୍‍ବକ୍ତା ସୁରାପାନ ଦ୍ୱାରା ଭ୍ରାନ୍ତ ହୋଇଅଛନ୍ତି, ଦ୍ରାକ୍ଷାରସ ସେମାନଙ୍କୁ ଗ୍ରାସ କରିଅଛି, ସୁରାପାନ ଦ୍ୱାରା ସେମାନେ ବିପଥରେ ଯାଇଅଛନ୍ତି; ସେମାନେ ଦର୍ଶନରେ ଭ୍ରାନ୍ତ ହୁଅନ୍ତି, ବିଚାରରେ ଝୁଣ୍ଟି ପଡ଼ନ୍ତି।


ବଡ଼ ବଡ଼ ପାତ୍ରରେ ଦ୍ରାକ୍ଷାରସ ପାନ କରନ୍ତି ଓ ଉତ୍କୃଷ୍ଟ ତୈଳରେ ଆପଣାମାନଙ୍କୁ ମର୍ଦ୍ଦନ କରନ୍ତି; ମାତ୍ର ଯୋଷେଫଙ୍କ କ୍ଲେଶରେ ସେମାନେ ଦୁଃଖିତ ହୁଅନ୍ତି ନାହିଁ।


ନାନା ପ୍ରଧାନ ଗୋଷ୍ଠୀ ମଧ୍ୟରେ ପ୍ରସିଦ୍ଧ, ଯେଉଁମାନଙ୍କ ନିକଟକୁ ଇସ୍ରାଏଲ ବଂଶ ଆସନ୍ତି, ଏପରି ଯେ ସିୟୋନସ୍ଥ ସୁଖରେ ଥିବା ଲୋକମାନେ ଓ ଶମରୀୟା ପର୍ବତସ୍ଥ ନିରାପଦରେ ଥିବା ଲୋକମାନେ, ସେମାନେ ସନ୍ତାପର ପାତ୍ର !


ମାତ୍ର ତୁମ୍ଭେମାନେ ନାସରୀୟ ଲୋକମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦେଲ ଓ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଆଜ୍ଞା ଦେଇ କହିଲ, ‘ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ।’


ଆଉ, ସେମାନେ ପ୍ରତ୍ୟେକ ଯଜ୍ଞବେଦିର ନିକଟରେ ବନ୍ଧକି ବସ୍ତ୍ରର ଉପରେ ଶୟନ କରନ୍ତି, ଆଉ ସେମାନେ ଅର୍ଥଦଣ୍ଡପ୍ରାପ୍ତ ଲୋକମାନଙ୍କର ଦ୍ରାକ୍ଷାରସ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ ପାନ କରନ୍ତି।


ଆମ୍ଭେ ଇସ୍ରାଏଲ ବଂଶ ମଧ୍ୟରେ ଅତି ଭୟଙ୍କର ଏକ ବିଷୟ ଦେଖିଅଛୁ, ସେହି ସ୍ଥାନରେ ଇଫ୍ରୟିମ ମଧ୍ୟରେ ବେଶ୍ୟାବୃତ୍ତି ଦେଖାଯାଏ, ଇସ୍ରାଏଲ ଅଶୁଚି ହୋଇଅଛି।


ପୁଣି, ଇସ୍ରାଏଲର ଦର୍ପ ତାହାର ମୁଖ ଆଗରେ ସାକ୍ଷ୍ୟ ଦିଏ; ଏଥିପାଇଁ ଇସ୍ରାଏଲ ଓ ଇଫ୍ରୟିମ ଆପଣାମାନଙ୍କ ଅଧର୍ମରେ ଝୁଣ୍ଟି ପଡ଼ିବେ।


ବ୍ୟଭିଚାର, ମଦ୍ୟ ଓ ନୂତନ ଦ୍ରାକ୍ଷାରସ ବୁଦ୍ଧି ହରଣ କରେ।


ପୁଣି ସମସ୍ତ ଲୋକ, ଇଫ୍ରୟିମ ଓ ଶମରୀୟାର ନିବାସୀମାନେ ହିଁ ତାହା ଜାଣିବେ; ସେମାନେ ଅହଙ୍କାରରେ ଓ ଦର୍ପଚିତ୍ତରେ କହନ୍ତି,


କାରଣ ବାଳକ ମୋହର ପିତା ଓ ମୋହର ମାତା ବୋଲି ଡାକିବା ପାଇଁ ଜ୍ଞାନ ପାଇବା ପୂର୍ବେ ଦମ୍ମେଶକ ଧନ ଓ ଶମରୀୟାର ଲୁଟିତ ଅଶୂର ରାଜାର ଆଗେ ଆଗେ ବହି ନିଆଯିବ।”


ଯେଉଁମାନେ ଦ୍ରାକ୍ଷାରସ ପାନ କରିବାକୁ ପରାକ୍ରମୀ ଓ ମଦ୍ୟ ମିଶ୍ରିତ କରିବାକୁ ବଳବାନ;


ଯେଉଁମାନେ ସୁରାପାନ କରିବାକୁ ଅତି ପ୍ରଭାତରେ ଉଠନ୍ତି; ଦ୍ରାକ୍ଷାରସରେ ଉତ୍ତପ୍ତ ହେବା ପର୍ଯ୍ୟନ୍ତ ରାତ୍ରିରେ ବିଳମ୍ବ କରନ୍ତି, ସେମାନେ ସନ୍ତାପର ପାତ୍ର !


କାହାର ହାହାକାର ? କାହାର ଓକାର ? କାହାର କଳି ? କାହାର ବକାବକି ? କାହାର ଅକାରଣ କ୍ଷତ ? କାହାର ରକ୍ତବର୍ଣ୍ଣ ଚକ୍ଷୁ ?


କାରଣ ରମଲୀୟର ପୁତ୍ର ପେକହ ଯିହୁଦାରେ ଏକ ଲକ୍ଷ କୋଡ଼ିଏ ହଜାର ବିକ୍ରମଶାଳୀ ଲୋକଙ୍କୁ ଏକ ଦିନରେ ବଧ କଲା; ଯେଣୁ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କୁ ପରିତ୍ୟାଗ କରିଥିଲେ।


ଇସ୍ରାଏଲର ରାଜା ପେକହଙ୍କର ସମୟରେ ଅଶୂରର ରାଜା ତିଗ୍ଲାତ୍‍-ପିଲେସର୍ ଆସି ଇୟୋନ୍‍ ଓ ଆବେଲ୍‍-ବେଥ୍-ମାଖା ଓ ଯାନୋହ ଓ କେଦଶ ଓ ହାସୋର ଓ ଗିଲୀୟଦ ଓ ଗାଲିଲୀ ଓ ସମୁଦାୟ ନପ୍ତାଲି ଦେଶ ହସ୍ତଗତ କଲା; ଆଉ ସେ ଲୋକମାନଙ୍କୁ ବନ୍ଦୀ କରି ଅଶୂରକୁ ନେଇଗଲା।


ପୁଣି ଆମ୍ଭେ ତୁମ୍ଭମାନଙ୍କ ବଳର ଗର୍ବ ଖର୍ବ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ଆକାଶ ଲୌହ ତୁଲ୍ୟ ଓ ଭୂମି ପିତ୍ତଳ ତୁଲ୍ୟ କରିବା।


ଭର୍ତ୍ସନା ଦିନରେ ଇଫ୍ରୟିମ ଧ୍ୱଂସର ସ୍ଥାନ ହେବ; ଯାହା ନିଶ୍ଚୟ ଘଟିବ, ତାହା ଆମ୍ଭେ ଇସ୍ରାଏଲ ଗୋଷ୍ଠୀମାନଙ୍କ ମଧ୍ୟରେ ଜ୍ଞାତ କରାଇଅଛୁ।


ଯାକୁବ ମଧ୍ୟକୁ ପ୍ରଭୁ ଏକ ବାକ୍ୟ ପ୍ରେରଣ କଲେ ଓ ତାହା ଇସ୍ରାଏଲ ଉପରେ ପଡ଼ିଅଛି,


ଏହେତୁ ସଦାପ୍ରଭୁ ତାହାର ପ୍ରତିକୂଳରେ ରତ୍‍ସୀନର ବିପକ୍ଷଗଣକୁ ଉନ୍ନତ କରିବେ ଓ ତାହାର ଶତ୍ରୁଗଣକୁ ଉତ୍ତେଜିତ କରିବେ;


ହେ ଶମରୀୟାର ପର୍ବତବାସିନୀ ବାଶନର ଗାଭୀସବୁ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ତୁମ୍ଭେମାନେ ଦରିଦ୍ରଗଣ ପ୍ରତି ଉପଦ୍ରବ କରୁଅଛ, ଦୀନହୀନମାନଙ୍କୁ ଦଳି ପକାଉଅଛ, ତୁମ୍ଭେମାନେ ଆପଣା ଆପଣା କର୍ତ୍ତାକୁ କହୁଅଛ, “ଆଣ, ଆମ୍ଭେମାନେ ପାନ କରିବା।”


ସେମାନେ ହସ୍ତୀଦନ୍ତ ଶଯ୍ୟାରେ ଶୟନ କରନ୍ତି ଓ ଖଟ ଉପରେ ଆପଣା ଆପଣା ଶରୀର ଲମ୍ବାଉଅଛନ୍ତି, ଆଉ ପଲରୁ ମେଷଶାବକ ଓ ଗୋଠରୁ ଗୋବତ୍ସ ଆଣି ଭୋଜନ କରନ୍ତି;


ପ୍ରଭୁ ସଦାପ୍ରଭୁ ଆପଣା ନାମରେ ଶପଥ କରିଅଛନ୍ତି, ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଏହି କଥା କହନ୍ତି, “ଆମ୍ଭେ ଯାକୁବର ଗୌରବକୁ ଘୃଣା କରୁ ଓ ତାହାର ଅଟ୍ଟାଳିକାସବୁକୁ ତୁଚ୍ଛଜ୍ଞାନ କରୁ; ଏଥିପାଇଁ ଆମ୍ଭେ ନଗର ଓ ତନ୍ମଧ୍ୟସ୍ଥ ଯାବତୀୟକୁ ପର ହସ୍ତରେ ସମର୍ପଣ କରିବା।”


Swiv nou:

Piblisite


Piblisite