Biblia Todo Logo
Bib sou entènèt

- Piblisite -




ଯିଶାଇୟ 28:9 - ଓଡିଆ ବାଇବେଲ

9 ସେ କାହାକୁ ଜ୍ଞାନ ଶିକ୍ଷା ଦେବ ? ସେ କାହାକୁ ସମାଚାର ବୁଝାଇ ଦେବ ? କି ଦୁଗ୍ଧତ୍ୟାଗୀ ଓ ସ୍ତନ୍ୟପାନରୁ ନିବୃତ୍ତ ଶିଶୁମାନଙ୍କୁ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ସେ କାହାକୁ ଜ୍ଞାନ ଶିକ୍ଷା ଦେବ? ସେ କାହାକୁ ସମାଚାର ବୁଝାଇ ଦେବ? କି ଦୁଗ୍ଧତ୍ୟାଗୀ ଓ ସ୍ତନ୍ୟପାନରୁ ନିବୃତ୍ତ ଶିଶୁମାନଙ୍କୁ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 “ସେ କାହାକୁ ଜ୍ଞାନ ଶିକ୍ଷା ଦେବ? ସେ କାହାକୁ ସମାଚାର ବୁଝାଇ ଦେବ? କି ଦୁଗ୍ଧତ୍ୟାଗୀ ଓ ସ୍ତନ୍ୟପାନରୁ ନିବୃତ୍ତ ଶିଶୁମାନଙ୍କୁ?

Gade chapit la Kopi

ପବିତ୍ର ବାଇବଲ

9 “ସଦାପ୍ରଭୁ ଜ୍ଞାନ ଶିକ୍ଷା ଦେବାକୁ ଇଚ୍ଛା କରନ୍ତି ଓ ତାଙ୍କ ସୁସମାଗ୍ଭର ବୁଝାଇବାକୁ ଇଚ୍ଛା କରୁଛନ୍ତି। ମାତ୍ର ଲୋକମାନେ ଦୁ‌ଗ୍‌ଧ ପୋଷ୍ୟ ଶିଶୁ ସଦୃଶ ବୁଝିବାକୁ ଅକ୍ଷମ।

Gade chapit la Kopi




ଯିଶାଇୟ 28:9
21 Referans Kwoze  

ନିଶ୍ଚୟ ମୁଁ ଆପଣା ପ୍ରାଣକୁ ଶାନ୍ତ ଓ କ୍ଷାନ୍ତ କରିଅଛି, ସ୍ତନ୍ୟତ୍ୟାଗୀ ଶିଶୁ ଆପଣା ମାତା ସଙ୍ଗେ ଥିବା ପରି; ମୋ’ ପ୍ରାଣ ମୋ’ ସଙ୍ଗରେ ସ୍ତନ୍ୟତ୍ୟାଗୀ ଶିଶୁ ପରି ଅଛି।


ସେମାନେ ଯେପରି ଶୁଣିବେ, ଏଥିପାଇଁ ମୁଁ କାହାକୁ କହିବି ଓ କାହାକୁ ସାକ୍ଷ୍ୟ ଦେବି ? ଦେଖ, ସେମାନଙ୍କର କର୍ଣ୍ଣ ବନ୍ଦ ଅଛି ଓ ସେମାନେ ଶୁଣି ପାରନ୍ତି ନାହିଁ; ଦେଖ, ସଦାପ୍ରଭୁଙ୍କର ବାକ୍ୟ ସେମାନଙ୍କ ନିକଟରେ ତୁଚ୍ଛନୀୟ ହୋଇଅଛି; ତହିଁରେ ସେମାନଙ୍କର କିଛି ଆହ୍ଲାଦ ନାହିଁ।


ଯେପରି ଭାବବାଦୀ ଯିଶାଇୟଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ବାଦ ବିଶ୍ୱାସ କରିଅଛି ? ଆଉ ପ୍ରଭୁଙ୍କ ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି ?


ସେହି ସମୟରେ ଯୀଶୁ ଉତ୍ତର ଦେଲେ, ପିତଃ, ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏନିମନ୍ତେ ତୁମ୍ଭର ସ୍ତୁତିବାଦ କରୁଅଛି;


ତାହାହେଲେ ସମସ୍ତ ପ୍ରକାର ଦୁଷ୍ଟତା, ଛଳ, କପଟ, ଈର୍ଷା ଓ ପରନିନ୍ଦା ପରିତ୍ୟାଗ କରି


ଆଉ, ସେହି ବିଚାର ଏହି, ଜଗତରେ ଜ୍ୟୋତିଃ ପ୍ରକାଶିତ ହୋଇଅଛି, ଆଉ ଲୋକମାନେ ଜ୍ୟୋତିଃ ଅପେକ୍ଷା ବରଂ ଅନ୍ଧକାରକୁ ଭଲ ପାଇଲେ, ଯେଣୁ ସେମାନଙ୍କର କର୍ମସବୁ ମନ୍ଦ ।


ଭବିଷ୍ୟଦ୍‍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ୱାରା ଯାଜକମାନେ କର୍ତ୍ତୃତ୍ୱ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ ?


ତୁମ୍ଭର ସନ୍ତାନଗଣ ସମସ୍ତେ ସଦାପ୍ରଭୁଙ୍କ ଦ୍ୱାରା ଶିକ୍ଷିତ ହେବେ ଓ ତୁମ୍ଭ ସନ୍ତାନଗଣର ମହାଶାନ୍ତି ହେବ।


ଆମ୍ଭମାନଙ୍କ ସମ୍ବାଦ କିଏ ବିଶ୍ୱାସ କରିଅଛି ? ଓ ସଦାପ୍ରଭୁଙ୍କର ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି ?


ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଶିଶୁ ପରି ଈଶ୍ୱରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ ।


ମୁଁ ଯେପରି କ୍ଳାନ୍ତ ଲୋକକୁ ବାକ୍ୟ ଦ୍ୱାରା ସୁସ୍ଥିର କରି ପାରିବି, ଏଥିପାଇଁ ପ୍ରଭୁ, ସଦାପ୍ରଭୁ ମୋତେ ଶିକ୍ଷିତ ଲୋକମାନଙ୍କର ଜିହ୍ୱା ଦେଇଅଛନ୍ତି; ସେ ପ୍ରତି ପ୍ରଭାତ ଜାଗ୍ରତ କରାନ୍ତି, ଶିକ୍ଷିତ ଲୋକ ପରି ଶୁଣିବା ପାଇଁ ସେ ମୋହର କର୍ଣ୍ଣକୁ ଜାଗ୍ରତ କରାନ୍ତି।


କାରଣ ସେମାନେ ବିଦ୍ୟାକୁ ଘୃଣା କଲେ ଓ ସଦାପ୍ରଭୁଙ୍କ ବିଷୟକ ଭୟ ମନୋନୀତ କଲେ ନାହିଁ;


କାରଣ ତୁମ୍ଭେ ଶିକ୍ଷା ଘୃଣା କରୁଅଛ ଓ ଆମ୍ଭ ବାକ୍ୟ ଆପଣା ପଛେ ପକାଇ ଦେଉଅଛ।


ସଦାପ୍ରଭୁ ତୁମ୍ଭର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ୱରୂପ, ଏହି କଥା କହନ୍ତି; “ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱର, ତୁମ୍ଭକୁ ଉପକାରଜନକ ଶିକ୍ଷା ଦେଉ, ତୁମ୍ଭର ଗନ୍ତବ୍ୟ ପଥରେ ତୁମ୍ଭକୁ ଗମନ କରାଉ।


ପୁଣି, ଯଦ୍ୟପି ପ୍ରଭୁ ତୁମ୍ଭମାନଙ୍କୁ ଦୁଃଖରୂପ ଖାଦ୍ୟ ଓ କ୍ଲେଶରୂପ ଜଳ ଦିଅନ୍ତି, ତଥାପି ତୁମ୍ଭମାନଙ୍କର ଶିକ୍ଷକଗଣ ଆଉ ଗୁପ୍ତ ରହିବେ ନାହିଁ, ମାତ୍ର ତୁମ୍ଭର ଚକ୍ଷୁ ତୁମ୍ଭ ଶିକ୍ଷକଗଣକୁ ଦେଖିବ।


କାରଣ, ତାହାର ପରମେଶ୍ୱର ତାହାକୁ ଯଥାର୍ଥ ଉପଦେଶ ଦିଅନ୍ତି ଓ ସେ ତାହାକୁ ଶିଖାନ୍ତି।


ପୁଣି, ଅନେକ ଗୋଷ୍ଠୀ ଯାଉ ଯାଉ କହିବେ, “ତୁମ୍ଭେମାନେ ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ, ଯାକୁବର ପରମେଶ୍ୱରଙ୍କ ଗୃହକୁ ଯାଉ; ତହିଁରେ ସେ ଆପଣା ପଥ ବିଷୟ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଓ ଆମ୍ଭେମାନେ ତାହାଙ୍କ ମାର୍ଗରେ ଗମନ କରିବା।” କାରଣ ସିୟୋନଠାରୁ ବ୍ୟବସ୍ଥା ଓ ଯିରୂଶାଲମଠାରୁ ସଦାପ୍ରଭୁଙ୍କର ବାକ୍ୟ ନିର୍ଗତ ହେବ।


ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ତୁମ୍ଭେ ଯାଇ ଯିହୁଦାର ଲୋକମାନଙ୍କୁ ଓ ଯିରୂଶାଲମର ନିବାସୀମାନଙ୍କୁ କୁହ, ସଦାପ୍ରଭୁ କହନ୍ତି, ‘ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରିବା ପାଇଁ କି ଶିକ୍ଷା ଗ୍ରହଣ କରିବ ନାହିଁ ?’


Swiv nou:

Piblisite


Piblisite