Biblia Todo Logo
Bib sou entènèt

- Piblisite -




ଯିଶାଇୟ 29:10 - ଓଡିଆ ବାଇବେଲ

10 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଘୋର ନିଦ୍ରାଜନକ ଆତ୍ମା ଢାଳିଅଛନ୍ତି ଓ ତୁମ୍ଭମାନଙ୍କର ଭବିଷ୍ୟଦ୍‍-ବକ୍ତାଗଣରୂପ ଚକ୍ଷୁ ମୁଦ୍ରିତ କରିଅଛନ୍ତି ଓ ଦର୍ଶକଗଣ ସ୍ୱରୂପ ତୁମ୍ଭମାନଙ୍କର ମସ୍ତକ ସେ ଆଚ୍ଛାଦିତ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଘୋର ନିଦ୍ରାଜନକ ଆତ୍ମା ଢାଳିଅଛନ୍ତି ଓ ତୁମ୍ଭମାନଙ୍କର ଭବିଷ୍ୟଦ୍-ବକ୍ତାଗଣରୂପ ଚକ୍ଷୁ ମୁଦ୍ରିତ କରିଅଛନ୍ତି ଓ ଦର୍ଶକଗଣ ସ୍ଵରୂପ ତୁମ୍ଭମାନଙ୍କର ମସ୍ତକ ସେ ଆଚ୍ଛାଦିତ କରିଅଛନ୍ତି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଘୋର ନିଦ୍ରାଜନକ ଆତ୍ମା ଢାଳିଅଛନ୍ତି ଓ ତୁମ୍ଭମାନଙ୍କର ଭବିଷ୍ୟଦ୍‍ବକ୍ତାଗଣରୂପ ଚକ୍ଷୁ ମୁଦ୍ରିତ କରିଅଛନ୍ତି ଓ ଦର୍ଶକଗଣ ସ୍ୱରୂପ ତୁମ୍ଭମାନଙ୍କର ମସ୍ତକ ସେ ଆଚ୍ଛାଦିତ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

10 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଘୋର ନିଦ୍ରାଜନକ ଆତ୍ମା ଢାଳିଛନ୍ତି। ସେ ତୁମ୍ଭମାନଙ୍କର ଭବିଷ୍ୟ‌ଦ୍‌ବକ୍ତାଗଣଙ୍କ ସଦୃଶ ଚକ୍ଷୁ ମୁଦ୍ରିତ କରିବେ। ପୁଣି ଭବିଷ୍ୟ‌ଦ୍‌ବକ୍ତାଙ୍କ ପରି ତୁମ୍ଭମାନଙ୍କର ମସ୍ତକକୁ ଆଚ୍ଛାଦନ କରିବେ।

Gade chapit la Kopi




ଯିଶାଇୟ 29:10
21 Referans Kwoze  

ଯେପରି ଲେଖା ଅଛି, "ଈଶ୍ୱର ଆଜି ପର୍ଯ୍ୟନ୍ତ ସେମାନଙ୍କୁ ଜଡ଼ତାର ଆତ୍ମା ଦେଇଅଛନ୍ତି, ଏପରି ଚକ୍ଷୁ ଦେଇଅଛନ୍ତି, ଯେପରି ସେମାନେ ଦେଖିବେ ନାହିଁ, ଆଉ ଏପରି କର୍ଣ୍ଣ ଦେଇଅଛନ୍ତି, ଯେପରି ସେମାନେ ଶୁଣିବେ ନାହିଁ ।


ସେମାନେ ଜାଣନ୍ତି ନାହିଁ, କିଅବା ବିବେଚନା କରନ୍ତି ନାହିଁ, କାରଣ ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଓ ସେମାନେ ଯେପରି ବୁଝି ନ ପାରିବେ, ଏଥିପାଇଁ ସେମାନଙ୍କର ଚିତ୍ତ ସେ ମୁଦ୍ରିତ କରିଅଛନ୍ତି।


ସେମାନେ ଦର୍ଶକଗଣକୁ କହନ୍ତି, “ତୁମ୍ଭେମାନେ ଦର୍ଶନ କର ନାହିଁ” ଓ ଭବିଷ୍ୟଦ୍‍ବକ୍ତାଗଣଙ୍କୁ କହନ୍ତି, “ତୁମ୍ଭେମାନେ ଆମ୍ଭମାନଙ୍କ ନିକଟରେ ଯଥାର୍ଥ ବାକ୍ୟ ପ୍ରଚାର କର ନାହିଁ, ଆମ୍ଭମାନଙ୍କୁ କୋମଳ କଥା କୁହ ଓ ଭ୍ରାନ୍ତିଜନକ ବାକ୍ୟ ପ୍ରଚାର କର;


(ପୂର୍ବକାଳେ ଇସ୍ରାଏଲ ମଧ୍ୟରେ କାହାରି ପରମେଶ୍ୱରଙ୍କ ନିକଟରେ ପଚାରିବା ପାଇଁ ଯିବାର ହେଲେ, ସେ ଏପରି କହେ, ଆସ, ଆମ୍ଭେମାନେ ଦର୍ଶକ ନିକଟକୁ ଯାଉ; କାରଣ, ବର୍ତ୍ତମାନ ଯାହାକୁ ଭବିଷ୍ୟଦ୍‍ବକ୍ତା କହନ୍ତି, ପୂର୍ବକାଳରେ ତାହାକୁ ଦର୍ଶକ କହୁଥିଲେ)।


ଈଶ୍ୱରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥି ନିମନ୍ତେ ଏହି ଜଗତ୍‍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି ।


ଏଥିପାଇଁ ତୁମ୍ଭେମାନେ ଯେପରି କୌଣସି ଦର୍ଶନ ନ ପାଇବ, ତୁମ୍ଭମାନଙ୍କ ପ୍ରତି ରାତ୍ରି ହେବ ଓ ତୁମ୍ଭେମାନେ ଯେପରି ମନ୍ତ୍ରଶୂନ୍ୟ ହେବ; ଏଥିପାଇଁ ତୁମ୍ଭମାନଙ୍କ ପ୍ରତି ଅନ୍ଧକାର ହେବ; ଆଉ, ଭବିଷ୍ୟଦ୍‍ବକ୍ତାଗଣ ଉପରେ ସୂର୍ଯ୍ୟ ଅସ୍ତଗତ ହେବ ଓ ସେମାନଙ୍କ ଉପରେ ଦିବସ କୃଷ୍ଣବର୍ଣ୍ଣ ହେବ।


ଆଉ, ଭବିଷ୍ୟଦ୍‍ବକ୍ତା ଭ୍ରାନ୍ତ ହୋଇ ଯଦି କୌଣସି କଥା କହେ, ତେବେ ଆମ୍ଭେ ସଦାପ୍ରଭୁ ସେ ଭବିଷ୍ୟଦ୍‍ବକ୍ତାଙ୍କୁ ଭ୍ରାନ୍ତ କରାଇଅଛୁ, ଆମ୍ଭେ ତାହାର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଆମ୍ଭ ଇସ୍ରାଏଲ ଲୋକଙ୍କ ମଧ୍ୟରୁ ତାହାକୁ ବିନଷ୍ଟ କରିବା।


ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଅନ୍ଧାରଗ୍ରସ୍ତ ହେଉ ଓ ସେମାନଙ୍କ କଟିଦେଶକୁ ନିତ୍ୟ କମ୍ପଯୁକ୍ତ କର।


ତହୁଁ ଦାଉଦ ଶାଉଲଙ୍କର ମସ୍ତକ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଲେ ଓ ସେମାନେ ବାହାରିଗଲେ, ମାତ୍ର ସମସ୍ତେ ନିଦ୍ରିତ ଥିବାରୁ କେହି ତାହା ଦେଖିଲା ନାହିଁ, କି ଜାଣିଲା ନାହିଁ, କି କେହି ଜାଗିଲା ନାହିଁ; କାରଣ ସମସ୍ତେ ନିଦ୍ରିତ ଥିଲେ; ଯେହେତୁ ସଦାପ୍ରଭୁ ସେମାନଙ୍କୁ ଘୋର ନିଦ୍ରାଗ୍ରସ୍ତ କରିଥିଲେ।


ପୁଣି, ମୁଁ କହିଲି, ହେ ଯାକୁବର ପ୍ରଧାନବର୍ଗ ଓ ହେ ଇସ୍ରାଏଲ-ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଶୁଣ: ନ୍ୟାୟବିଚାର ଜ୍ଞାତ ହେବାର କି ତୁମ୍ଭମାନଙ୍କର ଉଚିତ୍ ନୁହେଁ ?


ଏହେତୁ ଦେଖ, ଆମ୍ଭେ ଏହି ଲୋକମାନଙ୍କ ମଧ୍ୟରେ ଏକ ଅଦ୍ଭୁତ କର୍ମ, ଅର୍ଥାତ୍‍, ଅଦ୍ଭୁତ ଓ ଆଶ୍ଚର୍ଯ୍ୟ କର୍ମ କରିବା, ପୁଣି, ସେମାନଙ୍କର ଜ୍ଞାନୀ ଲୋକମାନଙ୍କର ଜ୍ଞାନ ବିନଷ୍ଟ ହେବ ଓ ସେମାନଙ୍କର ବିବେକୀ ଲୋକମାନଙ୍କର ବୁଦ୍ଧି ଲୁଚାଯିବ।


ତୁମ୍ଭର ଆଦି ପିତା ପାପ କଲା ଓ ତୁମ୍ଭର ମଧ୍ୟସ୍ଥିମାନେ ଆମ୍ଭ ବିରୁଦ୍ଧରେ ଅଧର୍ମ କରିଅଛନ୍ତି।


ପୁଣି ସଦାପ୍ରଭୁ କହନ୍ତି, “ସେହି ଦିନ ରାଜାର ହୃଦୟ ଓ ଅଧିପତିଗଣର ହୃଦୟ କ୍ଷୟ ପାଇବ ଓ ଯାଜକଗଣ ଚମତ୍କୃତ ହେବେ ଓ ଭବିଷ୍ୟଦ୍‍ବକ୍ତାମାନେ ବିସ୍ମୟାପନ୍ନ ହେବେ।”


ସେମାନେ ଅନ୍ଧ ଲୋକମାନଙ୍କ ପରି ଦାଣ୍ଡରେ ଭ୍ରମଣ କରନ୍ତି, ସେମାନେ ରକ୍ତରେ ଅଶୁଚି ହୋଇଅଛନ୍ତି, ଏଣୁ ଲୋକେ ସେମାନଙ୍କର ବସ୍ତ୍ର ସ୍ପର୍ଶ କରି ନ ପାରନ୍ତି।


ତୁମ୍ଭେମାନେ ବାକ୍ୟ ପ୍ରଚାର ନ କର, ସେମାନେ ଏପରି ପ୍ରଚାର କରନ୍ତି। ଯଦି ଏମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବେ ନାହିଁ ତେବେ ଅପମାନ ଘୁଞ୍ଚିବ ନାହିଁ।


Swiv nou:

Piblisite


Piblisite