Biblia Todo Logo
Bib sou entènèt

- Piblisite -




ଯିଶାଇୟ 3:10 - ଓଡିଆ ବାଇବେଲ

10 ତୁମ୍ଭେମାନେ ଧାର୍ମିକର ବିଷୟରେ କୁହ ଯେ, ତାହାର ମଙ୍ଗଳ ହେବ, ଯେହେତୁ ସେମାନେ ଆପଣା ଆପଣା କର୍ମର ଫଳ ଭୁଞ୍ଜିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତୁମ୍ଭେମାନେ ଧାର୍ମିକର ବିଷୟରେ କୁହ ଯେ, ତାହାର ମଙ୍ଗଳ ହେବ। ଯେହେତୁ ସେମାନେ ଆପଣା ଆପଣା କର୍ମର ଫଳ ଭୁଞ୍ଜିବେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତୁମ୍ଭେମାନେ ଧାର୍ମିକର ବିଷୟରେ କୁହ ଯେ, ତାହାର ମଙ୍ଗଳ ହେବ, ଯେହେତୁ ସେମାନେ ଆପଣା ଆପଣା କର୍ମର ଫଳ ଭୁଞ୍ଜିବେ।

Gade chapit la Kopi

ପବିତ୍ର ବାଇବଲ

10 ଉତ୍ତମ ଲୋକମାନଙ୍କୁ କୁହ, ସେମାନେ ଉତ୍ତମଫଳ ଭୋଗ କରିବେ। ସେମାନେ ସେମାନଙ୍କର ସୁକର୍ମ ଯୋଗୁଁ ପୁରସ୍କୃତ ହେବେ।

Gade chapit la Kopi




ଯିଶାଇୟ 3:10
28 Referans Kwoze  

କାରଣ ଈଶ୍ୱର ତୁମ୍ଭମାନଙ୍କର କର୍ମ, ଆଉ ସାଧୁଲୋକମାନଙ୍କର ସେବା କରିଥିବା ଦ୍ୱାରା ଓ ଯାହା ଏବେ ମଧ୍ୟ କରୁଥିବା ଦ୍ୱାରା ତାହାଙ୍କ ନାମ ପ୍ରତି ତୁମ୍ଭେମାନେ ଯେଉଁ ପ୍ରେମ କରୁଅଛ, ତାହା ଈଶ୍ୱର ଯେ ଭୁଲିଯିବେ, ଏପରି ଅନ୍ୟାୟକାରୀ ସେ ନୁହଁନ୍ତି ।


ଯଦ୍ୟପି ପାପୀ ଶହେ ଥର ଦୁଷ୍କର୍ମ କରି ଦୀର୍ଘଜୀବୀ ହୁଏ, ତଥାପି ମୁଁ ନିଶ୍ଚୟ ଜାଣେ ଯେ, ପରମେଶ୍ୱରଙ୍କ ଭୟକାରୀମାନେ ତାହାଙ୍କ ଛାମୁରେ ଭୀତ ହୁଅନ୍ତି ବୋଲି ସେମାନଙ୍କର ମଙ୍ଗଳ ହେବ;


ସେତେବେଳେ ତୁମ୍ଭେମାନେ, ଧାର୍ମିକ ଓ ଦୁଷ୍ଟ, ଯେ ପରମେଶ୍ୱରଙ୍କ ସେବା କରେ ଓ ଯେ ତାହାଙ୍କର ସେବା ନ କରେ, ସେମାନଙ୍କ ମଧ୍ୟରେ ପ୍ରଭେଦ ଦେଖିବ।


ହେ ଦେଶସ୍ଥ ନମ୍ର ଲୋକମାନେ, ତାହାଙ୍କର ଶାସନ ପାଳନ କରିଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କର ଅନ୍ଵେଷଣ କର, ଧର୍ମର ଅନ୍ଵେଷଣ କର, ନମ୍ରତାର ଅନ୍ଵେଷଣ କର; ହୋଇପାରେ, ସଦାପ୍ରଭୁଙ୍କ କ୍ରୋଧର ଦିନରେ ତୁମ୍ଭେମାନେ ଗୁପ୍ତ ସ୍ଥାନରେ ରଖାଯିବ।


ସଦାପ୍ରଭୁ କହିଲେ, “ଆମ୍ଭେ ନିଶ୍ଚୟ ମଙ୍ଗଳ ନିମନ୍ତେ ତୁମ୍ଭକୁ ସବଳ କରିବା; ଆମ୍ଭେ ନିଶ୍ଚୟ ବିପଦ ଓ ଦୁର୍ଦ୍ଦଶା ସମୟରେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭ ନିକଟରେ ବିନତି କରାଇବା।


ପୁଣି, ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭେ ନଗରର ମଧ୍ୟ ଦେଇ, ଯିରୂଶାଲମର ମଧ୍ୟ ଦେଇ ଯାଅ ଓ ତହିଁ ମଧ୍ୟରେ କୃତ ସକଳ ଘୃଣାଯୋଗ୍ୟ କ୍ରିୟା ସକାଶୁ ଯେଉଁ ଲୋକମାନେ ଦୀର୍ଘ ନିଃଶ୍ୱାସ ଛାଡ଼ନ୍ତି ଓ କାତରୋକ୍ତି କରନ୍ତି, ସେମାନଙ୍କର କପାଳରେ ଚିହ୍ନ ଦିଅ।”


ଦୁଷ୍ଟ ସହିତ ଧାର୍ମିକକୁ ବିନାଶ କରିବାର କର୍ମ ଆପଣଙ୍କଠାରୁ ଦୂରେ ଥାଉ ଓ ଧାର୍ମିକକୁ ଦୁଷ୍ଟର ସମାନ କରିବା ଆପଣଙ୍କଠାରୁ ଦୂରେ ଥାଉ। ସମସ୍ତ ପୃଥିବୀର ବିଚାରକର୍ତ୍ତା କି ନ୍ୟାୟ ବିଚାର କରିବେ ନାହିଁ ?”


ପୁଣି, ପରମେଶ୍ୱର ସେହି ଧାତ୍ରୀମାନଙ୍କର ମଙ୍ଗଳ କଲେ, ତହିଁରେ ଲୋକମାନେ ଅତ୍ୟନ୍ତ ବୃଦ୍ଧି ପାଇ ଅତିଶୟ ବଳବାନ ହେଲେ।


ତୁମ୍ଭେ ତାହା ଭୋଜନ କରିବ ନାହିଁ ତହିଁରେ ତୁମ୍ଭେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ତୁମ୍ଭର ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ମଙ୍ଗଳ ହେବ।


ତହିଁରେ ଲୋକମାନେ କହିବେ, ନିଶ୍ଚୟ ଧାର୍ମିକ ଲୋକ ପାଇଁ ପୁରସ୍କାର ଅଛି; ନିଶ୍ଚୟ ପୃଥିବୀରେ ବିଚାରକର୍ତ୍ତା ଏକ ପରମେଶ୍ୱର ଅଛନ୍ତି।


ମନୁଷ୍ୟ ଆପଣା ମୁଖର ଫଳ ଦ୍ୱାରା ମଙ୍ଗଳରେ ପରିତୃପ୍ତ ହେବ, ପୁଣି, ମନୁଷ୍ୟର ହସ୍ତକୃତ କର୍ମଫଳ ତାହାକୁ ଦିଆଯିବ।


ପାପୀମାନଙ୍କ ପଛେ ମନ୍ଦ ଗୋଡ଼ାଏ; ମାତ୍ର ଧାର୍ମିକମାନଙ୍କୁ ମଙ୍ଗଳରୂପ ପୁରସ୍କାର ଦତ୍ତ ହେବ।


ମରଣ ଓ ଜୀବନ ଜିହ୍ୱାର ଅଧୀନ; ଯେଉଁମାନେ ତାକୁ ଭଲ ଜାଣନ୍ତି, ସେମାନେ ତାହାର ଫଳ ଭୋଗିବେ।


ଯେକୌଣସି ଅସ୍ତ୍ର ତୁମ୍ଭ ପ୍ରତିକୂଳରେ ନିର୍ମିତ ହୁଏ, ତାହା ସାର୍ଥକ ହେବ ନାହିଁ ଓ ଯେ ପ୍ରତ୍ୟେକ ଜିହ୍ୱା ବିଚାରରେ ତୁମ୍ଭ ବିରୁଦ୍ଧରେ ଉଠେ, ତୁମ୍ଭେ ତାହାକୁ ଦୋଷୀ କରିବ। ସଦାପ୍ରଭୁଙ୍କ ଦାସମାନଙ୍କର ଅଧିକାର ଓ ଆମ୍ଭ ଦତ୍ତ ସେମାନଙ୍କର ଧାର୍ମିକତା ଏହି,” ଏହା ସଦାପ୍ରଭୁ କହନ୍ତି।


ମାତ୍ର ଆମ୍ଭେ ଆଜ୍ଞା ଦେଇ ସେମାନଙ୍କୁ ଏହି କଥା କହିଲୁ, ‘ତୁମ୍ଭେମାନେ ଆମ୍ଭ ରବରେ ଅବଧାନ କର, ତହିଁରେ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଯେ ଯେ ପଥରେ ଚାଲିବାକୁ ଆଜ୍ଞା କରୁ, ସେସବୁ ପଥରେ ତୁମ୍ଭେମାନେ ଚାଲ, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।’


ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭମାନଙ୍କ କର୍ମର ଫଳାନୁସାରେ ତୁମ୍ଭମାନଙ୍କୁ ଶାସ୍ତି ଦେବା; ପୁଣି, ଆମ୍ଭେ ତାହାର ବନରେ ଅଗ୍ନି ଜ୍ୱଳାଇବା, ତହିଁରେ ତାହା ତାହାର ଚତୁର୍ଦ୍ଦିଗସ୍ଥ ସକଳ ଗ୍ରାସ କରିବ।”


ତୁମ୍ଭେ ଏରସ କାଷ୍ଠ ବିଷୟରେ ବଡ଼ ହେବା ପାଇଁ ଯତ୍ନ କରିବା ହେତୁରୁ କି ରାଜତ୍ୱ କରିବ ? ତୁମ୍ଭର ପିତା କି ଭୋଜନ ପାନ କରି ବିଚାର ଓ ଧର୍ମାଚରଣ କଲା ନାହିଁ ? ତହିଁରେ ତାହାର ମଙ୍ଗଳ ହେଲା।


ଯେଉଁ ପ୍ରାଣୀ ପାପ କରେ, ସେହି ମରିବ; ପୁତ୍ର ପିତାର ଅଧର୍ମର ଭାର ବହିବ ନାହିଁ କିଅବା ପିତା ପୁତ୍ରର ଅଧର୍ମର ଭାର ବହିବ ନାହିଁ; ଧାର୍ମିକର ଧାର୍ମିକତା ତାହାରି ଉପରେ ବର୍ତ୍ତିବ ଓ ଦୁଷ୍ଟର ଦୁଷ୍ଟତା ତାହାରି ଉପରେ ବର୍ତ୍ତିବ।


ତଥାପି ନିବାସୀଗଣର ସକାଶୁ ସେମାନଙ୍କ କ୍ରିୟାର ଫଳ ସ୍ୱରୂପେ ଦେଶ ଧ୍ୱଂସସ୍ଥାନ ହେବ।


ଧାର୍ମିକର ମସ୍ତକରେ ଆଶୀର୍ବାଦ ବର୍ତ୍ତେ; ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ୟ ଢାଙ୍କେ।


ସେ ତାହାକୁ ମଧ୍ୟ କହିଲେ, ତୁମ୍ଭେ ସୁଦ୍ଧା ପାଞ୍ଚୋଗୋଟି ନଗର ଉପରେ ଅଧିକାରପ୍ରାପ୍ତ ହୁଅ ।


Swiv nou:

Piblisite


Piblisite