Biblia Todo Logo
Bib sou entènèt

- Piblisite -




ଯିଶାଇୟ 30:13 - ଓଡିଆ ବାଇବେଲ

13 ଏଥିପାଇଁ ଉଚ୍ଚ ଭିତ୍ତିର ପତନଶୀଳ ଯେଉଁ ଟୋଲା ଫାଟ, ହଠାତ୍‍ ଏକାବେଳେ ଭାଙ୍ଗି ପଡ଼େ, ତାହାରି ତୁଲ୍ୟ ଏହି ଅପରାଧ ତୁମ୍ଭମାନଙ୍କ ପ୍ରତି ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଏଥିପାଇଁ ଉଚ୍ଚ ଭିତ୍ତିର ପତନଶୀଳ ଯେଉଁ ଟୋଲା ଫାଟ, ହଠାତ୍ ଏକାବେଳେ ଭାଙ୍ଗି ପଡ଼େ, ତାହାରି ତୁଲ୍ୟ ଏହି ଅପରାଧ ତୁମ୍ଭମାନଙ୍କ ପ୍ରତି ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏଥିପାଇଁ ଉଚ୍ଚ ଭିତ୍ତିର ପତନଶୀଳ ଯେଉଁ ଟୋଲା ଫାଟ, ହଠାତ୍‍ ଏକାବେଳେ ଭାଙ୍ଗି ପଡ଼େ, ତାହାରି ତୁଲ୍ୟ ଏହି ଅପରାଧ ତୁମ୍ଭମାନଙ୍କ ପ୍ରତି ହେବ।

Gade chapit la Kopi

ପବିତ୍ର ବାଇବଲ

13 ସେହି ପାପ ପତନ ହେବ, ଠିକ୍ ଯେପରି ଉଚ୍ଚ କାନ୍ଥରେ ଫାଟ ଦେଇ ପାଣି ପ୍ରବେଶ କରିବ ଏବଂ ଶୀଘ୍ର ପତନ ଘଟିବ।

Gade chapit la Kopi




ଯିଶାଇୟ 30:13
19 Referans Kwoze  

ମାତ୍ର ତୁମ୍ଭ ଶତ୍ରୁଗଣର ଲୋକସମୂହ ସୂକ୍ଷ୍ମ ଧୂଳିର ନ୍ୟାୟ ହେବ ଓ ଭୟଙ୍କରମାନଙ୍କର ଲୋକସମୂହ ଉଡ଼ିଯିବା ତୁଷ ପରି ହେବ; ଏକ ନିମିଷରେ ହଠାତ୍‍ ଏହା ଘଟିବ।


ଯେଉଁ ଲୋକ ଥରକୁ ଥର ଅନୁଯୋଗ ପାଇଲେ ହେଁ ଆପଣା ଗ୍ରୀବା ଶକ୍ତ କରେ, ସେ ପ୍ରତିକାର ବିନୁ ହଠାତ୍‍ ଭଗ୍ନ ହେବ।


ନଇଁ ପଡ଼ିଥିବା କାନ୍ଥ ଓ ଟଳଟଳ ପ୍ରାଚୀର ତୁଲ୍ୟ ଜଣେ ମନୁଷ୍ୟକୁ ବଧ କରିବା ପାଇଁ ତୁମ୍ଭେ ସମସ୍ତେ କେତେ କାଳ ଲାଗିଥିବ ?


ମାତ୍ର ଅବଶିଷ୍ଟ ସମସ୍ତେ ଅଫେକକୁ ପଳାଇ ନଗରରେ ପ୍ରବେଶ କଲେ; ଆଉ ଅବଶିଷ୍ଟ ସତାଇଶି ହଜାର ଲୋକଙ୍କ ଉପରେ ପାଚେରୀ ପଡ଼ିଲା। ପୁଣି, ବିନ୍‍ହଦଦ୍‍ ପଳାଇ ନଗରରେ ପ୍ରବେଶ କରି ଗୋଟିଏ ଭିତର କୋଠରିକୁ ଗଲା।


କିନ୍ତୁ ଯେ ଶୁଣି ପାଳନ କରେ ନାହିଁ, ସେ ମୂଳଦୁଆ ନ ବସାଇ ମାଟି ଉପରେ ଘର ନିର୍ମାଣକାରୀ ଲୋକ ପରି; ବନ୍ୟା ଜଳ ସେହି ଘର ଉପରେ ପ୍ରବଳଭାବରେ ଧକ୍କା ମାରିବାରୁ ସେହିକ୍ଷଣି ତାହା ପଡ଼ିଗଲା ଓ ତାହାର ବିନାଶ ଭୟଙ୍କର ହେଲା ।


ବର୍ଷା ହେଲା, ବଢ଼ି ଆସିଲା ପୁଣି, ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଗଲା, ପୁଣି, ତାହାର ପତନ ଭୟଙ୍କର ହେଲା ।


କୋପ ଅଛି, ଯେପରି ତୁମ୍ଭେ ଆପଣା ପ୍ରଚୁରତା ଦ୍ୱାରା ଭ୍ରାନ୍ତ ନ ହୁଅ; କିଅବା ପ୍ରାୟଶ୍ଚିତ୍ତର ମହତ୍ତ୍ୱ ତୁମ୍ଭକୁ ନ ଭୁଲାଏ, ଏଥିପାଇଁ ସାବଧାନ।


ସେମାନେ କେବଳ ତାହାର ଉଚ୍ଚ ପଦରୁ ତାହାକୁ ନିପାତ କରିବାକୁ ମନ୍ତ୍ରଣା କରନ୍ତି; ସେମାନେ ମିଥ୍ୟା କଥାରେ ସନ୍ତୁଷ୍ଟ; ସେମାନେ ମୁଖରେ ଆଶୀର୍ବାଦ କରନ୍ତି, ମାତ୍ର ଅନ୍ତରରେ ଅଭିଶାପ ଦିଅନ୍ତି। [ସେଲା]


ଏଣୁ ତାହାର ବିପଦ ହଠାତ୍‍ ଉପସ୍ଥିତ ହେବ, ପୁଣି, ସେ ପ୍ରତିକାର ବିନା ଅକସ୍ମାତ୍‍ ଭଗ୍ନ ହେବ।


ପୁଣି, ସୈନ୍ୟାଧିପତି ସଦାପ୍ରଭୁ ସ୍ୱୟଂ ଆମ୍ଭ କର୍ଣ୍ଣଗୋଚରରେ ପ୍ରକାଶ କଲେ, ନିଶ୍ଚୟ ତୁମ୍ଭମାନଙ୍କର ମରଣକାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ଏହି ଅପରାଧ କ୍ଷମା ହେବ ନାହିଁ, ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଏରୂପ କହନ୍ତି।


କାରଣ ଦେଖ, ସଦାପ୍ରଭୁ ପୃଥିବୀ ନିବାସୀମାନଙ୍କର ଅପରାଧ ସକାଶେ ସେମାନଙ୍କୁ ଶାସ୍ତି ଦେବା ପାଇଁ ଆପଣା ସ୍ଥାନରୁ ବାହାର ହୋଇ ଆସୁଅଛନ୍ତି; ପୃଥିବୀ ହିଁ ଆପଣା ମଧ୍ୟସ୍ଥ ରକ୍ତ ପ୍ରକାଶ କରିବ ଓ ଆପଣା ହତ ଲୋକମାନଙ୍କୁ ଆଉ ଆଚ୍ଛାଦନ କରିବ ନାହିଁ।”


ଆହୁରି, ଯେଉଁ ଦିନ ସଦାପ୍ରଭୁ ଆପଣା ଲୋକମାନଙ୍କର ଆଘାତ ସ୍ଥାନ ବାନ୍ଧିବେ ଓ ପ୍ରହାରଜାତ ସେମାନଙ୍କ କ୍ଷତ ସୁସ୍ଥ କରିବେ, ସେହି ଦିନରେ ଚନ୍ଦ୍ରମାର ଦୀପ୍ତି ସୂର୍ଯ୍ୟର ଦୀପ୍ତି ତୁଲ୍ୟ ହେବ, ଆଉ ସୂର୍ଯ୍ୟର ଦୀପ୍ତି ସାତ ଦିନର ଦୀପ୍ତି ତୁଲ୍ୟ ସପ୍ତଗୁଣ ହେବ।


ଏହେତୁ ତୁମ୍ଭ ପ୍ରତି ଦୁର୍ଦ୍ଦଶା ଘଟିବ, ତୁମ୍ଭେ ତହିଁର ଉଦୟ ଜାଣିବ ନାହିଁ; ପୁଣି, ତୁମ୍ଭ ଉପରେ ବିପଦ ପଡ଼ିବ, ତୁମ୍ଭେ ତାହା ଦୂର କରି ପାରିବ ନାହିଁ; ଆଉ, ଯାହା ତୁମ୍ଭେ ଜାଣୁ ନାହଁ, ଏପରି ବିନାଶ ହଠାତ୍‍ ତୁମ୍ଭ ଉପରେ ଘଟିବ।


ଆମ୍ଭେ ପୂର୍ବ କାଳର କଥା ପ୍ରାଚୀନ କାଳରୁ ପ୍ରକାଶ କରିଅଛୁ; ହଁ, ତାହା ଆମ୍ଭ ମୁଖରୁ ନିର୍ଗତ ହେଲା ଓ ତାହା ଆମ୍ଭେ ପ୍ରକାଶ କଲୁ; ଆମ୍ଭେ ତାହା କଲୁ ଓ ଅକସ୍ମାତ୍‍ ସେହି ସବୁ ଘଟିଲା।


ପୁଣି, ତୁମ୍ଭ ବଂଶୀୟ ଲୋକେ ପୁରାତନ ଉତ୍ସନ୍ନ ସ୍ଥାନସକଳ ପୁନଃନିର୍ମାଣ କରିବେ; ତୁମ୍ଭେ ପୂର୍ବ କାଳର ଅନେକ ଭିତ୍ତିମୂଳର ଉପରେ ଗାନ୍ଥିବ; ପୁଣି, “ଭଗ୍ନ-ପ୍ରାଚୀର ନିର୍ମାଣକାରୀ ଓ ନିବାସ ନିମନ୍ତେ ପୁନଃ ପଥ ସଂସ୍ଥାପନକାରୀ ବୋଲି ବିଖ୍ୟାତ ହେବ।”


ସଦାପ୍ରଭୁ କହନ୍ତି, “ପର୍ବତଗଣ ଉପରେ ଧୂପ ଜ୍ୱଳାଇ ଅଛ ଓ ଉପପର୍ବତଗଣ ଉପରେ ଆମ୍ଭକୁ ନିନ୍ଦା କରିଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅପରାଧ ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ଅପରାଧସକଳର ପ୍ରତିଫଳ ଆମ୍ଭେ ଏକାବେଳେ ଦେବା; ଏନିମନ୍ତେ ଆମ୍ଭେ ପ୍ରଥମେ ସେମାନଙ୍କ କ୍ରିୟାର ପରିମାଣ କରି ସେମାନଙ୍କ କୋଳରେ ଦେବା।”


Swiv nou:

Piblisite


Piblisite