Biblia Todo Logo
Bib sou entènèt

- Piblisite -




ଯିଶାଇୟ 30:2 - ଓଡିଆ ବାଇବେଲ

2 ସେମାନେ ଆମ୍ଭକୁ ନ ପଚାରି ଫାରୋର ବଳରେ ଆପଣାମାନଙ୍କୁ ବଳିଷ୍ଠ କରିବାକୁ ଓ ମିସରର ଛାୟାରେ ଆଶ୍ରୟ ନେବାକୁ ମିସରକୁ ଯିବା ନିମନ୍ତେ ଯାତ୍ରା କରୁଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେମାନେ ଆମ୍ଭକୁ ନ ପଚାରି ଫାରୋର ବଳରେ ଆପଣାମାନଙ୍କୁ ବଳିଷ୍ଠ କରିବାକୁ ଓ ମିସରର ଛାୟାରେ ଆଶ୍ରୟ ନେବାକୁ ମିସରକୁ ଯିବା ନିମନ୍ତେ ଯାତ୍ରା କରୁଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେମାନେ ଆମ୍ଭକୁ ନ ପଚାରି ଫାରୋର ବଳରେ ଆପଣାମାନଙ୍କୁ ବଳିଷ୍ଠ କରିବାକୁ ଓ ମିସରର ଛାୟାରେ ଆଶ୍ରୟ ନେବାକୁ ମିସରକୁ ଯିବା ନିମନ୍ତେ ଯାତ୍ରା କରୁଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

2 ଏହି ସନ୍ତାନଗଣ ମୋତେ ନ ପଗ୍ଭରି ଫାରୋଙ୍କ ବଳରେ ବଳୀୟାନ ହେବାକୁ ଓ ମିଶରରେ ଆଶ୍ରୟ ନେବାକୁ ମିଶର ଯାତ୍ରା କରନ୍ତି।

Gade chapit la Kopi




ଯିଶାଇୟ 30:2
26 Referans Kwoze  

ଦେଖ, ତୁମ୍ଭେ ଏହି ଛେଚାନଳର ଯଷ୍ଟି ରୂପ ମିସର ଉପରେ ନିର୍ଭର କରୁଅଛ; ମାତ୍ର କେହି ତହିଁ ଉପରେ ଆଉଜିଲେ, ତାହା ତାହାର ହାତରେ ପଶି ଫୋଡ଼ି ପକାଇବ; ଯେଉଁମାନେ ମିସ୍ରୀୟ ରାଜା ଫାରୋ ଉପରେ ନିର୍ଭର ରଖନ୍ତି, ସେସମସ୍ତଙ୍କ ପ୍ରତି ସେ ତ ଏହି ପ୍ରକାର।


ମିସର ଦେଶରେ ଉପସ୍ଥିତ ହେଲେ, କାରଣ ସେମାନେ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ; ଆଉ, ସେମାନେ ତଫନ୍‍ହେଷର ପର୍ଯ୍ୟନ୍ତ ଗଲେ।


ପୁଣି, ସେ ଇଲୀୟାସର ଯାଜକ ସମ୍ମୁଖରେ ଠିଆ ହେବ ଓ ଇଲୀୟାସର ତାହା ପାଇଁ ଊରୀମର ବିଚାର ଦ୍ୱାରା ସଦାପ୍ରଭୁଙ୍କ ସମ୍ମୁଖରେ ପଚାରିବ; ସେମାନେ, ଅର୍ଥାତ୍‍, ସେ ଓ ତାହା ସହିତ ଇସ୍ରାଏଲ ସନ୍ତାନଗଣର ସମୁଦାୟ ମଣ୍ଡଳୀ, ଉଭୟ ତାହାର ଆଜ୍ଞାରେ ବାହାରକୁ ଯିବେ ଓ ତାହାର ଆଜ୍ଞାରେ ଭିତରକୁ ଆସିବେ।”


ଆମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ତାହାର ଛାୟା ତଳେ ବଞ୍ଚିବା ବୋଲି ଯାହାର ବିଷୟରେ କହିଲୁ, ଆମ୍ଭମାନଙ୍କ ନାସାର ନିଃଶ୍ୱାସ ସ୍ୱରୂପ, ସଦାପ୍ରଭୁଙ୍କର ସେହି ଅଭିଷିକ୍ତ ଲୋକ ସେମାନଙ୍କ ଗର୍ତ୍ତରେ ଧରାଗଲା।


ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିରୁଦ୍ଧରେ ପ୍ରବଞ୍ଚନା କରିଅଛ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟକୁ ମୋତେ ପଠାଇ କହିଲ, ‘ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା ଯାହା କହିବେ, ତଦନୁସାରେ ଆମ୍ଭମାନଙ୍କୁ ଜଣାଅ, ଆମ୍ଭେମାନେ ତାହା କରିବୁ।’


“ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭମାନଙ୍କର ନିବେଦନ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆପଣ ଆମ୍ଭମାନଙ୍କ ନିମନ୍ତେ, ଅର୍ଥାତ୍‍, ଅବଶିଷ୍ଟ ଏହିସକଳ ଲୋକଙ୍କ ନିମନ୍ତେ ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରନ୍ତୁ; କାରଣ ଆପଣ ସ୍ୱଚକ୍ଷୁରେ ଆମ୍ଭମାନଙ୍କୁ ଦେଖୁଅଛନ୍ତି, ଆମ୍ଭେମାନେ ଅନେକ ଥିଲୁ, ଏବେ ଅଳ୍ପମାତ୍ର ରହିଅଛୁ।


ଆଉ, ଫାରୋର ସୈନ୍ୟ ମିସର ଦେଶରୁ ବାହାର ହୋଇ ଆସିଥିଲେ; ଏଣୁ ଯିରୂଶାଲମ ଅବରୋଧକାରୀ କଲ୍‍ଦୀୟମାନେ ସେମାନଙ୍କର ସମାଚାର ଶୁଣି ଯିରୂଶାଲମରୁ ଚାଲିଗଲେ।


“ଯଥା, ବିନୟ କରୁଅଛୁ, ତୁମ୍ଭେ ଆମ୍ଭମାନଙ୍କ ପକ୍ଷରୁ ସଦାପ୍ରଭୁଙ୍କୁ ପଚାର; କାରଣ ବାବିଲର ରାଜା ନବୂଖଦ୍‍ନିତ୍ସର ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛି; କେଜାଣି ସଦାପ୍ରଭୁ ଆପଣାର ସକଳ ଆଶ୍ଚର୍ଯ୍ୟ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରିବେ, ତାହାହେଲେ ସେ ଆମ୍ଭମାନଙ୍କ ନିକଟରୁ ଉଠି ପ୍ରସ୍ଥାନ କରିବ,” ସେସମୟରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା।


ତେବେ କିପରି ତୁମ୍ଭେ ମୋ’ ପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ ଏକ କ୍ଷୁଦ୍ରତମ ସେନାପତିକୁ ବିମୁଖ କରି ପାରିବ, ଆଉ ରଥ ଓ ଅଶ୍ୱାରୋହୀ ନିମନ୍ତେ ମିସର ଉପରେ ବିଶ୍ୱାସ କରିବ ?


ଆଃ ! କୂଶଦେଶୀୟ ନଦୀଗଣର ସେପାରିସ୍ଥିତ ପକ୍ଷର ଶବ୍ଦବିଶିଷ୍ଟ ଦେଶ;


ମନ୍ତ୍ରଣା ଦିଅ, ବିଚାର କର; ମଧ୍ୟାହ୍ନ କାଳର ଆପଣା ଛାୟାକୁ ରାତ୍ରି ତୁଲ୍ୟ କର; ବହିଷ୍କୃତ ଲୋକମାନଙ୍କୁ ଲୁଚାଅ; ଭ୍ରମଣକାରୀମାନଙ୍କୁ ପ୍ରକାଶ କର ନାହିଁ।


ଏଥିଉତ୍ତାରେ ଅଶୂରର ରାଜା ହୋଶେୟଙ୍କଠାରେ ଚକ୍ରାନ୍ତ ଭାବ ଦେଖିଲା; କାରଣ ସେ ମିସରର ସୋ ରାଜା ନିକଟକୁ ଦୂତଗଣ ପଠାଇଲେ, ପୁଣି ଅଶୂରର ରାଜାକୁ ଯେପରି ବର୍ଷକୁ ବର୍ଷ ଦର୍ଶନୀ ଦେଉଥିଲେ, ସେପରି ଆଉ ଦେଲେ ନାହିଁ; ଏଣୁ ଅଶୂରର ରାଜା ତାଙ୍କୁ ରୁଦ୍ଧ କରି କାରାଗାରରେ ବନ୍ଦ କଲା।


ମାତ୍ର ଯିହୋଶାଫଟ୍‍ କହିଲେ, “ଏମାନଙ୍କ ବ୍ୟତୀତ ଯାହାକୁ ଆମ୍ଭେମାନେ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି ଭବିଷ୍ୟଦ୍‍ବକ୍ତା କି କେହି ଏଠାରେ ନାହିଁ ?”


ତହିଁରେ କଣ୍ଟକଲତା ବୃକ୍ଷମାନଙ୍କୁ କହିଲା, ଯେବେ ତୁମ୍ଭେମାନେ ମୋତେ ତୁମ୍ଭମାନଙ୍କ ଉପରେ ସତ୍ୟରେ ରାଜା କରିବାକୁ ଅଭିଷେକ କର, ତେବେ ଆସି ମୋର ଛାୟାରେ ଆଶ୍ରୟ ନିଅ; ନୋହିଲେ କଣ୍ଟକଲତାରୁ ଅଗ୍ନି ବାହାରି ଲିବାନୋନର ଏରସ ବୃକ୍ଷମାନଙ୍କୁ ଗ୍ରାସ କରୁ।


ତହିଁରେ (ଇସ୍ରାଏଲ) ଲୋକମାନେ ସେମାନଙ୍କ ପାଥେୟ ଦ୍ରବ୍ୟ ଗ୍ରହଣ କଲେ, ଆଉ ସଦାପ୍ରଭୁଙ୍କ ମୁଖରୁ ପରାମର୍ଶ ଲୋଡ଼ିଲେ ନାହିଁ।


ଆଉ ଯେଉଁ ପଥ ବିଷୟରେ ମୁଁ ତୁମ୍ଭକୁ କହିଲି ଯେ, “ତୁମ୍ଭେ ଆଉ ତାହା ଦେଖିବ ନାହିଁ, ସଦାପ୍ରଭୁ ସେହି ପଥ ଦେଇ ଜାହାଜରେ ପୁନର୍ବାର ମିସରକୁ ତୁମ୍ଭକୁ ଆଣିବେ; ପୁଣି, ସେଠାରେ ତୁମ୍ଭେମାନେ ଆପଣା ଶତ୍ରୁମାନଙ୍କ ହସ୍ତରେ ଆପଣା ଆପଣାକୁ ଦାସ ଓ ଦାସୀ ରୂପେ ବିକିବ, ମାତ୍ର କେହି ତୁମ୍ଭମାନଙ୍କୁ କିଣିବ ନାହିଁ।”


ଦେଖ, ତୁମ୍ଭେ ଏହି ଛେଚାନଳର ଯଷ୍ଟି ରୂପ ମିସର ଉପରେ ନିର୍ଭର କରୁଅଛ; ମାତ୍ର କେହି ତହିଁ ଉପରେ ଆଉଜିଲେ, ତାହା ତାହାର ହାତରେ ପଶି ଫୋଡ଼ି ପକାଇବ। ଯେଉଁମାନେ ମିସ୍ରୀୟ ରାଜା ଫାରୋ ଉପରେ ନିର୍ଭର ରଖନ୍ତି, ସେସମସ୍ତଙ୍କ ପ୍ରତି ସେ ତ ଏହି ପ୍ରକାର।


ପୁଣି, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ କହିବେ, ଯେଉଁ ଭୂତୁଡ଼ିଆ ଓ ଗୁଣିଆମାନେ ଗଣ ଗଣ ଓ ଫୁସ୍‍ ଫୁସ୍‍ କରି କହନ୍ତି, ସେମାନଙ୍କର ଅନ୍ଵେଷଣ କର; (ତୁମ୍ଭେମାନେ କୁହ) ଲୋକମାନେ କ’ଣ ଆପଣାମାନଙ୍କ ପରମେଶ୍ୱରଙ୍କ ଅନ୍ଵେଷଣ କରିବେ ନାହିଁ ? ସେମାନେ କ’ଣ ଜୀବିତମାନଙ୍କ ସପକ୍ଷରେ ମୃତମାନଙ୍କର ଅନ୍ଵେଷଣ କରିବେ ?


ଆଉ, ଏବେ ଶୀହୋରର ଜଳ ପାନ କରିବା ନିମନ୍ତେ ତୁମ୍ଭେ ମିସରର ପଥରେ କାହିଁକି ଯାଉଅଛ ? ଅଥବା ଫରାତ୍‍ ନଦୀର ଜଳ ପାନ କରିବା ନିମନ୍ତେ ତୁମ୍ଭେ ଅଶୂରର ପଥରେ କାହିଁକି ଯାଉଅଛ ?


‘ନା; ମାତ୍ର ଆମ୍ଭେମାନେ ମିସର ଦେଶକୁ ଯିବା, ସେଠାରେ ଆମ୍ଭେମାନେ ଯୁଦ୍ଧ ଦେଖିବା ନାହିଁ, କି ତୂରୀ ଶବ୍ଦ ଶୁଣିବା ନାହିଁ, କିଅବା ଖାଦ୍ୟର ଅଭାବ ଭୋଗିବା ନାହିଁ; ଆଉ, ସେଠାରେ ଆମ୍ଭେମାନେ ବାସ କରିବା।’


ସେମାନେ ସନ୍ତାପର ପାତ୍ର ! କାରଣ ସେମାନେ ଆମ୍ଭ ନିକଟରୁ ବିପଥଗାମୀ ହୋଇଅଛନ୍ତି; ସେମାନଙ୍କର ସର୍ବନାଶ ଘଟିବ; କାରଣ ସେମାନେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛନ୍ତି; ଆମ୍ଭେ ସେମାନଙ୍କୁ ମୁକ୍ତ କରିବାକୁ ଇଚ୍ଛା କଲେ ମଧ୍ୟ ସେମାନେ ଆମ୍ଭ ବିରୁଦ୍ଧରେ ମିଥ୍ୟା କଥା କହିଅଛନ୍ତି।


କାରଣ ସେମାନେ ବନ୍ୟ ଗର୍ଦ୍ଦଭ ତୁଲ୍ୟ ଏକାକୀ ହୋଇ ଅଶୂରକୁ ଯାଇ ଅଛନ୍ତି; ଇଫ୍ରୟିମ ପ୍ରେମିକଗଣକୁ ବେତନ ଦେଇ ରଖିଅଛି।


ହଁ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଲୋକମାନଙ୍କୁ ବେତନ ଦେଲେ ମଧ୍ୟ ଏବେ ଆମ୍ଭେ ସେମାନଙ୍କୁ ସଂଗ୍ରହ କରିବା; ସେମାନେ ଅଧିପତିଗଣଙ୍କ ରାଜାର ଭାର ସକାଶୁ ନ୍ୟୁନ ହେବାକୁ ଲାଗିଲେଣି।


Swiv nou:

Piblisite


Piblisite