Biblia Todo Logo
Bib sou entènèt

- Piblisite -




ଯିଶାଇୟ 32:1 - ଓଡିଆ ବାଇବେଲ

1 ଦେଖ, ଏକ ରାଜା ଧର୍ମାନୁସାରେ ରାଜତ୍ୱ କରିବେ ଓ ଅଧିପତିମାନେ ନ୍ୟାୟାନୁସାରେ ଶାସନ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଦେଖ, ଏକ ରାଜା ଧର୍ମାନୁସାରେ ରାଜତ୍ଵ କରିବେ ଓ ଅଧିପତିମାନେ ନ୍ୟାୟାନୁସାରେ ଶାସନ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଦେଖ, ଏକ ରାଜା ଧର୍ମାନୁସାରେ ରାଜତ୍ୱ କରିବେ ଓ ଅଧିପତିମାନେ ନ୍ୟାୟାନୁସାରେ ଶାସନ କରିବେ।

Gade chapit la Kopi

ପବିତ୍ର ବାଇବଲ

1 ଦେଖ, ଜଣେ ରାଜା ଧର୍ମାନୁସାରେ ରାଜତ୍ୱ କରିବେ ଓ ଅଧିପତିଗଣ ନ୍ୟାୟରେ ଶାସନ କରିବେ।

Gade chapit la Kopi




ଯିଶାଇୟ 32:1
24 Referans Kwoze  

ତତ୍ପରେ ମୁଁ ସ୍ୱର୍ଗକୁ ଉନ୍ମୁକ୍ତ ଦେଖିଲି, ଆଉ ଦେଖ, ଗୋଟିଏ ଶ୍ୱେତବର୍ଣ୍ଣ ଅଶ୍ୱ; ତାହାର ଆରୋହୀଙ୍କ ନାମ ବିଶ୍ୱସ୍ତ ଓ ସତ୍ୟ; ନ୍ୟାୟ ରୂପେ ବିଚାର ଓ ଯୁଦ୍ଧ କରନ୍ତି ।


ସେସକଳ ଦିନରେ ଓ ସେହି ସମୟରେ ଆମ୍ଭେ ଦାଉଦ ବଂଶରେ ଧର୍ମରୂପ ଏକ ଶାଖା ଉତ୍ପନ୍ନ କରାଇବା; ପୁଣି, ସେ ଦେଶରେ ନ୍ୟାୟ ବିଚାର ଓ ଧର୍ମ ପ୍ରଚଳିତ କରିବେ।


ଇସ୍ରାଏଲର ପରମେଶ୍ୱର କହିଲେ, ଇସ୍ରାଏଲର ଶୈଳ ମୋତେ କହିଲେ; ‘ଯେଉଁ ବ୍ୟକ୍ତି ଧର୍ମରେ ଲୋକମାନଙ୍କ ଉପରେ ରାଜତ୍ୱ କରିବ, ସେ ପରମେଶ୍ୱରଙ୍କ ଭୟରେ ରାଜତ୍ୱ କରିବ।


ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ ।


ଯେପରି ପାପ ଯେପ୍ରକାରେ ମୃତ୍ୟୁରେ ରାଜତ୍ୱ କରିଥିଲା, ସେହିପରି ଅନୁଗ୍ରହ ମଧ୍ୟ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଅନନ୍ତ ଜୀବନଦାୟକ ଧାର୍ମିକତା ଦାନ କରି ରାଜତ୍ୱ କରିବ ।


ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର ! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର ! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍‍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।


ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ।”


ପୁଣି, ଆମ୍ଭର ଦାସ ଦାଉଦ ସେମାନଙ୍କ ଉପରେ ରାଜା ହେବେ ଓ ସେହି ସମସ୍ତଙ୍କର ଏକ ପାଳକ ହେବେ; ସେମାନେ ମଧ୍ୟ ଆମ୍ଭର ଶାସନ ପଥରେ ଚାଲିବେ ଓ ଆମ୍ଭର ବିଧିସକଳ ରକ୍ଷା କରି ପାଳନ କରିବେ।


ପୁଣି, ବିଚାର କରିବା ନିମନ୍ତେ ଉପବିଷ୍ଟ ଲୋକ ପ୍ରତି ବିଚାରଜନକ ଆତ୍ମା ଓ ଯେଉଁମାନେ ନଗର ଦ୍ୱାରରେ ଯୁଦ୍ଧ ଫେରାଇ ଦିଅନ୍ତି, ସେମାନଙ୍କ ପ୍ରତି ବଳ ସ୍ୱରୂପ ହେବେ।


ମାତ୍ର ସେ ଧର୍ମରେ ଦୀନହୀନମାନଙ୍କ ବିଚାର କରିବେ ଓ ପୃଥିବୀସ୍ଥ ନମ୍ର ଲୋକମାନଙ୍କ ସକାଶେ ନ୍ୟାୟରେ ଅନୁଯୋଗ କରିବେ; ପୁଣି, ସେ ଆପଣା ମୁଖସ୍ଥିତ ଦଣ୍ଡ ଦ୍ୱାରା ପୃଥିବୀକୁ ଆଘାତ କରିବେ ଓ ଆପଣା ଓଷ୍ଠାଧରର ନିଃଶ୍ୱାସ ଦ୍ୱାରା ଦୁଷ୍ଟକୁ ସଂହାର କରିବେ।


ରାଜାଙ୍କ ଶକ୍ତି ମଧ୍ୟ ବିଚାର ଭଲ ପାଏ; ତୁମ୍ଭେ ନ୍ୟାୟ ସ୍ଥିର କରୁଥାଅ, ତୁମ୍ଭେ ଯାକୁବ ମଧ୍ୟରେ ବିଚାର ଓ ନ୍ୟାୟ ସାଧନ କରୁଥାଅ।


ମୋହର ହୃଦୟ ଉତ୍ତମ ବିଷୟରେ ଉଚ୍ଛୁଳି ଉଠୁଅଛି; ମୁଁ ରାଜାଙ୍କ ବିଷୟରେ ଆପଣା ରଚିତ କଥା କହେ; ମୋ’ ଜିହ୍ୱା ଶୀଘ୍ର ଲେଖକର ଲେଖନୀ ସ୍ୱରୂପ।


ପୁଣି, ଦିବସରେ ଗ୍ରୀଷ୍ମରୁ ଛାୟା ନିମନ୍ତେ, ଆଉ ଝଡ଼ ଓ ବୃଷ୍ଟିରୁ ଆଶ୍ରୟ ଓ ଆଚ୍ଛାଦନ ସ୍ଥାନ ସ୍ୱରୂପ ହେବା ନିମନ୍ତେ ଏକ ଆବାସ ହେବ।


ଧର୍ମ ତାହାଙ୍କ କଟିଦେଶର ପଟୁକା ଓ ବିଶ୍ୱସ୍ତତା ତାହାଙ୍କ କଟିର ପଟୁକା ହେବ।


ପୁଣି, ଦୟାରେ ଏକ ସିଂହାସନ ସ୍ଥାପିତ ହେବ ଓ ଏକ ଜଣ ସତ୍ୟତାରେ ଦାଉଦଙ୍କର ତମ୍ବୁ ମଧ୍ୟରେ ତହିଁ ଉପରେ ଉପବିଷ୍ଟ ହେବେ; ସେ ନ୍ୟାୟ ଅନ୍ଵେଷଣ କରି ବିଚାର କରିବେ ଓ ଧର୍ମ ସାଧନ କରିବାରେ ସତ୍ୱର ହେବେ।


ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସମ୍ବନ୍ଧରେ ଯେଉଁ ମଙ୍ଗଳ ବାକ୍ୟ କହିଅଛୁ, ଆମ୍ଭର ତାହା ସଫଳ କରିବାର ସମୟ ଆସୁଅଛି।


ସଦାପ୍ରଭୁ ଉନ୍ନତ; କାରଣ ସେ ଉର୍ଦ୍ଧ୍ୱଲୋକରେ ବାସ କରନ୍ତି; ସେ ସିୟୋନକୁ ନ୍ୟାୟ ବିଚାର ଓ ଧାର୍ମିକତାରେ ପୂର୍ଣ୍ଣ କରିଅଛନ୍ତି।


Swiv nou:

Piblisite


Piblisite