Biblia Todo Logo
Bib sou entènèt

- Piblisite -




ଯିଶାଇୟ 32:9 - ଓଡିଆ ବାଇବେଲ

9 ହେ ସୁଖିନୀ ନାରୀଗଣ, ତୁମ୍ଭେମାନେ ଉଠି ମୋହର ରବ ଶୁଣ, ହେ ନିଶ୍ଚିନ୍ତା କନ୍ୟାଗଣ, ମୋ’ ବାକ୍ୟରେ କର୍ଣ୍ଣପାତ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ହେ ସୁଖିନୀ ନାରୀଗଣ, ତୁମ୍ଭେମାନେ ଉଠି ମୋହର ରବ ଶୁଣ, ହେ ନିଶ୍ଚିନ୍ତା କନ୍ୟାଗଣ, ମୋʼ ବାକ୍ୟରେ କର୍ଣ୍ଣପାତ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ହେ ସୁଖିନୀ ନାରୀଗଣ, ତୁମ୍ଭେମାନେ ଉଠି ମୋହର ରବ ଶୁଣ, ହେ ନିଶ୍ଚିନ୍ତା କନ୍ୟାଗଣ, ମୋʼ ବାକ୍ୟରେ କର୍ଣ୍ଣପାତ କର।

Gade chapit la Kopi

ପବିତ୍ର ବାଇବଲ

9 ହେ ସୁଖିନୀ ସ୍ତ୍ରୀଗଣ, ତୁମ୍ଭେମାନେ ମୋ’ କଥା ଶୁଣ। ହେ ବିଶ୍ୱସ୍ତା ନାରୀଗଣ, ମୋ’ ବାକ୍ୟରେ କର୍ଣ୍ଣପାତ କର।

Gade chapit la Kopi




ଯିଶାଇୟ 32:9
15 Referans Kwoze  

ଯାହାର କାନ ଅଛି ସେ ଶୁଣୁ ।


ତୁମ୍ଭେମାନେ କର୍ଣ୍ଣ ଦେଇ ଆମ୍ଭର ରବ ଶୁଣ; ମନୋଯୋଗ କରି ଆମ୍ଭର ବାକ୍ୟ ଶ୍ରବଣ କର।


ଆହୁରି ସଦାପ୍ରଭୁ କହିଲେ, ସିୟୋନର କନ୍ୟାଗଣ ଅହଙ୍କାରିଣୀ ଓ ଆପଣା ଆପଣା ଗ୍ରୀବା ଲମ୍ବାଇ ଓ କଟାକ୍ଷ କରି ଗମନ କରନ୍ତି, ଗମନ କରୁ କରୁ ଚଞ୍ଚଳ ପାଦସଞ୍ଚାର ଓ ଚରଣରେ ରୁଣୁଝୁଣୁ ଶବ୍ଦ କରନ୍ତି;


ଯେଉଁ ନଗରୀ ନିଶ୍ଚିନ୍ତ ରୂପେ ବାସ କରି ମନେ ମନେ କହିଥିଲା, ମୁଁ ଅଛି, ମୋ’ ଛଡ଼ା ଆଉ କେହି ନାହିଁ, ସେହି ଉଲ୍ଲାସକାରିଣୀ ନଗରୀ ଏହି; ସେ କିପରି ଧ୍ୱଂସିତ ଓ ପଶୁମାନଙ୍କର ଶୟନ ସ୍ଥାନ ହୋଇଅଛି ! ଯେକେହି ତହିଁର ନିକଟ ଦେଇ ଯିବ, ସେ ଶୀଷ୍‍ ଶବ୍ଦ କରି ଆପଣା ହାତ ହଲାଇବ।


ଯେଉଁମାନେ ସୁଖାଦ୍ୟ ଭୋଜନ କଲେ, ସେମାନେ ଦାଣ୍ଡରେ ଅନାଥ ହୋଇଅଛନ୍ତି; ଯେଉଁମାନେ ସିନ୍ଦୂରବର୍ଣ୍ଣ ବସ୍ତ୍ର ପିନ୍ଧି ପ୍ରତିପାଳିତ ହେଲେ, ସେମାନେ ଖତରାଶି ଅବଲମ୍ବନ କରନ୍ତି।


ତହୁଁ ଲୋକମାନେ ଯୋଥମ୍‍କୁ ଏହି ସମ୍ବାଦ ଦିଅନ୍ତେ, ସେ ଯାଇ ଗରିଷୀମ ପର୍ବତ ଶିଖରରେ ଠିଆ ହୋଇ ଉଚ୍ଚୈସ୍ୱରରେ ଡାକି ସେମାନଙ୍କୁ କହିଲା, ହେ ଶିଖିମ ନିବାସୀ ଲୋକଗଣ, ଆମ୍ଭ କଥା ଶୁଣ, ତହିଁରେ ପରମେଶ୍ୱର ତୁମ୍ଭମାନଙ୍କ କଥା ଶୁଣିବେ।


ଅବରୋଧ କାଳେ ଓ ଶତ୍ରୁ ତୁମ୍ଭ ନଗରଦ୍ୱାରମାନଙ୍କରେ ତୁମ୍ଭକୁ ଯେଉଁ ବିପଦରେ ପକାଇବ, ସେହି ବିପଦରେ ତୁମ୍ଭମାନଙ୍କ ମଧ୍ୟବର୍ତ୍ତିନୀ ଯେଉଁ କୋମଳାଙ୍ଗୀ ଓ ସୁକୁମାରୀ ସ୍ତ୍ରୀ ଆପଣା ସୁକୁମାରତା ଓ କୋମଳତା ସକାଶୁ ଆପଣା ତଳିପା ଭୂମିରେ ରଖିବାକୁ ସାହାସ ନାହିଁ, ସେ ଆପଣା ବକ୍ଷସ୍ଥାୟୀ ସ୍ୱାମୀ ପ୍ରତି ଓ ଆପଣା ପୁତ୍ର ପ୍ରତି ଓ ଆପଣା କନ୍ୟା ପ୍ରତି କୁଦୃଷ୍ଟି କରିବ;


ସୁଖଶାଳୀମାନଙ୍କ ଉପହାସରେ ଓ ଅହଙ୍କାରୀମାନଙ୍କ ଅବଜ୍ଞାରେ ଆମ୍ଭମାନଙ୍କ ପ୍ରାଣ ଅତିଶୟ ପୂର୍ଣ୍ଣ ହୋଇଅଛି।


ତଥାପି ଆଗୋ ସ୍ତ୍ରୀମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ତୁମ୍ଭମାନଙ୍କର କର୍ଣ୍ଣ ତାହାଙ୍କର ମୁଖ ନିର୍ଗତ ବାକ୍ୟ ଗ୍ରହଣ କରୁ, ଆଉ ତୁମ୍ଭେମାନେ ଆପଣା ଆପଣା କନ୍ୟାମାନଙ୍କୁ ହାହାକାର କରିବାର ଓ ପ୍ରତ୍ୟେକେ ଆପଣା ପ୍ରତିବାସିନୀକୁ ବିଳାପ କରିବାର ଶିକ୍ଷା ଦିଅ।


କାରଣ ସିୟୋନଠାରୁ ଏହି ହାହାକାର ଶବ୍ଦ ଶୁଣା ଯାଉଅଛି, ଆମ୍ଭେମାନେ କିପରି ବିନଷ୍ଟ ହୋଇଅଛୁ ! ଲୋକମାନେ ଆମ୍ଭମାନଙ୍କର ବାସସ୍ଥାନ ଭୂମିସାତ୍‍ କରିବାରୁ ଆମ୍ଭେମାନେ ଦେଶ ତ୍ୟାଗ କରି ଅତିଶୟ ଲଜ୍ଜିତ ହୋଇଅଛୁ।


Swiv nou:

Piblisite


Piblisite