Biblia Todo Logo
Bib sou entènèt

- Piblisite -




ଯିଶାଇୟ 34:10 - ଓଡିଆ ବାଇବେଲ

10 ତାହା ଦିବାରାତ୍ର ନିର୍ବାଣ ହେବ ନାହିଁ; ତହିଁର ଧୂମ ସଦାକାଳ ଉଠିବ; ପୁରୁଷାନୁକ୍ରମେ ତାହା ମରୁଭୂମି ହୋଇ ରହିବ; ଅନନ୍ତ କାଳ ତାହାର ମଧ୍ୟ ଦେଇ କେହି ଗମନ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତାହା ଦିବାରାତ୍ର ନିର୍ବାଣ ନୋହିବ; ତହିଁର ଧୂମ ସଦାକାଳ ଉଠିବ; ପୁରୁଷାନୁକ୍ରମେ ତାହା ମରୁଭୂମି ହୋଇ ରହିବ; ଅନ; କାଳ ତାହାର ମଧ୍ୟ ଦେଇ କେହି ଗମନ କରିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତାହା ଦିବାରାତ୍ର ନିର୍ବାଣ ହେବ ନାହିଁ; ତହିଁର ଧୂମ ସଦାକାଳ ଉଠିବ; ପୁରୁଷାନୁକ୍ରମେ ତାହା ମରୁଭୂମି ହୋଇ ରହିବ; ଅନନ୍ତକାଳ ତାହାର ମଧ୍ୟଦେଇ କେହି ଗମନ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

10 ସେହି ଅଗ୍ନି ଦିବାରାତ୍ରି ପ୍ରଜ୍ୱଳିତ ହେବ ଓ ତାହା କେବେ ନିର୍ବାପିତ ହେବ ନାହିଁ। ସେଥିରୁ ଚିରକାଳ ଧୂମ ନିର୍ଗତ ହେବ। ପୁରୁଷାନୁକ୍ରମେ ତାହା ମରୁଭୂମି ହୋଇ ରହିବ। ଅନନ୍ତକାଳ ପର୍ଯ୍ୟନ୍ତ ତାହା ମଧ୍ୟଦେଇ କେହି ଗମନ କରିବେ ନାହିଁ।

Gade chapit la Kopi




ଯିଶାଇୟ 34:10
15 Referans Kwoze  

ପୁଣି, ସେ ଦ୍ୱିତୀୟ ଥର କହିଲେ, ହାଲ୍ଲିଲୂୟା; ତାହାର ଅଗ୍ନିର ଧୂମ ଯୁଗେ ଯୁଗେ ଉଠୁଥିବ ।


“ପୁଣି, ସେମାନେ ବାହାରେ ଯାଇ, ଯେଉଁମାନେ ଆମ୍ଭ ବିରୁଦ୍ଧରେ ଅଧର୍ମ କରିଅଛନ୍ତି, ସେହି ଲୋକମାନଙ୍କର ଶବ ଦେଖିବେ; କାରଣ ସେମାନଙ୍କର କୀଟ ମରିବ ନାହିଁ, କିଅବା ସେମାନଙ୍କର ଅଗ୍ନି ନିର୍ବାଣ ହେବ ନାହିଁ; ପୁଣି, ସେମାନେ ସମସ୍ତ ମର୍ତ୍ତ୍ୟର ଘୃଣାସ୍ପଦ ହେବେ।”


ତାହା କଦାଚ ବସତି ସ୍ଥାନ ହେବ ନାହିଁ, ପୁରୁଷ ପୁରୁଷାନୁକ୍ରମେ କେହି ତହିଁରେ ବାସ କରିବେ ନାହିଁ; ଆରବୀୟ ଲୋକେ ସେଠାରେ ତମ୍ବୁ ପକାଇବେ ନାହିଁ, କିଅବା ମେଷପାଳକମାନେ ଆପଣା ଆପଣା ପଲ ସେଠାରେ ଶୁଆଇବେ ନାହିଁ।


ତାହାର ଅଗ୍ନିର ଧୂମ ଦେଖି ଚିତ୍କାର କରି କହିଲେ, ଏହି ମହାନଗରୀ ତୁଲ୍ୟ ଆଉ କେଉଁ ନଗରୀ ?


କୌଣସି ମନୁଷ୍ୟର ପାଦ ତହିଁ ମଧ୍ୟରେ ଗତାୟାତ କରିବ ନାହିଁ, କିଅବା ପଶୁର ପାଦ ତହିଁ ମଧ୍ୟରେ ଗତାୟାତ କରିବ ନାହିଁ ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ତାହା ବସତି-ସ୍ଥାନ ନୋହିବ।


ପୁଣି, ବଳବାନ ଲୋକ ଛଣପଟ ପରି ଓ ତାହାର କର୍ମ ଅଗ୍ନିକଣା ପରି ହେବ; ସେ ଦୁଇ ଏକତ୍ର ଜ୍ୱଳିବ ଓ କେହି ତାହା ଲିଭାଇବ ନାହିଁ।


ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ‘ଦେଖ, ଏହି ସ୍ଥାନ ଉପରେ ମନୁଷ୍ୟ ଓ ପଶୁ, କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ, ଏହିସବୁର ଉପରେ ଆମ୍ଭର କ୍ରୋଧ ଓ କୋପ ଢଳାଯିବ; ତାହା ଦଗ୍ଧ କରିବ ଓ ନିର୍ବାଣ ହେବ ନାହିଁ।’


ଦେଖ, ସଦାପ୍ରଭୁ ପୃଥିବୀକୁ ଶୂନ୍ୟ ଓ ଉଜାଡ଼ କରୁଅଛନ୍ତି, ଆଉ ତାହା ଓଲଟାଇ ତହିଁର ନିବାସୀମାନଙ୍କୁ ଛିନ୍ନଭିନ୍ନ କରୁଅଛନ୍ତି।


ପୁଣି, ସେ ସେମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିଅଛନ୍ତି ଓ ତାହାଙ୍କର ହସ୍ତ ପରିମାପକ ରଜ୍ଜୁ ଦ୍ୱାରା ତାହା ବିଭାଗ କରି ସେମାନଙ୍କୁ ଦେଇଅଛି; ସେମାନେ ତାହା ସଦା କାଳ ଅଧିକାର କରିବେ, ସେମାନେ ପୁରୁଷାନୁକ୍ରମେ ତହିଁ ମଧ୍ୟରେ ବାସ କରିବେ।


ସେ (ନିନିବୀ) ଖାଲି ଓ ଶୂନ୍ୟ ଓ ଉଜାଡ଼ ହୋଇଅଛି; ଅନ୍ତଃକରଣ ତରଳି ଯାଉଅଛି ଓ ଆଣ୍ଠୁରେ ଆଣ୍ଠୁ ବାଜୁଅଛି, ସମସ୍ତ କଟିରେ ବେଦନା ଅଛି ଓ ସେହି ସମସ୍ତଙ୍କର ମୁଖ ମଳିନ ହୋଇଅଛି।


ସଦାପ୍ରଭୁ କହନ୍ତି, “ସଦୋମ ଓ ହମୋରାର ଓ ତନ୍ନିକଟବର୍ତ୍ତୀ ନଗରସମୂହ ସଦୃଶ୍ୟ ତାହାର ଉତ୍ପାଟନ ହେବ, କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ; କିଅବା କୌଣସି ମନୁଷ୍ୟ ସନ୍ତାନ ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ।


Swiv nou:

Piblisite


Piblisite