Biblia Todo Logo
Bib sou entènèt

- Piblisite -




ଯିଶାଇୟ 36:11 - ଓଡିଆ ବାଇବେଲ

11 ଏଥିରେ ଇଲିୟାକୀମ୍‍, ଶିବ୍‍ନ ଓ ଯୋୟାହ ରବ୍‍ଶାକିକୁ କହିଲେ, “ବିନୟ କରୁଅଛୁ, ଆପଣ ଅରାମୀୟ ଭାଷାରେ ଆପଣା ଦାସମାନଙ୍କୁ କୁହନ୍ତୁ; କାରଣ ଆମ୍ଭେମାନେ ତାହା ବୁଝୁଅଛୁ; ପୁଣି, ପ୍ରାଚୀରର ଉପରିସ୍ଥ ଲୋକମାନଙ୍କ କର୍ଣ୍ଣଗୋଚରରେ ଆମ୍ଭମାନଙ୍କୁ ଯିହୁଦୀୟ ଭାଷାରେ ନ କୁହନ୍ତୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଏଥିରେ ଇଲୀୟାକୀମ୍ ଓ ଶିବ୍ନ ଓ ଯୋୟାହ ରବଶାକିକି କହିଲେ, ବିନୟ କରୁଅଛୁ, ଆପଣ ଅରାମୀୟ ଭାଷାରେ ଆପଣା ଦାସମାନଙ୍କୁ କୁହନ୍ତୁ; କାରଣ ଆମ୍ଭେମାନେ ତାହା ବୁଝୁଅଛୁ; ପୁଣି, ପ୍ରାଚୀରର ଉପରିସ୍ଥ ଲୋକମାନଙ୍କ କର୍ଣ୍ଣଗୋଚରରେ ଆମ୍ଭମାନଙ୍କୁ ଯିହୁଦୀୟ ଭାଷାରେ ନ କୁହନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏଥିରେ ଇଲିୟାକୀମ୍‍, ଶିବ୍‍ନ ଓ ଯୋୟାହ ରବ୍‍ଶାକିକୁ କହିଲେ, “ବିନୟ କରୁଅଛୁ, ଆପଣ ଅରାମୀୟ ଭାଷାରେ ଆପଣା ଦାସମାନଙ୍କୁ କୁହନ୍ତୁ; କାରଣ ଆମ୍ଭେମାନେ ତାହା ବୁଝୁଅଛୁ; ପୁଣି, ପ୍ରାଚୀରର ଉପରିସ୍ଥ ଲୋକମାନଙ୍କ କର୍ଣ୍ଣଗୋଚରରେ ଆମ୍ଭମାନଙ୍କୁ ଯିହୁଦୀୟ ଭାଷାରେ ନ କୁହନ୍ତୁ।”

Gade chapit la Kopi

ପବିତ୍ର ବାଇବଲ

11 ତା'ପରେ ଇଲିୟାକୀମ୍, ଶି‌‌‌ବ୍‌‌‌ନ ଓ ଯୋୟାହ ରବ୍‌ଶାକିକି କହିଲେ, “ଦୟାକରି ଆପଣ ଆପଣଙ୍କର ଦାସମାନଙ୍କୁ ଅରାମୀୟ ଭାଷାରେ କୁହନ୍ତୁ। କାରଣ ଆମ୍ଭେମାନେ ସେ ଭାଷା ବୁଝି ପାରୁଛୁ। ପୁଣି ପ୍ରାଚୀର ଉପରିସ୍ଥ ଲୋକମାନଙ୍କର ଗୋଚର ନିମନ୍ତେ ଯିହୁଦୀୟ ଭାଷାରେ କୁହନ୍ତୁ ନାହିଁ।”

Gade chapit la Kopi




ଯିଶାଇୟ 36:11
8 Referans Kwoze  

ପୁନଶ୍ଚ, ଅର୍ତ୍ତକ୍ଷସ୍ତର ଅଧିକାର ସମୟରେ ବିଶ୍ଳମ୍‍, ମିତ୍ରଦାତ, ଟାବେଲ ଓ ତାହାର ଅନ୍ୟ ସଙ୍ଗୀମାନେ ପାରସ୍ୟ ରାଜା ଅର୍ତ୍ତକ୍ଷସ୍ତ ନିକଟକୁ ଲେଖିଲେ; ସେହି ପତ୍ର ଅରାମୀୟ ଅକ୍ଷରରେ ଲିଖିତ ଓ ଅରାମୀୟ ଭାଷାରେ ରଚିତ ହୋଇଥିଲା।


ତହିଁରେ କଲ୍‍ଦୀୟମାନେ ଅରାମୀୟ ଭାଷାରେ ରାଜାକୁ କହିଲେ, ହେ ମହାରାଜ, ଚିରଜୀବୀ ହେଉନ୍ତୁ; ଆପଣଙ୍କ ଦାସମାନଙ୍କୁ ସ୍ୱପ୍ନଟି ଜଣାଉନ୍ତୁ, ଆମ୍ଭେମାନେ ତହିଁର ଅର୍ଥ ପ୍ରକାଶ କରିବୁ।


ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଏହି କୋଷାଧ୍ୟକ୍ଷ ନିକଟକୁ, ଅର୍ଥାତ୍‍, ଗୃହର ଅଧ୍ୟକ୍ଷ ଶିବ୍‍ନ ନିକଟକୁ ଯାଇ କୁହ,


ମାତ୍ର ରବ୍‍ଶାକି ସେମାନଙ୍କୁ କହିଲା, ମୋ’ ପ୍ରଭୁ କି ତୁମ୍ଭ ପ୍ରଭୁଙ୍କୁ ଓ ତୁମ୍ଭଙ୍କୁ ଏହି ସବୁ କଥା କହିବା ପାଇଁ ମୋତେ ପଠାଇଅଛନ୍ତି ? ଏହି ଯେଉଁ ଲୋକମାନେ ତୁମ୍ଭମାନଙ୍କ ସଙ୍ଗେ ଆପଣା ଆପଣା ବିଷ୍ଠା ଖାଇବାକୁ ଓ ମୂତ୍ର ପିଇବାକୁ ପ୍ରାଚୀର ଉପରେ ବସିଅଛନ୍ତି, ସେମାନଙ୍କ ନିକଟକୁ କ’ଣ ମୋତେ ପଠାଇ ନାହାନ୍ତି ?


ତହୁଁ ରବ୍‍ଶାକି ଠିଆ ହୋଇ ଉଚ୍ଚସ୍ୱରରେ ଯିହୁଦୀୟ ଭାଷାରେ ଏହି କଥା କହିଲା, ତୁମ୍ଭେମାନେ ମହାରାଜ ଅଶୂରର ରାଜାଙ୍କ କଥା ଶୁଣ।


ନିଖୁଣ, ସୁନ୍ଦର ଓ ସମସ୍ତ ଜ୍ଞାନରେ ନିପୁଣ, ବିଦ୍ୟାରେ ବିଚକ୍ଷଣ, ବୁଦ୍ଧିରେ ବିଜ୍ଞ ଓ ରାଜପ୍ରାସାଦରେ ଠିଆ ହେବାକୁ ଯୋଗ୍ୟ କେତେକ ଯୁବା ଲୋକଙ୍କୁ ଆଣିବାକୁ ଓ କଲ୍‍ଦୀୟ ବିଦ୍ୟା ଓ ଭାଷା ଶିଖାଇବାକୁ ଆପଣାର ନପୁଂସକାଧିପତି ଅସ୍ପନସ୍‍କୁ କହିଲା।


ଆଉ, ସେହି ଦିନ ଆମ୍ଭେ ଆପଣା ଦାସକୁ, ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍କୁ ଡାକିବା;


Swiv nou:

Piblisite


Piblisite