Biblia Todo Logo
Bib sou entènèt

- Piblisite -




ଯିଶାଇୟ 36:4 - ଓଡିଆ ବାଇବେଲ

4 ତହିଁରେ ରବ୍‍ଶାକି ସେମାନଙ୍କୁ କହିଲା, “ଏବେ ତୁମ୍ଭେମାନେ ହିଜକୀୟକୁ କୁହ, ମହାରାଜ ଅଶୂରର ରାଜା ଏହି କଥା କହନ୍ତି, ତୁମ୍ଭେ ଏହି ଯେଉଁ ବିଶ୍ୱାସ କରୁଅଛ, ତାହା କିରୂପ ବିଶ୍ୱାସ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତହିଁରେ ରବ୍ଶାକି ସେମାନଙ୍କୁ କହିଲା, ଏବେ ତୁମ୍ଭେମାନେ ହିଜକୀୟକୁ କୁହ, ମହାରାଜ ଅଶୂରର ରାଜା ଏହି କଥା କହନ୍ତି, ତୁମ୍ଭେ ଏହି ଯେଉଁ ବିଶ୍ଵାସ କରୁଅଛ, ତାହା କିରୂପ ବିଶ୍ଵାସ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତହିଁରେ ରବ୍‍ଶାକି ସେମାନଙ୍କୁ କହିଲା, “ଏବେ ତୁମ୍ଭେମାନେ ହିଜକୀୟକୁ କୁହ, ‘ମହାରାଜ ଅଶୂରର ରାଜା ଏହି କଥା କହନ୍ତି, ତୁମ୍ଭେ ଏହି ଯେଉଁ ବିଶ୍ୱାସ କରୁଅଛ, ତାହା କିରୂପ ବିଶ୍ୱାସ?

Gade chapit la Kopi

ପବିତ୍ର ବାଇବଲ

4 ଆଦେଶକର୍ତ୍ତା ସେମାନଙ୍କୁ କହିଲା, “ଏବେ ତୁମ୍ଭେମାନେ ହିଜକିୟଙ୍କୁ କୁହ, ଅଶୂରର ମହାରାଜା ଏହି କଥା କୁହନ୍ତି, “‘ତୁମ୍ଭେମାନେ କ’ଣ ପାଇଁ ଏତେ ଆତ୍ମନିର୍ଭର ଶୀଳ।

Gade chapit la Kopi




ଯିଶାଇୟ 36:4
17 Referans Kwoze  

ସେମାନେ ବଚସାକାରୀ, ଆପଣା ଆପଣା ଅବସ୍ଥାରେ ଅସନ୍ତୁଷ୍ଟ ଓ ନିଜ ନିଜ କୁଅଭିଳାଷରେ ଚାଳିତ; ସେମାନଙ୍କ ମୁଖ ବଡ଼ ବଡ଼ କଥା କହେ ଓ ସ୍ୱାର୍ଥସିଦ୍ଧି ନିମନ୍ତେ ସେମାନେ ଲୋକଙ୍କ ମୁହଁ ଉପରେ ପ୍ରଶଂସା କରନ୍ତି ।


ରାଜା ଏହି କଥା କହିଲା, ମୁଁ ଆପଣା ବଳର ପ୍ରଭାବରେ ଓ ଆପଣା ପ୍ରତାପର ମହିମା ନିମନ୍ତେ ରାଜଧାନୀ କରିବା ପାଇଁ ଯାହା ନିର୍ମାଣ କରିଅଛି, ଏହି କି ସେହି ମହତୀ ବାବିଲ ନୁହେଁ ?


ଅହଙ୍କାର ସର୍ବନାଶର ସମ୍ମୁଖରେ ଥାଏ, ପୁଣି, ଦାମ୍ଭିକ ମନ ପତନର ସମ୍ମୁଖରେ ଥାଏ।


ମୋ’ ଅସ୍ଥିରେ ଖଡ୍ଗ ପରି ମୋ’ ବିପକ୍ଷଗଣ ମୋତେ ତିରସ୍କାର କରନ୍ତି; କାରଣ ସେମାନେ ନିତ୍ୟ ମୋତେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି ?”


ମୋହର ଲୋତକ ଦିବାରାତ୍ର ମୋହର ଭକ୍ଷ୍ୟ ହୋଇଅଛି, କାରଣ ଲୋକମାନେ ନିତ୍ୟ ମୋତେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି ?”


“ତୁମ୍ଭେମାନେ ଯିହୁଦାର ରାଜା ହିଜକୀୟଙ୍କୁ ଏହି କଥା କହିବ, ‘ଯିରୂଶାଲମ ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ତୁମ୍ଭର ବିଶ୍ୱାସଭୂମି ପରମେଶ୍ୱର ତୁମ୍ଭକୁ ନ ଭୁଲାଉନ୍ତୁ।


ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ, ତାଙ୍କର ପରବର୍ତ୍ତୀ ଯିହୁଦାର ସମସ୍ତ ରାଜାଙ୍କ ମଧ୍ୟରେ କେହି ତାଙ୍କ ପରି ନ ଥିଲେ, କିଅବା ତାଙ୍କର ପୂର୍ବବର୍ତ୍ତୀମାନଙ୍କ ମଧ୍ୟରେ କେହି ନ ଥିଲେ।


ଏଥିଉତ୍ତାରେ ଅଶୂରର ରାଜା ଲାଖୀଶ୍‍ଠାରୁ ତର୍ତ୍ତାନ ଓ ରବ୍‍ସାରୀସ୍‍ ଓ ରବ୍‍ଶାକିକୁ ମହାସୈନ୍ୟ ସହିତ ଯିରୂଶାଲମକୁ ହିଜକୀୟ ରାଜାଙ୍କ ନିକଟକୁ ପଠାଇଲା। ତହୁଁ ସେମାନେ ଯାତ୍ରା କରି ଯିରୂଶାଲମକୁ ଆସିଲେ। ଆଉ ସେଠାରେ ଉପସ୍ଥିତ ହୁଅନ୍ତେ, ସେମାନେ ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାଳ ନିକଟରେ ଠିଆ ହେଲେ।


‘ଆମ୍ଭେମାନେ ବୀର ଓ ଯୁଦ୍ଧ ପାଇଁ ବଳବାନ ଲୋକ,’ ଏହା ତୁମ୍ଭେମାନେ କିପରି କହୁଅଛ ?


Swiv nou:

Piblisite


Piblisite