Biblia Todo Logo
Bib sou entènèt

- Piblisite -




ଯିଶାଇୟ 36:9 - ଓଡିଆ ବାଇବେଲ

9 ତେବେ କିପରି ତୁମ୍ଭେ ମୋ’ ପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ ଏକ କ୍ଷୁଦ୍ରତମ ସେନାପତିକୁ ବିମୁଖ କରି ପାରିବ, ଆଉ ରଥ ଓ ଅଶ୍ୱାରୋହୀ ନିମନ୍ତେ ମିସର ଉପରେ ବିଶ୍ୱାସ କରିବ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତେବେ କିରୂପେ ତୁମ୍ଭେ ମୋʼ ପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ ଏକ କ୍ଷୁଦ୍ରତମ ସେନାପତିକି ବିମୁଖ କରି ପାରିବ, ଆଉ ରଥ ଓ ଅଶ୍ଵାରୋହୀ ନିମନ୍ତେ ମିସର ଉପରେ ବିଶ୍ଵାସ କରିବ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତେବେ କିପରି ତୁମ୍ଭେ ମୋʼ ପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ ଏକ କ୍ଷୁଦ୍ରତମ ସେନାପତିକୁ ବିମୁଖ କରି ପାରିବ, ଆଉ ରଥ ଓ ଅଶ୍ୱାରୋହୀ ନିମନ୍ତେ ମିସର ଉପରେ ବିଶ୍ୱାସ କରିବ?

Gade chapit la Kopi

ପବିତ୍ର ବାଇବଲ

9 ମାତ୍ର ତୁମ୍ଭେ ମୋର ପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ କ୍ଷୁଦ୍ରତମ ସେନାପତିଙ୍କୁ ମଧ୍ୟ ପରାସ୍ତ କରି ପାରିବ ନାହିଁ। ତେବେ ତୁମ୍ଭେ କିପରି ମିଶରର ଅଶ୍ୱାରୋହୀ ଓ ରଥ ଉପରେ ବିଶ୍ୱାସ ରଖୁଛ?

Gade chapit la Kopi




ଯିଶାଇୟ 36:9
13 Referans Kwoze  

କାରଣ ସେ କହେ, ଆମ୍ଭର ସେନାପତିଗଣ ସମସ୍ତେ କି ରାଜା ନୁହଁନ୍ତି ?


ତୁମ୍ଭେ ଆପଣା ପଥ ପରିବର୍ତ୍ତନ କରିବା ପାଇଁ କାହିଁକି ଏଣେତେଣେ ମିଥ୍ୟାରେ ଏତେ ଭ୍ରମଣ କରୁଅଛ ? ତୁମ୍ଭେ ଅଶୂରର ବିଷୟରେ ଯେପରି ଲଜ୍ଜିତା ହୋଇଥିଲ, ସେପରି ମିସରର ବିଷୟରେ ହେଁ ଲଜ୍ଜିତା ହେବ।


ଦେଖ, ତୁମ୍ଭେ ଏହି ଛେଚାନଳର ଯଷ୍ଟି ରୂପ ମିସର ଉପରେ ନିର୍ଭର କରୁଅଛ; ମାତ୍ର କେହି ତହିଁ ଉପରେ ଆଉଜିଲେ, ତାହା ତାହାର ହାତରେ ପଶି ଫୋଡ଼ି ପକାଇବ; ଯେଉଁମାନେ ମିସ୍ରୀୟ ରାଜା ଫାରୋ ଉପରେ ନିର୍ଭର ରଖନ୍ତି, ସେସମସ୍ତଙ୍କ ପ୍ରତି ସେ ତ ଏହି ପ୍ରକାର।


ମିସ୍ରୀୟମାନେ ମନୁଷ୍ୟ ମାତ୍ର, ପରମେଶ୍ୱର ନୁହନ୍ତି ଓ ସେମାନଙ୍କ ଅଶ୍ୱଗଣ ମାଂସ ମାତ୍ର, ଆତ୍ମା ନୁହନ୍ତି; ପୁଣି ସଦାପ୍ରଭୁ ଆପଣା ହସ୍ତ ବିସ୍ତାର କଲେ, ସହାୟକାରୀ ଝୁଣ୍ଟି ପଡ଼ିବ ଓ ସହାୟପ୍ରାପ୍ତ ପଡ଼ିଯିବ, ପୁଣି ଦୁହେଁ ଏକତ୍ର ବିନଷ୍ଟ ହେବେ।


କାରଣ ମିସର ମିଥ୍ୟା ଓ ବୃଥାରେ ସାହାଯ୍ୟ କରେ; ଏଥିପାଇଁ ଆମ୍ଭେ ତାହାକୁ ନିଷ୍କର୍ମରେ ଉପବିଷ୍ଟ ରାହବ ବୋଲି ନାମ ଦେଇଅଛୁ।


ତହିଁରେ ଲୋକମାନେ ଆପଣାମାନଙ୍କର ବିଶ୍ୱାସଭୂମି କୂଶ ଓ ଆପଣାମାନଙ୍କର ଦର୍ପ ସ୍ୱରୂପ ମିସର ସକାଶୁ ନିରାଶ ଓ ଲଜ୍ଜିତ ହେବେ।


ଯୁଦ୍ଧ ଦିନ ପାଇଁ ଅଶ୍ୱ ସୁସଜ୍ଜିତ ହୁଏ; ମାତ୍ର ଜୟ ସଦାପ୍ରଭୁଙ୍କଠାରୁ ହୁଏ।


ତେବେ କିପରି ତୁମ୍ଭେ ମୋ’ ପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ ଏକ କ୍ଷୁଦ୍ରତମ ସେନାପତିକୁ ଫେରାଇ ଦେଇପାରିବ ? କିପରି ତୁମ୍ଭେ ରଥ ଓ ଅଶ୍ୱାରୋହୀ ନିମନ୍ତେ ମିସର ଉପରେ ବିଶ୍ୱାସ କରୁଅଛ ?


ମାତ୍ର ସେ ରାଜା ଆପଣା ପାଇଁ ଅନେକ ଅଶ୍ୱ ରଖିବ ନାହିଁ, କିଅବା ଅନେକ ଅଶ୍ୱ ରଖିବା ଅଭିପ୍ରାୟରେ ଲୋକମାନଙ୍କୁ ପୁନର୍ବାର ମିସରକୁ ଗମନ କରାଇବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ କହିଅଛନ୍ତି, ତୁମ୍ଭେମାନେ ଏହି ସମୟଠାରୁ ସେହି ପଥରେ ଆଉ ଫେରି ଯିବ ନାହିଁ।


କାରଣ ସଦାପ୍ରଭୁ ଅରାମୀୟମାନଙ୍କ ସୈନ୍ୟଗଣକୁ ରଥ ଶବ୍ଦ ଓ ଅଶ୍ୱ ଶବ୍ଦ, ଅର୍ଥାତ୍‍, ମହାସୈନ୍ୟ ଶବ୍ଦ ଶୁଣାଇଥିଲେ; ତହିଁରେ ସେମାନେ ପରସ୍ପର କହିଲେ, “ଦେଖ, ଇସ୍ରାଏଲର ରାଜା ଆମ୍ଭମାନଙ୍କୁ ଆକ୍ରମଣ କରିବା ପାଇଁ ହିତ୍ତୀୟମାନଙ୍କ ରାଜାଗଣକୁ ଓ ମିସ୍ରୀୟମାନଙ୍କ ରାଜାଗଣକୁ ଆମ୍ଭମାନଙ୍କ ପ୍ରତିକୂଳରେ ବେତନ ଦେଇ ନିଯୁକ୍ତ କରିଅଛି।”


ଏହେତୁ ମୁଁ ବିନୟ କରୁଅଛି, ମୋ’ ପ୍ରଭୁ ଅଶୂରର ରାଜାଙ୍କ ସଙ୍ଗେ ପଣ କର, ମୁଁ ତୁମ୍ଭକୁ ଦୁଇ ହଜାର ଅଶ୍ୱ ଦେବି, ଯଦି ତୁମ୍ଭେ ପାର, ତେବେ ସେମାନଙ୍କ ଉପରେ ଚଢ଼ିବା ପାଇଁ ତୁମ୍ଭ ଆଡ଼ୁ ଲୋକ ଆଣ।


Swiv nou:

Piblisite


Piblisite